ସ୍ବାଧୀନତା ଦିବସରେ ସ୍ବତନ୍ତ୍ର ଅତିଥି ହେବେ ଓଡ଼ିିଶା ଚାଷୀ

ଭୁବନେଶ୍ୱର,୧୪।୮(ଅନୁରାଧା ମହାରଣା): ନୂଆଦିଲ୍ଲୀରେ ହେବାକୁ ଥିବା ୭୭ତମ ସ୍ବାଧୀନତା ଦିବସ ସମାରୋହରେ ଯୋଗଦେବା ପାଇଁ ଦେଶର ବିଭିନ୍ନ ସ୍ଥାନରୁ ୧୮ଶହ ସ୍ବତନ୍ତ୍ର ଅତିଥିଙ୍କୁ ନିମନ୍ତ୍ରଣ କରାଯାଇଛି। ଏମାନଙ୍କ ମଧ୍ୟରେ ଓଡ଼ିଶାର ମତ୍ସ୍ୟଜୀବୀ, ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ ଶ୍ରମିକ ଏବଂ କେନ୍ଦ୍ର ସରକାରଙ୍କ ବିଭିନ୍ନ ଯୋଜନାର ହିତାଧିକାରୀ ରହିଛନ୍ତି। ଏମାନଙ୍କ ମଧ୍ୟରେ ବଲାଙ୍ଗୀର ଜିଲା ତୁରକେଲା ବ୍ଲକ୍‌ ଅନ୍ତର୍ଗତ ଚାଉଳଶୁଖା ଗ୍ରାମର ମହିଳା ଚାଷୀ ରହିଛନ୍ତି। ଏମାନଙ୍କୁ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ଡାକରା ଆସିଛି। ପ୍ରଥମେ ଏହି ଗ୍ରାମର ୧୦ଜଣ ମହିଳା ମିଶି ଏକ କୃଷକ ଉତ୍ପାଦକ ସଂଗଠନ ତିଆରି କରିଥିଲେ। ପରବର୍ତ୍ତୀ ସମୟରେ ସଦସ୍ୟ ସଂଖ୍ୟା ୩୨୦କୁ ବୃଦ୍ଧି ପାଇଥିଲା। ନାବାର୍ଡ ମାଧ୍ୟମରେ ଏହି ସଂଗଠନ ୧୬ ଲକ୍ଷ ଟଙ୍କାର ଆର୍ଥିକ ସହାୟତା ପାଇଥିଲେ। ପରେ ଏମାନେ କପା ଉତ୍ପାଦନ ସହ କାର୍ପାସ ସାମଗ୍ରୀ ମହାରାଷ୍ଟ୍ର ପର୍ଯ୍ୟନ୍ତ ବିକ୍ରି କରି ଯଥେଷ୍ଟ ଲାଭ ପାଇଥିଲେ। ଚଳିତବର୍ଷ ୭୭ଲକ୍ଷ ଟଙ୍କା ସଞ୍ଚୟ କରିପାରିଛନ୍ତି। ନିମନ୍ତ୍ରିତ ସଂଗଠନର ସଦସ୍ୟା ସରସତୀ ମେହେର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ କୃତଜ୍ଞତା ଜଣାଇଛନ୍ତି। ସେହିପରି କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅନ୍ତର୍ଗତ କାଣ୍ଡାପା ଗ୍ରାମରୁ ଅନୁସୂଚିତ ଜନଜାତି ଚାଷୀ ମିନୁରା ପ୍ରଧାନ ମଧ୍ୟ ଦିଲ୍ଲୀ ଯାତ୍ରା କରିବେ। ଦେଶ ସ୍ବାଧୀନ ହେବାପରେ ପ୍ରଥମଥର ପାଇଁ ଏହି ଅଞ୍ଚଳର ଜଣେ ଚାଷୀଙ୍କୁ ନିମନ୍ତ୍ରଣ କରାଯାଇଥିବାରୁ ଅଞ୍ଚଳବାସୀ ଖୁସି ପ୍ରକାଶ କରିଛନ୍ତି। ମିନୁରା ପ୍ରଧାନ ସ୍ତ୍ରୀ ନିମନ୍ତି ପ୍ରଧାନଙ୍କ ସହ ଉତ୍ସବରେ ଯୋଗ ଦେବେ। ମିନୁରା ହଳଦୀ ଚାଷ କରି ପରିବାର ପ୍ରତିପୋଷଣ କରିବା ସହ ସେହି ଅଞ୍ଚଳର ଜଣେ ପ୍ରତିଷ୍ଠିତ ଚାଷୀ ରୂପେ ବେଶ ସୁନାମ ଅର୍ଜନ କରିଛନ୍ତି। ସେ ବର୍ତ୍ତମାନ ଦାରିଙ୍ଗିବାଡ଼ି ଫାର୍ମର୍ସ ପ୍ରଡ୍ୟୁସର କମ୍ପାନୀ ଲିମିଟେଡ୍‌ର ଅଧ୍ୟକ୍ଷ ଅଛନ୍ତି। ଏହି ପ୍ରଡ୍ୟୁସର ଗ୍ରୁପ୍‌ ଦିଲ୍ଲୀରେ ଏକାଧିକ ମେଳାରେ କନ୍ଧମାଳ ହଳଦୀ ଓ ଅନ୍ୟାନ୍ୟ ସାମଗ୍ରୀ ବିକ୍ରି କରିଥିବାବେଳେ ଗତ ଫେବୃୟାରୀରେ ଅନୁଷ୍ଠିତ ମେଳାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହି କମ୍ପାନୀଠାରୁ ଦାରିଙ୍ଗବାଡ଼ି କଫି କିଣିଥିଲେ।
ଅନ୍ୟପଟେ ପିପିଲି-୪ ଏସ୍‌ ଆର୍‌ ଫାର୍ମର୍ସ ପ୍ରଡ୍ୟୁସର କମ୍ପାନୀ ସଦସ୍ୟମାନେ ଦିଲ୍ଲୀ ସ୍ବାଧୀନତା ଦିବସ କାର୍ଯ୍ୟକ୍ରମରେ ସମ୍ମାନିତ ହେବେ। ଛତୁଚାଷରେ ସଫଳତା ପାଇଁ ସେମାନଙ୍କୁ ସମ୍ମାନିତ କରାଯିବ। ପୁରୀ ଜିଲା ପିପିଲି ଥାନା ଅନ୍ତର୍ଗତ ଶାନ୍ତି ମଇଦାନ ନିକଟରେ ୧୦ଜଣ ସଦସ୍ୟ ମିଶି ଏହି କମ୍ପାନୀ ପ୍ରତିଷ୍ଠା କରିଛନ୍ତି। ଏହି କମ୍ପାନୀ ମାଧ୍ୟମରେ ଆଖପାଖର ଚାଷୀ ମହିଳା ସ୍ବୟଂସହାୟକ ଗୋଷ୍ଠୀ ଓ ଯୁବକମାନେ ପାଳଛତୁ ଚାଷ କରି ଭଲ ରୋଜଗାର କରିବା ସହ ଆତ୍ମନିର୍ଭରଶୀଳ ହୋଇପାରିଛନ୍ତି। ଏହି କମ୍ପାନୀର ସଦସ୍ୟମାନେ ଛତୁ ବିହନ ପ୍ରସ୍ତୁତ କରି ଚାଷୀଙ୍କୁ ଯୋଗାଇ ଆସୁଛନ୍ତି। ୨୦୦ ଗ୍ରାମର ଛତୁ ବିହନକୁ ମାତ୍ର ୧୫ ଟଙ୍କାରେ ଚାଷୀମାନଙ୍କୁ ଦିଆଯାଇଥାଏ। ଏଥିସହ ଚାଷୀମାନେ କିଭଳି ଏଥିରେ ଲାଭବାନ ହେବେ, ସେଥିପାଇଁ ମଧ୍ୟ କମ୍ପାନୀ ପ୍ରଶିକ୍ଷଣ ଦେଉଛି। ସ୍ବାଧୀନତା ଦିବସ ଉତ୍ସବ ଲାଗି ନିମନ୍ତ୍ରିତ କରାଯାଇଥିବାରୁ କମ୍ପାନୀର ସଦସ୍ୟ ସଞ୍ଜିିତ କୁମାର ମହାନ୍ତି ଓ ଅଶ୍ୱିନୀ କୁମାର ପାଣ୍ଡେ ପ୍ରମୁଖ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନିକଟରେ କୃତଜ୍ଞତା ଜ୍ଞାପନ କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?