ରାସ୍ତାରେ ପନିପରିବା ରଖି ଚାଷୀଙ୍କ ଆନ୍ଦୋଳନ

ହିଞ୍ଜିଳିକାଟୁ,୩ା୪(ଦ୍ୱିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ପୌରପରିଷଦ ଅନ୍ତର୍ଗତ ପନିପରିବା ଚାଷୀଙ୍କ ପ୍ରତି ପୋଲିସର କାର୍ଯ୍ୟାନୁଷ୍ଠାନ ଚାଷୀଙ୍କ ଭିତରେ କୁହୁଳୁଥିବା ଅସନ୍ତୋଷ ଧୀରେ ଧୀରେ ଉଗ୍ରରୂପ ନେଉଛି। ଚାଷୀ ରାଜରାସ୍ତାକୁ ଓହ୍ଲାଇ ଆନ୍ଦୋଳନ କରିବାକୁ ଅଣ୍ଟା ଭିଡ଼ିଛନ୍ତି। ଏଭଳି ପରିସ୍ଥିତିରେ ଶତାଧିକ ଚାଷୀ ହିଞ୍ଜିଳିକାଟୁ ବିଜୁପଟ୍ଟନାୟକ ଛକଠାରୁ ତରାତାରିଣୀ ରୋଡ଼ ରାଜ୍ୟ ରାଜପଥ ରାସ୍ତାରେ ପନିପରିବା ରଖି ଅବରୋଧ କରିଛନ୍ତି। ଫଳରେ କିଛି ସମୟ ଧରି ଯାନବାହନ ଚଳାଚଳ ବାଧାପ୍ରାପ୍ତ ହୋଇଥିଲା। ଚାଷୀଙ୍କ ଅଭିଯୋଗ ହେଉଛି, ପନିପରିବା ବଜାର ଗୃହ ମାଲିକମାନେ ବଜାର ଗୃହଠାରୁ ୧୫ ଫୁଟ ଆଗକୁ ଆସି ବିକ୍ରି କରୁଛନ୍ତି । ଫଳରେ ଚାଷୀମାନଙ୍କୁ ରାସ୍ତାରେ ବିକ୍ରି କରୁଛନ୍ତି । ରାସ୍ତା ଉପରେ ଯାନବାହନ ଚଳାଚଳ ବାଧାପ୍ରାପ୍ତ ହେଉଥିବାରୁ ପୋଲିସ ନିରୀହ ଚାଷୀମାନଙ୍କୁ ନାଲି ଆଖି ଦେଖାଇବା ସହ ଚାଷୀଙ୍କ କୁଣ୍ଡିକୁ ହଟାଇବା ପାଇଁ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ଫଳରେ ରାଜରାସ୍ତାକୁ ଓହ୍ଲାଉଛନ୍ତି। ବଜାର ଉପରେ ଅବ୍ୟବସ୍ଥାକୁ ନେଇ କିଛିଦିନ ତଳେ ଚାଷୀମାନେ ହିଞ୍ଜିଳିକାଟୁ ପୌରପରିଷଦ ଘେରାଉ କରିଥିଲେ। ତଥାପି ସମସ୍ୟାର ସମାଧାନ ନହେବାରୁ ସେମାନେ ବୁଧବାର ପୋଲିସର କାର୍ଯ୍ୟାନୁଷ୍ଠାନ ଦେଖି ଆନ୍ଦୋଳନାତ୍ମକ ପନ୍ଥା ଆପଣାଇ ରାସ୍ତା ଅବରୋଧ କରିଥିଲେ। ହିଞ୍ଜିଳି ଥାନାର ଏସ୍‌ଆଇ ସୁରେଶ କୁମାର ସାହୁ ଓ ଏଏସ୍‌ଆଇ ସୁବାସ ଚନ୍ଦ୍ର ମିଶ୍ର ପହଞ୍ଚି ଚାଷୀଙ୍କୁ ବୁଝାଶୁଝା କରିଥିଲେ। ଦୀର୍ଘ ସମୟ ଧରି ଆଲୋଚନା ପରେ ଚାଷୀ ରାସ୍ତା ଅବରୋଧ ପ୍ରତ୍ୟାହାର କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri