ଉଦ୍ୟାନ କୃଷି ପାଇଁ ଚାଷୀ ମାନସିକତା ବଦଳିବା ଆବଶ୍ୟକ

ଭୁବନେଶ୍ୱର, ୨୩।୧(ବ୍ୟୁରୋ): ଉଦ୍ୟାନ କୃଷିରେ ଅଳ୍ପ ଜମିରେ ଅଧିକ ଲାଭ ପାଇବାର ସୁଯୋଗ ରହିଛି। ତେଣୁ ଚାଷୀମାନେ ଅଧିକରୁ ଅଧିକ ଉଦ୍ୟାନ କୃଷି ଭିତ୍ତିକ ଚାଷ ଓ ଅର୍ଥକରୀ ଫସଲ କରିବା ନିମନ୍ତେ ମାନସିକତାରେ ପରିବର୍ତ୍ତନ ଆଣିବାର ଆବଶ୍ୟକତା ରହିଛି। ଜିଲାର ଉଦ୍ୟାନ କୃଷି ଅଧିକାରୀମାନେ ଅନ୍ୟ ଆନୁଷଙ୍ଗିକ ବିଭାଗର ଅଧିକାରୀଙ୍କ ସହିତ ନିୟମିତ ବୈଠକ ଆୟୋଜନ କରି ସମନ୍ବିତ କୃଷି ନିମନ୍ତେ ଯୋଜନା ପ୍ରସ୍ତୁତ କରିବା ଉଚିତ। ଶୁକ୍ରବାର କୃଷି ଭବନଠାରେ ଆୟୋଜିତ ଉଦ୍ୟାନ କୃଷି ଅଧିକାରୀଙ୍କ ସମୀକ୍ଷା ବୈଠକରେ କୃଷି ଓ କୃଷକ ସଶକ୍ତୀକରଣ ମନ୍ତ୍ରୀ ଅରୁଣ କୁମାର ସାହୁ ଯୋଗଦେଇ ଏହା କହିଛନ୍ତି। ସେ କହିଲେ, ରାଜ୍ୟରେ ଉଦ୍ୟାନ କୃଷିର ପର୍ଯ୍ୟାପ୍ତ ସୁଯୋଗ ରହିଛି। ଫସଲର ବିବିଧୀକରଣ କରାଯାଇ ସ୍ଥାନୀୟ ଅଞ୍ଚଳର ମୃତ୍ତିକା ଓ ଜଳବାୟୁ ଅନୁକୂଳ ଫଳ, ପନିପରିବା ଆଦି ଚାଷ କରାଯାଇ ଚାଷୀଙ୍କ ଆୟକୁ ବହୁଗୁଣିତ କରାଯାଇପାରିବ। ଏ ଦିଗରେ ଉଦ୍ୟାନ କୃଷି ଅଧିକାରୀମାନେ ବ୍ୟାପକ ସଚେତନତା ସୃଷ୍ଟି କରନ୍ତୁ। ଉଦ୍ୟାନ କୃଷି ବିଭାଗର ଉପନିର୍ଦ୍ଦେଶକ ଓ ସହକାରୀ ନିର୍ଦ୍ଦେଶକମାନେ ଆଗାମୀ ୩ ମାସର କାର୍ଯ୍ୟଖସଡ଼ା ଓ ଜିଲା ନିମନ୍ତେ ୩ ବର୍ଷର ଯୋଜନା ପ୍ରସ୍ତୁତ କରି ବିଭାଗକୁ ପଠାଇବା ପାଇଁ ମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ଅଧିକାରୀମାନେ ନିୟମିତ କ୍ଷେତ୍ର ପରିଦଶର୍ନ କରି ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ରେ ବୃକ୍ଷରୋପଣ କାର୍ଯ୍ୟକ୍ରମକୁ କଡ଼ାକଡ଼ି ତଦାରଖ କରିବା ପାଇଁ ମନ୍ତ୍ରୀ କହିଛନ୍ତି।
ବୈଠକରେ କୃଷି ଓ କୃଷକ ସଶକ୍ତୀକରଣ ବିଭାଗର ପ୍ରମୁଖ ଶାସନ ସଚିବ ସୌରଭ ଗର୍ଗ ଯୋଗଦେଇ ଅଧିକରୁ ଅଧିକ ଉଦ୍ୟାନ କୃଷି କ୍ଲଷ୍ଟର ଏବଂ ଚାରା ଉତ୍ପାଦନ ନିମନ୍ତେ ଅଧିକ ନର୍ସରି ପ୍ରତିଷ୍ଠା ଉପରେ ଗୁରୁତ୍ୱ ଦେଇଥିଲେ। ବିଭାଗୀୟ ସ୍ବତନ୍ତ୍ର ଶାସନ ସଚିବ ସୁରେଶ କୁମାର ବଶିଷ୍ଠ, ଉଦ୍ୟାନ କୃଷି ନିର୍ଦ୍ଦେଶକ ରୋହିତ କୁମାର ଲେଙ୍କା, କୃଷି ଓ ଖାଦ୍ୟ ଉତ୍ପାଦନ ନିର୍ଦ୍ଦେଶକ ଡ. ଏମ୍‌. ମୁଥୁକୁମାର, ମୃତ୍ତିକା ସଂରକ୍ଷଣ ଓ ଜଳବିଭାଜିକା ଉନ୍ନୟନ ନିର୍ଦ୍ଦେଶକ ହେମନ୍ତ କୁମାର ପଣ୍ଡାଙ୍କ ସମେତ ଉଦ୍ୟାନକୃଷି ଉପନିର୍ଦ୍ଦେଶକ, ସହକାରୀ ଉଦ୍ୟାନକୃଷି ନିର୍ଦ୍ଦେଶକମାନେ ଯୋଗଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?