ଚାଷୀ ସମସ୍ୟା ଅସମାହିତ: ଚାଷୀ ସଙ୍ଗଠନ ପକ୍ଷରୁ ସମାଧାନ ଦାବି

ବରଗଡ଼,୧୮ା୩(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ, ମାତ୍ର ଏହି ଜିଲାରେ ଚାଷ ଏବଂ ଚାଷୀ ସମସ୍ୟା ଅସମାହିତ ରହିଛି। ଏହି କ୍ରମରେ ମଙ୍ଗଳବାର ବରଗଡ଼ ଜିଲା ଚାଷୀ ସଙ୍ଗଠନ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ବିଭିନ୍ନ ସମସ୍ୟା ସମାଧାନ ଦାବିରେ ଜିଲାପାଳ ଆଦିତ୍ୟ ଗୋୟଲଙ୍କୁ ଏକ ଦାବିପତ୍ର ପ୍ରଦାନ କରାଯାଇଛି। ଦାବିପତ୍ରରେ ୭ଦଫା ଦାବି କରାଯାଇଛି ଏବଂ ଦାବିପତ୍ରରେ ଉଲ୍ଲେଖିତ ସମସ୍ୟାର ସମାଧାନ ପାଇଁ ବିହିତ ପଦକ୍ଷେପ ନେବାକୁ ମୁଖ୍ୟମନ୍ତ୍ରୀଙ୍କୁ ନିବେଦନ କରାଯାଇଛି।
ଦାବିପତ୍ରରେ ଉଲ୍ଲେଖ ରହିଛି, ଏଥର ରବିଧାନ ସଂଗ୍ରହ ପ୍ରକ୍ରିୟା ପାଇଁ ପଞ୍ଜୀକରଣ ଅବଧି କମ୍‌ ରହିଛି। ଏହାକୁ ଅତିକମ୍‌ରେ ଆହୁରି ଅଧିକ ଏକ ସପ୍ତାହ ବୃଦ୍ଧି କରିବାକୁ ଦାବି ହୋଇଛି। ସେହିପରି ସମବାୟ ସଂସ୍ଥାରୁ କୃଷିଋଣ ଉଠାଇବା ପାଇଁ ଜମିକୁ ବନ୍ଧକନାମା ଦେବା ସକାଶେ ଦିଆଯାଇଥିବା ନୂତନ ନିର୍ଦ୍ଦେଶକୁ ପ୍ରତ୍ୟାହାର, ଆବଶ୍ୟକତା ଥିବା ଚାଷ ପାଇଁ ଚାଷୀଙ୍କୁ ପ୍ରୋତ୍ସାହନ ରାଶି ଦେବା ସହିତ ଉପଯୁକ୍ତ ବଜାର ବ୍ୟବସ୍ଥା କରାଯିବା, କ୍ରୟକାରୀ ସଂସ୍ଥା ଧାନକ୍ରୟର ସମ୍ପୂର୍ଣ୍ଣ ଦାୟିତ୍ୱ ବହନ କରିବା, ବରଗଡ଼ ଜିଲାରେ ଆଖୁଚାଷକୁ ଗୁରୁତ୍ୱ ଦେଇ ଚିନିକଳଠାରେ ଏକ ଇଥାନଲ ପ୍ରସ୍ତୁତକାରୀ ଆଖୁ ମିଲ୍‌ କାର୍ଯ୍ୟକ୍ଷମ କରାଯିବାକୁ ଦାବିପତ୍ରରେ ଉଲ୍ଲେଖ କରାଯାଇଛି।
ତେବେ ସମବାୟ କ୍ଷେତ୍ର ବ୍ୟତୀତ ଅନ୍ୟାନ୍ୟ ବ୍ୟାଙ୍କରୁ ଋଣ ନେଇ ଖିଲାପୀ ଚାଷୀମାନଙ୍କ ପାଇଁ ଓଟିଏସ୍‌ (ୱାନ ଟାଇମ୍‌ ସେଟଲ୍‌ମେଣ୍ଟ ଟାଇମ୍‌) ସୁବିଧାରେ ଋଣମୁକ୍ତର ସୁଯୋଗ ଦିଆଯାଇଛି। ସମବାୟ କ୍ଷେତ୍ର ପ୍ରତି ସେଥିରେ ଅଣଦେଖା କରାଯାଇଥିବା ଯୋଗୁ ଚାଷୀ ଅସନ୍ତୋଷ ଦେଖାଯାଇଛି ଏବଂ ସମବାୟ କ୍ଷେତ୍ରର ଖିଲାପୀ ଚାଷୀଙ୍କ ପାଇଁ ମଧ୍ୟ ତୁରନ୍ତ ଓଟିଏସ୍‌ ବ୍ୟବସ୍ଥା କରିବାକୁ ଚାଷୀ ସଂଗଠନ ଦାବି କରିଛି। ସେହିପରି ପ୍ରତ୍ୟେକ ଗ୍ରାମରେ ମେଶିନ ମାଧ୍ୟମରେ ପୋଖରୀଗୁଡ଼ିକୁ ଗଭୀର କରିବାକୁ ଦାବି ହୋଇଛି। ଦାବିପତ୍ର ପ୍ରଦାନ ସମୟରେ ଚାଷୀ ସଂଗଠନ ସଭାପତି ଜୟକୃଷ୍ଣ ସାହୁ, ସମ୍ପାଦକ କିଶୋର ଦେବତା ପ୍ରମୁଖ ଉପସ୍ଥିତ ଥିଲେ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଏସିଆନ ଗେମ୍ସର ଓପନିଂ ମ୍ୟାଚ୍‌ରେ ଭାରତର ବଡ଼ ବିଜୟ

କାକାମିଗାହାରା,୨୦ା୯: ଏସିଆନ ଗେମ୍ସ ପୁରୁଷ ହକି ପୁଲ୍‌ ‘ଏ’ର ଓପନିଂ ମ୍ୟାଚରେ ଭାରତ ୧୩-୧ ଗୋଲ୍‌ରେ ଇଣ୍ଡୋନେସିଆକୁ ହରାଇ ଦେଇଛି। ଷ୍ଟ୍ରାଇକର ଦିଲ୍‌ପ୍ରୀତ ସିଂ ଏକାକି ୪ଟି…

ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ, ଆନ୍ଦୋଳନର ସମସ୍ତ ମାମଲା ପ୍ରତ୍ୟାହାର….

କୋଲକାତା,୨୦ା୯: ପଶ୍ଚିମବଙ୍ଗରେ କୁର୍ମି ସମୁଦାୟକୁ ନେଇ ବଡ଼ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀ। ପୂର୍ବ ସରକାରଙ୍କ ସମୟରେ କୁର୍ମି ଆନ୍ଦୋଳନ ସହ ଜଡ଼ିତ ଯେଉଁ ସବୁ…

ଟି୨୦ କ୍ରିକେଟରେ ଇତିହାସ ରଚିଲେ ମନ୍ଧାନା

ନିଶିନ,୨୦ା୯: ଭାରତୀୟ ଓପନର ସ୍ମୃତି ମନ୍ଧାନା ରବିବାର ନିଜ କ୍ୟାରିୟରରେ ଆଉ ଏକ ରେକର୍ଡର ଅଧିକାରୀ ହୋଇଛନ୍ତି। ବାଂଲାଦେଶ ବିପକ୍ଷ ଏସିଆନ ଗେମ୍ସ ସେମିଫାଇନାଲ ମ୍ୟାଚ୍‌ରେ ୩୭…

‘ଛାତ୍ରୋଁ କୀ ଗୁଞ୍ଜ୍‌’ କାର୍ଯ୍ୟକ୍ରମରେ ହାସ୍ୟାଭିନେତାଙ୍କ ଦ୍ୱାରା ମୋଦିଙ୍କୁ ନକଲ, ଦେଶରେ ହଇଚଇ!

ନୂଆଦିଲ୍ଲୀ,୨୦ା୯: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ନେଇ ରାଜନୈତିକ ବିବାଦ ଜୋର ଧରିଛି । ମଧ୍ୟପ୍ରଦେଶର ଇନ୍ଦୋରରେ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ‘ଛାତ୍ରୋଁ କୀ ଗୁଞ୍ଜ୍‌’…

ଶେଫାଳିଙ୍କ ଦମ୍‌ଦାର ଶତକ: ଫାଇନାଲରେ ଭାରତ

ନିଶିନ,୨୦ା୯: ଶେଫାଳି ବର୍ମାଙ୍କ ଶତକ ବଳରେ ଖେଳାଯାଇଥିବା ସେମିଫାଇନାଲ ମ୍ୟାଚ୍‌ରେ ଭାରତ ୧୧୪ ରନ୍‌ରେ ବାଂଲାଦେଶକୁ ହରାଇ ମହିଳା କ୍ରିକେଟ ଟି୨୦ ଇଭେଣ୍ଟ ଫାଇନାଲରେ ପ୍ରବେଶ କରିଛି।…

ଖଣ୍ଡୁଆଳମାଳି ବକ୍ସାଇଟ୍ ଖଣି ଖନନକୁ ବିରୋଧ, ଅମଠାଗୁଡ଼ାରେ ୨୦ ଗାଁର ଶତାଧିକ ଆନ୍ଦୋଳନକାରୀ….

ଥୁଆମୂଳ ରାମପୁର,୨୦।୯(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍ କର୍ଲାପାଟ୍ ଅଞ୍ଚଳର ଖଣ୍ଡୁଆଳମାଳିରୁ ବକ୍ସାଇଟ୍ ଖନନକୁ ନେଇ ସ୍ଥାନୀୟ ଅଞ୍ଚଳବାସୀଙ୍କ ବିରୋଧ ତୀବ୍ର ହେବାରେ ଲାଗିଛି…

ବିଦ୍ୟାଳୟରୁ ଚାଉଳ-ଖେଳଣା ଚୋରି, ୩ ଅଭିଯୁକ୍ତଙ୍କୁ ବାନ୍ଧିଲା ଦିଗପହଣ୍ଡି ପୋଲିସ

ଦିଗପହଣ୍ଡି,୨୦।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ପଞ୍ଚାୟତ ବୀରପଦ୍ମନାଭପୁର ଗ୍ରାମ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଷ୍ଟୋର ରୁମରୁ ୩୦ ପ୍ୟାକେଟ ଚାଉଳ ଏବଂ…

ବିଦ୍ୟାଳୟରେ ବୁର୍ଖା ଉପରେ ଲାଗୁ ହେବ କଟକଣା! ସୀମିତ ହେବ ବିଦେଶୀ ଛାତ୍ରଙ୍କ ସଂଖ୍ୟା

ରୋମ୍‌,୨୦।୯: ଇଟାଲୀର ସ୍କୁଲଗୁଡ଼ିକରେ ବୁର୍ଖା ଭଳି ମୁହଁ ସମ୍ପୂର୍ଣ୍ଣ ଢାଙ୍କୁଥିବା ପୋଷାକ ଉପରେ ପ୍ରତିବନ୍ଧ ଲଗାଇବା ସହ ପ୍ରତି କ୍ଲାସରେ ବିଦେଶୀ ଛାତ୍ରଙ୍କ ସଂଖ୍ୟା ସୀମିତ କରିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?