ପଦ୍ମପୁର,୨୬।୧୨(ପ୍ରଦୀପ୍ତ ଦାଶ):ଚଳିତ ବର୍ଷ ରାଜ୍ୟ ସରକାରଙ୍କ ଧାନ ସଂଗ୍ରହ ନୀତି ବାଟବଣା ହୋଇଯାଇଛି। ଡବଲ ଇଞ୍ଜିନ ଲୋକଙ୍କ ସରକାର କହି କହି କେବଳ ବାହାସ୍ଫୋଟ ମାରୁଛନ୍ତି। ବାସ୍ତବିକ ଚିତ୍ର ସମ୍ପୂର୍ଣ୍ଣ ଭିନ୍ନ ଅଟେ ବୋଲି ଶୁକ୍ରବାର ରାଜବୋଡାସମ୍ବର କୃଷକ ସଙ୍ଗଠନ ତରଫରୁ ପଦ୍ମପୁର ୧୨ ଘଣ୍ଟିଆ ବନ୍ଦ ପାଳନ ହୋଇଛି । ସଂଗଠନର ଡାକରାରେ ଗାଡି ମୋଟର ଚଳାଚଳ ସଂପୂର୍ଣ୍ଣ ବନ୍ଦ ରହିଛି। ସରକାରୀ ବେସରକାରୀ ସରକାରୀ କାର୍ଯାଳୟ ବନ୍ଦ ଏହି ବନ୍ଦକୁ ସହରର ପ୍ରମୁଖ ସଂଘଠନ ରାଜନୈତିକ ଦଳ ପକ୍ଷରୁ ସମର୍ଥନ ଘୋଷଣା କରାଯାଇଛି । ଆଇନଶୃଙ୍ଖଳା ଦୃଷ୍ଟିରୁ ସହରରେ ବ୍ୟାପକ ପୋଲିସ ମୁତୟନ କରାଯାଇଛି ।