କେନ୍ଦ୍ରାପଡ଼ା ଜିଲାର ଚାଷୀ ଏବେ ଚାଷ ପ୍ରତି ବିମୁଖ

ପଟ୍ଟାମୁଣ୍ଡାଇ, ୨୫ା୧ (କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଅଞ୍ଚଳର ବହୁ ଚାଷୀ ଏବେ ଚାଷ ପ୍ରତି ବିମୁଖ ହେଉଛନ୍ତି। ଏହି ଅଞ୍ଚଳରେ ୮୦% ଲୋକେ ଚାଷ ଉପରେ ନିର୍ଭର କରିଥା’ନ୍ତି। ମାତ୍ର ଚାଷରୁ ପୂର୍ବଭଳି ଲାଭ ହେଉ ନ ଥିବାରୁ ଚାଷୀ ଚାଷ କରିବାକୁ ମନ ବଳାଉନାହାନ୍ତି। ଏଥିପାଇଁ କୃଷି ବିଭାଗ, ଜଳସମ୍ପଦ ବିଭାଗ, ସମବାୟ ବିଭାଗ ଓ ମାର୍କଫେଡ୍‌ ଏକ ପ୍ରକାର ଦାୟୀ ବୋଲି ଚାଷୀମାନେ ଅଭିଯୋଗ କରିଛନ୍ତି। ଅପରପକ୍ଷେ ବାତ୍ୟା ଓ ମରୁଡ଼ିରେ କ୍ଷତିଗ୍ରସ୍ତ ଚାଷୀଙ୍କୁ କୃଷି ବିଭାଗ କିମ୍ବା ବୀମା କମ୍ପାନୀ ପକ୍ଷରୁ ଆର୍ଥିକ ସହାୟତା ଠିକ୍‌ ଭାବେ ମିଳିପାରିନାହଁ। ଶୀତଳଭଣ୍ଡାର ନ ଥିବାରୁ ଉତ୍ପାଦିତ ସାମଗ୍ରୀ ନଷ୍ଟ ହେଉଛି। ମୂଲିଆ ମଜୁରି ମଧ୍ୟ ବଢ଼ିବାରେ ଲାଗିଥିବାରୁ ଉତ୍ପାଦିତ ଦ୍ରବ୍ୟର ଉପଯୁକ୍ତ ମୂଲ୍ୟ ଚାଷୀ ପାଉନାହାନ୍ତି। ଏହା ମଧ୍ୟ ଚାଷରୁ ବିମୁଖ ହେବାର ଅନ୍ୟ ଏକ କାରଣ ବୋଲି କୃଷକ ନେତା, ବୁଦ୍ଧିଜୀବୀମାନେ ମତ ପ୍ରକାଶ କରିଛନ୍ତି।

କୃଷକ ନେତା ବିଜୟ ଦାସ, ସୁରେନ୍ଦ୍ର ପରିଡ଼ା, କୁଞ୍ଜବିହାରୀ ନାୟକ ପ୍ରମୁଖ କହିଛନ୍ତି, ରାଜ୍ୟର ପ୍ରମୁଖ ଜିଲା ଭାବେ କେନ୍ଦ୍ରାପଡ଼ାର ସ୍ବତନ୍ତ୍ର ପରିଚୟ ରହିଛି। ଏକଦା ମନ୍ତ୍ରୀପଡ଼ା ଭାବେ ପରିଚିତ କେନ୍ଦ୍ରାପଡ଼ା ଆଜି ବି ଶିଳ୍ପବିହୀନ। ଜିଲାର ୮୦% ଲୋକ କୃଷି ଉପରେ ନିର୍ଭର କରି ଜୀବିକା ନିର୍ବାହ କରିଥା’ନ୍ତି। ଶିକ୍ଷିତ ଯୁବତୀ ଯୁବକମାନେ ନିଯୁକ୍ତି ଅଭାବରୁ ବେକାର ହୋଇ ବସିଥିବାବେଳେ କାମଧନ୍ଦା ନ ପାଇ ଦାଦନ ଖଟିବା ପାଇଁ ରାଜ୍ୟ ବାହାରକୁ ଯାଉଛନ୍ତି। ଅଧିକନ୍ତୁ ଯେଉଁମାନେ କୃଷି ଉପରେ ଭରସା କରି ନିଜର ଭବିଷ୍ୟତ ଓ ତେଲଲୁଣର ସଂସାରକୁ ଗଢ଼ିବା ପାଇଁ ସ୍ବପ୍ନ ଦେଖୁଛନ୍ତି, ସେମାନେ ମଧ୍ୟ ବହୁ ସମୟରେ ହତାଶ ହେଉଛନ୍ତି। କୃଷି ସାମଗ୍ରୀର ଉଚିତ ଦର ମିଳୁ ନ ଥିବାବେଳେ ଶୀତଳଭଣ୍ଡାର ଅଭାବରୁ ଅଧିକାଂଶ ସମୟରେ ଉତ୍ପାଦିତ ସାମଗ୍ରୀ ନଷ୍ଟ ହେଉଛି। ଅର୍ଥକରୀ ଫସଲ ଭାବେ ପରିଚିତ ପନିପରିବା ରକ୍ଷଣାବେକ୍ଷଣ ଅଭାବରୁ ପଚି ନଷ୍ଟ ହେଉଛି। କିଛିଦିନ ହେବ ଅଦିନିଆ ବର୍ଷା କାରଣରୁ ପନିପରିବା ଫସଲ ପଚିଯିବା ଭୟରେ ଚାଷୀମାନେ ତୋଳି କମ୍‌ମୂଲ୍ୟରେ ବିକ୍ରି କରିବାକୁ ବାଧ୍ୟ ହୋଇଛନ୍ତି ବୋଲି ଅଭିଯୋଗ ହୋଇଛି। ସେହିପରି ଚାଷୀ ନରେନ୍ଦ୍ର ଧଳ, ହିମାଂଶୁ ବିଶ୍ୱାଳ, ଚିତ୍ତରଞ୍ଜନ ମଲ୍ଲିକ ପ୍ରମୁଖ କୁହିଛନ୍ତି, ପଟ୍ଟାମୁଣ୍ଡାଇ ବ୍ଲକ, ପୌରାଞ୍ଚଳ ଓ ଧୋୟାଞ୍ଚଳରେ ବହୁଳ ଭାବେ ପନିପରିବା ଫସଲ କରାଯାଇଥାଏ। ଏହି ଫସଲକୁ ପଟ୍ଟାମୁଣ୍ଡାଇ ସମେତ ଆଖପାଖ ବିଭିନ୍ନ ହାଟ ବଜାରରେ ବିକ୍ରି କରାଯାଇଥାଏ। ଚାଷୀମାନେ ବହୁ କଷ୍ଟରେ ଚଢ଼ା ଦାମରେ ବିହନ, ଚାରା, ପୋକମରା ଔଷଧ, ରାସାୟନିକ ସାର ବ୍ୟବହାର କରି ପନିପରିବା ଫସଲ କରିଥା’ନ୍ତି। ଏପରି କି ଜଳସେଚନ ସୁବିଧା ନ ଥିବାରୁ ଅଞ୍ଚଳରେ ତେଣ୍ଡାରେ ଜମିକୁ ଜଳସେଚିତ କରିବା ସହିତ ଫସଲ କରିଥା’ନ୍ତି। ହେଲେ ଶୀତଳଭଣ୍ଡାର ନ ଥିବାରୁ ଚାଷୀମାନେ ଉଚିତ ମୂଲ୍ୟରେ ପନିପରିବା ବିକ୍ରି କରିବାରୁ ବଞ୍ଚତ୍ତ ହେଉଛନ୍ତି। ଏଥିପାଇଁ କେନ୍ଦ୍ରାପଡ଼ା ଓ ପଟ୍ଟାମୁଣ୍ଡାଇଠାରେ ୨ଟି ଶୀତଳଭଣ୍ଡାର ଖୋଲିବାକୁ କୃଷକମାନଙ୍କ ପକ୍ଷରୁ ରାଜ୍ୟ ସରକାରଙ୍କ ନିକଟରେ ଦାବି ହେଉଛି। ସୁଶାନ୍ତ ସାମଲ, ଭାସ୍କର ରାଉତ ପ୍ରମୁଖ କହିଛନ୍ତି, ପଟ୍ଟାମୁଣ୍ଡାଇ ଅଞ୍ଚଳରେ ବିଗତ ବର୍ଷଗୁଡ଼ିକରେ ୧୮ହଜାର ୬୫ ହେକ୍ଟର ଜମିରେ ଧାନଚାଷ କରାଯାଉଥିଲା। କିନ୍ତୁ ଚଳିତବର୍ଷ ୧୧ହଜାର ୩ଶହ ହେକ୍ଟର ଜମିରେ ଧାନଚାଷ କରାଯାଇଛି। ଏହି ଅଞ୍ଚଳରେ ୧୬ଟି ସମବାୟ ସମିତିି କାର୍ଯ୍ୟ କରୁଛି। ମାର୍କଫେଡ, ଲାଇସେନ୍ସପ୍ରାପ୍ତ ଦୋକାନ ମାଧ୍ୟମରେ ସାର ଓ ଔଷଧ ଦିଆଯାଉଛି। ଜଳସେଚନ ଓ ନିଷ୍କାସନ ପାଇଁ ଜଳସମ୍ପଦ ବିଭାଗ କାର୍ଯ୍ୟ କରୁଛି। ମାତ୍ର ଠିକ୍‌ ଭାବେ ଜଳ ପରିଚାଳନା ହୋଇ ପାରୁ ନ ଥିବା ବେଳେ ଜଳ ନିଷ୍କାସନ ହୋଇପାରୁନି । ସମବାୟ ସମିତି କର୍ତ୍ତୃପକ୍ଷଙ୍କ ମନମାନି ଓ ଧାନମଣ୍ଡି ଖୋଲିବାରେ ଅହେତୁକ ବିଳମ୍ବ ଯୋଗୁ କୃଷକମାନେ ନିଜର ଉତ୍ପାଦିତ ଧାନ ଫସଲକୁ ବେପାରୀଙ୍କୁ ଦେଇ ଦାଦନ ଖଟିବାକୁ ବାହାରି ଗଲେଣି। ସମିତିର ସମ୍ପାଦକ ଓ ଧାନ କ୍ରୟ ଦାୟିତ୍ୱ ନେଇଥିବା ମିଲରମାନଙ୍କ ଅସାଧୁ ମେଣ୍ଟ ଯୋଗୁ ଧାନର ଅଭାବୀ ବିକ୍ରି ହେଉଛି ବୋଲି କୃଷକମାନଙ୍କ ମହଲରେ ଚର୍ଚ୍ଚା ଜୋର ଧରିଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁଅର ବର୍ବରକାଣ୍ଡ: ବାପାଙ୍କୁ ବାଡେଇ ବାହାରୁ ତାଲାଦେଇ ଘର ଭାଙ୍ଗିଲେ ପୁଅ

ଖଇରା,୨୪।୩(ଉତ୍କଳ ବନ୍ଧୁ ପଣ୍ଡା ): ବାଲେଶ୍ବର ଜିଲା ଖଇରା ଥାନା ଝିଙ୍କିରିଆ ପଞ୍ଚାୟତ ଅଧୀନ ମୁସ୍ତଫାବାଦ ଗ୍ରାମରେ ପୁଅର ଆକ୍ରମଣରେ ବାପା ଲହୁଲୁହାଣ ହେବା ପରେ ବାପାର…

ସାଙ୍ଗକୁ ହସ୍ପିଟାଲରେ ଭର୍ତ୍ତି କରି ଫେରୁଥିବା ବେଳେ ସଡ଼କ ଦୁର୍ଘଟଣା, ଅଧାବାଟରେ ଚାଲିଗଲା ଜୀବନ

ଗଜପତି,୨୪।୩(ଗିରିଧାରୀ ପରିଛା): ଗଜପତି ଜିଲା ଗୋଷାଣି ବ୍ଲକ ଅନ୍ତର୍ଗତ ୩୨୬-ଏ ଜାତୀୟ ରାଜପଥର ଆର୍.ସୀତାପୁର ଗ୍ରାମ ନିକଟସ୍ଥ ଏକ ବୁଲାଣିଆ ରାସ୍ତାରେ ସଡ଼କ ଦୁର୍ଘଟଣା । ସୋମବାର…

ଲୁଗା ଶୁଖାଇବା ବେଳେ ଲାଗିଗଲା କରେଣ୍ଟ, ତାପରେ…

ଭଞ୍ଜନଗର,୨୪।୩(ବାବୁଲା ପ୍ରଧାନ) : ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ନବଗୋଛା ଗ୍ରାମରେ ଅଘଟଣ । ବିଦ୍ୟୁତ ଆଘାତରେ ଜଣେ ମହିଳାଙ୍କ ମୃତ୍ୟୁ ହୋଇଛି । ମୃତ…

ତାରାତାରିଣୀଙ୍କ ତୃତୀୟ ପାଳି ଚୈତ୍ର ମଙ୍ଗଳବାର ଯାତ୍ରା, ସରସ୍ବତୀ ବେଶରେ ଦୁଇ ଭଉଣୀ

ପୁରୁଷୋତ୍ତମପୁର,୨୪।୩(ସବିତା ମିଶ୍ର ): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ତୃତୀୟ ଚୈତ୍ର ମଙ୍ଗଳବାର ଯାତ୍ରାରେ ଲକ୍ଷାଧିକ ଭକ୍ତଙ୍କ ସମାଗମ ହୋଇଛି । ଭକ୍ତଙ୍କ ଗହଳିରେ…

ବାଲେଶ୍ଵର ଅରଡ ବଜାରରେ ଗୁଳିକାଣ୍ଡ, ଦୁଇ ଯୁବକ…

ବାଲେଶ୍ଵର,୨୪।୩( ବାଞ୍ଛାନିଧି ଦେ): ଅଶାନ୍ତ ହୋଇପଡିଛି ବାଲେଶ୍ଵର ସହର । ସହଦେଵଖୁଣ୍ଟା ଥାନା ଅନ୍ତର୍ଗତ ଅରଡ ବଜାର ଅଞ୍ଚଳରେ ପୁଣିଥରେ ଗୁଳିକାଣ୍ଡ ହୋଇଛି। ସୋମବାର ମଧ୍ୟରାତିରେ ଫୁଟିଲା…

ଲିଙ୍କ୍ ରୋଡ୍ LIC ଅଫିସରେ ଅଗ୍ନିକାଣ୍ଡ, ହୁତୁହୁତୁ ହୋଇ ଜଳିଲା….

କଟକ,୨୪।୩: କଟକ ଲିଙ୍କ୍‌ରୋଡରେ ଥିବା LIC ଅଫିସ୍‌ରେ ଅଗ୍ନିକାଣ୍ଡ । ହୁତୁ ହୁତୁ ହୋଇ ଜଳୁଛି ବିଲ୍ଡିଂ । କେଉଁ ପରିସ୍ଥିତିରେ ନିଆଁ ଲାଗିଲା ତାହା ବର୍ତ୍ତମାନ…

ପାଡୁଆ ପୋଲିସକୁ ଚ୍ୟାଲେଞ୍ଜ, ବୋଲେରୋ-ବାଇକ ପରେ ଏବେ ସ୍କୁଟି ଚୋରି

ନନ୍ଦପୁର/ପାଡୁଆ,୨୪।୩(ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ): କୋରାପୁଟ ଜିଲା ନନ୍ଦପୁର ପୋଲିସ ଉପଖଣ୍ଡ ଅଧିନ ପାଡୁଆ ଥାନା ପୋଲିସକୁ ଗାଡ଼ି ଚୋର ଖୋଲା ଚ୍ୟାଲେଞ୍ଜ ଦେଇଛନ୍ତି । ରବିବାର…

କାତ୍ୟାୟନୀ ବେଶରେ ଦର୍ଶନ ଦେଉଛନ୍ତି ମା’ ସମଲେଶ୍ବରୀ, ଦର୍ଶନ ପାଇଁ ସକାଳୁ ସକାଳୁ ଭକ୍ତଙ୍କ ଭିଡ଼

ବରଗଡ଼,୨୪।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା’ ସମଲେଇଙ୍କ ବାସନ୍ତୀକ ନବରାତ୍ର ପୂଜା ଜାରି ରହିଛି। ଷଷ୍ଠ ଦିବସ ମଙ୍ଗଳବାରରେ ଦେବୀ କାତ୍ୟାୟନୀ ବେଶରେ ଦର୍ଶନ ଦେଇଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri