Posted inଜାତୀୟ

୨୦୨୪ ଲୋକସଭା ନିର୍ବାଚନ ପର୍ଯ୍ୟନ୍ତ ଚାଲିବ ଚାଷୀ ଆନ୍ଦୋଳନ – କୃଷକ ନେତା

ନାଗପୁର,୧୭।୧: କେନ୍ଦ୍ର ସରକାରଙ୍କ ନୂଆ କୃଷି ଆଇନ ବିରୋଧରେ ଚାଲିଥିବା ଚାଷୀ ଆନ୍ଦୋଳନ ୨୦୨୪ ମେ’ ପର୍ଯ୍ୟନ୍ତ ଜାରି ରହିବ। ଏଥି ନେଇ ସମ୍ପୂର୍ଣ୍ଣ ପ୍ରସ୍ତୁତ ଅଛନ୍ତି ଆନ୍ଦୋଳନରତ କୃଷକମାନେ। ଏଭଳି ମନ୍ତବ୍ୟ ଦେଇ କେନ୍ଦ୍ର ସରକାରଙ୍କୁ ଚେତାବନୀ ଦେଇଛନ୍ତି ଭାରତୀୟ କିଷାନ ୟୁନିୟନ (କିକେୟୁ) ନେତା ରାକେଶ ଟିକାଇଟ୍‌।

ନାଗପୁରଠାରେ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ କୃଷକ ଆନ୍ଦୋଳନ କେତେ ଦିନ ଚାଲିବ ବୋଲି ପ୍ରଶ୍ନ କରାଯାଇଥିଲା। ଏହାର ଉତ୍ତରରେ ଟିକାଇଟ୍‌ କହିଛନ୍ତି, ଯଦି ନୂଆ ଆଇନ ପ୍ରତ୍ୟାହାର ନ କରାଯାଏ, ତେବେ ୨୦୨୪ ମେ ପର୍ଯ୍ୟନ୍ତ ଆନ୍ଦୋଳନ ଜାରି ରହିବ। ଚାଷୀମାନେ ଏଥି ପାଇଁ ପ୍ରସ୍ତୁତ ଅଛନ୍ତି। ସରକାର ଜିଦ୍‌ ଧରି ବସିଲେ, ଆନ୍ଦୋଳନ ଚାଲିବ। ଆମେ ଏମ୍‌ଏସ୍‌ପି ଉପରେ ଆଇନଗତ ଗ୍ୟାରେଣ୍ଟି ଚାହୁଁ। ଆଇନ ପ୍ରତ୍ୟାହାର ପୂର୍ବରୁ ଆମେ ଆନ୍ଦୋଳନ ସ୍ଥଳରୁ ଫେରି ଆସୁ ଚାଷୀମାନେ ଚାହୁଁ ନାହାନ୍ତି। ଉଲ୍ଲେଖଥାଉ କି, ୨୦୨୪ ଏପ୍ରିଲ-ମେ’ ମଧ୍ୟରେ ସାଧାରଣ ଲୋକସଭା ନିର୍ବାଚନ ହେବାର ଅଛି।

କୃଷକମାନେ ଗତ ବର୍ଷ ନଭେମ୍ବର ୨୦ ତାରିଖରୁ ଦିଲ୍ଲୀର ବିଭିନ୍ନ ସୀମାରେ ଆନ୍ଦୋଳନ କରୁଛନ୍ତି। ସରକାରଙ୍କ ଅନୁଯାୟୀ, ନୂଆ ଆଇନ କାର୍ଯ୍ୟକାରୀ ହେଲେ ଦଲାଲ ନୀତି ବିଲୋପ ଘଟିବ। ଆଉ ଚାଷୀମାନେ ଦେଶର ଯେକୌଣସି ସ୍ଥାନରେ ତାଙ୍କ ଶସ୍ୟ ବିକ୍ରି କରିପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

ସର୍ଭର ଡାଉନ, ପଞ୍ଜୀକରଣ ପାଇଁ ଚାଷୀ କଲବଲ

ହାଟଡିହୀ/ଛେନାପଦୀ,୩୦l୮(ଶୁଭକାନ୍ତ ନାୟକ/ନିରାକାର ପରିଡା): ଚାଷୀଙ୍କ ନାମ ପଞ୍ଜୀକରଣର ସମୟ ସୀମା ସରକାର ଆଉ ୭ ଦିନ ବୃଦ୍ଧି କରିଛନ୍ତି। କିନ୍ତୁ ସର୍ଭର ଡାଉନ ଥିବାରୁ ଚାଷୀ ନାମ…

ଲାଞ୍ଚ ନେଇ ଧରାପଡ଼ିଲେ ଜିଲା ଶ୍ରମ ଅଧିକାରୀ

କେନ୍ଦୁଝର,୩୦ା୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଶ୍ରମ ଅଧିକାରୀ ଆକାଶ ବିଶୋଇ ଜଣେ ବ୍ୟକ୍ତିଙ୍କଠାରୁ ଲାଞ୍ଚ ନେଇ ଭିଜିଲାନ୍ସ ବିଭାଗ ହାତରେ ଧରାପଡ଼ିଛନ୍ତି। ଜିଲା ଶ୍ରମ ଅଧିକାରୀ…

ସ୍କୁଲ ପ୍ରିନି୍ସପାଲଙ୍କ ଉପସ୍ଥିତ ବୁଦ୍ଧି ଯୋଗୁ ବଞ୍ଚିଗଲା ସମସ୍ତ ସ୍କୁଲ ପିଲା, ଶିକ୍ଷକଙ୍କ ଜୀବନ, କେମିତି ଜାଣନ୍ତୁ…

କାଠମାଣ୍ଡୁ,୩୦ା୮: ନେପାଳରେ ପ୍ରଳୟଙ୍କରୀ ବନ୍ୟା ମାଡ଼ିଆସିବା ବେଳେ ଜଣେ ସ୍କୁଲ ପ୍ରିନି୍ସପାଲଙ୍କ ଉପସ୍ଥିତ ବୁଦ୍ଧି ଯୋଗୁ ୧,୬୪୩ ଜଣ ପିଲାଙ୍କ ଜୀବନ ବଞ୍ଚତ୍ୟାଇଛି। ନୁଓ୍ବାକୋଟ୍‌ ଜିଲା ତ୍ରିଭୁବନ…

ସ୍ବୟଂ ସହାୟିକା ଗୋଷ୍ଠୀ ଟଙ୍କା ଆତ୍ମାସତ କରି ମହିଳା ଗିରଫ, ମୁଖ୍ୟ ଅଭିଯୁକ୍ତ ଫେରାର

ପାରଳାଖେମୁଣ୍ଡି,୩୦ା୮(ଗିରିଧାରୀ ପରିଚ୍ଛା): ସ୍ବୟଂ ସହାୟକ ଗୋଷ୍ଠୀ ଜଟଙ୍କା ଓ ସୁନା ସଂଗ୍ରହ କରି ଆତ୍ମସାତ୍‌ କରିବା ଅଭିଯୋଗରେ ପାରଳାଖେମୁଣ୍ଡି ପୋଲିସ ଜଣଙ୍କୁ ହାଇଦ୍ରାବାଦରୁ ଗିରଫ କରିଛି। ଗିରଫ…

ହକି ବିଶ୍ୱକପ୍‌: ନେଦରଲାଣ୍ଡ୍ସକୁ ହରାଇ ବ୍ରୋଞ୍ଜ ପଦକ ଜିତିଲା ଆର୍ଜେଣ୍ଟିନା

ବେଲଫିଅସ,୩୦ା୮: ଚଳିତ ଏଫ୍‌ଆଇଏଚ୍‌ ପୁରୁଷ ହକି ବିଶ୍ୱକପ୍‌ରେ ଆର୍ଜେଣ୍ଟିନା ବ୍ରୋଞ୍ଜ ପଦକ ହାସଲ କରିଛି। ରବିବାର ଅନୁଷ୍ଠିତ ମ୍ୟାଚ୍‌ରେ ଆର୍ଜେଣ୍ଟିନା ୨-୧ ଗୋଲରେ ହକି ପାଓ୍ବରହାଉସ୍‌ ତଥା…

ଛତ୍ରପୁରରେ ଚାଞ୍ଚଲ୍ୟ: ଚିକିତ୍ସାଳୟରୁ ମୂକ ଶିଶୁକନ୍ୟା ଚୋରି, ସିସିଟିଭି ଯାଞ୍ଚ କରୁଛି ପୋଲିସ

ଛତ୍ରପୁର,୩୦ା୮(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ଉପଖଣ୍ଡ ଚିକିତ୍ସାଳୟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଗୋଟିଏ ୫ ବର୍ଷର ମୂକ ଶିଶୁକନ୍ୟାକୁ ଜଣେ ବ୍ୟକ୍ତି ଚୋରି…

ଇମ୍ରାନ ମାମଲା: ପାକିସ୍ତାନ କ୍ରିକେଟରଙ୍କୁ ମୁହଁ ନ ଖୋଲିବାକୁ ପିସିବିର ବଡ଼ ତାଗିଦ

କରାଚୀ,୩୦ା୮: ଜେଲରେ ଥିବା ଇମ୍ରାନ ଖାନ୍‌ଙ୍କ ସମ୍ପର୍କରେ ଚଳିତ ଇଂଲଣ୍ଡ ବିପକ୍ଷରେ ଟେଷ୍ଟ ସିରିଜ୍‌ ଖେଳୁଥିବା ପାକିସ୍ତାନ କ୍ରିକେଟ ଦଳର ସଦସ୍ୟଙ୍କୁ କୌଣସି ମତାମତ ନ ଦେବାକୁ…

ଘରେ ପଶି ମୂକ ଯୁବତୀଙ୍କୁ ବଳାତ୍କାର ଉଦ୍ୟମ, ଜେଲ୍‌ ଗଲେ ଯୁବକ

ଦିଗପହଣ୍ଡି,୩୦ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଧୀନ ଏକ ଗାଁରେ ଶନିବାର ମଧ୍ୟାହ୍ନରେ ଘରେ ପଶି ଜଣେ ମାନସିକ ଅନଗ୍ରସର ଓ ମୂକ ଯୁବତୀ(୨୧)ଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri