Posted inଜାତୀୟ

ହରିୟାଣା ନିର୍ବାଚନକୁ ପ୍ରଭାବିତ କରିବ କୃଷକ ଆନ୍ଦୋଳନ

ନୂଆଦିଲ୍ଲୀ,୧୯ା୮(ପି.ଟି.): ବିଧାନସଭା ନିର୍ବାଚନ ହେବାକୁ ଯାଉଥିବା ହରିୟାଣାରେ କୃଷକ ସଂଗଠନଗୁଡ଼ିକ ଶାସକ ଭାଜପା ବିରୋଧରେ ପୁଣିଥରେ ବିଷୋଦ୍‌ଗାର କରିଛନ୍ତି। ସେମାନେ ବିଭିନ୍ନ ପ୍ରସଙ୍ଗ ଓ ବକେୟା ଦାବି ନେଇ ମହାପଞ୍ଚାୟତ ଜରିଆରେ ଆନ୍ଦୋଳନ ଜାରି ରଖିବାକୁ ଯୋଜନା କରିଛନ୍ତି, ଯାହା ଆଗାମୀ ନିର୍ବାଚନକୁ ପ୍ରଭାବିତ କରିବ ବୋଲି କୁହାଯାଉଛି। ବର୍ତ୍ତମାନ ରଦ୍ଦ ହୋଇଥିବା ୩ ବିବାଦୀୟ କୃଷି ଆଇନ ବିରୋଧରେ ୨୦୨୦-୨୧ କୃଷକ ଆନ୍ଦୋଳନରେ ହରିୟାଣାର ଚାଷୀମାନେ ମୁଖ୍ୟ ଭୂମିକା ନେଇଥିଲେ। ସଂଯୁକ୍ତ କିଷାନ ମୋର୍ଚ୍ଚା ବ୍ୟାନରରେ ଦିଲ୍ଲୀ ସୀମାରେ କୃଷକ ଆନ୍ଦୋଳନ ଦେଢ଼ବର୍ଷ ଧରି ଚାଲିଥିଲା। ଫଳରେ କେନ୍ଦ୍ର ସରକାର ୩ ବିବାଦୀୟ ଆଇନକୁ ରଦ୍ଦ କରିବାକୁ ବାଧ୍ୟ ହୋଇଥିଲେ। ପରେ ଉକ୍ତ ସଂଗଠନ ବିଭାଜିତ ହୋଇ ସଂଯୁକ୍ତ କିଷାନ ମୋର୍ଚ୍ଚା (ଅଣରାଜନୈତିକ) ସୃଷ୍ଟି ହୋଇଥିଲା। ଏବେ ପଞ୍ଜାବ ଓ ହରିୟାଣାର ଶମ୍ଭୁ ଏବଂ ଖନୌରି ସୀମାରେ ଉକ୍ତ ସଂଗଠନ ଓ କିଷାନ ମଜଦୁର ମୋର୍ଚ୍ଚା ପକ୍ଷରୁ ଆନ୍ଦୋଳନ ଜାରି ରହିଛି। ଉଭୟ ସଂଗଠନ ଭାଜପାକୁ ବିରୋଧ କରୁଛନ୍ତି। ଚାଷୀ ଆନ୍ଦୋଳନର ପ୍ରଭାବ ଗତ ଲୋକ ସଭା ନିର୍ବାଚନରେ ସ୍ପଷ୍ଟ ଜଣାପଡ଼ିଥିଲା। ଆଗାମୀ ବିଧାନସଭା ନିର୍ବାଚନକୁ ମଧ୍ୟ ଏହା ପ୍ରଭାବିତ କରିବ ବୋଲି ସଂଯୁକ୍ତ କିଷାନ ମୋର୍ଚ୍ଚା (ଅଣରାଜନୈତିକ)ର ନେତା ଅଭିମନ୍ୟୁ କୋହର କହିଛନ୍ତି। ଫସଲର ସର୍ବନିମ୍ନ ସହାୟକ ମୂଲ୍ୟ (ଏମ୍‌ଏସ୍‌ପି) ଏବଂ ସ୍ବାମୀନାଥନ କମିଶନଙ୍କ ସୁପାରିସ କାର୍ଯ୍ୟକାରୀ କରିବା ହରିୟାଣା ଗ୍ରାମାଞ୍ଚଳର ମୁଖ୍ୟ ପ୍ରସଙ୍ଗ। ଅଗ୍ନିବୀର ଯୋଜନା, ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଯୁକ୍ତି ଗ୍ୟାରେଣ୍ଟି ଯୋଜନା (ଏମ୍‌ଜିଏନ୍‌ଆର୍‌ଇଜିଏସ୍‌) ପାଣ୍ଠି ହ୍ରାସ ମଧ୍ୟ ଗ୍ରାମାଞ୍ଚଳ ଭୋଟରଙ୍କୁ ପ୍ରଭାବିତ କରିବ ବୋଲି ଅଭିମନ୍ୟୁ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧ ଭିତରେ ଟ୍ରମ୍ପଙ୍କ ବଡ଼ ଘୋଷଣା, ଇରାନ ବିରୋଧରେ ୫ ଦିନ ଯୁଦ୍ଧ ସ୍ଥଗିତ ରଖିଲା ଆମେରିକା

ନୂଆଦିଲ୍ଲୀ,୨୩।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଘୋଷଣା କରିଛନ୍ତି ଯେ ସେ ଆଗାମୀ ପାଞ୍ଚ ଦିନ ପାଇଁ ଇରାନର ଏନର୍ଜୀ ଭିତ୍ତିଭୂମି ଉପରେ ଆକ୍ରମଣ ଯୋଜନାକୁ ସ୍ଥଗିତ…

ମୃତଦେହ ସହିତ ୧୩ ଘଣ୍ଟା ଉଡିଲା ବିମାନ, ହେଲେ ଜରୁରୀକାଳୀନ ଅବତରଣ କଲେନି ପାଇଲଟ, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୨୩।୩: ହଂକଂରୁ ଲଣ୍ଡନ ଯାଉଥିବା ବ୍ରିଟିଶ ଏୟାରୱେଜ ବିମାନ BA32ରେ ଏକ ଏଭଳି ଘଟଣା ଘଟିଛି, ଯାହା ବିମାନ ଚଳାଚଳ ନିୟମ ଏବଂ ମାନବ ସମ୍ବେଦନଶୀଳତା ମଧ୍ୟରେ…

ସମସ୍ୟା କହିଲେ ଲୋକେ: ୧୬୬ ଅଭିଯୋଗ ଶୁଣିଲେ…

ବାଙ୍କୀ,୨୩।୩( ଶୁଭେନ୍ଦୁ ମହାପାତ୍ର ): କଟକ ଜିଲା ଡମପଡା ବ୍ଲକ ଅଧୀନ ଜାତମୁଣ୍ଡିଆ ପଞ୍ଚାୟତ ଭବନଠାରେ ଏକ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର କଟକ ଜିଲାପାଳ…

ଗାଁରେ ପଡିଛି ମହିଳାଙ୍କ ଦରପୋଡା ମୃତଦେହ, ହତ୍ୟା ପରେ ଜାଳିଦେଲେ….

ଦେବଗଡ,୨୩।୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଜିଲା କୁଣ୍ଢେଇଗୋଳା ଥାନା ମହ୍ଲାରବାହାଲ ଗ୍ରାମରେ ଭୟାନକ ହତ୍ୟାକାଣ୍ଡ । ମହିଳାଙ୍କୁ ହତ୍ୟା ପରେ ନିଆଁ ଲଗାଇ ପୋଡି ଦେଇଥିବା ନେଇ…

ଯୁଦ୍ଧ ମଧ୍ୟରେ ସଂସଦରେ କଡ଼ା ବାର୍ତ୍ତା ଦେଲେ ପ୍ରଧାନମନ୍ତ୍ରୀ ମୋଦି, ସାରା ବିଶ୍ୱରେ ପଡିଗଲା ଚହଳ

ନୂଆଦିଲ୍ଲୀ,୨୩।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଯୋଗୁ ଭାରତ ସାମ୍ନା କରୁଥିବା ଚ୍ୟାଲେଞ୍ଜ ବିଷୟରେ ଲୋକ ସଭାରେ ସୂଚନା ଦେଇଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି, ପଶ୍ଚିମ ଏସିଆର…

ପାଣି ପାଇଁ ତାତିଲେ ଗ୍ରାମବାସୀ: ହାଣ୍ଡି, ମାଠିଆ, ବାଲଟି ରଖି ରାସ୍ତାରେ ଶୋଇ ପ୍ରତିବାଦ

ବାରଙ୍ଗ,୨୩।୩(ଲିଙ୍ଗରାଜ ରାଉତ): ପିଇବା ପାଣି ଠିକ୍‌ ଭାବେ ନ ମିଳିବା ପ୍ରତିବାଦରେ ସୋମବାର ପାଟପୁର ଗ୍ରାମବାସୀ ତ୍ରିଶୁଳିଆ-ବାଙ୍କି ରାସ୍ତାକୁ ପାଟପୁର ଗାଁ ମୁଣ୍ଡରେ ଅବରୋଧ କରିଥିଲେ ।…

ଡାକ୍ତରଙ୍କ ଅମାନବୀୟ କାର୍ଯ୍ୟ; ଚିକିତ୍ସା ବାହାନାରେ ନିଶା ଇଞ୍ଜେକ୍ସନ ଦେଲେ, ଅଶ୍ଳୀଳ ଭିଡିଓ କରି…

ଭୋପାଳ,୨୩।୩: ମଧ୍ୟପ୍ରଦେଶର ଇନ୍ଦୋର ଜିଲ୍ଲାର ମହୁରେ, ଜଣେ ଡାକ୍ତର ଏକ ଘୃଣ୍ୟ କାର୍ଯ୍ୟ ସାମ୍ନାକୁ ଆସିଛି ।ଅଭିଯୋଗ ହୋଇଛି ଯେ ଡାକ୍ତର ଜଣେ ଯୁବତୀଙ୍କୁ ଚିକିତ୍ସା ସମୟରେ…

ପୁଣିଥରେ ସାରା ବିଶ୍ୱରେ ଘାରିଲାଣି ଲକ୍‌ଡାଉନ ଛାୟା, ପ୍ରସ୍ତୁତି ଆରମ୍ଭ କରିଦେଲେଣି ଅନେକ ଦେଶ

ନୂଆଦିଲ୍ଲୀ,୨୩।୩: ମଧ୍ୟପ୍ରାଚ୍ୟରେ, ଇରାନ ସହିତ ଚାଲିଥିବା ଉତ୍ତେଜନା ହର୍ମୁଜ ପ୍ରଣାଳୀକୁ ପ୍ରାୟତଃ ଅବରୋଧ କରିଛି, ଯେଉଁଠାରୁ ବିଶ୍ୱ ତୈଳ ଯୋଗାଣର ଏକ ବଡ଼ ଅଂଶ ଯାଏ। ଏହା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri