ଏକଲବ୍ୟ ବିଦ୍ୟାଳୟ ଜମି ଚିହ୍ନଟକୁ ଚାଷୀଙ୍କ ବିରୋଧ

ରାୟଗଡ଼ା ଅଫିସ,୨୧ା୧୦: ବହୁ ବିରୋଧ ପରେ ବି ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ସୁନାଖଣ୍ଡି ପଞ୍ଚାୟତର ପ୍ରଧାନୀଗୁଡ଼ା ନିକଟରେ ପ୍ରଶାସନ ପକ୍ଷରୁ ଏକଲବ୍ୟ ଆଧୁନିକ ବିଦ୍ୟାଳୟ ନିମନ୍ତେ ଗୁରୁବାର ଜମି ଚିହ୍ନଟ ହୋଇଛି। ପୋଲିସ ଫୋର୍ସ ଉପସ୍ଥିତିରେ ଜିଲା ଓ ବ୍ଲକ ପ୍ରଶାସନ ପକ୍ଷରୁ ପ୍ରଧାନୀଗୁଡ଼ା ଏବଂ ମନେଇଗୁଡ଼ା ମୌଜାରେ ଏକଲବ୍ୟ ଆଧୁନିକ ବିଦ୍ୟାଳୟ ପାଇଁ ସରକାରୀ ଜମି ଚିହ୍ନଟ କରାଯାଇଛି। ତେବେ ଉକ୍ତ ସରକାରୀ ଜମିରେ ଚାଷ କରୁଥିବା ଚାଷୀଙ୍କ ବିରୋଧ ଜାରି ରହିଛି। ଜୀବନ ଦେଇଦେବୁ ପଛେ ଜମି ଛଡ଼ିବୁ ନାହିଁ ବୋଲି ସେମାନେ କହିଛନ୍ତି।
ଏକଲବ୍ୟ ମଡେଲ ବିଦ୍ୟାଳୟ ପାଇଁ ବୁଧବାର ତହସିଲଦାର ରଇତ, ରାଜସ୍ବ ଅଧିକାରୀ, ଅମିନ ଓ ସ୍ଥାନୀୟ ଥାନା ଅଧିକାରୀଙ୍କ ଉପସ୍ଥିତିରେ ଜମି ଚିହ୍ନଟ ଚାଲିଥିବାବେଳେ ଚାଷୀ ଏହାକୁ ବିରୋଧ କରିଥିଲେ। ଫଳରେ ବ୍ଲକ ପ୍ରଶାସନକୁ ନିରାଶ ହୋଇ ଫେରିବାକୁ ପଡ଼ିଥିଲା। ଗୁରୁବାର ପ୍ରଶାସନ ପକ୍ଷରୁ ଏକ ପ୍ଲାଟୁନ ପୋଲିସ ଫୋର୍ସ ନିଆଯାଇ ରାଜସ୍ବ ଅଧିକାରୀ ଓ ଅମିନ ପ୍ରମୁଖ ଜମି ଚିହ୍ନଟ କରୁଥିବା ବେଳେ ଚାଷୀମାନେ ଜମି ଚିହ୍ନଟ ନ କରିବା ପାଇଁ ଅଡି ବସିଥିଲେ। ଅନ୍ୟପକ୍ଷରେ ଗ୍ରାମର କେତେଜଣ ବ୍ୟକ୍ତି ଉକ୍ତ ସ୍ଥାନରେ ଏକଲବ୍ୟ ଆଧୁନିକ ବିଦ୍ୟାଳୟ କରାଯାଉ ବୋଲି ଦାବି କରିଥିଲେ।
ସୂଚନାଯୋଗ୍ୟ, ୨୦୨୧ ନଭେମ୍ବର ୧୫ରେ ପ୍ରଧାନୀଗୁଡ଼ାଠାରେ ଏକଲବ୍ୟ ଆଧୁନିକ(ମଡେଲ) ବିଦ୍ୟାଳୟର ସୂଚନା ଫଳକକୁ ଭିଡିଓ କନ୍‌ଫରେନ୍ସ ମାଧ୍ୟମରେ ପ୍ରଧାନମନ୍ତ୍ରୀ ଉଦ୍‌ଘାଟନ କରିଥିଲେ। ଗରିବ ପିଲାଙ୍କ ଉଚ୍ଚଶିକ୍ଷା ପାଇଁ ଏହି ବ୍ୟବସ୍ଥା କରାଯାଇଛି। ଏହାକୁ ନେଇ ଗତ ୧୩ ତାରିଖରେ ରାୟଗଡ଼ା ଜିଲାପାଳ ସ୍ବଧାଦେବ ସିଂ ପରିଦର୍ଶନ କରି ତୁରନ୍ତ ଜମି ଚିହ୍ନଟ କରିବା ପାଇଁ ସ୍ଥାନୀୟ ତହସିଲଦାରଙ୍କୁ ନିର୍ଦ୍ଦେଶ ଦେଇଥିଲେ। ଏ ବିଷୟରେ ତହସିଲଦାର ସୁଧାକର ରଇତଙ୍କୁ ପଚାରିବାରୁ ସେ କହିଛନ୍ତି, ସରକାରଙ୍କ ନିର୍ଦ୍ଦେଶକ୍ରମେ ଏହି ସ୍ଥାନରେ ବିଦ୍ୟାଳୟ ନିର୍ମାଣ ହେବାକୁ ଯାଉଛି। ଏଥିପାଇଁ ଜମି ମାପଚୁପ ସରିଛି। ତେଣୁ ଏହାକୁ କେହି ରୋକିପାରିବେ ନାହିଁ ବୋଲି ସେ କହିଛନ୍ତି। ଏସ୍‌ଡିପିଓ ଦେବଜ୍ୟୋତି ଦାସଙ୍କ ପ୍ରତିକ୍ରିୟା ନେବାରୁ ସେ କହିଛନ୍ତି, ବିଦ୍ୟାଳୟ ପାଇଁ ବହୁ ଲୋକଙ୍କ ସମର୍ଥନ ରହିଛି। ତେଣୁ ଏହିଠାରେ ହିଁ ବିଦ୍ୟାଳୟ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ଚାଞ୍ଚଲ୍ୟ: ପୋଖରୀରେ ମାଛଧରୁଥିବା ବେଳେ ଜାଲରେ କୁମ୍ଭୀର…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ଘୋଡ଼ାହାଡ଼ ଡ୍ୟାମ ରାସ୍ତାର ସନ୍ଥ ଅରକ୍ଷିତ ଛକରେ ଥିବା ପୋଖରୀରୁ କୈବର୍ତ୍ତମାନେ ଶୁକ୍ରବାର ସକାଳେ ମାଛ ଧରୁଥିବା ବେଳେ ଜାଲରେ…

ତାମିଲନାଡୁ ବିଧାନସଭା ନିର୍ୱାଚନ: ଭାଜପା ପ୍ରାର୍ଥୀ ତାଲିକାରେ ଆନ୍ନାମଲାଇଙ୍କ ନାମ ନାହିଁ

ଚେନ୍ନାଇ,୩ା୪: ତାମିଲନାଡୁ ବିଧାନସଭା ନିର୍ୱାଚନ ପାଇଁ ଭାଜପା ଶୁକ୍ରବାର ପ୍ରାର୍ଥୀ ତାଲିକା ପ୍ରକାଶ କରିଛି। ହେଲେ ଦଳର ପୂର୍ୱତନ ରାଜ୍ୟ ସଭାପତି କେ. ଆନ୍ନାମଲାଇଙ୍କ ନାମ ଉକ୍ତ…

ପ୍ରପର୍ଟି କାଗଜପତ୍ର ନାହିଁ, ତଥାପି ମିଳିପାରିବ ହୋମ୍‌ ଲୋନ୍‌? ଜାଣନ୍ତୁ କ’ଣ କହୁଛି ବ୍ୟାଙ୍କ ନିୟମ

ନୂଆଦିଲ୍ଲୀ,୩।୪: ନିଜର ଏକ ସୁନ୍ଦର ଘରଟିଏ କରିବା ସମସ୍ତଙ୍କର ସ୍ବପ୍ନ ଥାଏ। ଏହି ସ୍ବପ୍ନକୁ ସାକାର କରିବାରେ ‘ହୋମ ଲୋନ୍‌’ ବା ଗୃହ ଋଣ ଏକ ମୁଖ୍ୟ…

କାଳବୈଶାଖୀ ତାଣ୍ଡବ: ଟଳିପଡ଼ିଲେ ଗୋଟିଏ ପରେ ଗୋଟିଏ ଗୋରୁ…

ମୋହନା,୪।୩(ମନ୍ମଥ ମିଶ୍ର): କାଳବୈଶାଖୀରେ ଆଖି ବୁଜିଲେ ୪ ଗୋରୁ। ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ଗଜପତି ଜିଲା ମୋହନା ବ୍ଲକ ମେରାପଲ୍ଲୀ ପଞ୍ଚାୟତ ବନ୍ଧାଗୁଡା ଗାଁରେ।…

ବିଜୁଳି ଖୁଣ୍ଟରେ ପିଟିହେଲା ଟ୍ରାକ୍ଟର, ଆଉ ତା’ପରେ…

ବାଲିଶଙ୍କରା,୩ା୪(ହୃଦାନନ୍ଦ ବାରିକ): ସୁନ୍ଦରଗଡ଼ ଜିଲା ତଳସରା ଥାନା ଅଧୀନ ସାକୁଶପାନୀ ଗ୍ରାମରେ ଶୁକ୍ରବାର ବିଜୁଳି ଖୁଣ୍ଟରେ ଏକ ଟ୍ରାକ୍ଟର ପିଟି ହୋଇ ଦୁର୍ଘଟଣାଗ୍ରସ୍ତ ହୋଇଛି। ଦୁର୍ଘଟଣାରେ ଟ୍ରାକ୍ଟର…

ଧୋନୀ, କପିଲଙ୍କୁ କ୍ଷମା ମାଗିଲେ ଯୁବରାଜ, କାହିଁକି ଜାଣନ୍ତୁ…

ନୂଆଦିଲ୍ଲୀ,୩ା୪: କିମ୍ୱଦନ୍ତୀ ଅଲରାଉଣ୍ଡର ଯୁବରାଜ ସିଂଙ୍କ ବାପା ଯୋଗରାଜ ସିଂ କିଛି ବର୍ଷ ତଳେ ଦେଶର ଦୁଇ ମହାନ୍‌ କ୍ରିକେଟ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ଓ…

ଏମିତି ବି ଆସେ ମୃତ୍ୟୁ: ରାତିରେ ଖାଇପିଇ ଶୋଇଲେ ସକାଳକୁ…

ପାତ୍ରପୁର,୩।୪(ଉମାଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ କୋଳିହଳା ଗ୍ରାମର ବାସୁଦେବ ବେହେରା(୪୫)କୋଏମ୍ବାଟୁରର ଏକ ସୁତା କଳରେ ଦାଦନ ଖଟୁଥିବା ବେଳେ ଗୁରୁବାର ରାତିରେ ହୃଦଘାତରେ ତାଙ୍କର…

ବନ୍ଧୁ ମିଳନ ନାମରେ ବଳ କଷିଲେ ଯୁବ ଗୋଷ୍ଠୀ: ସାମିଲ ହେଲେ ଶହ ଶହ…

ଗଞ୍ଜାମ,୩।୪(ବିଦ୍ୟାଧର ସାହୁ ): ୧୬ ନଂ ଜାତୀୟ ରାଜପଥ ପାର୍ଶ୍ୱରେ ଥିବା ମା’ ଏଲେମା ମନ୍ଦିର ପ୍ରାଙ୍ଗଣରେ ଗଞ୍ଜାମ ସହରର ଏକ ବନ୍ଧୁ ମିଳନ କାର୍ଯ୍ୟକ୍ରମ ଶୁକ୍ରବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri