Posted inଜାତୀୟ

ତୀବ୍ର ହେବ ଚାଷୀ ଆନ୍ଦୋଳନ

ଅମୃତସର/ହିସାର/ମୁଜାଫରନଗର,୧୭।୨(ପି.ଟି.): ସଂଯୁକ୍ତ କିଷାନ ମୋର୍ଚ୍ଚା (ଏସ୍‌କେଏମ୍‌)ର ଭାରତ ବନ୍ଦ ଡାକରା ଯୋଗୁ ଶୁକ୍ରବାର ପଞ୍ଜାବରେ ଗାଡ଼ିମୋଟର ଚଳାଚଳ ବନ୍ଦ ରହିଥିଲା। ଫଳରେ ବସ୍‌ଯାତ୍ରୀମାନେ ବିଭିନ୍ନ ଷ୍ଟାଣ୍ଡରେ ଅଟକି ରହି ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହୋଇଛନ୍ତି। ଫସଲର ସର୍ବନିମ୍ନ ସହାୟକ ମୂଲ୍ୟ (ଏମ୍‌ଏସ୍‌ପି) ଉପରେ ଆଇନଗତ ଗ୍ୟାରେଣ୍ଟି ଦାବି ଗ୍ରହଣ କରିବା ନିମନ୍ତେ ସରକାରଙ୍କ ଉପରେ ଚାପ ପକାଇବା ପାଇଁ ‘ଭାରତ ବନ୍ଦ’ ଡାକରା ଦିଆଯାଇଥିଲା। ରାଜ୍ୟର ବିଭିନ୍ନ ସ୍ଥାନରେ ଦୋକାନବଜାର ଓ ବ୍ୟବସାୟ ପ୍ରତିଷ୍ଠାନ ବନ୍ଦ ରହିଥିବାବେଳେ ଚାଷୀମାନେ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ସେମାନେ ପଠାନକୋଟ, ତର୍ନତରନ, ବଠିଣ୍ଡା ଏବଂ ଜଳନ୍ଧର ଆଦି ବିଭିନ୍ନ ସ୍ଥାନରେ ଜାତୀୟ ରାଜପଥ ଅବରୋଧ କରିଥିଲେ।
ଭାରତ ବନ୍ଦ ଯୋଗୁ ହରିୟାଣାର ହିସାରରେ ସଡ଼କ ପରିବହନ ସେବା ସମ୍ପୂର୍ଣ୍ଣ ଠପ୍‌ ହୋଇଯାଇଥିଲା। ପରିବହନ କର୍ମଚାରୀମାନେ ଭାରତ ବନ୍ଦକୁ ସମର୍ଥନ ଜଣାଇ କାମରେ ଯୋଗଦେଇ ନ ଥିଲେ। ହରିୟାଣାର ବିଭିନ୍ନ ଟୋଲ ପ୍ଲାଜାରେ ଭାରତୀୟ କିଷାନ ୟୁନିୟନ (ଚାରୁନି)ର ସଦସ୍ୟମାନେ ଧାରଣାରେ ବସିବାରୁ ଟୋଲ୍‌ ଆଦାୟ ହୋଇପାରି ନ ଥିଲା। ଏହା ବ୍ୟତୀତ ପଶ୍ଚିମ ଉତ୍ତରପ୍ରଦେଶରେ ମଧ୍ୟ ବନ୍ଦ୍‌ର ପ୍ରଭାବ ଦେଖିବାକୁ ମିଳିଥିଲା। ସ୍ବାମୀନାଥନ କମିଶନଙ୍କ ରିପୋର୍ଟ କାର୍ଯ୍ୟକାରୀ କରିବା, କୃଷିଋଣ ଛାଡ଼ ଆଦି ବିଭିନ୍ନ ଦାବି ନେଇ ଆନ୍ଦୋଳନ ଜାରି ରହିଥିବା ଟିକାଏତ୍‌ କହିଛନ୍ତି। ବିଜନୁର୍‌ରେ ବିକେୟୁ ସଦସ୍ୟମାନେ ଆଖୁ ଓଜନ କେନ୍ଦ୍ରରେ କାମ ବନ୍ଦ କରାଇଥିଲେ। ବାଗପତ୍‌ରେ ବନ୍ଦ ସମର୍ଥନରେ ପ୍ରତୀକ ବିକ୍ଷୋଭ କରାଯାଇଥିଲା। ଆନ୍ଦୋଳନକାରୀ ଚାଷୀଙ୍କ ସ୍ବର ଚାପିଦେବାକୁ କେନ୍ଦ୍ର ଉଦ୍ୟମ କରୁଛନ୍ତି। କୃଷକ ଆନ୍ଦୋଳନକୁ ଦେଖାଉଥିବା ୭୦ ଜଣ ୟୁଟ୍ୟୁବରଙ୍କ ଆକାଉଣ୍ଟକୁ ସ୍ଥଗିତ ରଖାଯାଇଥିବା ପଞ୍ଜାବ କିଷାନ ମଜଦୁର ସଂଘର୍ଷ କମିଟି ସାଧାରଣ ସମ୍ପାଦକ ସରଓ୍ବନ ସିଂ ପାନ୍ଧେର୍‌ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଘରୁ ଲକ୍ଷାଧିକ ଟଙ୍କା ଚୋରି ଘଟଣା; ୯୨ ହଜାର ୫ ଶହ ଟଙ୍କା ଜବତ, ୩ ନାବାଳକ କରିଥିଲେ…

ଦିଗପହଣ୍ଡି/ଚିକିଟି,୨୨।୩(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟିପେଣ୍ଠ ଗ୍ରାମ ପଦ୍ମନଗର ୬ଷ୍ଠ ଲେନ ବାସିନ୍ଦା ମଙ୍ଗୁଳୁ ପ୍ରଧାନଙ୍କ ଘରୁ ଚୋରି ଘଟଣାରେ ପୋଲିସକୁ…

ମଧ୍ୟପ୍ରାଚ୍ୟ ଯୁଦ୍ଧ: ମୋଦିଙ୍କ ଅଧ୍ୟକ୍ଷତାରେ ୩ଘଣ୍ଟା ଧରି ବସିଲା ଉଚ୍ଚସ୍ତରୀୟ ବୈଠକ, ତେଲ-ଗ୍ୟାସ ନେଇ ଦେଲେ ବଡ଼ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ମଧ୍ୟରେ ରବିବାର ସନ୍ଧ୍ୟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ବୈଠକ ବସିଥିଲା । ପ୍ରଧାନମନ୍ତ୍ରୀଙ୍କ ବାସଭବନରେ ଅନୁଷ୍ଠିତ ଏହି ଉଚ୍ଚସ୍ତରୀୟ…

ପାରିବାରିକ କଳହର କରୁଣ ପରିଣତି; ଆତ୍ମହତ୍ୟା କଲେ ନବବଧୂ, କାରଣ ଜାଣିଲେ…

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଷ୍ଟେଟବ୍ୟାଙ୍କ ସମ୍ମୁଖ ରାମଚନ୍ଦ୍ର ନଗରରେ ରହୁଥିବା ଚନ୍ଦ୍ରମା ଗୌଡ଼ (୨୮)ନାମକ ଜଣେ ନବବଧୂ ଆତ୍ମହତ୍ୟା କରିଥିବା ଜଣାପଡିଛି ।…

ବେପରୁଆ ଗାଡି ଚାଳନା, ଚକା ଫାଟି ଭାଙ୍ଗିଲା ଘର କାଚ

ଗଞ୍ଜାମ,୨୨।୩(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ସ୍ଥିତ ଗ୍ରାସୀମ କମ୍ପାନୀକୁ ବିଭିନ୍ନ କାମରେ ଦୈନଦିନ ଶହ ଶହ ଟ୍ରକ ଟ୍ରାକ୍ଟର ଦଶ ଚକିଆ ଭାରୀଯାନ ଯାତାୟତ କରୁଛି…

ଯୁଦ୍ଧ ଆରମ୍ଭ! ୪୮ ଘଣ୍ଟା ମଧ୍ୟରେ ୪ଟି ବଡ଼ ଆକ୍ରମଣ, ନେତାନ୍ୟାହୁ କହିଲେ ଇରାନ ବିରୋଧରେ ବିଶ୍ୱ…

ନୂଆଦିଲ୍ଲୀ,୨୨।୩: ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍ ନେତାନ୍ୟାହୁ ରବିବାର ଦିନ ଡିମୋନା ଏବଂ ଆରାଦ ସହରରେ ମିଶାଇଲ୍ ଆଟାକ୍ ହୋଇଥିବା ସ୍ଥାନ ପରିଦର୍ଶନ କରିଥିଲେ। ସେ କହିଥିଲେ ଯେ…

ଧରିତ୍ରୀ ପ୍ରଭାବ: ସଜଡା ହେଲା ବ୍ଲକ ଗେଟ୍‌, ମରାମତି ହେଲା ‘ମରଣଯନ୍ତା’

ଥୁଆମୂଳ ରାମପୁର,୨୨।୩(ଦୁର୍ଗା କୀର୍ତ୍ତି): ଜନସାଧାରଣଙ୍କ ସମସ୍ୟା ସମାଧାନର ପେଣ୍ଠସ୍ଥଳ କୁହାଯାଉଥିବା ଥୁଆମୂଳ ରାମପୁର ପଞ୍ଚାୟତ ସମିତି କାର୍ଯ୍ୟାଳୟର ମୁଖ୍ୟ ପ୍ରବେଶ ପଥ ଏବେ ସମ୍ପୂର୍ଣ୍ଣ ସୁରକ୍ଷିତ ହୋଇଛି…

ପାକିସ୍ତାନ ପରେ ଏହି ଦେଶରେ ତେଲ ସଙ୍କଟ, ପେଟ୍ରୋଲ-ଡିଜେଲ ମୂଲ୍ୟ ୨୫% ବଢ଼ାଇଲେ ସରକାର

ନୂଆଦିଲ୍ଲୀ,୨୨।୩: ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଯୁଦ୍ଧ ଯୋଗୁଁ ବିଶ୍ୱବ୍ୟାପୀ ଶକ୍ତି ଯୋଗାଣ ବିପର୍ଯ୍ୟସ୍ତ ହୋଇପଡ଼ିଛି । ଅଶୋଧିତ ତୈଳ ମୂଲ୍ୟ ବୃଦ୍ଧି ପାଉଥିବାବେଳେ, ଗ୍ୟାସ୍…

ଯାତ୍ରୀଙ୍କୁ ମୃତ୍ୟୁମୁଖରୁ ବଞ୍ଚାଇଲେ ଆରପିଏଫ୍ କନେଷ୍ଟବଳ, ଟ୍ରେନରେ….

ରାୟଗଡ଼ା,୨୨।୩(ଆଶିଷ ରଞ୍ଜନ ପଣ୍ଡା): ଆରପିଏଫ କନଷ୍ଟେବଳଙ୍କ ସତର୍କତା କାରଣରୁ ମୃତ୍ୟୁମୁଖରୁ ଅଳ୍ପକେ ବର୍ତ୍ତିଗଲେ ଯାତ୍ରୀ । ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି ରାୟଗଡ଼ା ରେଳ ଷ୍ଟେସନରେ ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri