ଆଖଡ଼ାଶାଳୀ ସ୍ଲୁଇସ୍‌ କ୍ରୀକ୍‌ ୬ ପଞ୍ଚାୟତର ଚାଷୀଙ୍କ ଭାତହାଣ୍ଡି, ବିଧାୟକ କହିଲେ ଏଠାରେ ଖୁବ୍‌ଶୀଘ୍ର ହେବ…

ମହାକାଳପଡ଼ା,୨୮ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ମଙ୍ଗଳପୁର ପଞ୍ଚାୟତ ବନ୍ଧପଡ଼ା ଗ୍ରାମ ଲକ୍ଷ୍ମୀ ନାରାୟଣ ମନ୍ଦିର ପରିସରରେ ଗୁରୁବାର ବଳଦେବଜୀଉଙ୍କ ଜନ୍ମଦିବସ ଅବସରରେ ଚଷା ସଙ୍ଗଠନର ଷଷ୍ଠ ବାର୍ଷିକ ଅନୁଷ୍ଠିତ ହୋଇଯାଇଛି। ଏହି ଉତ୍ସବରେ ବିଧାୟକ ଡ. ଦୁର୍ଗା ପ୍ରସନ୍ନ ନାୟକ ମୁଖ୍ୟ ଅତିଥିଭାବେ ଯୋଗଦେଇଥିଲେ। ସେ ତାଙ୍କ ବକ୍ତବ୍ୟରେ କହିଥିଲେ, ସରକାର ଚାଷୀମାନଙ୍କ ପାଇଁ ଏହି ବଜେଟରେ ୪୨ହଜାର କୋଟି ଟଙ୍କା ବ୍ୟୟବରାଦ କରିଛନ୍ତି। ଆଖଡ଼ାଶାଳୀ ସ୍ଲୁଇସ୍‌ କ୍ରିକ୍‌କୁ ନେଇ ଜମି ଅଧିଗ୍ରହଣ ପାଇଁ ଜିଲାପାଳଙ୍କ ସହ ଆଲୋଚନା ହୋଇଛି। ଦୁଇ ସପ୍ତାହ ମଧ୍ୟରେ ଆଖଡ଼ାଶାଳୀଠାରେ ଉଚ୍ଚପଦସ୍ଥ ଅଧିକାରୀମାନେ କ୍ଷେତ୍ର ପରିଦର୍ଶନ କରିବେ। ପାଣି ନିକାଶ ପାଇଁ ଖୁବ୍‌ଶୀଘ୍ର ପଦକ୍ଷେପ ଗ୍ରହଣ କରାଯିବ। ବର୍ଷା ଯୋଗୁ ଫସଲ ନଷ୍ଟ ହେବା ନେଇ ବିଧାୟକ ଏହି ଅବସରରେ ଦୁଃଖ ପ୍ରକାଶ କରିଥିଲେ। ଏହାସହ ବିଧାୟକ ନାୟକ କହିଥିଲେ, ଛେଡାକଣୀ ଗ୍ରାମ ନାରାୟଣୀ ପୀଠ ସଂଲଗ୍ନ ବିଶାଳ ପଡ଼ିଆରେ ୧୭କୋଟି ଟଙ୍କା ବ୍ୟୟରେ ବ୍ଲକସ୍ତରୀୟ ଅତ୍ୟାଧୁନିକ କ୍ରୀଡ଼ା ଷ୍ଟାଡିୟମ୍‌ ନିର୍ମାଣ ହେବ। ଅଞ୍ଚଳର ବିକାଶ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ସ୍ବତନ୍ତ୍ର ଯୋଜନା ପ୍ରସ୍ତୁତ କରାଯାଉଛି ବୋଲି ସେ କହିଥିଲେ। ଏହି ଅବସରରେ ବିଧାୟକ ନାୟକ ତାଙ୍କ ବାପା ଚାଷ କରୁଥିବା ବେଳେ ପିଲାଦିନେ କିଭଳି ବିଲକୁ ଯାଇ ସହଯୋଗ କରିଥିଲେ ତାହା କହି ଭାବବିହ୍ବଳ ହୋଇଥିଲେ।
ସମାବେଶରେ ଯୋଗଦେଇଥିବା ଚାଷୀମାନେ କହିଥିଲେ, ୨୦୦୨ ମସିହାରେ ମହାନଦୀ ସଂଲଗ୍ନ ଆଖଡ଼ାଶାଳୀଠାରେ ସ୍ଲୁଇସ୍‌ କ୍ରିକ ଭୁଶୁଡ଼ି ପଡିଥିଲା। ଏହାପରେ ୨୦୧୯ ମସିହାରେ ଅନ୍ୟ ଏକ ସ୍ଥାନରେ ନୂଆ ସ୍ଲୁଇସ ନିର୍ମାଣ କାର୍ଯ୍ୟ ଶେଷ ହୋଇଛି। ହେଲେ କ୍ରିକ ଆଖପାଖରେ ଥିବା ଜମି ଅଧିଗ୍ରହଣଜନିତ ସମସ୍ୟା ଯୋଗୁ ପ୍ରକଳ୍ପ କାର୍ଯ୍ୟକ୍ଷମ ହୋଇ ପାରିନାହିଁ। ଫଳରେ ଭଙ୍ଗା ସ୍ଲୁଇସ ଦେଇ ଅଞ୍ଚଳର ୧୦ହଜାର ହେକ୍ଟର ଜମିରେ ୬ ପଞ୍ଚାୟତର ବନ୍ୟା ଜଳ ପ୍ରବେଶ କରି ଖରିଫ ଫସଲ ନଷ୍ଟ ହେଉଛି। ଏଦିଗରେ ସରକାର ତୁରନ୍ତ ପଦକ୍ଷେପ ନିଅନ୍ତୁ ଓ ବିଧାୟକ ଏଥିପ୍ରତି ଉଦ୍ୟମ କରନ୍ତୁ ବୋଲି କହିଥିଲେ। ଏହି କାର୍ଯ୍ୟକ୍ରମରେ ଚାଷୀ ସଙ୍ଗଠନ ସଭାପତି ଅଭୟ ପରିଡ଼ା, ସମ୍ପାଦକ ନରୋତ୍ତମ ପାର୍ଥ ସାରଥି, ସମିତି ସଭ୍ୟ ରଞ୍ଜନ ଚୌଧୁରୀ, ବ୍ଲକ ଅଧ୍ୟକ୍ଷା ମୀରାରାଣୀ ମହାନ୍ତି, ସରୋଜକାନ୍ତ ସାହୁ, ବରିଷ୍ଠ ଚାଷୀ ତଥା ମୁରବି କୁଳମଣି ଚୌଧୁରୀ, ଅଶୋକ କୁମାର ମହାପାତ୍ର, ବିଚିତ୍ର ରାଉତ, ଜୋନ ସଭାପତି ତ୍ରିଲୋଚନ ରାଉତ, ପ୍ରଶାନ୍ତ ସେଠୀଙ୍କ ସହ ବହୁ ସଂଖ୍ୟାରେ ଚାଷୀ, ମୁରବି, ମହିଳା ଉପସ୍ଥିତ ଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?