ଏସ୍‌ଏଚ୍‌ଜିର ଧାନକ୍ରୟକୁ ଚାଷୀଙ୍କ ବିରୋଧ

ନାଉଗାଁ,୨୪ା୧୨(ସ୍ବ.ପ୍ର): ନାଉଗାଁ ବ୍ଲକ ଜାମୁଗାଁ ପଞ୍ଚାୟତ ଅନ୍ତର୍ଗତ ୩ ରାଜସ୍ବ ଗାଁର ଧାନ କ୍ରୟ ପାଇଁ ଏକ ସ୍ବୟଂ ସହାୟକ ଗୋଷ୍ଠୀ (ଏସ୍‌ଏଚ୍‌ଜି)କୁ ନିର୍ଦ୍ଦେଶ ଦିଆଯାଇଛି। ଏହାକୁ ଚାଷୀମାନେ ବିରୋଧ କରିଛନ୍ତି। ଏ ନେଇ ସେମାନେ ଗୁରୁବାର ଜିଲାପାଳଙ୍କ ନିକଟରେ ଅଭିଯୋଗ କରିଛନ୍ତି। ଏହାର ନକଲ ଜିଲା ଯୋଗାଣ ବିଭାଗ ଅଧିକାରୀ, ମୋ ସରକାରର ମୁଖ୍ୟ, କୃଷି ସଚିବଙ୍କ ନିକଟକୁ ପଠାଯାଇଛି। ଏହି ପଞ୍ଚାୟତର ଚକୁଳିପଡା, ନନ୍ଦିଗ୍ରାମ, ଶୁଣ୍ଠଳ ଗଁାର ୧୦୦ରୁ ଊର୍ଦ୍ଧ୍ୱ ଚାଷୀ ପୂର୍ବରୁ ଖରିଫ, ରବି ଧାନ ବିକ୍ରି ପାଇଁ ତିରୁଣା ସମବାୟ ସମିତି ଉପରେ ନିର୍ଭର କରୁଥିଲେ। ମାତ୍ର ଚଳିତବର୍ଷ ଉକ୍ତ ସମିତି ବଦଳରେ ବାବା ନନ୍ଦମଣି ଏସ୍‌ଏଚ୍‌ଜିକୁ ଧାନ କ୍ରୟ ପାଇଁ ନିର୍ଦ୍ଦେଶ ଦିଆଯାଇଛି। ଏହାଦ୍ୱାରା ସମିତି ରୁଗ୍‌ଣ ହୋଇଗଲେ ମିଳୁଥିବା ଋଣ, ରାସାୟନିକ ସାର ଆଦି ମିଳିବାରେ ଅସୁବିଧା ହେବ। ଏ ନେଇ ଚାଷୀଙ୍କ ମତାମତ ନିଆଯାଇ ଧାନ କେଉଁଠାରେ ବିକ୍ର୍ରି କରାଯିବ ତାହା ନିରୂପଣ କରାଯାଉ ବୋଲି ଚାଷୀମାନେ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାଳବୈଶାଖୀର ତାଣ୍ଡବ, ଭାଙ୍ଗିଲା ବିଜୁ ପଟ୍ଟନାୟକ ଇନ୍‌ଡୋର ଷ୍ଟାଡିୟମ

ପୁରୁଷୋତ୍ତମପୁର,୨୪ା୪(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ବୁଧବାର ଅପରାହ୍ନରେ କାଳବୈଶାଖୀ ତାଣ୍ଡବ ରଚିଛି। ମାତ୍ର ୧୦ ମିନିଟ୍‌ ମଧ୍ୟରେ ସହରକୁ ଛିନ୍‌ଭିନ୍‌ କରିପକାଇଛି। ବିଭିନ୍ନ ସ୍ଥାନରେ...

ନାବାଳିକାଙ୍କୁ ବଳାତ୍କାର କରି ଯୁବକଙ୍କୁ ୧୦ ବର୍ଷ ଜେଲ୍‌ଦଣ୍ଡ

କେନ୍ଦୁଝର,୨୪ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଫାଷ୍ଟଟ୍ରାକ୍‌ କୋର୍ଟର ମାନ୍ୟବର ବିଚାରପତି ବିଜୟ କୁମାର ମିଶ୍ର ଏକ ବଳାତ୍କାର ମାମଲାର ବିଚାର କରି ଅଭିଯୁକ୍ତଙ୍କୁ ଦଣ୍ତାଦେଶ ଶୁଣାଇଛନ୍ତି।...

ଓ୍ବାରେଣ୍ଟ ବଳରେ ୭ ଜଣଙ୍କୁ ବାନ୍ଧିଲା ପୋଲିସ

ଦାରିଙ୍ଗବାଡ଼ି,୨୪ା୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳରେ ଦୀର୍ଘଦିନ ଧରି ବିଭିନ୍ନ ମାମଲାରେ ଫେରାର ଥିବା ୭ ଜଣଙ୍କୁ ପୋଲିସ ଗିରଫ...

ଭାଜପାରେ ସାମିଲ ହେଲେ ବିଭିନ୍ନ ଦଳର ହଜାର ହଜାର କର୍ମୀ

ମୋରଡ଼ା,୨୪ା୪(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ନିର୍ବାଚନମଣ୍ଡଳୀ ସାଧାରଣ ନିର୍ବାଚନ ପାଇଁ ବେଶ୍‌ ଚଳଚଞ୍ଚଳ ହୋଇଉଠିଥିବା ବେଳେ ସବୁବେଳେ ଚର୍ଚ୍ଚାରେ ରହି ଆସିଛି। ଗଣତନ୍ତ୍ରର ଏହି...

ନିଜ ନିର୍ବାଚନ ମଣ୍ଡଳୀରୁ ପ୍ରଚାର ଆରମ୍ଭ କଲେ ମୁଖ୍ୟମନ୍ତ୍ରୀ

ହିଞ୍ଜିଳିକାଟୁ,୨୪ା୪(ଦ୍ୱିତୀକୃଷ୍ଣ ପଣ୍ଡା): ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ବୁଧବାରଠାରୁ ନିଜ ନିଜାଚନ ମଣ୍ଡଳୀ ହିଞ୍ଜିଳିରୁ ୨୦୨୪ ନିର୍ବାଚନ ପ୍ରଚାରର ଶୁଭାରମ୍ଭ କରିଛନ୍ତି। ହିଞ୍ଜିଳିକାଟୁ...

ଭୋଟରଙ୍କୁ ସଚେତନ କରୁଛନ୍ତି ପଦ୍ମଶ୍ରୀ ହଳଧର ନାଗ, କଂସ ମହାରାଜ ହୃଷୀକେଶ ଭୋଇ

ବରଗଡ଼,୨୪ା୪(ପ୍ରେମାନନ୍ଦ ଖମାରୀ): ସାଧାରଣ ନିର୍ବାଚନରେ ସମସ୍ତ ଭୋଟରଙ୍କ ଭାଗିଦାରୀ ସୁନିଶ୍ଚିତ କରିବା ତଥା ଭୋଟରଙ୍କୁ ସଚେତନ କରିବା ପାଇଁ ବରଗଡ଼ ଜିଲା ପ୍ରଶାସନ ଅଭିନୟ ପ୍ରୟାସ...

ଝିଅ ନିର୍ବାଚନ ଲଢିବା ନେଇ ମୁହଁ ଖୋଲିଲେ ମହମ୍ମଦ ମୋକିମ

କଟକ, ୨୪।୪(ଶିଳ୍ପା ପ୍ରିୟଦର୍ଶିନୀ): ନିର୍ବାଚନ ୨୦୨୪ରେ ବାରବାଟୀ-କଟକ ଆସନକୁ ନେଇ କଂଗ୍ରେସକୁ ଘାରିଛି ଚିନ୍ତା। କଂଗ୍ରେସ ବରିଷ୍ଠ ନେତା ମହମ୍ମଦ ମୋକିମଙ୍କ ଜାମିନକୁ ସୁପ୍ରିମକୋର୍ଟ ମଞ୍ଜୁର...

ଅବକାରୀ ଥାନା ପରିସରରେ ଭୟାବହ ଅଗ୍ନିକାଣ୍ଡ: କୋଟିଏରୁ ଉର୍ଦ୍ଧ୍ୱ ସମ୍ପତ୍ତି ନଷ୍ଟ

ବଡ଼ବିଲ,୨୪।୪ (ଦେବପ୍ରିୟ ରଣା):କେନ୍ଦୁଝର ବଡବିଲ ଅବକାରୀ ଥାନା ପରିସରରେ ମଙ୍ଗଳବାର ବିଳମ୍ବିତ ରାତିରେ ଭୟାବହ ଅଗ୍ନିକାଣ୍ଡ ଘଟି କୋଟିଏରୁ ଉଦ୍ଧର୍‌ବ ଟଙ୍କାର ଜବତ ହୋଇ ରହିଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri