ବୀମାରାଶି ଲାଗି ତେଜିଲା ଚାଷୀ ଆନ୍ଦୋଳନ: ଅଟକାଇଲେ ଏମ୍‌ପିଙ୍କ ଗାଡ଼ି

ପାଟଣାଗଡ଼,୨୯।୧୦ (ଡି.ଏନ୍‌.ଏ.): ବଲାଙ୍ଗୀର ଜିଲାପାଟଣାଗଡ ବ୍ଲକ ଏକ ଚିର ମରୁଡି ପ୍ରପୀଡ଼ିତ ଅଞ୍ଚଳ। ୨୦୧୯-୨୦ ଖରିଫ ଋତୁରେ ମଧ୍ୟ ଏଠାରେ ମରୁଡି ପରିସ୍ଥିତି ସୃଷ୍ଟି ହୋଇଥିଲା। ତେବେ ୨୦୧୯-୨୦ ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନାରେ ପାଟଣାଗଡ଼ ବ୍ଲକର ଅଧିକାଂଶ ଚାଷୀ ଫସଲ ବୀମା କରିଥିଲେ। ହେଲେ ଆଜି ପର୍ଯ୍ୟନ୍ତ ଜିଲାର ଅନ୍ୟ ବ୍ଲକର ପଞ୍ଚାୟତକୁ ଫସଲ ବୀମାରାଶି ପ୍ରଦାନ କରାଯାଇଥିଲେ ମଧ୍ୟ ପାଟଣାଗଡ଼ ପଞ୍ଚାୟତ ସମିତିର ଅନେକ ପଞ୍ଚାୟତକୁ ବୀମାରାଶି ପ୍ରଦାନ କରାଯାଇନାହିଁ। ଏହାକୁ ନେଇ ଗୁରୁବାର ପାଟଣାଗଡ଼ ବ୍ଲକର ଚାଷୀମାନେ ପାଟଣାଗଡ ଉପଜିଲାପାଳଙ୍କ କାର୍ଯ୍ୟାଳୟ ଘେରାଉ କରି ଏକ ୫ ଦଫା ଦାବିପତ୍ର ରାଜ୍ୟପାଳଙ୍କ ଉଦ୍ଦେଶ୍ୟରେ ଉପଜିଲାପାଳ ସୋମନାଥ ପ୍ରଧାନଙ୍କୁ ପ୍ରଦାନ କରିଛନ୍ତି। ଦାବି ଗୁଡିକ ମଧ୍ୟରେ ୨୦୧୯-୨୦ର ଫସଲ ବୀମାରାଶୀ ଶୀଘ୍ର ପ୍ରଦାନ। ଅଞ୍ଚଳର ଚାଷୀମାନେ ଅନେକ ଦିନରୁ ବିଜୁ କୃଷକ ଯୋଜନାରେ ଗଭୀର କୂପ ଖନନ ପାଇଁ ଅନ୍‌ଲାଇନ ମାଧ୍ୟମରେ ଆବେଦନ କରି ଟଙ୍କା ପଇଠ କରିଥିଲେ ସୁଦ୍ଧା ବର୍ତ୍ତମାନ ପର୍ଯ୍ୟନ୍ତ କୌଣସି ସୁଫଳ ମିଳିନାହିଁ। ତାହାର ତୁରନ୍ତ ସମାଧାନ ଇତ୍ୟାଦି ରହିଛି। ଏଥିରେ ବହୁ ଚାଷୀ ଯୋଗ ଦେଇଥିଲେ।
ପରେ ପାଟଣାଗଡ଼ ବଲାଙ୍ଗୀର ମୁଖ୍ୟ ରାସ୍ତା ସରମୁହାଣଠାରେ ମଧ୍ୟ ଶତାଧିକ ଚାଷୀ ଏସବୁ ଦାବି ଉପସ୍ଥାପନ କରି ଦୀର୍ଘ ସମୟ ଧରି ମୁଖ୍ୟ ରାସ୍ତାକୁ ଅବରୋଧ କରିଥିଲେ। ଫଳରେ ରାସ୍ତାର ଉଭୟ ପାର୍ଶ୍ୱରେ ଯାନବାହନ ଅଟକି ରହିଥିବାରୁ ଲୋକଙ୍କ ଯାତାୟାତରେ ସମସ୍ୟା ସୃଷ୍ଟି ହୋଇଥିଲା। ଏହି ସମୟରେ ବଲାଙ୍ଗୀର ଏମ୍‌ପି ସଙ୍ଗୀତା କୁମାରୀ ସିଂଦେଓ ଉକ୍ତ ରାସ୍ତା ଦେଇ ଯିବା ସମୟରେ ତାଙ୍କୁ ମଧ୍ୟ ଚାଷୀ ମାନେ ଅଟକାଇଥିଲେ। ଚାଷୀ ଏବଂ ଏମ୍‌ପିଙ୍କ ମଧ୍ୟରେ ଯୁକ୍ତିତର୍କ ହୋଇ କଥା କଟାକଟି ହୋଇଥିଲା। ପରେ ଏମ୍‌ପି ଗାଡି ନେଇ ଘଟଣାସ୍ଥାଳରୁ ପଳାଇ ଯାଇଥିବାରୁ ଚାଷୀମାନଙ୍କ ମଧ୍ୟରେ ଅସନ୍ତୋଷ ଦେଖାଯାଇଥିଲା। ଆନ୍ଦୋଳନ ସ୍ଥଳରେ ପାଟଣାଗଡ଼ ତହସିଲଦାର ଡ. ପୁଷ୍ପାଞ୍ଜଳି ପଣ୍ଡା ପହଞ୍ଚି ଚାଷୀମାନଙ୍କୁ ଶୀଘ୍ର ଏ ଦିଗରେ ପଦକ୍ଷେପ ଗ୍ରହଣ କରାଯିବ ବୋଲି ପ୍ରତିଶ୍ରୁତି ଦେବାପରେ ଆନ୍ଦୋଳନ ହଟିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କର୍କଟ ରାଶିରେ ଏକାଠି ହେବେ ୩ ବଡ଼ ଗ୍ରହ: ୪ ରାଶିଙ୍କ କ୍ୟାରିୟରରେ ଲାଗିବ ଚାରିଚାନ୍ଦ, ହାତକୁ ଆସିବ କୋଟିକୋଟି ଟଙ୍କା!

ଭୁବନେଶ୍ୱର,୨୨।୯: ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଯେତେବେଳେ ତିନିଟି ଗ୍ରହ ଗୋଟିଏ ରାଶିରେ ଏକାଠି ଅବସ୍ଥାନ କରନ୍ତି, ସେତେବେଳେ ତ୍ରିଗ୍ରହୀ ଯୋଗ ଗଠିତ ହୁଏ। ଆସନ୍ତା ଅକ୍ଟୋବର ୪ରେ…

ନକଲି ନୋଟ୍‌ ଦେଇ କିଣୁଥିଲେ ବାଇକ୍, ଧରିଲା ବରଗଡ଼ ପୋଲିସ

ବରଗଡ଼,୨୨।୯(ପ୍ରେମାନନ୍ଦ ଖମାରୀ): ଜାଲ ନୋଟ୍ ଦେଇ ବରଗଡ଼ ସହରରେ ଜଣେ ସ୍କୁଟି କିଣି ଧରାପଡ଼ିଡା ଘଟଣା ଚର୍ଚ୍ଚାର ବିଷୟ ହୋଇଛି । ସୂଚନୀ ଅନୁଯାୟୀ, ବରଗଡ ବ୍ୟାଙ୍କ…

ବଡ଼ ବର୍ଷା ନେଇ ସତର୍କ କରାଇଲେ ରାଜସ୍ବ ମନ୍ତ୍ରୀ: ଏହି ୭ ଜିଲାରେ ଭୀଷଣ ବର୍ଷା! ରେଡ୍‌ ୱାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୨।୯: ବଡ଼ ବର୍ଷା ନେଇ ସତର୍କ କରାଇଲେ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ। ୨୩ ଓ ୨୪ ପାଇଁ କୋରାପୁଟ, ଗଜପତି, ଗଞ୍ଜାମକୁ ରେଡ…

ଚିଲିକାରେ ଡଙ୍ଗା ଚଳାଚଳ ବନ୍ଦ, ଆତଙ୍କିତ କୃଷ୍ଣପ୍ରସାଦବାସୀ

କୃଷ୍ଣପ୍ରସାଦ, ୨୨।୯(କୈଳାଶ ଚନ୍ଦ୍ର ପଟନାୟକ ): ବଙ୍ଗୋପସାଗରରେ ଧୀରେ ଧୀରେ ତୀବ୍ର ହେଉଛି ଅବପାତ । ଏହାକୁ ନେଇ ପୁରୀ ଜିଲା ଉପକୂଳବାସୀଙ୍କ ମନରେ ଛନକା ପଶିଛି…

ନବରଙ୍ଗପୁର ଜିଲାପାଳଙ୍କ ବଡ଼ ଘୋଷଣା: ସରକାରୀ ଅଧିକାରୀଙ୍କୁ ଦେଲେ ଏହି ନିର୍ଦ୍ଦେଶ

ଝରିଗାଁ,୨୧।୯(କିଶୋର ଚନ୍ଦ୍ର ମଣ୍ଡଳ): ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ଧୀରେ ଧୀରେ ଗଭୀର ଅବପାତର ରୂପ ନେଉଛି। ଫଳରେ ରାଜ୍ୟ ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି। ଆସନ୍ତା…

ମହିଳାଙ୍କ ପାଇଁ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ, ଅକ୍ଟୋବର ୨ରୁ ମାଗଣାରେ ବସ୍‌ ଯାତ୍ରା

ନୂଆଦିଲ୍ଲୀ,୨୨।୯: ଆଗାମୀ ୨ ଅକ୍ଟୋବର ୨୦୨୬ରୁ ସମଗ୍ର ତାମିଲନାଡୁରେ ଲାଗୁ ହେବାକୁ ଥିବା ‘ଭେଟ୍ରି ପୟନମ’ ଯୋଜନା ଦ୍ୱାରା ପ୍ରତିଦିନ ପ୍ରାୟ ୮୪.୩୨ ଲକ୍ଷ ମହିଳା ପ୍ରତ୍ୟକ୍ଷ…

PM Kisan କୁ ନେଇ ବଡ଼ ଖବର, ଅକ୍ଟୋବରରୁ ଏମାନଙ୍କୁ ମିଳିବନି କିସ୍ତି ଟଙ୍କା; ଲିଷ୍ଟରୁ କଟିଲା ନାଁ!

ନୂଆଦିଲ୍‌ଲୀ,୨୨।୮: ଦେଶର କୋଟି କୋଟି ଚାଷୀଙ୍କ ପାଇଁ ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି (PM-KISAN) ଯୋଜନା ଏକ ବଡ଼ ସାହାଯ୍ୟରୁ କମ ନୁହେଁ। ୨୩ତମ କିସ୍ତି ମିଳିବା…

ଘୁଞ୍ଚିଲା ପଞ୍ଚମ ଶ୍ରେଣୀ ବୃତ୍ତି ପରୀକ୍ଷା, ଜାଣନ୍ତୁ ପୁଣି କେବେ ହେବ…

ଖୋର୍ଦ୍ଧା,୨୨।୯(ପ୍ରଭାତ ପାଣିଗ୍ରାହୀ): ସମ୍ଭାବ୍ୟ ବାତ୍ୟା ‘ଅର୍ଣ୍ଣବ’କୁ ଦୃଷ୍ଟିରେ ରଖି ଉଚ୍ଚ ପ୍ରାଥମିକ ପଞ୍ଚମ ଶ୍ରେଣୀ ବୃତ୍ତି ପରୀକ୍ଷାକୁ ଘୁଞ୍ଚାଇ ଦିଆଯାଇଛି। ବୃତ୍ତି ପରୀକ୍ଷା ସେପ୍ଟେମ୍ବର ୨୪ରେ ହେବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?