Posted inଜାତୀୟ

କୃଷକ ଆନ୍ଦୋଳନ: ଗାଜିପୁର ସୀମାରେ ଦିଲ୍ଲୀ ଉପମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ,୨୯ ।୧: କେନ୍ଦ୍ର ସରକାରଙ୍କ ନୂଆ କୃଷି ଆଇନକୁ ବିରୋଧ କରି ପ୍ରାୟ ୨ ମାସରୁୁ ଊର୍ଦ୍ଧ୍ୱ ସମୟ ହେବ ଦିଲ୍ଲୀର ବିଭିନ୍ନ ସୀମାରେ ଆନ୍ଦୋଳନରେ ବସିଛନ୍ତି ବିଭିନ୍ନ ରାଜ୍ୟର କୃଷକ । ଏମାନଙ୍କର ଦାବି ନୂଆ କୃଷି ଆଇନକୁ ସରକାର ଫେରାଇ ନିଅନ୍ତୁ । ହେଲେ ସରକାର ଏଥିରେ ରାଜି ନ ଥିବାରୁ ଏହାରି ଭିତରେ ନାନା ଘଟଣା ଓ ଅଘଟଣା ଘଟି ଗଲାଣି । ଏବେ କୃଷକ ନେତା ରାକେଶ ଟିକୈତଙ୍କ ଲୁହ କୃଷକ ଆନ୍ଦୋଳନରେ ଘିଅ ଢାଳିବା ଭଳି କାମ କରିଛି । ଆନ୍ଦୋଳନକୁ ଆହୁରି ତିବ୍ର କରିବା ଲାଗି ଶୁକ୍ରବାର ପଶ୍ଚିମ ଉତ୍ତର ପ୍ରଦେଶ ଓ ହରିୟାଣାର ବିଭିନ୍ନ ସ୍ଥାନରୁ କୃଷକମାନେ ଗାଜିପୁର ସୀମାରେ ପହଞ୍ଚିବା ଆରମ୍ଭ କରି ଦେଇଛନ୍ତି । ଅନ୍ୟପଟେ ଶୁକ୍ରବାର ମୁଜାଫରନଗରରେ କୃଷକଙ୍କ ମହାପଞ୍ଚାୟତର ଆୟୋଜନ କରାଯାଇଛି । ଗାଜିପୁର ସୀାମରେ ପହଞ୍ଚି ଦିଲ୍ଲୀ ବିଶ୍ୱବିଦ୍ୟାଳୟର ଦିବ୍ୟାଙ୍ଗ ଛାତ୍ର ଅରବିନ୍ଦ ଯାଦବ ଆନ୍ଦୋଳନକୁ ସମର୍ଥନ କରିଛନ୍ତି । ଏହାସହ ନୂଆ କୃଷି ଆଇନକୁ ଫେରାଇ ନେବାକୁ ରାଷ୍ଟ୍ରପତିଙ୍କୁ ପତ୍ର ମଧ୍ୟ ଲେଖିଛନ୍ତି । ସେହିପରି ଦିଲ୍ଲୀ ଉପମୁଖ୍ୟମନ୍ତ୍ରୀ ମନିଷ ସିସୋଡିଆ ବି ଗାଜିପୁର ସୀମାରେ ପହଞ୍ଚିଛନ୍ତି । ତେବେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ କୃଷକ ନେତା ରାକେଶ ଟିକୈତଙ୍କୁ ସମର୍ଥନ କରୁଥିବା ବେଳେ ଗାଜିପୁର ସୀମାରେ ସେମାନଙ୍କ ପାଇଁ ଯେଉଁ ପାଣି ଓ ବିଜୁଳି ବ୍ୟବସ୍ଥା କରାଯାଇଛି ତାହା ଠିକ୍ ଅଛି କି ନା ତାହା ଦେଖିବା ପାଇଁ ସିସୋଡିଆ ସେଠାରେ ପହଞ୍ଚିଥିବା ପ୍ରକାଶ କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ପାକିସ୍ତାନ ଅଧିନାୟକଙ୍କ ମାଷ୍ଟରଷ୍ଟ୍ରୋକ୍‌ରେ ଫସିଲା ଭାରତ: ଖାତା ଖୋଲିବା ପୂର୍ବରୁ ଅଭିଷେକ ଆଉଟ୍

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଭାରତକୁ ଝଟକା ଦେବାରେ ସଫଳ ହୋଇଛି ପାକିସ୍ତାନ । ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଘାଙ୍କ ଏକ ଚତୁର ରଣନୀତି…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ଏପ୍ରିଲରୁ ଲାଗୁ ହୋଇପାରେ ଭାରତ-ୟୁକେ ଚୁକ୍ତି, କଣ ଶସ୍ତା କଣ ମହଙ୍ଗା ହେବ ଜାଣନ୍ତୁ

ନୂଆଦିଲ୍ଲୀ,୧୫।୨: ଭାରତ ଏବଂ ୟୁକେ ମଧ୍ୟରେ ଜୁଲାଇ ୨୦୨୫ ରେ ସ୍ୱାକ୍ଷରିତ ହୋଇଥିବା ଭାରତ-ୟୁକେ ମୁକ୍ତ ବାଣିଜ୍ୟ ଚୁକ୍ତିନାମା ଏପ୍ରିଲ ୨୦୨୬ ରେ କାର୍ଯ୍ୟକାରୀ ହେବା ନେଇ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

ନକଲି ମାଓବାଦୀ ପୋଷ୍ଟର ମାମଲାରେ ଦୁଇ ଗିରଫ, ସ୍କାନରରେ ଅଛନ୍ତି….

ରାୟଗଡ଼ା,୧୫/୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡାରୁ ଦୁଇ ନକଲି ମାଓବାଦୀଙ୍କୁ ଗିରଫ କରିଛି ରାୟଗଡ଼ା ପୋଲିସ । ଏହି ଦୁଇଜଣଙ୍କ ମଧ୍ୟରୁ ଜଣେ ସାମ୍ବାଦିକ ଓ ଅନ୍ୟଜଣେ ବଳୀ…

ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ଗିରଫ ମାମଲା; ଖୋଲୁଛି ଗୁମର, ଚାକିରି ଦେବା ନାଁରେ ଠକେଇ…

ହାଟଡିହୀ,୧୫।୨(ଶୁଭକାନ୍ତ ନାୟକ): ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଏକ ଠକେଇ ମାମଲାରେ ଗତ ଶନିବାର ଗିରଫ ହେବା ପରେ ତାଙ୍କର ଠକେଇ ଗୁମର…

ଥୁଆମୂଳ ରାମପୁର ପୋଲିସର କାର୍ଯ୍ୟାନୁଷ୍ଠାନ, ୩ଟି ବାଲି ବୋଝେଇ ହାଇୱା ଜବତ

ଥୁଆମୂଳ ରାମପୁର, ୧୫ା୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ପୋଲିସ ପକ୍ଷରୁ ବେଆଇନ ବାଲି ଚୋରା ଚାଲାଣ ବିରୋଧରେ ଏକ ବଡ଼ ଧରଣର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri