ମଣ୍ଡିରେ ପଡ଼ିଛି ଚାଷୀଙ୍କ ଧାନ, ଟୋକନ ଆସିବା ପରେ ବି ଧାନ କିଣୁ ନାହାନ୍ତି ସରକାର

ମାଲକାନଗିରି,୨୫ା୩(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା କଂଗ୍ରେସ କମିଟି ତରଫରୁ ବୁଧବାର ୧୨ ଘଣ୍ଟିଆ ଜିଲା ବନ୍ଦ ପାଳନ କରାଯାଇଛି। ୪ ଦଫା ଦାବି ନେଇ ଏହି ବନ୍ଦ ଡାକରା ପାଳନ କରାଯାଇଥିବା ବେଳେ ଏଥିମଧ୍ୟରୁ ଧାନମଣ୍ଡି ଆରମ୍ଭ ହୋଇ ଆଜକୁ ପ୍ରାୟ ୩ ମାସରୁ ଊର୍ଦ୍ଧ୍ୱ ସମୟ ବିତି ଯାଇଥିଲେ ସୁଦ୍ଧା ବହୁ ଚାଷୀଙ୍କ ଧାନମଣ୍ଡିରେ ପଡ଼ିରହିଛି। ଏତଦ୍‌ବ୍ୟତୀତ ବହୁ ଚାଷୀଙ୍କ ଟୋକନ ଆସିବା ସତ୍ତ୍ୱେ ସରକାର ଧାନ ଖରିଦ କରି ନ ଥିବାରୁ ଉକ୍ତ ଟୋକନର ସମୟସୀମା ମଧ୍ୟ ସରିଯାଇଛି। ଯାହାଫଳରେ ଚାଷୀମାନେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। କେବଳ ଏତିକି ନୁହେଁ ବର୍ତ୍ତମାନ ଅଦିନିଆ ବର୍ଷା ଯୋଗୁ ବହୁଚାଷୀଙ୍କ ଧାନ ନଷ୍ଟ ହେବାରେ ଲାଗିଛି। ତେଣୁ ଚାଷୀମାନଙ୍କୁ ଅଦିନିଆ ବର୍ଷା ଜନିତ କ୍ଷୟକ୍ଷତି ପ୍ରଦାନ, ମଣ୍ଡିରୁ ସମସ୍ତ ଧାନ ସରକାର ଖରିଦ କରିବା ପାଇଁ ଦାବି ହୋଇଛି।

ସେହିପରି ବର୍ତ୍ତମାନ ଜିଲାକୁ ପର୍ଯ୍ୟାପ୍ତ ପରିମାଣର ପେଟ୍ରୋଲ, ଗ୍ୟାସ ସିଲିଣ୍ଡରର ଅଭାବ ଦେଖିବାକୁ ମିଳିଛି। ଯାହାଫଳରେ ଜନସାଧାରଣ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ତେଣୁ ତୁରନ୍ତ ପର୍ଯ୍ୟାପ୍ତ ପରିମାଣର ପେଟ୍ରୋଲ ଓ ଗ୍ୟାସ ସିଲିଣ୍ଡର ଯୋଗାଇ ଦିବାଯିବାକୁ ଦାବି ହେଉଛି। ସରକାର ଚାଷୀମାନଙ୍କ ଖାଲି ବସ୍ତା ବାବଦକୁ ଟଙ୍କା ପ୍ରଦାନ କରିବାର ପ୍ରତିଶ୍ରୁତି ଦେଇଥିଲେ ସୁଦ୍ଧା ଆଜକୁ ତିନିବର୍ଷ ବିତି ଯାଇଥିଲେ ମଧ୍ୟ ଖାଲି ବସ୍ତା ବାବଦକୁ ଚାଷୀଙ୍କୁ ବକେୟା ଟଙ୍କା ଯୋଗାଇ ଦିଆଯାଇନାହିଁ। ତେଣୁ ତୁରନ୍ତ ୩ ବର୍ଷର ଖାଲିବସ୍ତା ବାବଦକୁ ବକେୟା ଟଙ୍କା ଯୋଗାଇଦେବା ଆମର ଦାବି। ତେବେ ଆଜିର ଏହି ୧୨ ଘଣ୍ଟିଆ ବନ୍ଦ ପାଳନ ଯୋଗୁ ଜିଲାର ସମସ୍ତ ସ୍କୁଲ, କଲେଜ, ସରକାରୀ ଓ ବେସରକାରୀ କାର୍ଯ୍ୟାଳୟ ଦୋକାନ ବଜାର ଓ ଗାଡ଼ି ଚଳାଚଳ ସମ୍ପୂର୍ଣ୍ଣ ଠିକ୍‌ ହୋଇଯାଇଛି। ଯାହାଫଳରେ ଯାତ୍ରୀମାନେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି।

ଆଜିର ଏହି ବନ୍ଦ ପାଳନରେ ଜିଲା କଂଗ୍ରେସ କମିଟି ସଭାପତି ଜି. ଶ୍ରୀନିବାସ ରାଓ, ପୂର୍ବତନ ସଭାପତି ଗୋବିନ୍ଦ ପାତ୍ର, କଂଗ୍ରେସ ବରିଷ୍ଠ କର୍ମୀ ପ୍ରଭାକର ପାଳ, ପି. କେଶୁ ରାଓ, ପର୍ଶୁରାମ ଭକ୍ତ, ପ୍ରାଣକୃଷ୍ଣ ମଣ୍ଡଳଙ୍କ ସହକର୍ମୀ ଓ କର୍ମକର୍ତ୍ତାମାନେ ଅଂଶଗ୍ରହଣ କରିଥିଲେ।

ପ୍ରକାଶ ଥାଉକି, ଏଥିପୂର୍ବରୁ ମଧ୍ୟ ଧାନମଣ୍ଡିରୁ ଚାଷୀମାନଙ୍କ ସମସ୍ତ ଧାନ ଉଠାଇବା ପାଇଁ ଚାଷୀମାନେ ରାସ୍ତା ଉପରେ ଧାନବସ୍ତା ପକାଇ ରାସ୍ତାରୋକୋ ଆନ୍ଦୋଳନ କରିଥିଲେ। ଆଜିର ଏହି ବନ୍ଦ ଡାକରା ଜିଲା ସଦରମହକୁମା ସହ ଜିଲାର ସମସ୍ତ ବ୍ଲକରେ ଏହାର ପ୍ରଭାବ ଦେଖିବାକୁ ମିଳିଛି।

Dharitri –Odisha’s No.1 Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଭାରତକୁ ସାହାଯ୍ୟ ମାଗିଲା ଇରାନ, ଯୁଦ୍ଧ ବନ୍ଦ କରିବା ନେଇ ମୋଦିଙ୍କୁ କହିଦେଲା ଏମିତି…

ନୂଆଦିଲ୍ଲୀ,୨୫।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ଏବଂ ଆମେରିକା ଏବଂ ଇରାନ ମଧ୍ୟରେ ବୃଦ୍ଧି ପାଉଥିବା ଉତ୍ତେଜନା ମଧ୍ୟରେ, ତେହେରାନ ସଙ୍କେତ ଦେଇଛି ଯେ ଭାରତ ଏହି ସଂଘର୍ଷକୁ…

ପାକିସ୍ତାନକୁ ବଡ଼ ଝଟ୍‌କା, ହରମୁଜରେ ପାକ୍‌ ଜାହାଜ ସହ ଇରାନ କଲା ଏମିତି କାଣ୍ଡ…ଟ୍ରମ୍ପ କାବା!

ତେହରାନ,୨୫।୩: ଆମେରିକା-ଇସ୍ରାଏଲ ବିବାଦ ମଧ୍ୟରେ ଆଞ୍ଚଳିକ ମଧ୍ୟସ୍ଥତା ପାଇଁ ଏକ ଦାବିଦାର ଭାବରେ ନିଜକୁ ସ୍ଥାପିତ କରୁଥିବା ପାକିସ୍ତାନକୁ ଇରାନ ଏକ ବଡ଼ ଝଟକା ଦେଇଛି। ଏକ…

ରାମନବମୀ ନେଇ ଚଳଚଞ୍ଚଳ କୋରାପୁଟ ସହର:  ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ…  

କୋରାପୁଟ,୨୫।୩(ଅମିତାଭ ବେହେରା ): ଆସନ୍ତା ୨୭ ତାରିଖରେ ପବିତ୍ର ରାମ ନବମୀ ଉତ୍ସବ ପାଳନ କରାଯିବାକୁ ଥିବାବେଳେ ଏ ନେଇ କୋରାପୁଟ ସହରରେ ବ୍ୟାପକ ପ୍ରସ୍ତୁତି ଚାଲିଛି।…

ଦିନରେ ଶସ୍ତା ରାତିରେ ମହଙ୍ଗା ହେବ ବିଜୁଳି, ଇଲେକ୍ଟ୍ରି ସପ୍ଲାଏକୁ ନେଇ ଆସିଲା ନୂଆ ନିୟମ

ପାଟନା,୨୫।୩: ରାଜ୍ୟବାସୀ ଧ୍ୟାନ ଦିଅନ୍ତୁ! ବିଦ୍ୟୁତ ବିଲ ସମ୍ପର୍କରେ ଏକ ନୂଆ ଅପଡେଟ ଆସିଛି। ସାରା ରାଜ୍ୟରେ ବିଦ୍ୟୁତ ସମ୍ୱନ୍ଧୀୟ ନୂତନ ନିୟମ ଜାରି କରାଯାଇଛି। ଏବେଠାରୁ,…

କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା, ଏଲପିଜି ବୁକିଂ ନିୟମରେ ହୋଇନି ପରିବର୍ତ୍ତନ

ନୂଆଦିଲ୍ଲୀ,୨୫।୩: ବିଭିନ୍ନ ମହଲରେ ରିପୋର୍ଟ ଆସିଛି ଯେ ସରକାର ଏଲପିଜି ବୁକିଂ ପାଇଁ ନିୟମ ପରିବର୍ତ୍ତନ କରିଛନ୍ତି। ଦୁଇଟି ସିଲିଣ୍ଡର କିମ୍ୱା ଡବଲ କନେକ୍ସନ ଥିବା ଗ୍ରାହକମାନଙ୍କୁ…

ଯୁଦ୍ଧ ମଧ୍ୟରେ ଉତ୍ତରାଧିକାରୀ ଘୋଷଣା କଲା ଇରାନ, ଜାଣନ୍ତୁ କିଏ ସେହି ମହମ୍ମଦ ବାଘେର

ନୂଆଦିଲ୍ଲୀ,୨୫।୩: ସର୍ବୋଚ୍ଚ ଜାତୀୟ ସୁରକ୍ଷା ପରିଷଦ ସଚିବ ଅଲି ଲାରିଜାନିଙ୍କ ମୃତ୍ୟୁ ପରେ, ଇରାନ ବ୍ରିଗେଡିୟର ଜେନେରାଲ ମହମ୍ମଦ ବାଘେର ଜୋଲକାଦରଙ୍କୁ ଏହାର ନୂତନ ସୁରକ୍ଷା ମୁଖ୍ୟ…

ଯୁଦ୍ଧ ଭିତରେ ‘ଏମରଜେନ୍ସି’ ଘୋଷଣା କଲା ଏହି ଦେଶ, ଲକ୍‌ଡାଉନ ପରି ବନ୍ଦ ହେଲା…

ନୂଆଦିଲ୍ଲୀ,୨୫।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ଚାପ ଏବେ ଫିଲିପାଇନ୍ସ ପର୍ଯ୍ୟନ୍ତ ପହଞ୍ଚିଛି। ସାତ ସମୁଦ୍ର ଦୂର। ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ଯୋଗୁଁ, ବିଶ୍ୱ ଇନ୍ଧନ ଯୋଗାଣ…

ଗୋଟି ଗୋଟି ସବୁ ଦେଶଠାରୁ ଯୁଦ୍ଧ କ୍ଷତି ଆଦାୟ କରିବ ଇରାନ, ଖେଳିଲା ବଡ଼ ଗେମ୍‌, ଏବେ ଭୋଗିବ ସାରା ବିଶ୍ୱ

ନୂଆଦିଲ୍ଲୀ, ୨୫।୩: ଟଳିନି ବିଶ୍ୱ ସଙ୍କଟ । ଯୁଦ୍ଧ ଦ୍ୱାରା ଏପର୍ଯ୍ୟନ୍ତ ହୋଇଥିବା କ୍ଷତି କେବଳ ଏକ ଝଲକ ଥିଲା। ପ୍ରକୃତ ସଙ୍କଟ ଏବେ ଆରମ୍ଭ ହୋଇଛି,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri