କ୍ଷତିପୂରଣ ଦାବିରେ ଚାଷୀଙ୍କ ଧାରଣା

କଣ୍ଟାପଡା,୧୮।୯(ଡି.ଏନ.ଏ.): ଲଘୁଚାପ ବର୍ଷାରେ ହୋଇଥିବା ଫସଲହାନୀ ଜନିତ କ୍ଷତିପୂରଣ ଦାବିରେ କଣ୍ଟାପଡା ବ୍ଲକ ଅଞ୍ଚଳର କେତେଜଣ ଚାଷୀ ସ୍ଥାନୀୟ ତହସିଲ କାର୍ଯ୍ୟାଳୟ ସମ୍ମୁଖରେ ଶୁକ୍ରବାର ଧାରଣାରେ ବସିଥିଲେ। କଟକ ସଦର ଉପଜିଲାପାଳ ପ୍ରତାପ ବେଉରା ଅପରାହ୍ନରେ ପହଞ୍ଚି ଧାରଣାରତ ଚାଷୀଙ୍କ ସହ ଆଲୋଚନା କରିଥିଲେ। ସରକାରୀ ନିୟମ ଅନୁସାରେ କୃଷି ବିଭାଗ ଦ୍ୱାରା କ୍ଷୟକ୍ଷତିର ଆକଳନ କରାଯାଇ ପ୍ରକୃତ ଚାଷୀମାନଙ୍କୁ କ୍ଷତିପୂରଣ ପ୍ରଦାନ ପାଇଁ ବେଉରା ପ୍ରତିଶ୍ରୁତି ଦେବା ପରେ ଧାରଣା ପ୍ରତ୍ୟାହୃତ ହୋଇଥିଲା। ମିଳିଥିବା ସୂଚନା ଅନୁଯାୟୀ, ଗତ ୧୨ ରୁ ୧୪ତାରିଖ ପର୍ଯ୍ୟନ୍ତ ହୋଇଥିବା ଲଗାଣ ବର୍ଷା ଯୋଗୁ ଉକ୍ତ ବ୍ଲକ ଅଞ୍ଚଳର ଅନେକ ଚାଷଜମି ପାଣି ଜମି ରହିଛି। ଏଥିସହ ଅନେକ ଘର ମଧ୍ୟ ଭାଙ୍ଗିଯାଇଛି। ଫଳରେ କୃଷିବିଭାଗ ପକ୍ଷରୁ କ୍ଷୟକ୍ଷତିର ସମ୍ପୂର୍ଣ୍ଣ ଆକଳନ କରାଯାଇପାରିନାହିଁ। ସରକାରୀଭାବେ କଣ୍ଟାପଡା ବ୍ଲକ ଏଥିରୁ ବାଦପଡିବା ପ୍ରତିବାଦରେ ଚାଷୀମାନେ ଧାରଣା ଦେଇଥିଲେ। ଏ ସମ୍ପର୍କରେ ତହସିଲଦାର ଆର୍ତ୍ତତ୍ରାଣ ମଲ୍ଲିକ କହିଛନ୍ତି, ଫସଲ କ୍ଷୟକ୍ଷତି ତଦନ୍ତ କାମ କୃଷି ବିଭାଗର। ଉକ୍ତ ଅଞ୍ଚଳରେ ବୁଡି ରହିଥିବା ଚାଷଜମି ଓ ଭାଙ୍ଗି ଯାଇଥିବା ଘରର ତଦନ୍ତ ରିପୋର୍ଟ କୃଷି ବିଭାଗ ପ୍ରସ୍ତୁତ କରି ଜିଲାପାଳଙ୍କ ନିକଟକୁ ପଠାଇଛି। କେତେଜଣ ପ୍ରଭାବଶାଳୀ ବ୍ୟକ୍ତି ଆଦୌ ଚାଷ ନ କରି ଫସଲହାନୀ ସହାୟତା ନେବାକୁ ଉଦ୍ୟମ କରି ବିଫଳ ହେଉଥିବାରୁ ଏଭଳି କାର୍ଯ୍ୟକୁ ପ୍ରୋତ୍ସାହନ ଦେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ମହାସଂଯୋଗ: ୫ ରାଶିର ଭାଗ୍ୟ ବଦଳାଇବେ ୩ଗ୍ରହ; ଅଚାନକ ହେବେ ଧନୀ…

୩୦ ଅଗଷ୍ଟର ଦିନ ପଞ୍ଚାଙ୍ଗ ଏବଂ ଜ୍ୟୋତିଷୀୟ ଯୋଗ ଦୃଷ୍ଟିରୁ ଅତ୍ୟନ୍ତ ଖାସ ପ୍ରମାଣିତ ହୋଇପାରେ। ଏହି ଦିନ ଭାଦ୍ରବ ମାସ କୃଷ୍ଣ ପକ୍ଷ ଦ୍ୱିତୀୟା ତିଥି…

ଏଇ ଭାରତରେ

ଚେନ୍ନାଇର ଚିତଲାପକ୍କମ ନିକଟରେ ଥିବା ଚିତଲାପକ୍କମ ହ୍ରଦ ନିକଟବର୍ତ୍ତୀ ଅଞ୍ଚଳରେ ଖରାଦିନେ ନଳକୂପ ଶୁଖିଯାଏ। ବର୍ଷର ଅନ୍ୟ ସମୟରେ ବି ସେଗୁଡ଼ିକରୁ ଆବଶ୍ୟକ ପାଣି ବାହାରେ ନାହିଁ।…

ପ୍ରଶାସନିକ ସ୍ବଚ୍ଛତା ଏକ ପ୍ରଶ୍ନବାଚୀ

ପ୍ରଶାସନିକ ବ୍ୟବସ୍ଥାରେ ସ୍ବଚ୍ଛତା ଓ ନିରପେକ୍ଷତା ଆଣିବା ଲାଗି ସରକାର ଯେତେ ଯାହା ପଦକ୍ଷେପ ଗ୍ରହଣ କଲେ ମଧ୍ୟ ତାହା ସଫଳ ହୋଇପାରୁନି। ବିଭିନ୍ନ କ୍ଷେତ୍ରରେ କିଭଳି…

ସମୟ ବ୍ୟାଙ୍କ୍‌ର ସେବାପୁଞ୍ଜି

ବ୍ୟାଙ୍କ୍‌ରେ ସଞ୍ଚତ୍ତ ସମସ୍ତ ଅର୍ଥ ଉଠାଇ ଆଣି ରାଜଧାନୀର ଏକ ପ୍ରମୁଖ ଇଞ୍ଜିନିୟରିଂ କଲେଜରେ ନିଜ ପୁଅର ନାମ ଲେଖାଉଥିବା ଜଣେ ମଧ୍ୟବର୍ଗୀୟ ପିତା ତାଙ୍କ ବନ୍ଧୁକୁ…

ବାରମ୍ବାର ଇଣ୍ଟରନାଲ ପରୀକ୍ଷା ଦେବେନି ଯୁକ୍ତ୨ ଏକ୍ସ-ରେଗୁଲାର ଛାତ୍ରୀଛାତ୍ର

ଭୁବନେଶ୍ୱର,୩୦।୮(ସୁଚିସ୍ମିତା ସାହୁ): ଯୁକ୍ତ୨ ଏକ୍ସ-ରେଗୁଲାର ଛାତ୍ରୀଛାତ୍ରଙ୍କ ଇଣ୍ଟରନାଲ ପରୀକ୍ଷାକୁ ନେଇ ରହିଥିବା ଦ୍ୱନ୍ଦ୍ୱ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍‌ଏସ୍‌ଇ) ପକ୍ଷରୁ ଦୂର କରାଯାଇଛି। ଯୁକ୍ତ୨ରେ ଅସଫଳ…

୨ କୋଠରିରେ ପଢ଼ୁଛନ୍ତି ୧୦୪ ଛାତ୍ରୀଛାତ୍ର

ପାରଳାଖେମୁଣ୍ଡି,୩୦ା୮(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ଗୋଷାଣି ବ୍ଲକ ଲାବାଣ୍ୟଗଡ଼ ପଞ୍ଚାୟତ ଅନ୍ତର୍ଗତ ମାରିଙ୍ଗିସ୍ଥିତ ସରକାରୀ ପ୍ରାଥମିକ ଆବାସିକ ବିଦ୍ୟାଳୟ ବହୁ ଅବ୍ୟବସ୍ଥାରେ ଚାଲିଛି। ୧୯୯୯ ମସିହାରେ ପ୍ରତିଷ୍ଠା…

ଉଧାରରେ ମିଳିଥିବା କ୍ଷମତାରୁ ହଟାଇବା ଜାଣିଛୁ: ନେହା

ଭୁବନେଶ୍ୱର,୩୦ା୮(ସୁନିତ୍‌ ମିଶ୍ର): ଆମେ ଛାତ୍ର, ଯାହା ହାତରେ ଅସ୍ତ୍ରଶସ୍ତ୍ର, ଦିଲ୍ଲୀ ପୋଲିସର ଲାଠି, ପେଲେଟ ଗନ୍‌ କି ଟିଅର ଗ୍ୟାସ୍‌ ନାହିଁ। ତଥାପି ଆମର ସେହି ସାଧାରଣ…

ଜାଣନ୍ତୁ କାହା ଅଭାବରୁ ବଢ଼ିଥାଏ ‘ଫ୍ୟାଟି ଫୁଡ୍‌’ ଲୋଭ

ଟୋକିଓ/ଲଣ୍ଡନ, ୩୦।୮: ସୁସ୍ବାଦୁ ତଥା ଅଧିକ ଚର୍ବିଯୁକ୍ତ ଖାଦ୍ୟ (ଫ୍ୟାଟି ଫୁଡ୍‌) ଦେଖିଲେ କେତେଜଣ ଲୋକ ନିଜକୁ ନିୟନ୍ତ୍ରଣ କରିପାରନ୍ତି ନାହିଁ କାହିଁକି? ଏହାର ଉତ୍ତର ଖୋଜିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri