Posted inଜାତୀୟ

ମନ୍ତ୍ରୀ ନ ଆସିବାରୁ କୃଷକଙ୍କ ବୈଠକ ବର୍ଜନ

ନୂଆଦିଲ୍ଲୀ, ୧୫ା୧୦: ନୂଆ କୃଷି ଆଇନକୁ ବିରୋଧ କରି ପଞ୍ଜାବରେ କୃଷକଙ୍କ ବିରୋଧ ଜାରି ରହିଛି। ଏହାର ସମାଧାନ ଲାଗି କେନ୍ଦ୍ର କୃଷିମନ୍ତ୍ରୀ ନରେନ୍ଦ୍ର ସିଂ ତୋମାର ବୁଧବାର ଏକ ବୈଠକର ଆୟୋଜନ କରିଥିଲେ। କୃଷି ଆଇନକୁ ନେଇ ରହିଥିବା ଦ୍ୱନ୍ଦ୍ୱ ଦୂରକରିବା ଲାଗି ଏହି ବୈଠକ ଡକାଯାଇଥିଲା। ହେଲେ ବୈଠକକୁ କୃଷିମନ୍ତ୍ରୀ ନ ଆସିବାରୁ କୃଷକଙ୍କ ମନରେ ଅସନ୍ତୋଷ ବଢ଼ିଯାଇଥିଲା। ଫଳରେ କୃଷକ ସଙ୍ଗଠନ ପକ୍ଷରୁ ଏହି ବୈଠକକୁ ବର୍ଜନ କରାଯାଇଥିଲା। ସରକାର କୃଷି ଆଇନକୁ ନେଇ ଡବଲ ଷ୍ଟାଣ୍ଡାର୍ଡ ଦେଖାଉଥିବା ସେମାନେ ଅଭିଯୋଗ କରିଛନ୍ତି। ଯୋଗୀନ୍ଦର ସିଂଙ୍କ ନେତୃତ୍ୱାଧୀନ ଭାରତୀ କିଷାନ ସଂଘ ସହ ୨୯ କୃଷକ ସଙ୍ଗଠନର ପ୍ରତିନିଧି ଏହି ବୈଠକକୁ ଆସଥିଲେ। କୃଷି ଭବନଠାରେ କଡ଼ା ସୁରକ୍ଷା ମଧ୍ୟରେ ଏହି ବୈଠକ ଆରମ୍ଭ ହୋଇଥିବାବେଳେ ମନ୍ତ୍ରୀଙ୍କ ଅନୁପସ୍ଥିତି ଯୋଗୁ କୃଷକମାନେ ଉତ୍‌କ୍ଷୀପ୍ତ ହୋଇ ବୈଠକ ବର୍ଜନ କରିବା ସହ କୃଷି ବିଲ ସମ୍ପର୍କିତ କାଗଜପତ୍ରଗୁଡ଼ିକୁ ଚିରି ବିଭିନ୍ନ ସ୍ଲୋଗାନମାନ ଦେଇଥିଲେ। ବୈଠକରେ ଉପସ୍ଥିତ ଥିବା କୃଷି ସଚିବ ସଞ୍ଜୟ ଅଗ୍ରଓ୍ବାଲ ଏନେଇ କିଛି କହି ନ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ତରଳୁଛି ହିମବାହ, ବିଶ୍ୱକୁ ବିପଦ

ଲଣ୍ଡନ୍‌/ ନୂଆଦିଲ୍ଲୀ,୧୬ା୨(ଏଜେନ୍ସି): ସାରା ବିଶ୍ୱରେ ପ୍ରାୟ ୩,୧୦୦ ହିମବାହ ଦ୍ରୁତଗତିରେ ତରଳୁଛି, ଯାହାକି ଅତ୍ୟନ୍ତ ବିରଳ ଘଟଣା। ବିଶ୍ୱରେ ଥିବା ମୋଟ ହିମବାହର ଏହା ମାତ୍ର ୧%…

‘ଭାରତ ରୁଷରୁ ତେଲ କିଣିବ ନାହିଁ’, ଆମେରିକା ଦାବିର କଡ଼ା ଜବାବ ଦେଲେ ଏସ ଜୟଶଙ୍କର

କଲମ୍ବୋ,୧୫।୨: ରୁଷିଆରୁ ତେଲ ଆମଦାନୀକୁ ନେଇ ଆମେରିକା ଏବଂ ଭାରତ ମଧ୍ୟରେ ପୁଣି ଥରେ କୂଟନୈତିକ ବାକ୍‌ଯୁଦ୍ଧ ଦେଖିବାକୁ ମିଳିଛି। ଜର୍ମାନୀରେ ଅନୁଷ୍ଠିତ ମ୍ୟୁନିକ୍ ସୁରକ୍ଷା ସମ୍ମିଳନୀରେ…

ଅପହରଣର ୬୫ ବର୍ଷ ପରେ ଘରକୁ ଫେରିଲେ ବୃଦ୍ଧା; ବର୍ତ୍ତମାନର ବୟସ ୮୦, କାହାଣୀ ଜାଣିଲେ…

ଲକ୍ଷ୍ନୌ,୧୫।୨: ଉତ୍ତର ପ୍ରଦେଶର ହରଦୋଇ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଯେତେବେଳେ ଜଣେ ୮୦ ବର୍ଷୀୟ ବୃଦ୍ଧା ତାଙ୍କ ପିତାମାତାଙ୍କ ଘରକୁ ଫେରିଲେ, ସେତେବେଳେ…

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ପାକିସ୍ତାନ ଅଧିନାୟକଙ୍କ ମାଷ୍ଟରଷ୍ଟ୍ରୋକ୍‌ରେ ଫସିଲା ଭାରତ: ଖାତା ଖୋଲିବା ପୂର୍ବରୁ ଅଭିଷେକ ଆଉଟ୍

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଭାରତକୁ ଝଟକା ଦେବାରେ ସଫଳ ହୋଇଛି ପାକିସ୍ତାନ । ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଘାଙ୍କ ଏକ ଚତୁର ରଣନୀତି…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ଏପ୍ରିଲରୁ ଲାଗୁ ହୋଇପାରେ ଭାରତ-ୟୁକେ ଚୁକ୍ତି, କଣ ଶସ୍ତା କଣ ମହଙ୍ଗା ହେବ ଜାଣନ୍ତୁ

ନୂଆଦିଲ୍ଲୀ,୧୫।୨: ଭାରତ ଏବଂ ୟୁକେ ମଧ୍ୟରେ ଜୁଲାଇ ୨୦୨୫ ରେ ସ୍ୱାକ୍ଷରିତ ହୋଇଥିବା ଭାରତ-ୟୁକେ ମୁକ୍ତ ବାଣିଜ୍ୟ ଚୁକ୍ତିନାମା ଏପ୍ରିଲ ୨୦୨୬ ରେ କାର୍ଯ୍ୟକାରୀ ହେବା ନେଇ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri