Posted inଜାତୀୟ

ମୁଣ୍ଡ ଟେକୁଛି ଚାଷୀ ଆନ୍ଦୋଳନ: ୧୬ରେ ‘ଭାରତ ବନ୍ଦ’ ଡାକରା

ନୂଆଦିଲ୍ଲୀ,୧୨।୨: ୨୦୨୦ ସେପ୍ଟେମ୍ବର ୨୭ରେ କେନ୍ଦ୍ର ସରକାର ୩ଟି କୃଷି ଆଇନ ପ୍ରଣୟନ କରିଥିଲେ। ସେଗୁଡ଼ିକ ହେଲା କୃଷକଙ୍କ ଉତ୍ପାଦ ବ୍ୟାପାର ଓ ବାଣିଜ୍ୟ (ପ୍ରୋତ୍ସାହନ ଓ ସରଳୀକରଣ) ଆଇନ, କୃଷକ (ସଶକ୍ତୀକରଣ ଓ ପ୍ରୋତ୍ସାହନ) ମୂଲ୍ୟ ଆଶ୍ୱାସନା ଓ କୃଷି ସେବା ଚୁକ୍ତି ସମ୍ପର୍କିତ ଆଇନ ଏବଂ ଅତ୍ୟାବଶ୍ୟକ ସାମଗ୍ରୀ (ସଂଶୋଧନ)। ଏହାକୁ ନେଇ ସାରା ଦେଶର କୃଷକମାନେ ଆନ୍ଦୋଳନ କରିଥିଲେ।

କୃଷି ଆଇନରେ ଉତ୍ପାଦିତ ସାମଗ୍ରୀର ସର୍ବନିମ୍ନ ସହାୟକ ମୂଲ୍ୟ (ଏମ୍‌ଏସ୍‌ପି) ବ୍ୟବସ୍ଥା ନ ଥିବା ଏବଂ ଖାଦ୍ୟଶସ୍ୟ ଦର ନିର୍ଦ୍ଧାରଣ ଉପରେ ବୃହତ୍‌ ଶିଳ୍ପଗୋଷ୍ଠୀଙ୍କ ଏକଚାଟିଆ ଅଧିକାର ରହିବା ଆଶଙ୍କା କରି ଦିଲ୍ଲୀର ସିଙ୍ଘୁ, ଟିକ୍ରି ଓ ଗାଜିପୁର ସୀମାରେ ପ୍ରାୟ ବର୍ଷେ ଧରି ଏହି ଆନ୍ଦୋଳନ ଚାଲିଥିଲା। ଶେଷରେ ୨୦୨୧ ନଭେମ୍ବର ୧୯ରେ ସରକାର କୃଷକଙ୍କ ଦାବି ଆଗରେ ମୁଣ୍ଡ ନୁଅଁାଇ ୩ ବିବାଦୀୟ ଆଇନ ପ୍ରତ୍ୟାହାର ଘୋଷଣା କରିଥିଲେ। ସେତେବେଳେ ସରକାର ଚାଷୀମାନଙ୍କୁ ଏମ୍‌ଏସ୍‌ପି ଆଇନ ଆଣିବା ନେଇ ମଧ୍ୟ ପ୍ରତିଶ୍ରୁତି ଦେଇଥିଲେ। କିନ୍ତୁ ଏମ୍‌ଏସ୍‌ପି ଉପରେ ଅଦ୍ୟାବଧି କୌଣସି ଆଇନ ଅଣାଯାଇ ନ ଥିବାରୁ ପୁଣି ଥରେ ଦେଶରେ କୃଷକ ଆନ୍ଦୋଳନ ମୁଣ୍ଡ ଟେକିଛି।

ପ୍ରଦେଶ, ହରିୟାଣା ଓ ପଞ୍ଜାବର କୃଷକମାନେ ଫେବୃଆରୀ ୧୩ରେ ‘ଦିଲ୍ଲୀ ଚଲୋ’ ଆହ୍ବାନ ଦେଇଛନ୍ତି। ସଂଯୁକ୍ତ କିଷାନ ମୋର୍ଚ୍ଚା (ଏସ୍‌କେଏମ୍‌) ଏବଂ କିଷାନ ମଜଦୁର ମୋର୍ଚ୍ଚା (କେଏମ୍‌ଏମ୍‌) ସମେତ ୨୬ଟି କୃଷକ ସଙ୍ଗଠନ ପକ୍ଷରୁ ଆସନ୍ତା ୧୬ରେ ‘ଭାରତ ବନ୍ଦ’ ପାଇଁ ମଧ୍ୟ ଡାକରା ଦିଆଯାଇଛି। ଏହି ୩ କୃଷିବହୁଳ ରାଜ୍ୟ ସମେତ ଦେଶର ବିଭିନ୍ନ ଭାଗରୁ ପ୍ରାୟ ୨୦୦ କୃଷକ ସଙ୍ଗଠନର ୨୦ ହଜାର ଚାଷୀ ଏମ୍‌ଏସ୍‌ପି ଆଇନ ଦାବିରେ ଦିଲ୍ଲୀରେ ଏକତ୍ରିତ ହୋଇ ବିକ୍ଷୋଭ ପ୍ରଦର୍ଶନ କରିବେ ବୋଲି ଘୋଷଣା କରିଛନ୍ତି। ଏହାକୁ ଦୃଷ୍ଟିରେ ରଖି ଦିଲ୍ଲୀ ପୋଲିସ ଜାତୀୟ ରାଜଧାନୀର ଉତ୍ତରପୂର୍ବ ଜିଲାରେ ୧୪୪ ଧାରା ଜାରି କରିଛି। କାହାକୁ ଆଇନଶୃଙ୍ଖଳା ଭଙ୍ଗ ପାଇଁ ଅନୁମତି ଦିଆଯିବ ନାହିଁ ବୋଲି ନର୍ଥଇଷ୍ଟ୍‌ ପୋଲିସ ଡେପୁଟି କମିଶନର ଜୟ ତିର୍କୀ ସ୍ପଷ୍ଟ କରିଛନ୍ତି।

ଦିଲ୍ଲୀ ସୀମାଗୁଡ଼ିକୁ ସିଲ୍‌ କରିଦିଆଯାଇଛି। ହରିୟାଣା, ପଞ୍ଜାବ, ୟୁପି, ରାଜସ୍ଥାନ, ଉତ୍ତରାଖଣ୍ଡ ଏବଂ ମଧ୍ୟପ୍ରଦେଶରୁ ଆସୁଥିବା ଟ୍ରାକ୍ଟର, ଟ୍ରଲି, ବସ୍‌, କମର୍ସିଆଲ ଭେହିକିଲ ଓ ଘୋଡ଼ାଗୁଡ଼ିକରେ ଆସୁଥିବା ବିକ୍ଷୋଭକାରୀଙ୍କୁ ଦିଲ୍ଲୀକୁ ପ୍ରବେଶ କରିବାକୁ ଦିଆଯିବ ନାହିଁ ବୋଲି ପୋଲିସ ପକ୍ଷରୁ ଜାରି ଏକ ବିବୃତିରେ କୁହାଯାଇଛି। ହରିୟାଣା ପୋଲିସ ଯାତ୍ରୀମାନଙ୍କୁ ଭିନ୍ନ ରାସ୍ତା ଦେଇ ଯାତାୟାତ କରିବାକୁ ପରାମର୍ଶ ଦେଇଛି। ଏଥିସହ ବିକ୍ଷୋଭରେ ସାମିଲ ହେବାକୁ ଯାଉଥିବା କୃଷକମାନଙ୍କ ପାସ୍‌ପୋର୍ଟ ମଧ୍ୟ ରଦ୍ଦ କରାଯିବ ବୋଲି ଚେତାବନୀ ଦେଇଛି। ଏସ୍‌କେଏମ୍‌ (ଅଣରାଜନୈତିକ) ନେତା ଜଗଜିତ ସିଂ ଦଲଓ୍ବୋଲ କହିଛନ୍ତି, ଦିଲ୍ଲୀକୁ ଯିବା ପାଇଁ ହରିୟାଣାର ଖଟ୍ଟାର ସରକାର ପଥ ଅବରୋଧ କରିବା ନିନ୍ଦନୀୟ ଓ ଦୁର୍ଭାଗ୍ୟଜନକ। ଆମେ ଆଲୋଚନା ପାଇଁ ପ୍ରସ୍ତୁତ। କିନ୍ତୁ ସରକାର ସମାଧାନର ପନ୍ଥା ବାହାର ନ କରି ଆତଙ୍କ ସୃଷ୍ଟି କରୁଛନ୍ତି। ୨୦୨୦-୨୧ରେ ଆନ୍ଦୋଳନ ବେଳେ କୃଷକମାନଙ୍କ ବିରୋଧରେ ରୁଜୁ ମାମଲାଗୁଡ଼ିକୁ ପ୍ରତ୍ୟାହାର କରିବାକୁ ସରକାର ପ୍ରତିଶ୍ରୁତି ଦେଇଥିଲେ, ଯାହାକି ଅଦ୍ୟାବଧି ପ୍ରତ୍ୟାହୃତ ହୋଇନାହିଁ।

ଏମ୍‌ଏସ୍‌ପିର ଆଇନଗତ ଗ୍ୟାରେଣ୍ଟି ସମେତ ସ୍ବାମୀନାଥନ୍‌ କମିଶନ ସୁପାରିସ କରିଥିବା କୃଷକ ଓ କୃଷି ଶ୍ରମିକମାନଙ୍କ ପାଇଁ ପେନ୍‌ସନ, କୃଷିଋଣ ଛାଡ଼, ଲଖିମପୁର ଖେରି ହିଂସା ବେଳେ ଚାଷୀଙ୍କ ବିରୋଧରେ ରୁଜୁ ମାମଲା ପ୍ରତ୍ୟାହାର ମଧ୍ୟ କୃଷକ ସଙ୍ଗଠନଗୁଡ଼ିକର ଦାବି ମଧ୍ୟରେ ରହିଛି। ଦିଲ୍ଲୀ ସୀମାକୁ ଅବରୋଧ କରାଯିବା ଗଣତନ୍ତ୍ର କି ବୋଲି ଦଲଓ୍ବୋଲ ପ୍ରଶ୍ନ କରିଛନ୍ତି।

ଏନେଇ କଂଗ୍ରେସ ନେତ୍ରୀ ପ୍ରିୟଙ୍କା ଗାନ୍ଧୀ ଭଦ୍ରା କହିଛନ୍ତି, କୃଷକମାନେ ସେମାନଙ୍କ ହକ୍‌ ପାଇଁ ‘ଦିଲ୍ଲୀ ଚଲୋ’ ଡାକରା ଦେଇଥିବାବେଳେ ମୋଦି ସରକାର ଦିଲ୍ଲୀ ସୀମାଗୁଡ଼ିକୁ ସିଲ୍‌ କରୁଛନ୍ତି। କୃଷକଙ୍କ ଆୟ ଦୁଇଗୁଣା କରିବାକୁ ପ୍ରତିଶ୍ରୁତି ଦେଇ ସୋମନଙ୍କ ସ୍ବରକୁ ଚପାଇବା କ’ଣ ଅମୃତ କାଳ ବୋଲି ମାଇକ୍ରୋବ୍ଲଗିଂ ସାଇଟ୍‌ ଏକ୍ସ’ରେ ପ୍ରିୟଙ୍କା ପ୍ରଶ୍ନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାଣଫୁଟାଇ ମିଠାଖୁଆଇ ବିଜୟ ଉତ୍ସବ ପାଳିଲେ ପ୍ରକାଶ-ରବୀନ୍ଦ୍ର

ପୁରୁଷୋତ୍ତମପୁର,୨୮ା୩(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଓକିଲ ସଂଘ ନିର୍ବାଚନ ଶାନ୍ତିଶୃଙ୍ଖଳାର ସହ ଶେଷ ହୋଇଛି। ଏଥିରେ ସଭାପତି ଭାବେ ପ୍ରକାଶ ଚନ୍ଦ୍ର ତ୍ରିପାଠୀ ତାଙ୍କ ପ୍ରତିଦ୍ୱନ୍ଦ୍ୱୀ…

ମଧ୍ୟପ୍ରାଚ୍ୟରେ ଅଶାନ୍ତି ମଧ୍ୟରେ, ଆମେରିକାକୁ କଡ଼ା ଚେତାବନୀ ଦେଲେ ଇରାନ ରାଷ୍ଟ୍ରପତି, କହିଲେ ଏଥର…

ତେହରନ୍‌,୨୮।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନା ଆରମ୍ଭ ହେବାର ଏକ ମାସ ବିତିଗଲାଣି। ଇରାନ ଏବଂ ଇସ୍ରାଏଲ ମଧ୍ୟରେ ନିରନ୍ତର କ୍ଷେପଣାସ୍ତ୍ର ଆକ୍ରମଣ ବିନିମୟ ହୋଇଛି। ଇରାନ ରାଷ୍ଟ୍ରପତି…

ସରିଲା ଓକିଲ ସଂଘ ନିର୍ବାଚନ: ବାଜି ମାରିଲେ ହୃଦୟରଞ୍ଜନ-ସନ୍ତୋଷ

ଦିଗପହଣ୍ଡି,୨୮ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦଗିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର ନିର୍ବାଚନ ଶନିବାର ଶାନ୍ତିପୂର୍ଣ୍ଣ ଭାବେ ସରିଛି। ଓକିଲ ସଂଘର ସଭାପତି ଭାବେ ହୃଦୟରଞ୍ଜନ ମେକାପ…

ପେଟ୍ରୋଲ ପମ୍ପର ମାଟିତଳେ କେତେ ତେଲ ଥାଏ? କେବଳ ଏତିକି ଦିନ ପାଇଁ ରୁହେ ଷ୍ଟକ୍‌…

ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନା ଯୋଗୁଁ, ଏକ ବିଶ୍ୱ ଶକ୍ତି ସଙ୍କଟ ଦେଖାଦେଉଛି। ଏହି ଅସ୍ଥିରତାର ପ୍ରଭାବ ଘରୋଇ ସ୍ତରରେ ମଧ୍ୟ ଅନୁଭୂତ ହେଉଛି, ବିଶେଷକରି ଗ୍ୟାସ ଯୋଗାଣ…

ହର୍ମୁଜ ଷ୍ଟ୍ରେଟରେ ଇରାନର ମାୟାବି ଜାଲ, ଏନର୍ଜି କରିଡର ଏବେ ‘ମୃତ୍ୟୁର କୂଅ’! ସୁପରପାଓ୍ବାରକୁ ଦେଖାଇଦେଲା ଅସଲ ସ୍ଥିତି

ତେହରାନ୍‌,୨୮।୩: ପଶ୍ଚିମ ଏସିଆରେ ଉତ୍ତେଜନା ବୃଦ୍ଧି ପାଇବା ପରେ, ପରିସ୍ଥିତି ଧୀରେ ଧୀରେ ନିୟନ୍ତ୍ରଣ ବାହାରକୁ ଚାଲିଯାଉଛି। ହର୍ମୁଜ ପ୍ରଣାଳୀ ଦେଇ ଜାହାଜ ଚଳାଚଳ ବନ୍ଦ ହେବା…

ସରକାରଙ୍କ ବଡ଼ ଘୋଷଣା, ପହିଲାରୁ ସ୍କୁଲରେ ଖରାଛୁଟି, ଜାଣନ୍ତୁ କେଉଁଠି…

ନୂଆଦିଲ୍ଲୀ,୨୮।୩: ଏପ୍ରିଲ ଆରମ୍ଭ ନ ହେଉଣୁ ତାତି ତାର କରାଳ ରୂପ ଦେଖାଇଲାଣି । ସ୍ଥିତି ଏମିତି ହେଲାଣି ଯେ, ଘରୁ ବାହାରିବା ମଧ୍ୟ ମୁସ୍କିଲ ହୋଇପଡ଼ିଲାଣି…

‘ଇରାନର ନୂଆ ସର୍ବୋଚ୍ଚ ନେତା ଆଉ ନାହାନ୍ତି’: ମୋଜତାବା ଖାମେନେଇଙ୍କୁ ନେଇ କିଏ ଏମିତି ଦାବି କଲେ ଜାଣନ୍ତୁ…

ଓ୍ବାଶିଂଟନ,୨୮।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣିଥରେ ଦାବି କରିଛନ୍ତି ଯେ ଇରାନର ନୂତନ ସର୍ବୋଚ୍ଚ ନେତା ମୋଜତାବା ଖାମେନେଇଙ୍କ ମୃତ୍ୟୁ ଘଟିଛି। ମିଆମିରେ ‘ଭବିଷ୍ୟତ ନିବେଶ…

ଥୁଆମୂଳ ରାମପୁର ଜେଏମ୍‌ଏଫ୍‌ସି କୋର୍ଟ ବାର୍‌ ଆସୋସିଏଶନ୍‌ର ନୂତନ କର୍ମକର୍ତ୍ତା ଚୟନ

ଥୁଆମୂଳ ରାମପୁର,୨୮ା୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକସ୍ଥିତ ଜେଏମ୍‌ଏଫ୍‌ସି କୋର୍ଟ ପରିସରରେ ଶନିବାର ବାର୍‌ ଆସୋସିଏଶନର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri