ବିପଣନ ବ୍ୟବସ୍ଥା ସୁଦୃଢ ହେଲେ କୃଷକଙ୍କ ଜୀବନଜୀବିକା ହେବ ସୁରକ୍ଷିତ:ସମବାୟ ମନ୍ତ୍ରୀ

ବରଗଡ,୧୦।୪(ପ୍ରେମାନନ୍ଦ ଖମାରୀ): ରାଜ୍ୟ ସରକାରଙ୍କ ସମବାୟ, ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗୀୟ ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ ଗୁରୁବାର ଦିନିକିଆ ବରଗଡ ଗସ୍ତରେ ଆସି ବରଗଡ଼ ନିୟନ୍ତ୍ରିତ ବଜାର କମିଟିର ନୂତନ କାର୍ଯ୍ୟାଳୟ ଏବଂ ଅତାବିରା, ଗୋଡଭଗାଠାରେ ନବ ନିର୍ମିତ ନିୟନ୍ତ୍ରିତ ବଜାର କମିଟିର ମାର୍କେଟ କମ୍ପ୍ଲେକ୍ସକୁ ଉଦଘାଟନ କରିବା ସହ ସର୍ବମୋଟ ମୋଟ ୮୮ କୋଟି ୭୨ଲକ୍ଷ ୫୧ ହଜାର ଟଙ୍କାର ବିଭିନ୍ନ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି ।

ମନ୍ତ୍ରୀ ବଳସାମନ୍ତ ପ୍ରଥମେ ବାଲିଜୁରି ବଜାର ପରିଭ୍ରମଣ କରି ସ୍ଥାନୀୟ ବୁଣାକାରଙ୍କ ନିମିତ୍ତ ପୂର୍ବରୁ ନିର୍ମାଣ ହୋଇ ଖାଲି ପଡି ରହିଥିବା ମାର୍କେଟ କମ୍ପ୍ଲେକ୍ସର ତଦାରଖ କରିବା ପରେ ବେହେରା ମାର୍କେଟ ପରିଦର୍ଶନ କରି ସେଠାରେ ସମସ୍ତ ସୁବିଧା ଯୋଗାଇ ତାହାର ପୁନରୁଦ୍ଧାର ନିମନ୍ତେ ସ୍ଥାନୀୟ ବୁଣାକାର ଏବଂ ସାଧାରଣ ଲୋକଙ୍କ ସହ ଆଲୋଚନା କରିଥିଲେ। ଏହାପରେ ବରଗଡସ୍ଥିତ ସମ୍ବଲପୁରୀ ବସ୍ତ୍ରାଳୟର ରଙ୍ଗ ଘର ଏବଂ କାର୍ଯ୍ୟାଳୟ ପରିଦର୍ଶନ କରି ସମଲପୁରୀ କପଡା ପ୍ରସ୍ତୁତି ଏବଂ ବିକ୍ରି ପ୍ରକ୍ରିୟାର ତଦାରଖ କରିବାପରେ କୃତାର୍ଥ ଆଚାର୍ଯ୍ୟ ସମବାୟ ପରିଚାଳନା କେନ୍ଦ୍ରଠାରେ ଆୟୋଜିତ ହେଉଥିବା ଜିଲାସ୍ତରୀୟ ସମବାୟ ସଭ୍ୟ ସଚେତନତା କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥିଭାବେ ଯୋଗଦେଇ ଏହାର ଶୁଭ ଉଦଘାଟନ କରିଥିଲେ। ରାଜ୍ୟ ସରକାର ସମବାୟ ବିଭାଗ ମାଧ୍ୟମରେ ଯୋଗାଇ ଦେଉଥିବା ସମସ୍ତ ସୁବିଧା ବିଷୟରେ ସୂଚନା ପ୍ରଦାନ କରିବା ପରେ ସମବାୟ ଆନ୍ଦୋଳନ ଜରିଆରେ ବିକଶିତ ଗାଁ ବିକଶିତ ଓଡିଶା ତଥା ବିକଶିତ ଭାରତ ଗଠନ କରିବାକୁ ଆହାନ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆଣ୍ଡାମାନ ସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ, ୨ଦିନ ପରେ…

ଭୁବନେଶ୍ୱର,୨୬।୯: ଆଣ୍ଡାମାନ ସାଗରରୁ ସୃଷ୍ଟି ହୋଇଥିବା ଲଘୁଚାପ ପରବର୍ତ୍ତୀ ସମୟରେ ଗଭୀର ଅବପାତର ରୂପ ନେଇ ଓଡ଼ିଶାରେ ବ୍ୟାପକ କ୍ଷୟକ୍ଷତି ଘଟାଇଲା। ଏବେ ସେହି ଆଣ୍ଡାମାନ ସାଗର…

୩୦ରେ ଇଣ୍ଡିଆ ବ୍ଲକ୍‌ର ବୈଠକ, ହେବ ବଡ଼ ଆଲୋଚନା

ନୂଆଦିଲ୍ଲୀ,୨୬ା୯: ନିର୍ବାଚନ କମିଶନରେ ମତଭେଦ ଏବଂ ଭୋଟର ତାଲିକା ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌)କୁ ନେଇ ଦେଖାଦେଇଥିବା ଉଦ୍‌ବେଗ ଓ ଅନ୍ୟାନ୍ୟ ପ୍ରସଙ୍ଗ ଉପରେ ଆଲୋଚନା ପାଇଁ…

ନାଗାଲାଣ୍ଡରେ ମଦମୃତ୍ୟୁ: ୨ ଦିନରେ ଗଲାଣି ୧୯ଜଣଙ୍କ ଜୀବନ

କୋହିମା,୨୬ା୯; ନାଗାଲାଣ୍ଡରେ ବିଷାକ୍ତ ମଦ ପିଇ ୨ ଦିନରେ ୧୯ଜଣ ପ୍ରାଣ ହରାଇଛନ୍ତି। ମୃତ୍ୟୁର କାରଣ ଏବଂ ରାଜ୍ୟରେ ମଦ ଅପମିଶ୍ରଣର ଯୋଗାଣ ଶୃଙ୍ଖଳକୁ ଠାବ କରିବା…

କାଲି ବନ୍ୟାଞ୍ଚଳ ବୁଲିବେ ମୁଖ୍ୟମନ୍ତ୍ରୀ: ଆକାଶମାର୍ଗରୁ ସ୍ଥିତି ପରଖିବେ ମୋହନ ମାଝୀ

ଭୁବନେଶ୍ୱର,୨୬।୯: ରାଜ୍ୟରେ ଗଭୀର ଅବପାତ ଯୋଗୁ ସୃଷ୍ଟ ଲଗାଣ ବର୍ଷା ଓ ବନ୍ୟା ପରିସ୍ଥିତିର ସମୀକ୍ଷା କରିବା ପାଇଁ ଆସନ୍ତାକାଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବନ୍ୟା…

ମାସିକ ୮ ହଜାର ଟଙ୍କାରେ ପରିବାର ଚଳିବ କେମିତି? ଆନ୍ଦୋଳନରତ ଯୋଗାଣ ସହାୟକଙ୍କ ସମର୍ଥନରେ ବାହାରିଲେ ନରସିଂହ

ବଲାଙ୍ଗୀର,୨୬।୯ (ସୁନିଲ କୁମାର ମହାନ୍ତି): ପାରିଶ୍ରମିକ ବୃଦ୍ଧି ସହ ଅନ୍ୟାନ୍ୟ ସମସ୍ୟାର ସମାଧାନ ପାଇଁ ସାରା ରାଜ୍ୟର ଯୋଗାଣ ସହାୟକମାନେ ଭୁବନେଶ୍ୱରରେ ଆନ୍ଦୋଳନ ଚଳାଇଛନ୍ତି। ବଲାଙ୍ଗୀର ଜିଲାର…

କାଠ ଆଣିବାକୁ ଯାଇ ହାତୀ ହାବୁଡ଼ରେପଡ଼ିିଗଲେ ବୃଦ୍ଧ, ଆଉ ତା’ପରେ…

କେନ୍ଦୁଝର,୨୬ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): ବାଂଶପାଳ ବ୍ଲକ ଶୁଆକାଟିସ୍ଥିତ ଗନ୍ଧମାର୍ଦ୍ଦନ ଲିଜ୍‌ ଏରିଆ ଅଞ୍ଚଳରେ ଏକ ହାତୀ ଆକ୍ରମଣରେ ଜଣେ ବୃଦ୍ଧଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ସୁବନ…

ଗାଜଲବାଡି ଘାଟି ସିଲ୍‌କୁ ୩ ଦିନ: ଦାରିଙ୍ଗବାଡିରେ ମିଳୁନି ପନିପରିବା, ବୃଦ୍ଧି ପାଇଲା ଅତ୍ୟାବଶ୍ୟକ ସାମଗ୍ରୀର ଦର

ଦାରିଙ୍ଗବାଡି,୨୬।୯(ଅରୁଣ ସାହୁ): ଲଗାଣ ବର୍ଷା ଓ ଭୂସ୍ଖଳନ ଭୟ ଯୋଗୁ ସିଲ୍ ହୋଇଥିବା ଗାଜଲବାଡି ଘାଟି ରାସ୍ତା ଇତିମଧ୍ୟରେ ୩ ଦିନ ବିତିଯାଇଥିଲେ ବି ଖୋଲିପାରିନାହିଁ। ଗୁରୁବାର…

କୋରାପୁଟରେ ବର୍ଷା ବିତ୍ପାତ: ୪୫ ଗାଁ ଜଳମଗ୍ନ

କୋରାପୁଟ,୨୬ା୯(ଅମିତାଭ ବେହେରା): ଅର୍ଣ୍ଣବ ବାତ୍ୟା ପ୍ରଭାବରେ କୋରାପୁଟ ଜିଲାରେ ଲଗାଣ ବର୍ଷା ଯୋଗୁ ଜିଲାର ନଦୀ, ନାଳ ଓ ଜଳାଶୟର ଜଳସ୍ତର ବଢ଼ିବା ସହ ବିଭିନ୍ନ ତଳିଆ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?