୧୭ରେ କୃଷକ ମହାପଞ୍ଚାୟତ

ବରଗଡ଼,୧୩।୩(ପ୍ରେମାନନ୍ଦ ଖମାରୀ): ଆସନ୍ତା ୧୭ତାରିଖରେ ବରଗଡ ଜିଲା ସୟାଁ ଖେଳ ପଡ଼ିଆରେ କୃଷକ ମହାପଞ୍ଚାୟତ ହେବ। ଏଥିପାଇଁ ଜିଲାର ସମସ୍ତ ଗାଁ ଗାଁରେ ଜୋରଦାର ପ୍ରସ୍ତୁତି ଚାଲିଛି l ଚାଷୀମାନଙ୍କ ବିଭିନ୍ନ ସମସ୍ୟାକୁ ନେଇ ହେବାକୁ ଥିବା ଏହି କାର୍ଯ୍ୟକ୍ରମରେ ରାଷ୍ଟ୍ରୀୟସ୍ତରର ଚାଷୀ ନେତାମାନେ ଯୋଗଦେବେ।

ସେହିପରି ସୋହେଲା ବ୍ଲକ ଶହୀଦ ମାଧୋ ସିଂ କୃଷକ ସଂଗଠନ ଘେଁସ ପକ୍ଷରୁ ମଧ୍ୟ ଅଞ୍ଚଳର ବିଭିନ୍ନ ଗ୍ରାମରେ ଜୋରସୋରରେ ପ୍ରସ୍ତୁତି ବୈଠକ ଚାଲିଛି  । ଚାଷୀଙ୍କ ମୁଖ୍ୟ ସମସ୍ୟା ହେଲା, ପ୍ରତି ଗାଁରେ ସମସ୍ତ ଜମିକୁ ଜଳସେଚନ କରିବା। ଜଳସେଚନର ସୁବିଧା ନ ଥିବାରୁ ସରକାରଙ୍କ ପକ୍ଷରୁ ଗଭୀର ନଳକୂପ ଖୋଲାଯାଇଛି। ଯଦ୍ୱାରା ବିଦ୍ୟୁତ ବିଲର ସମସ୍ୟା ଦେଖାଯାଉଛି l ଚଳିତ ଖରିଫରେ ଘେଁସ ଅଞ୍ଚଳରେ ମରୁଡି ପରିସ୍ଥିତି ହୋଇଥିଲା। ଅତିରିକ୍ତ ତହସିଲଦାର ଏବଂ ବ୍ଲକ କୃଷି ଅଧିକାରୀ ଆସି ମରୁଡି ଅଞ୍ଚଳ ପରିଦର୍ଶନ କରିଥିଲେ ଏବଂ ମରୁଡି ହୋଇଥିବା ସ୍ବୀକାର କରିଥିଲେ । ତଥାପି ଚାଷୀମାନଙ୍କୁ ଇନ୍‌ପୁଟ ସହାୟତା କିମ୍ବା ଇନ୍‌ସ୍ୟୁରାନ୍ସ ଟଙ୍କା ଏପର୍ଯ୍ୟନ୍ତ ମିଳି ନାହିଁ, ଯଦ୍ୱାରା ଚାଷୀମାନଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି ।

ଘେଁସ ଅଞ୍ଚଳକୁ ମରୁଡି ଘୋଷଣା କରାଯାଇ ତୁରନ୍ତ ଇନ୍‌ପୁଟ ଏବଂ ଇନ୍‌ସ୍ୟୁରାନ୍ସ ଟଙ୍କା ଦିଆଯାଉ ବୋଲି ଚାଷୀମାନେ ଦାବି କରିଛନ୍ତି । ମହାପଞ୍ଚାୟତ ପାଇଁ ହେଉଥିବା ପ୍ରସ୍ତୁତି ବୈଠକରେ ସଂଯୁକ୍ତ କୃଷକ ସଂଗଠନର ଉପଦେଷ୍ଟା ରମେଶ ମହାପାତ୍ର, ଅଜିତ ଶତପଥି, ମାଧୋ ସିଂ କୃଷକ ସଂଗଠନର ମୁରଲୀ ଭୋଇ, ପ୍ରଭାତ ସାହୁ, ପ୍ରେମରାଜ ସାହୁ, କ୍ଷୀରୋଦ୍ର ପଟେଲ, ଅରକ୍ଷିତ ମହାକୁଡ଼, ଅରୁଣ ବାରିକ, ପ୍ରକାଶ ତ୍ରିପାଠୀ ଏବଂ ଲକ୍ଷପତି ସାହୁ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ ମଣ୍ଡିରୁ ଆସିଲା ଚିନ୍ତାଜନକ ଚିତ୍ର: ବିକ୍ରି ଧାନରୁ ବାହାରିଲାଣି ଗଜା, ଚାଷୀଙ୍କୁ ମିଳିନି ପ୍ରାପ୍ୟ; କଟନୀ-ଛଟନୀ…

ବରଗଡ଼,୨।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ଗତମାସ ୩୦ତାରିଖରୁ ଖରିଫ୍‌ ଧାନ ସଂଗ୍ରହ ପ୍ରକ୍ରିୟା ସରିଯାଇଛି। କିନ୍ତୁ ବିଭାଗୀୟ ଅବ୍ୟବସ୍ଥା ଯୋଗୁ ଏପର୍ଯ୍ୟନ୍ତ ଧାନ କିଣାବିକାରେ ଚାଷୀଙ୍କ ଦୁଃଖ…

ସିଂହ ରାଶିରେ ଶୁକ୍ରଙ୍କ ଗୋଚର: ଜୁଲାଇ ୪ରୁ ଚମକିବ ଏହି ୪ ରାଶିର ଭାଗ୍ୟ, ଧନଲାଭ ସହ ମିଳିବ ସୁଖ-ସମୃଦ୍ଧି

ଜ୍ୟୋତିଷ ଶାସ୍ତ୍ରରେ ଶୁକ୍ର ଗ୍ରହଙ୍କୁ ସୁଖ, ସମୃଦ୍ଧି, ପ୍ରେମ, ସୌନ୍ଦର୍ଯ୍ୟ ଓ ଭୌତିକ ସୁଖ-ସୁବିଧାର କାରକ ବୋଲି କୁହାଯାଏ। ଯେତେବେଳେ ବି ଶୁକ୍ର ନିଜର ରାଶି ପରିବର୍ତ୍ତନ…

ଗଜପତି ଜିଲା ଭାରତୀୟ ଜନତା ପାର୍ଟି ଯୁବମୋର୍ଚ୍ଚାର ନୂଆ ଟିମ ଘୋଷିତ

ମୋହନା,୨।୭,( ମନ୍ମଥ ମିଶ୍ର ): ଭାରତୀୟ ଜନତା ପାର୍ଟିର ରାଜ୍ୟ ଯୁବ ମୋର୍ଚ୍ଚା ସଭାପତି ଅଭିଳାଷ ପଣ୍ଡାଙ୍କ ସୁପାରିଶ ଓ ଗଜପତି ଜିଲା ସଭାପତି ନବ କିଶୋର…

ଜୁଆ ଖେଳୁଥିବା ସମୟରେ ବାଲାଜୀ ରାଇସ ମିଲରେ ପୋଲିସର ଚଢ଼ାଉ

ରିଷିଡା, ୨।୭,(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ତା ବ୍ଲକ ଅନ୍ତର୍ଗତ ଗଜବାହଲ ପଞ୍ଚାୟତ ସ୍ଥିତ ବାଲାଜୀ ରାଇସ ମିଲ ଭିତରେ ଗୁରୁବାର କୌଣସି ସୂତ୍ରରୁ ଖବର ପାଇ…

ଘରେ ପାଠ ପଢିବାକୁ କହିବାରୁ ରାଜି ନ ହୋଇ ଚରମ ପଦକ୍ଷେପ ନେଲେ ନାବାଳିକା

ଦାରିଙ୍ଗବାଡି, ୨।୭, (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ଘଟିଯାଇଛି ବଡ଼ ଅଘଟଣ ଜଣେ ଯୁକ୍ତ ୨ ପଢୁଥିବା ଛାତ୍ରୀ ପାଠ ପଢିବାକୁ…

ଜାତୀୟ ରାଜପଥର ଫୁଟ୍‌ପାଥରୁ ଲୁହା ରେଲିଂ କାଟି ନେଇଗଲେ ଦୁର୍ବୃତ୍ତ, ଠିକାସଂସ୍ଥାର ପ୍ରକଳ୍ପ ଅଧିକାରୀ କହିଲେ…

ଦାରିଙ୍ଗବାଡ଼ି,୨ା୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଦେଇ ଯାଇଥିବା ଗୋପାଳପୁରଠାରୁ ରାଇପୁର ରାସ୍ତାର ସିମନବାଡ଼ି ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର ନିକଟରେ ରାଜପଥର ଫୁଟ୍‌ପାଥରେ ଲାଗିଥିବା ଲୁହା ରେଲିଂଗୁଡିକୁ…

ଜାପାନ ପ୍ରଧାନମନ୍ତ୍ରୀ ସାନାଏ ତାକାଇଚିଙ୍କୁ ‘ସାନ ଭଉଣୀ’ ବୋଲି କାହିଁକି କହିଲେ ପ୍ରଧାନମନ୍ତ୍ରୀ ମୋଦି? ଜାଣନ୍ତୁ ସମ୍ପୂର୍ଣ୍ଣ କାହାଣୀ

ନୂଆଦିଲ୍ଲୀ,୨।୭: ଭାରତ ଏବଂ ଜାପାନ ମଧ୍ୟରେ ସମ୍ପର୍କକୁ ଗୁରୁବାର ଏକ ଗଭୀର ବ୍ୟକ୍ତିଗତ ଏବଂ ଭାବପ୍ରବଣ ମୁହୂର୍ତ୍ତ ଭାବରେ ଚିହ୍ନିତ କରିଥିଲା। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦୁଇଥର…

ଅଙ୍ଗନଓ୍ବାଡ଼ି ପାଚିକାଙ୍କୁ ରୋଷେଇ କରିବାକୁ ବିରୋଧ, ଅଭିଯୋଗ ଆଣି କହିଲେ ମୋ’ ହାତରୁ…

ଝାରବନ୍ଧ,୨ା୭(ଦେବେନ୍ଦ୍ର ସାହୁ): ବରଗଡ଼ ଜିଲା ଝାରବନ୍ଧ ଥାନା ଅନର୍ଗତ ଦଓ୍ବୋନପାଲି ଗ୍ରାମରେ ଜାତିବାଦକୁ ନେଇ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଅଭିଯୋଗ ଅନୁଯାୟୀ, ଦଓ୍ବୋନପାଲି ଗ୍ରାମରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri