କେନ୍ଦ୍ର,ରାଜ୍ୟ ସରକାର ବିରୋଧରେ ଗର୍ଜିଲେ ଚାଷୀ

ବରଗଡ଼ ଅଫିସ,୨୬।୪: ବରଗଡ଼ ଜିଲାରେ ଆସନ୍ତା ୫ ତାରିଖରୁ ରବିଧାନ କିଣାବିକା ଆରମ୍ଭ ହେବ। ତେବେ ବିଗତ ବର୍ଷର ଧାନ କିଣାବିକା ସମସ୍ୟାକୁ ଉପଲବ୍ଧି କରି ଏଥର ଯେଭଳି ପୂର୍ବବର୍ଷ ସମସ୍ୟାର ପୁନରାବୃତ୍ତି ନ ହୁଏ, ସେଥିପାଇଁ ଏବେଠାରୁ ଚାଷୀ ସଂଗଠନ ଗୁଡ଼ିକ ପ୍ରଶାସନ ତଥା ସରକାରଙ୍କୁ ସତର୍କ କରି ଦେଇଛନ୍ତି। ଏହି କ୍ରମରେ ମଙ୍ଗଳବାର ଚାଷୀ ସଂଗଠନ ଜୟ କିଶାନ ଆନ୍ଦୋଳନ ପକ୍ଷରୁ ଏକ ବିଶାଳ ଶୋଭାଯାତ୍ରାରେ ବରଗଡ ଜିଲାପାଳ ଅଫିସ ଆଗରେ ଧାରଣାରେ ବସିବା ସହିତ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ଉଷୁନା-ଅରୁଆ ଚାଉଳ ବିବାଦ ଆଳରେ ଧାନକିଣାକୁ ସଂକୁଚିତ କରା ନ ଯିବା, ବିଧାନସଭାରେ ପି ସଂକଳ୍ପ ପ୍ରସ୍ତାବ ଅନୁଯାୟୀ ଚାଷୀଙ୍କୁ କୁଇଣ୍ଟାଲ ପ୍ରତି ୨୯୩୦ ଟଙ୍କା ମିଳୁ ନ ଥିବା ସ୍ଥଳେ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର କୁଇଣ୍ଟାଲ ପ୍ରତି ୨୫୦ ଟଙ୍କା ଲେଖାଏଁ ବୋନସ ପ୍ରଦାନ, ଅମଳ ନ ସରିବା ପର୍ଯ୍ୟନ୍ତ କୃଷିକ୍ଷେତ୍ରରେ ବିଦ୍ୟୁତ କାଟ କରା ନଯିବା, ଚାଷୀଙ୍କ ବକେୟା ଦେୟ ଛାଡ କରିବା, ଧାନ ସଂଗ୍ରହ ଅବଧି ଶେଷ ହେବା ପର୍ଯ୍ୟନ୍ତ ଟୋକନ ଅବଧି କାଏମ ରଖିବା ଏବଂ ସର୍ବନିମ୍ନ ସହାୟକ ମୂଲ୍ୟ(ଏମ୍‌ଏସ୍‌ପି)କୁ ଆଇନଗତ ମାନ୍ୟତା ପ୍ରଦାନ ପାଇଁ ଚାଷୀମାନେ ଦାବି କରିଛନ୍ତି। ଆନ୍ଦୋଳନରେ ପଶ୍ଚିମ ଓ କୃଷକ ସଂଗଠନ ସମନ୍ବୟ ସମିତିର ଆବାହକ ଲିଙ୍ଗରାଜ, ଜୟ କିଶାନ ଆନ୍ଦୋଳନର ସଭାପତି ସୁଶୀଲ କୁମାର ସାହୁ, ସମ୍ପାଦକ ହର ବଣିଆ, ଚାଷୀନେତା ରମେଶ ମହାପାତ୍ର ପ୍ରମୁଖ ଉପସ୍ଥିତ ଅଛନ୍ତି । ଜିଲାର ବିଭିନ୍ନ ବ୍ଲକର ଶତାଧିକ ଚାଷୀ ଏଥିରେ ସାମିଲ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri