ମଣ୍ଡି ସ୍ଥାନାନ୍ତରଣକୁ ଚାଷୀଙ୍କ ବିରୋଧ: ଧାନ କିଣାବିକା ସମସ୍ୟା ଅସମାହିତ

ବରଗଡ଼,୬।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। ଏହି ପ୍ରକ୍ରିୟାକୁ ୮ଦିନ ବିତି ଯାଇଛି। ହେଲେ ଧାନବିକ୍ରି ସମସ୍ୟା ଏପର୍ଯ୍ୟନ୍ତ ଅସମାହିତ ରହିଛି। କେଉଁଠି ଟୋକନ ଏବଂ ଧାନ ଉଠାଣ ସମସ୍ୟା ଲାଗି ରହିଛି ତ ଆଉ କେଉଁଠାରେ ମଣ୍ଡି(ଧାନକ୍ରୟ କେନ୍ଦ୍ର) ସ୍ଥାନାନ୍ତରଣକୁ ନେଇ ଅସନ୍ତୋଷ ଦେଖାଯାଇଛି। ବରଗଡ଼ ନିୟନ୍ତ୍ରିତ ବଜାର କମିଟି(ଆର୍‌ଏମ୍‌ସି) ଅଧୀନ ଗାଇସୀମା ମଣ୍ଡିକୁ ନେଇ ଏଭଳି ସ୍ଥିତି ଉପୁଜିଛି। ଉକ୍ତ ମଣ୍ଡିକୁ ମାଲିପାଲି ସ୍ଥାନାନ୍ତର କରାଯାଇ ଥିବାରୁ ଗାଇସୀମା ଗ୍ରାମର ଚାଷୀଙ୍କ ମଧ୍ୟରେ ଅସନ୍ତୋଷ ତେଜି ଉଠିଛି। ଏହି କ୍ରମରେ ଶୁକ୍ରବାର ଉକ୍ତ ଗ୍ରାମର ଚାଷୀମାନେ ବରଗଡ଼ ନିୟନ୍ତ୍ରିତ ବଜାର କମିଟିର ଅଧ୍ୟକ୍ଷା ତଥା ଅତିରିକ୍ତ ଜିଲାପାଳ ମଧୁଛନ୍ଦା ସାହୁଙ୍କ କାର୍ଯ୍ୟାଳୟ ଆଗରେ ଧାରଣା ଦେଇଥିଲେ। ଅତିରିକ୍ତ ଜିଲାପାଳ ସାହୁ ଧାରଣାରତ ଚାଷୀମାନଙ୍କ ସହିତ ସେମାନଙ୍କ ଦାବି ନେଇ ଆଲୋଚନା କରିଥିଲେ ଏବଂ ନିୟନ୍ତ୍ରିତ ବଜାର କମିଟି ସମ୍ପାଦକ କ୍ଷେତ୍ର ପରିଦର୍ଶନ କଲା ପରେ ବିହିତ ପଦକ୍ଷେପ ନିଆଯିବ ବୋଲି ନିର୍ଭର ପ୍ରତିଶ୍ରୁତି ଦେଇଥିଲେ। ଏହାପରେ ଚାଷୀମାନେ ଧାରଣାରୁ ଉଠିଥିଲେ।
ସୂଚନା ଅନୁଯାୟୀ, ଧାନ ସଂଗ୍ରହ ପ୍ରକ୍ରିୟା ସମୟରେ ଗାଇସୀମା ଗ୍ରାମରେ ଧାନମଣ୍ଡି ପ୍ରତିବର୍ଷ ଖୋଲି ଆସୁଥିଲା। ୮ୱାର୍ଡ ବିଶିଷ୍ଟ ଉକ୍ତ ଗ୍ରାମର ଏହି ମଣ୍ଡିରେ ସାଧାରଣତଃ ଖରିଫ୍‌ରେ ୪୦ହଜାର ଏବଂ ରବିରେ ୩୫ହଜାର କୁଇଣ୍ଟାଲ ଧାନ ସଂଗୃହୀତ ହୋଇଥାଏ। ମାତ୍ର ଏଥର ତାହା ମାଲିପାଲି ଗ୍ରାମକୁ ସ୍ଥାନାନ୍ତର ହୋଇଛି ଏବଂ ଶୁକ୍ରବାର ସେଠାରେ ପୂଜାପାଠ ସହିତ ଧାନ ସଂଗ୍ରହ ପ୍ରକ୍ରିୟାର ଶୁଭାରମ୍ଭ ହୋଇଛି। ଏହା ଜାଣିବା ପରେ ଗାଇସୀମା ଗ୍ରାମର ଚାଷୀମାନେ ଅତିରିକ୍ତ ଜିଲାପାଳଙ୍କ କାର୍ଯ୍ୟାଳୟକୁ ଆସି ସେମାନଙ୍କ ଅସନ୍ତୋଷ ପ୍ରକାଶ କରିଥିଲେ।
ସେହିପରି ଗ୍ରାମର ଚାଷୀମାନଙ୍କ କ୍ଷେତ୍ରରେ ଟୋକନ ମଧ୍ୟ ଏକ ବଡ଼ ସମସ୍ୟା ପାଲଟିଛି। ଚାଷୀମାନେ ଦୀର୍ଘଦିନ ହେଲା ଧାନ ଅମଳ କରି କ୍ଷେତ, ଖଳାରେ ରଖିଛନ୍ତି। ମାତ୍ର ଏପର୍ଯ୍ୟନ୍ତ ସେମାନଙ୍କୁ ଟୋକନ ମିଳିପାରି ନାହିଁ। ଫଳରେ ଧାନବିକ୍ରିରୁ ସେମାନେ ଏପର୍ଯ୍ୟନ୍ତ ବଞ୍ଚିତ ରହି ବିଭିନ୍ନ ଅସୁବିଧାର ସମ୍ମୁଖୀନ ହେଉଥିବା ଅଭିଯୋଗ କରିଛନ୍ତି। ଏ ଦିଗରେ ବିହିତ ପଦକ୍ଷେପ ନେବା ଦାବିରେ ଚାଷୀମାନେ ସମବାୟ ସମୂହ ଉପନିବନ୍ଧକ(ଡିଆରସିଏସ୍‌)ଙ୍କ ପାଖକୁ ଆସି ସେମାନଙ୍କ ଅଭିଯୋଗ ଜଣାଇଥିଲେ। ଚାଷୀନେତା ସୁରେଶ ନେକାଣ୍ଟି, ନିରଞ୍ଜନ ପ୍ରଧାନଙ୍କ ନେତୃତ୍ୱରେ ଚାଷୀମାନେ ଅତିରିକ୍ତ ଜିଲାପାଳ ଏବଂ ଡିଆରସିଏସ୍‌ଙ୍କ କାର୍ଯ୍ୟାଳୟକୁ ଆସିଥିଲେ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଗାଜଲବାଡ଼ି ଘାଟିରେ ୨ ଟ୍ୟାଙ୍କର ଫସିବା ଯୋଗୁ ଯାତାୟାତ ଠପ୍: ରାତିସାରା ଘାଟି ରାସ୍ତାରେ ଅଟକି ରହିଲେ ଶହ ଶହ ଯାତ୍ରୀ

ଦାରିଙ୍ଗବାଡ଼ି, ୧୯।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଓ ବାଲିଗୁଡ଼ାକୁ ସଂଯୋଗ କରୁଥିବା ୫୯ ନମ୍ବର ଗୋପାଳପୁର-ରାଇପୁର ଜାତୀୟ ରାଜପଥର ଗାଜଲବାଡ଼ି ଘାଟିରେ ଶନିବାର ବିଳମ୍ବିତ…

ମଧ୍ୟପ୍ରଦେଶ ଟ୍ରାଜେଡ଼ି: ୫ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୧୯।୯: ମଧ୍ୟପ୍ରଦେଶକୁ ବୁଲିବାକୁ ତଥା ଦେବଦର୍ଶନ ପାଇଁ ଯାଇଥିବା ଓଡ଼ିଶାର ଗୋଟିଏ ପରିବାରର ୭ ଜଣ ସଦସ୍ୟଙ୍କର ଏକ ମର୍ମନ୍ତୁଦ ଦୁର୍ଘଟଣାରେ ଅକାଳ ମୃତ୍ୟୁ ଘଟଣାରେ…

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ: ୨୨ ସେପ୍ଟେମ୍ବର ସୁଦ୍ଧା ଗଭୀର ଅବପାତ ରୂପ ନେବା ଆଶଙ୍କା

ଭୁବନେଶ୍ୱର, ୧୯।୯: ଉତ୍ତର ଆଣ୍ଡାମାନ ସାଗର ଏବଂ ତାହାର ସଂଲଗ୍ନ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଭାରତୀୟ ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ଶନିବାର…

ଆରମ୍ଭ ହେଲା ଏସିଆନ ଗେମ୍ସ, ମନୁ ଭାକର, ପବନ ଶେରାଓ୍ବତ ନେଲେ ଭାରତର ନେତୃତ୍ୱ

ନାଗୋୟା,୧୯ା୯: ଦିନକର ସାଙ୍ଗଠନିକ ସ୍ଥାନୀୟ ମିଜୁହୋ ପାର୍କ ଆଥଲେଟିକ୍‌ ଷ୍ଟାଡିୟମରେ ରଙ୍ଗାରଙ୍ଗ ହାଇଟେକ୍‌ ଉଦ୍‌ଘାଟନୀ କାର୍ଯ୍ୟକ୍ରମ ସହ ୨୦ତମ ଏସିଆନ ଗେମ୍ସ ଆନୁଷ୍ଠାନିକ ଭାବେ ଆରମ୍ଭ ହୋଇଛି।…

କର୍ଲାମୁଣ୍ଡା ବ୍ଲକ ପାଇଁ ଗୌରବ: ପ୍ରଥମ ମହିଳା ଭାବେ ପିଏଚ୍‌ଡି ଡିଗ୍ରୀ ହାସଲ କଲେ ସୀମନ୍ତିନୀ ସେଠ

ରିଷିଡ଼ା, ୧୯।୯ (ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଷିଡ଼ା ଗ୍ରାମର ସୀମନ୍ତିନୀ ସେଠ ସଂସ୍କୃତ ବିଷୟରେ ଗବେଷଣା କରି ପିଏଚ୍‌ଡି (PhD) ଡିଗ୍ରୀ ହାସଲ…

ବେଙ୍ଗାଲୁରୁରେ କେନ୍ଦୁଝର ଯୁବକଙ୍କ ଅକାଳ ମୃତ୍ୟୁ: MP ଅନନ୍ତ ନାୟକଙ୍କ ହସ୍ତକ୍ଷେପ ପରେ ଗାଁକୁ ଫେରିଲା ପାର୍ଥିବ ଶରୀର

ପାଟଣା,୧୯।୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ସାହାରପଡ଼ା ବ୍ଲକ ବେଗନା ଗ୍ରାମର ସଞ୍ଜୀବ ସେଠୀଙ୍କ ୩୪ ବର୍ଷୀୟ ପୁଅ ଦୀପେଶ ସେଠୀଙ୍କ ବେଙ୍ଗାଲୁରୁରେ ଅକାଳ ମୃତ୍ୟୁ ଘଟିଛି।…

ପରିବେଶ ସୁରକ୍ଷାରେ ଗଞ୍ଜାମ ଗ୍ରାସିମର ବାଜିମାତ୍: ମିଳିଲା “ପ୍ରଦୂଷଣ ନିୟନ୍ତ୍ରଣ ଉତ୍କର୍ଷତା ପୁରସ୍କାର – ୨୦୨୬”

ଗଞ୍ଜାମ, ୧୯।୯ (ବିଦ୍ୟାଧର ସାହୁ): ଓଡ଼ିଶା ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ (ଏସପିସିବି)ର ୪୩ତମ ପ୍ରତିଷ୍ଠା ଦିବସ ଅବସରରେ ଶିଳ୍ପ ବର୍ଗରେ ଗଞ୍ଜାମ ସ୍ଥିତ ଗ୍ରାସିମ୍ କମ୍ପାନୀ…

ମଞ୍ଚସ୍ଥ ହୋଇ ଦର୍ଶକଙ୍କ ମନ ଜିଣିଲା ନାଟକ ‘ଅବୁଝା ଲୁହ’; ଉଦ୍‌ଘାଟନ କଲେ ଦିଗପହଣ୍ଡି ବିଧାୟକ

ଦିଗପହଣ୍ଡି,୧୯ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ ଭୀଷ୍ମଗିରି ଗ୍ରାମର ଠାକୁରାଣୀ ଛକଠାରେ ଶ୍ରୀ ଗଣେଶ ପୂଜା ଅବସରରେ ସାମାଜିକ ନାଟକ ‘ଅବୁଝା ଲୁହ’…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?