Posted inଜାତୀୟ

ମହାରାଷ୍ଟ୍ରରୁ ଦିଲ୍ଲୀ ଅଭିମୁଖେ କୃଷକଙ୍କ ପଦଯାତ୍ରା

ମୁମ୍ବାଇ,୨୪।୧: କୃଷି ଆଇନ ବିରୋଧରେ ଦିଲ୍ଲୀ ସୀମାରେ ଚାଷୀ ସଂଗଠନର ଆନ୍ଦୋଳନ ଜାରି ରହିଛି। ସାଧାରଣତନ୍ତ୍ର ଦିବସରେ କୃଷକମାନେ ଏକ ଟ୍ରାକ୍ଟର ପରେଡ କରିବା ନେଇ ସୂଚନା ଦେଇଛନ୍ତି। ତେବେ ମହାରାଷ୍ଟ୍ରର ନାସିକରୁ ମୁମ୍ବାଇ ଅଭିମୁଖେ କୃଷକମାନେ ପଦଯାତ୍ରା ଆରମ୍ଭ କରିଛନ୍ତି। ଅଖିଳ ଭାରତୀୟ କିଷାନ ସଭା ପକ୍ଷରୁ ଏହି ପଦଯାତ୍ରା କରାଯାଉଥିବା ବେଳେ କୃଷକମାନେ ମୁମ୍ବାଇରେ ଏକାଠି ହୋଇ ଦିଲ୍ଲୀ ଅଭିମୁଖେ ଯିବାନେଇ ଯୋଜନା ପ୍ରସ୍ତୁତ କରିଛନ୍ତି। ପ୍ରାୟ ୧୫ ହଜାର କୃଷକ ନାସିକରୁ ମୁମ୍ବାଇ ଅଭିମୁଖେ ଯାତ୍ରା ଆରମ୍ଭ କରିଛନ୍ତି। ଆନ୍ଦୋଳନକାରୀମାନେ କହିଛନ୍ତି, ମୁମ୍ବାଇ ପର୍ଯ୍ୟନ୍ତ ପଦଯାତ୍ରା କରିବୁ ଏବଂ ପରେ ୨୬ ଜାନୁୟାରୀରେ ଦିଲ୍ଲୀରେ ପହଞ୍ଚିବୁ। ଅନ୍ୟପକ୍ଷେ ଆନ୍ଦୋଳନ କରୁଥିବା କୃଷକମାନଙ୍କୁ ଆସନ୍ତା ସାଧାରଣତନ୍ତ୍ର ଦିବସରେ ଦିଲ୍ଲୀରେ ଟ୍ରାକ୍ଟର୍‌ ପରେଡ କରିବାକୁ ଅନୁମତି ମିଳିଛି। ନୂଆ କୃଷି ଆଇନ ନେଇ ଚାଷୀ ନେତାମାନେ ସରକାରଙ୍କ ପ୍ରସ୍ତାବରେ ରାଜି ନାହାନ୍ତି। ସରକାର ୧୮ ମାସ ପାଇଁ କୃଷି ଆଇନର କାର୍ଯ୍ୟକାରିତା ଉପରେ ରୋକ ଲଗାଇବାକୁ କହିଥିଲେ। ହେଲେ ଚାଷୀମାନେ ଆଇନକୁ ସମ୍ପୂର୍ଣ୍ଣ ପ୍ରତ୍ୟାହାର କରିବାକୁ ଅଟଳ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀ ବିଧାନସଭାରେ କାର୍‌ ପୂରାଇଥିବା ବ୍ୟକ୍ତି ଗିରଫ

ନୂଆଦିଲ୍ଲୀ,୭ା୪: ଦିଲ୍ଲୀ ବିଧାନସଭା ସୁରକ୍ଷାରେ ତ୍ରୁଟି ପରିଲକ୍ଷିତ ହୋଇଛି। ସୋମବାର ଅପରାହ୍ନରେ ମାସ୍କ ପିନ୍ଧିଥିବା ଜଣେ ବ୍ୟକ୍ତି ବ୍ୟାରିକେଡ୍‌ ଏବଂ ମୁଖ୍ୟ ଫାଟକ ଅତିକ୍ରମ କରି ବିଧାନସଭା…

ବିରୋଧୀଙ୍କୁ ଝଟ୍‌କା: CEC ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଅଭିଯୋଗ ପ୍ରସ୍ତାବ ଖାରଜ

ନୂଆଦିଲ୍ଲୀ,୬।୪: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଭିଯୋଗ ପ୍ରସ୍ତାବକୁ ଖାରଜ କରାଯାଇଛି। ରାଜ୍ୟ ସଭା ଅଧ୍ୟକ୍ଷ ଏହି ପ୍ରସ୍ତାବକୁ ଖାରଜ କରିଛନ୍ତି। ବିରୋଧୀ ଦଳ…

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri