ଚାଷୀଙ୍କୁ ମିଳୁନି ରିହାତି ସାର: ଚଢ଼ାଦରରେ ବିକ୍ରି କରୁଛନ୍ତି ବ୍ୟବସାୟୀ

ମହାକାଳପଡ଼ା,୨୭ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ):କୃଷି ଓ କୃଷକର ବିକାଶ ପାଇଁ କେନ୍ଦ୍ର ଓ ରାଜ୍ୟ ସରକାର ଅନେକ ଯୋଜନା କାର୍ଯ୍ୟକାରୀ କରୁଛନ୍ତି। ହେଲେ ତୃଣମୂଳସ୍ତରରେ ଚାଷୀଙ୍କ ଦୁଃଖ ଦ୍ୱିଗୁଣିତ ହେଉଛି। କୃଷି ବିଭାଗ ପକ୍ଷରୁ ଚାଷୀଙ୍କୁ ସରକାରୀ ରିହାତି ଦରରେ ବିହନ, ସାର, ଔଷଧ, ସ୍ପ୍ରେ ମେଶିନ, କୃଷି ଯନ୍ତ୍ରପାତି ଯୋଗାଇ ଦେବାକୁ ବିପୁଳ ଅର୍ଥ ବ୍ୟୟବରାଦ ରହିଛି। କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଞ୍ଚଳର ଚାଷୀଙ୍କୁ ସରକାରୀ ରିହାତି ଦରରେ ସାର, ଔଷଧ ମିଳୁନି ବୋଲି ଅଭିଯୋଗ କରିଛନ୍ତି। ଅପରପକ୍ଷରେ ଖରିଫ ଋତୁରେ ଚାଷୀମାନେ ସରକାରୀ ସାର ନ ଥିବାରୁ ବାଧ୍ୟ ହୋଇ ଖୋଲା ବଜାରରୁ ବିଭିନ୍ନ କିସମ ସାର ଚଢ଼ାଦରରେ କିଣୁଛନ୍ତି। ଗ୍ରୋମର ୧୯୦୦ରୁ ୨୦୦୦ ଟଙ୍କା, ଡିଏପି ୧୬୦୦, ୟୁରିଆ ପ୍ୟାକେଟ ପିଛା ୫୦୦ରୁ ୬୦୦ ଟଙ୍କା ଦେଇ କିଣୁଥିବା ଦେଖିବାକୁ ମିଳୁଛି। ତେବେ କୃଷି ବିଭାଗ ଉପରିସ୍ଥ ଅଧିକାରୀଙ୍କ ଦାୟିତ୍ୱହୀନତା ଯୋଗୁ ଚାଷୀମାନେ ମୁଣ୍ଡରେ ହାତ ଦେଇ ବସିଲେଣି ବୋଲି ହରି ଗୋଚ୍ଛାୟତ, ପାଣ୍ଡବ ବେହେରା, ସଦାଶିବ ରାଉତ, ବାବାଜି ସେଠୀ, ଜଗବନ୍ଧୁ ରାଉତ, ଶିଶିର ସ୍ବାଇଁ ପ୍ରମୁଖ ଅଭିଯୋଗ କରିଛନ୍ତି। କୃଷି ବିଭାଗ ଅଧିକାରୀମାନେ ସମ୍ପୃକ୍ତ ଚାଷୀମାନଙ୍କ ପ୍ରତି ଧ୍ୟାନ ଦେବାକୁ କୁହାଯାଇଛି।
ମହାକାଳପଡ଼ା ବ୍ଲକରେ ୨୮ ହଜାର ହେକ୍ଟର ଜମିରେ ଖରିଫ ଧାନଚାଷ ସହିତ ଅନ୍ୟ ଫସଲ ଅମଳ ହେଉଛି। ସେଥିମଧ୍ୟରୁ ୭ ହଜାର ହେକ୍ଟର ଜମିରେ ଜଳସେଚନ ସୁବିଧା ରହିଛି। ହେଲେ ଚାଷଜମି ଶେଷମୁଣ୍ଡରେ କେନାଲ ଜଳ ପହଞ୍ଚତ୍ ପାରୁନି ବୋଲି ଚାଷୀମାନେ କହିଛନ୍ତି। ଏବେ ଲଘୁଚାପ ବର୍ଷା ଯୋଗୁ ଉଚ୍ଚ ଓ ଖାଲୁଆ ଜମିରେ ପାଣି ରହିଛି। ବର୍ଷା ଛାଡ଼ିବା ପରେ ସାର କେଉଁଠୁ ଆଣି ଜମିରେ ପକାଇବେ ବୋଲି ଚାଷୀମାନଙ୍କୁ ଚିନ୍ତା ଘାରିଛି। ଏ ନେଇ ସାଧନ ମଣ୍ଡଳ, ପରିତୋଷ ମଣ୍ଡଳ, କୃଷ୍ଣପଦ ଗାୟନ, ଲକ୍ଷ୍ମଣ ଗିରି, ବ୍ରଜବନ୍ଧୁ ସାହୁ, ସନ୍ନ୍ୟାସୀ ବିଶ୍ୱାସ ପ୍ରମୁଖ ଅଭିଯୋଗ କରିଛନ୍ତି। ରାଜ୍ୟ ସରକାର ଚାଷୀମାନଙ୍କ ପ୍ରତି ସ୍ବତନ୍ତ୍ର ଦୃଷ୍ଟି ଦେବାକୁ ଚାଷୀମାନଙ୍କ ସହ ଚାଷୀ ସଙ୍ଗଠନ ଜିଲା ସଭାପତି ଅଙ୍କୁର ପଲାଇ ଦାବି କରିଛନ୍ତି। ଏ ସଂକ୍ରାନ୍ତରେ ମହାକାଳପଡ଼ା ଅତିରିକ୍ତ କୃଷି ଅଧିକାରୀ ମୃତ୍ୟୁଞ୍ଜୟ ଦାସଙ୍କୁ ପଚାରିବାରେ ଅଦ୍ୟାବଧି ସାର ଆମଦାନୀ କମ୍‌ ରହିଛି। ବିଭାଗ ପକ୍ଷରୁ ସାର ସଙ୍କଟକୁ ଦୂର କରିବାକୁ ଉଦ୍ୟମ ଆରମ୍ଭ ହୋଇଛି। ଏଥିପ୍ରତି ବିଭାଗ ଯତ୍ନବାନ ଅଛି ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଦ୍ୟୁତ୍‌ ନେଲା ୫ ମଇଁଷିଙ୍କ ଜୀବନ: ବିଭାଗୀୟ ଅବହେଳାକୁ ଦାୟୀ କଲେ ଗ୍ରାମବାସୀ

ଖଜୁରିପଡ଼ା,୩୦ା୧(ବିଦୁର ବେହେରା): କନ୍ଧମାଳ ଜିଲା ଖଜୁରିପଡ଼ା ବ୍ଲକ୍‌ ଅଧୀନ ଚାରିପଡ଼ା ଗ୍ରାମରେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ୫ ମଇଁଷିଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ମିଳିଥିବା ସୂଚନା…

ବହୁ ଚର୍ଚ୍ଚିତ କ୍ଷୀର ବ୍ୟବସାୟୀ ହତ୍ୟା ମାମଲାର ରାୟ ପ୍ରକାଶ: ୫ ଅଭିଯୁକ୍ତଙ୍କୁ ଆଜୀବନ ଜେଲ

ବ୍ରହ୍ମପୁର,୩୦ା୧(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଗୋଷାଣିନୂଆଗାଁ ଥାନା ଅନ୍ତର୍ଗତ ହିଲପାଟଣାରେ କ୍ଷୀର ବ୍ୟବସାୟୀ ଲମ୍ବୋଦର ମୁନି ହତ୍ୟା ମାମଲାର ରାୟ ଶୁକ୍ରବାର ପ୍ରକାଶ ପାଇଛି। ବ୍ରହ୍ମପୁର ଅତିରିକ୍ତ…

ୱାର୍ଡସଭ୍ୟଙ୍କୁ ଦୁର୍ବ୍ୟବହାର: କର୍ମଚାରୀ କଲେ ଆନ୍ଦୋଳନ

ଖଡ଼ିଆଳ, ୩୦ା୧ (ସୁଜିତ କୁମାର ପ୍ରଧାନ)- ନୂଆପଡ଼ା ଜିଲା ଖଡିଆଳ ଏନ୍‌ଏସିର ଜଣେ ୱାର୍ଡସଭ୍ୟ ଦୁର୍ବ୍ୟବହାର କରିଥିବା ଅଭିଯୋଗ କରି ଶୁକ୍ରବାର କର୍ମଚାରୀମାନେ କଲମ ଛାଡ ଆନ୍ଦୋଳନ…

ଭୁଲ୍‌ ଇଲେକ୍ଟ୍ରି ବିଲ୍‌ ଆସୁଛି କି? ଜାଣନ୍ତୁ କେଉଁଠି କରିବେ ଅଭିଯୋଗ, ଶିଖନ୍ତୁ ଏହି ସହଜ ଉପାୟ…

ପ୍ରତ୍ୟେକ ପରିବାର ପାଇଁ ପ୍ରତି ମାସରେ ପ୍ରାପ୍ତ ହେଉଥିବା ଇଲେକ୍ଟ୍ରି ବିଲ୍‌ ଏକ ଗୁରୁତ୍ୱପୂର୍ଣ୍ଣ ଡକ୍ୟୁମେଣ୍ଟ। ଏଥିରେ ମାସିକ ଇଲେକ୍ଟ୍ରି ବ୍ୟବହାର ଏବଂ ବିଲ୍‌ ବିଷୟରେ ବିବରଣୀ…

ଗୋଲାପଙ୍କୁ ପୋଡ଼ି ମାରିବାକୁ ଉଦ୍ୟମ କରିଥିଲେ ଶ୍ୱଶୁର ଘର ଲୋକେ: ପୋଲିସ ନେଲା…

ଆନନ୍ଦପୁର, ୩୦।୧(ସୁଶାନ୍ତ କୁମାର ସାହୁ): ବୋହୂଙ୍କୁ ଘର ଭିତରେ କବାଟ ଦେଇ ପୋଡି ମାରିଦେବାକୁ ଉଦ୍ୟମ କଲେ ଶ୍ୱଶୁର ଘର ଲୋକେ। ଏଭଳି ଏକ ସମ୍ବେଦନଶୀଳ ଘଟଣା…

୪ ମନ୍ଦିରରୁ ଏକାବେଳକେ ଚୋରି କଲେ ଦୁର୍ବୃତ୍ତ: ନେଇଗଲେ …

ଆନନ୍ଦପୁର,୩୦।୧(ସୁଶାନ୍ତ କୁମାର ସାହୁ): ଏକ ସାଙ୍ଗରେ ଚାରୋଟି ମନ୍ଦିରର ଚୋରି। ମନ୍ଦିର ତାଲା ଭାଙ୍ଗି ଲୁଟିନେଲେ ଦେବା ଦେବୀଙ୍କ ସୁନା ରୁପା ଅଳଙ୍କାର। ସହ ଦାନ ବାକ୍ସ।…

୧, ୨ କି ୩ ନୁହେଁ, ୯ଟି ଶୁଭ ସଂଯୋଗରେ ଆସିବ ଏଥର ବଜେଟ୍‌

ନୂଆଦିଲ୍ଲୀ,୩୦।୧: ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଫେବୃଆରୀ ୧ରେ ସାଧାରଣ ବଜେଟ ଉପସ୍ଥାପନ କରିବେ। ବଜେଟ ଦିବସ ସମସ୍ତ ବର୍ଗର ଲୋକଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଦିନ। ଗୁରୁତ୍ୱପୂର୍ଣ୍ଣ…

ଧାର ଟଙ୍କା ମାଗିବାରୁ ଗୁଳିମାଡ଼, ନଷ୍ଟ ହେଲା ବ୍ୟକ୍ତିଙ୍କ ଆଖି

ଭୁବନ,୩୦ା୧(ବିପିନ ବିହାରୀ ସେଠୀ): ଢେଙ୍କାନାଳ ଜିଲା ଭୁବନ ଥାନା ବାରୁଆ (ଖ) ଗ୍ରାମର ପଞ୍ଚାନନ ରାଉତ ଧାନ କିଣିବା ପାଇଁ ଦେଇଥିବା ଟଙ୍କା ମାଗିବାରୁ ଗୁରୁବାର ରାତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri