ସାର ପାଇଁ ତେଜିଲା ଚାଷୀ ଆନ୍ଦୋଳନ

ଦିଗପହଣ୍ଡି,୨୫।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଞ୍ଚଳରେ ୟୁରିଆ ସାରର ଅଭାବ ଦେଖାଦେଇଛି। ଏନେଇ ଚାଷୀ ଆନ୍ଦୋଳନକୁ ଓହ୍ଲାଇଛନ୍ତି। ଚାଷୀମାନେ ଦିଗପହଣ୍ଡି ପୁଞ୍ଜିକଂୟା ଛକ ନିକଟ ରଘୁନନ୍ଦନ ଟ୍ରେଡ଼ର୍ସ ଘରୋଇ ଡିଲରଙ୍କ ଗୋଦାମ ସମ୍ମୁଖରେ ତୁରନ୍ତ ୟୁରିଆ ସାର ଯୋଗାଇ ଦେବାକୁ ଦାବି ଗୁରୁବାର ଦିଗପହଣ୍ଡି-ବ୍ରହ୍ମପୁର ମୁଖ୍ୟରାସ୍ତାକୁ ଅବରୋଧ କରିଥିଲେ।

ଘରୋଇ ଡିଲର ୟୁରିଆ ସାର ବିକ୍ରୀ କରୁଥିବା ଖବର ପ୍ରଚାରିତ ହେବା ପରେ ଗୁରୁବାର ଭୋରରୁ ଦିଗପହଣ୍ଡି ସହର ସମେତ ଆଖପାଖ ଗ୍ରାମର ଶତାଧିକ ମହିଳା ଏବଂ ପୁରୁଷ ଚାଷୀ ଡିଲରଙ୍କ ଗୋଦାମ ସମ୍ମୁଖରେ ପହଞ୍ଚି ଥିଲେ। ଏନେଇ ଘଟଣାସ୍ଥଳରେ ଉତ୍ତେଜନା ପାଇଥିଲା। ଖବର ପାଇ ଥାନା ଭାରପ୍ରାପ୍ତ ଆଇଆଇସି ସଦଳବଳେ ପହଞ୍ଚି ସ୍ଥିତି ଅନୁଧ୍ୟାନ କରିବା ସହ ଚାଷୀଙ୍କୁ ଧାଡ଼ି କରି ସାର ନେବାକୁ ପରାମର୍ଶ ଦେଇଥିଲେ।

ପ୍ରାୟ ୨ ଶହ ମିଟର ଯାଏ ଖରାରେ ଚାଷୀ ସାର ନେବାପାଇଁ ଧାଡ଼ିରେ ଠିଆ ହୋଇଥିଲେ। ତହସିଲଦାର, ଦିଗପହଣ୍ଡି ଏନ୍‌ଏସି କାର୍ଯ୍ୟନିର୍ବାହୀ ଅଧିକାରୀ ଅବିନାଶ ମିଶ୍ର ଏବଂ କୃଷିବିଭାଗ ଅଧିକାରୀଙ୍କ ଉପସ୍ଥିତିରେ ଚାଷୀଙ୍କୁ ସାର ବଣ୍ଟନ କରାଯାଇଥିଲା।

ହେଲେ ଅପରାହ୍ନରେ ସାର ସରିଯାଇଥିବା ପ୍ରଚାରିତ ହେବା ପରେ ଚାପା ଉତ୍ତେଜନା ପ୍ରକାଶ ପାଇଥିଲା। ପୂର୍ବରୁ ଆମକୁ କାହିଁକି କୁହାଗଲା ନାହିଁ କହି ବହୁ ସଂଖ୍ୟକ ଚାଷୀ ବର୍ଷା ସତ୍ତ୍ବେ ରାସ୍ତା ଅବରୋଧ କରିଥିଲେ। ତହସିଲଦାର ତଥା ଏକଜିକ୍ୟୁଟିଭ ମାଜିଷ୍ଟ୍ରେଟ ସନ୍ତୋଷ କୁମାର ସାହୁ, ଥାନା ଭାରପ୍ରାପ୍ତ ଆଇଆଇସି ତଥା ଡିଏସ୍‌ପି ପ୍ରଶାନ୍ତ କୁମାର ପାତ୍ର ସଦଳବଳେ ଘଟଣାସ୍ଥଳରେ ପହଞ୍ଚି ଶନିବାର ଚାଷୀଙ୍କୁ ପୁଣି ସାର ବିକ୍ରୀ କରାଯିବ ବୋଲି ପ୍ରତିଶ୍ରୁତି ଦେବା ପରେ ରାସ୍ତା ଅବରୋଧ ପ୍ରତ୍ୟାହୃତ ହୋଇଥିଲା।

ରଘୁନନ୍ଦନ ଟ୍ରେଡ଼ର୍ସର ମାଲିକ ରଘୁନନ୍ଦନ ନାୟକଙ୍କୁ ପଚାରିବାରୁ ଗତ ଅଗଷ୍ଟ ମାସ ସୁଦ୍ଧା ୨୦ ଟ୍ରକ ୟୁରିଆ ୪୫୦୦ ପ୍ୟାକେଟ ୟୁରିଆ ସାର ଆସିବା ପରେ ଚାଷୀଙ୍କୁ ବିକ୍ରି କରାଯାଇଥିଲା। ବୁଧବାର ୧୧୨୫ ବସ୍ତା ୟୁରିଆ ସାର ଆସିଥିଲା। ଗୁରୁବାର ଅପରାହ୍ନ ସୁଦ୍ଧା ୯୯୦ ବସ୍ତା ସାର ଚାଷୀଙ୍କୁ ବିକ୍ରି କରାଯାଇଥିବା ଜଣାପଡିଛି।

ଅନ୍ୟପକ୍ଷେ କିଛି ନିର୍ଦ୍ଦିଷ୍ଟ ଯୁବକ ବାରମ୍ବାର ସାର ନେବାକୁ ପହଞ୍ଚି ପାଟିତୁଣ୍ଡ କରିଥିଲେ। ପରବର୍ତ୍ତୀ ସମୟରେ ପୋଲିସ ପ୍ରଶାସନର ନିର୍ଦ୍ଦେଶ କ୍ରମେ ସାର ବିକ୍ରି ବନ୍ଦ କରାଯାଇଥିଲା। ୧୩୫ ବସ୍ତା ଗୋଦାମରେ ମହଜୁଦ ଅଛି। ଦିନେ ଦୁଇଦିନ ମଧ୍ୟରେ ପୁଣି ସାର ଆସିଲେ ଚାଷୀଙ୍କୁ ବିକ୍ରି କରାଯିବ ବୋଲି ପ୍ରଶାସନର ପକ୍ଷରୁ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁରୀକୁ ବେଆଇନ ମଦ ଚାଲାଣ ବେଳେ ମାଡ଼ିବସିଲା ରମ୍ଭା ପୋଲିସ: କାର ସହ ୪୦୦ ଲିଟର ମଦ ଜବତ, ୩ ଗିରଫ

ରମ୍ଭା,୨୯।୯(ବିଦ୍ୟାଧର ସାହୁ): ପୁରୀ ଜିଲାକୁ ବେଆଇନ ଭାବେ କାର୍‌ ଯୋଗେ ମଦ ଚାଲାଣ ହେଉଥିବା ବେଳେ ରମ୍ଭା ଥାନା ପୋଲିସ ହାତରେ ଧରାପଡ଼ିଛନ୍ତି ମଦ ଚାଲାଣକାରୀ। ପୋଲିସ…

ବେଲଘର ଜଙ୍ଗଲରୁ ଛେଳି ଗୋଠ ସହ ଚାଲିଆସିଲା ହରିଣ ଛୁଆ: ଉଦ୍ଧାର ପରେ ଜଙ୍ଗଲରେ ଛାଡ଼ିଲା ବନ ବିଭାଗ

ବାଲିଗୁଡ଼ା/ତୁମୁଡ଼ିବନ୍ଧ,୨୯।୯ (ସଞ୍ଜୟ କୁମାର ପାଣିଗ୍ରାହୀ/ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡ଼ିବନ୍ଧ ବ୍ଲକ୍ ଅନ୍ତର୍ଗତ ବେଲଘର ବନାଞ୍ଚଳରୁ ମଙ୍ଗଳବାର ସକାଳୁ ଏକ ହରିଣ ଛୁଆକୁ ସୁରକ୍ଷିତ ଭାବେ…

ବୁଧଙ୍କ ଓଲଟା ଚାଲି: ଅକ୍ଟୋବରରେ ଏହି ୩ ରାଶିଙ୍କ ବଢ଼ିବ ଟେନସନ, ପାଖରୁ ପଳେଇବ ସବୁ ଟଙ୍କା!

ବୁଧଙ୍କ ରାଶି ପରିବର୍ତ୍ତନ ସହିତ ତାଙ୍କର ମାର୍ଗୀ ଏବଂ ବକ୍ରୀ ହେବା ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିକୋଣରୁ ବିଶେଷ ମହତ୍ତ୍ୱ ବହନ କରେ। ଜ୍ୟୋତିଷୀୟ ମାନ୍ୟତା ଅନୁଯାୟୀ, ବୁଧଙ୍କ…

ବେଲଗୁଣ୍ଠା ଏନ୍‌ଏସିର ନୂଆ ଉପାଧ୍ୟକ୍ଷା ପ୍ରିୟମ୍ବଦା ସାମଲ: ନିର୍ବିରୋଧ ନିର୍ବାଚିତ, ୨ ବର୍ଷ ପରେ…

ବେଲଗୁଣ୍ଠା,୨୯।୯(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ବେଲଗୁଣ୍ଠା ବିଜ୍ଞାପିତ ଅଞ୍ଚଳ ପରିଷଦ (ଏନ୍‌ଏସି)ର ଉପାଧ୍ୟକ୍ଷା ପଦବୀ ପାଇଁ ମଙ୍ଗଳବାର ଉପ-ନିର୍ବାଚନ ଶାନ୍ତିପୂର୍ଣ୍ଣ ଭାବେ ସମ୍ପନ୍ନ ହୋଇଛି। ଏଥିରେ ୪ ନମ୍ବର…

କ୍ରେନ ତଳେ ଚାପି ହୋଇ ଗଞ୍ଜାମର ପ୍ରବାସୀ ଶ୍ରମିକଙ୍କ ମୃତ୍ୟୁ

ଗଞ୍ଜାମ,୨୯।୯(ଅନାଥ ତରାଇ): ପେଟ ପାଇଁ ଆନ୍ଧ୍ରପ୍ରଦେଶର ତିରୁପତି ଯାଇଥିବା ଗଞ୍ଜାମ ଜିଲାର ଜଣେ ପ୍ରବାସୀ ଶ୍ରମିକଙ୍କର ଏକ ଅଭାବନୀୟ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ଗଞ୍ଜାମ ବ୍ଲକ ପାଳିବନ୍ଧ…

ଏସିଡ ଆକ୍ରମଣ ବିରୋଧରେ ସଚେତନତା ସଭା ଓ ପଥପ୍ରାନ୍ତ ନାଟକ, ଛାତ୍ରୀଛାତ୍ର ସମ୍ୱର୍ଦ୍ଧିତ

ଥୁଆମୂଳ ରାମପୁର, ୨୯।୯ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ତାଲୁକ ଆଇନ ସେବା ସମିତି (T.L.S.C.) ଆନୁକୂଲ୍ୟରେ ମଙ୍ଗଳବାର କୋର୍ଟ ସାମ୍ନା ମଣ୍ଡପଠାରେ ଏସିଡ…

ହଜିଗଲା ମାନବିକତା: ଗଞ୍ଜାମରେ ଘଣ୍ଟା ଘଣ୍ଟା ଧରି ପଡ଼ିରହିଲା ନିରାଶ୍ରୟା ବୃଦ୍ଧାଙ୍କ ମୃତଦେହ

ଗଞ୍ଜାମ,୨୯।୯(ଅନାଥ ତରାଇ ): ଗଞ୍ଜାମ ସହରରୁ ଆସିଥିବା ଏକ ହୃଦୟବିଦାରକ ଦୃଶ୍ୟ ଆଜି ସମାଜର ମୁଖା ଖୋଲିଦେଇଛି। ବଜାରର ଭିଡ଼ ମଝିରେ ଘଣ୍ଟା ଘଣ୍ଟା ଧରି ପଡ଼ିରହିଥିଲା…

ବଦଳିବ ଭଞ୍ଜନଗର ପର୍ଯ୍ୟଟନର ଚେହେରା: ଗଠନ ହେବ ଉପଖଣ୍ଡ ସ୍ତରୀୟ କମିଟି, ବୋଟିଂ-ଭାସମାନ ରେଷ୍ଟୁରାଣ୍ଟ…

ଭଞ୍ଜନଗର,୨୯।୯(ବାବୁଲା ପ୍ରଧାନ): ଭଞ୍ଜନଗର ଉପଖଣ୍ଡରେ ପର୍ଯ୍ୟଟନର ସାମଗ୍ରିକ ବିକାଶ, ପ୍ରମୁଖ ପର୍ଯ୍ୟଟନ ସ୍ଥଳୀଗୁଡ଼ିକର ଭିତ୍ତିଭୂମି ସୁଦୃଢ଼ୀକରଣ ଏବଂ ପର୍ଯ୍ୟଟକମାନଙ୍କୁ ଉନ୍ନତ ସୁବିଧା ପ୍ରଦାନ ନେଇ ମଙ୍ଗଳବାର ଉପଜିଲାପାଳଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?