ଉଠା ଜଳସେଚନ ପ୍ରକଳ୍ପ ଅଚଳ, ବିଦ୍ୟୁତ ସଂଯୋଗ ଦାବି ନେଇ ଚାଷୀ…

ବୁଗୁଡ଼ା,୨୫ା୬(କାଳିଚରଣ ଦାଶ): ସରକାର କୃଷି ଓ କୃଷକର କଲ୍ୟାଣ ପାଇଁ ଅନେକ ଯୋଜନା କାର୍ଯ୍ୟକାରୀ କରି ଚାଷୀମାନଙ୍କୁ ବର୍ଷସାରା ଜଳସେଚନ ସୁବିଧା ଯୋଗାଇବା ଲକ୍ଷ୍ୟରେ ସରକାରଙ୍କ ପକ୍ଷରୁ ଉଠା ଜଳସେଚନ ପ୍ରକଳ୍ପ ନିର୍ମାଣ କରାଯାଇଥିଲେ ମଧ୍ୟ ଏପର୍ଯ୍ୟନ୍ତ ବିଦ୍ୟୁତ୍‌ ସଂଯୋଗ ହୋଇ ନ ଥିବାରୁ ପ୍ରକଳ୍ପ ଅଚଳ ହୋଇପଡ଼ିଛି। ଫଳରେ ଏହା ଉପରେ ନିର୍ଭର କରୁଥିବା ଚାଷୀମାନେ ଚାଷ କାର୍ଯ୍ୟ ପାଇଁ ପାଣି ପାଉ ନ ଥିବାରୁ ଅନେକ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏହିଭଳି ଦୃଶ୍ୟ ଦେଖିବାକୁ ମିଳିଛି ଗଞ୍ଜାମ ଜିଲା ବୁଗୁଡ଼ା ବ୍ଲକ ମୋଟାବାଡ଼ି ପଞ୍ଚାୟତରେ। ଏହି ପଞ୍ଚାୟତର ୧୬ ଜଣ ଚାଷୀ ଉଠା ଜଳସେଚନ ପ୍ରକଳ୍ପ ପାଇଁ ୩ଟି କ୍ଲଷ୍ଟର ମାଧ୍ୟମରେ ୨୦ ହାଜାର ଟଙ୍କା ଲେଖାଏ ଦେବା ପରେ ବୋରଓ୍ବେଲ ଖୋଳାଯାଇଥିଲା।୨୦୨୨ରୁ ପ୍ରକଳ୍ପର ନିର୍ମାଣ କାମ ଶେଷ ହୋଇଥିଲେ ମଧ୍ୟ ବିଦ୍ୟୁତ୍‌ ସଂଯୋଗ ଅଭାବରୁ ମୋଟର ଚାଲୁ ହୋଇପାରୁନାହିଁ। ଚାଷ ଋତୁ ଆରମ୍ଭ ହୋଇଥିବା ବେଳେ ଜଳସେଚନ ସୁବିଧା ନ ମିଳିବାରୁ ଧାନ ସମେତ ଅନ୍ୟାନ୍ୟ ଫସଲ ଚାଷ ପ୍ରଭାବିତ ହେବା ଆଶଙ୍କା ଦେଖାଦେଇଛି।

ଚାଷୀମାନେ ଏନେଇ ଗଞ୍ଜାମ ଜିଲାପାଳ, ବିଭାଗୀୟ ଯନ୍ତ୍ରୀ, ସ୍ଥାନୀୟ ବିଧାୟକ ତଥା ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକଙ୍କୁ ଲିଖିତ ଅଭିଯୋଗ କରିଥିଲେ ମଧ୍ୟ ଏପର୍ଯ୍ୟନ୍ତ କୌଣସି ସୁଫଳ ମିଳୁନାହିଁ। ଯାହାଫଳରେ ଚିନ୍ତାରେ ଚାଷୀ। ଯଦି ଶୀଘ୍ର ଏହାର ସମାଧାନ କରା ନ ଯାଏ ତେବେ ଆନ୍ଦୋଳନକୁ ଓହ୍ଲାଇବାକୁ ବାଧ୍ୟ ହେବେ ବୋଲି ଚାଷୀମାନେ ଚେତାବନୀ ଦେଇଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବନ୍ୟା ବିପନ୍ନ ଛାତ୍ରୀଛାତ୍ରଙ୍କ ମୁହଁରେ ହସ ଫୁଟାଇଲେ ବ୍ୟାଙ୍କ କର୍ମଚାରୀ ଓ ସ୍ୱେଚ୍ଛାସେବୀ, ଦୀପାବଳିରେ ବାଣ୍ଟିଲେ…

ଭଞ୍ଜନଗର,୮ା୧୧(ବାବୁଲା ପ୍ରଧାନ): ବାତ୍ୟା ପରବର୍ତ୍ତୀ ବନ୍ୟା ଗଞ୍ଜାମ ଜିଲାର ଅନେକ ପରିବାରର ଜୀବନକୁ ଦୁର୍ବିସହ କରିଦେଇଛି । ବିପର୍ଯ୍ୟୟରେ ଅନେକ ଛାତ୍ରୀଛାତ୍ରଙ୍କ ପାଠ୍ୟପୁସ୍ତକ, ଖାତା, କଲମ ଓ…

ଗୁଣିଗାରେଡ଼ି ସନ୍ଦେହରେ ୮୦ ବର୍ଷୀୟ ବୃଦ୍ଧଙ୍କୁ ନିର୍ମମ ହତ୍ୟା ମାମଲା, ଦୁଇ ଭାଇ ଗିରଫ

ଭଞ୍ଜନଗର,୮ା୧୧(ବାବୁଲା ପ୍ରଧାନ): ଅନ୍ଧବିଶ୍ୱାସର କରୁଣ ପରିଣତି । ଗୁଣିଗାରେଡ଼ି ସନ୍ଦେହରେ ଜଣେ ୮୦ ବର୍ଷୀୟ ବୃଦ୍ଧଙ୍କୁ ଅତି ନିର୍ମମ ଭାବେ ହତ୍ୟା କରିବା ଅଭିଯୋଗରେ ତାରସିଂ ଥାନା…

ବିହାରୀ ଯୁବକଙ୍କ ସହ ଫେରାର ହେଉଥିବା ଆଦିବାସୀ ୱାର୍ଡସଭ୍ୟାଙ୍କୁ ଅଟକ

ମହାକାଳପଡ଼ା, ୮।୧୧ (ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅନ୍ତର୍ଗତ ପେଟଛେଲା ପଞ୍ଚାୟତର ଜଙ୍ଗଲଘେରି ଶବରପଡ଼ାର ଆଦିବାସୀ ମହିଳା ୱାର୍ଡ ସଭ୍ୟାଙ୍କୁ ବିହାର ରାଜ୍ୟର…

ବାପାଙ୍କ ମୃତଦେହ ସହ ୫ ଦିନ ଧରି ଗୋଟିଏ ଘରେ ରହିଲେ ପୁଅ, ଧନତେରସ୍‌ରେ ଝିଅ ପହଞ୍ଚିବା ପରେ….

ଲକ୍ଷ୍ନୌ,୮ା୧୧: ଉତ୍ତରପ୍ରଦେଶର କାନପୁରର ପନକି ଅଞ୍ଚଳରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଜଣେ ଅବସରପ୍ରାପ୍ତ ଡାକ୍ତରଙ୍କ ମୃତଦେହ ତାଙ୍କ ଫ୍ଲାଟ୍‌ରେ ପ୍ରାୟ ୫ ଦିନ ଧରି…

ଦୀପାବଳିରେ ପୁଅ ବିହାନଙ୍କ ମୁହଁ ଦେଖାଇଲେ କ୍ୟାଟ୍ରିନା-ଭିକି, କ୍ୟୁଟ୍‌ ଲୁକ୍‌ରେ ଫ୍ୟାନ୍ସଙ୍କ ମନ ଜିଣିଲେ ଷ୍ଟାର୍‌କିଡ୍‌!

ମୁମ୍ବାଇ,୮ା୧୧: ବଲିଉଡ୍‌ର ଚର୍ଚ୍ଚିତ ଷ୍ଟାର୍‌ କପଲ୍‌ କ୍ୟାଟ୍ରିନା କୈଫ୍‌ ଏବଂ ଭିକି କୌଶଲ ଦୀପାବଳି ଅବସରରେ ନିଜ ପ୍ରଶଂସକଙ୍କୁ ଦେଇଛନ୍ତି ଏକ ବଡ଼ ସରପ୍ରାଇଜ୍‌ । ଦୀର୍ଘ…

ପୋଖରୀରେ ବୁଡ଼ି ୨ ଜଣଙ୍କ ମୃତ୍ୟୁ: ଗାଁ ଶ୍ମଶାନରେ ଜଳିଲା ଜୁଇ, ବିଧାୟକ ପହଞ୍ଚି…

ଅତାବିରା,୮ା୧୧(ଯୁଧିଷ୍ଠିତ ମହାପାତ୍ର): ବରଗଡ଼ ଜିଲା ଅତାବିରା ବ୍ଲକ ବୁଗବୁଗା ପଞ୍ଚାୟତ ଅନ୍ତର୍ଗତ ଗମ୍ଭାଟିକ୍ରା ଗ୍ରାମରେ ଶନିବାର ପୋଖରୀରେ ମାଛ ମାରିବାକୁ ଯାଇଥିବାବେଳେ ଗ୍ରାମର ରମେଶ ମହାକୁର (୫୫)…

ନକଲି ସୁନା ଦେଇ ୪ ଲକ୍ଷ ଟଙ୍କା ଲୁଟ୍‌, ୪ ଅଭିଯୁକ୍ତଙ୍କୁ ଗିରଫ କରି…

ଭବାନୀପାଟଣା,୮ା୧୧(ଉତ୍ତମ କୁମାର ଦାଶ): ବିକ୍ରି କରିବା ବାହାନାରେ ନକଲି ସୁନା ଦେଇ ଜଣେ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା ଲୁଟି ନେବା ଅଭିଯୋଗରେ ରବିବାର ଭବାନୀପାଟଣା ସଦର…

ଚମକାଇଦେଲା BCCIର ଘୋଷଣା; ଏହି ଖେଳାଳିଙ୍କୁ ମିଳିଲା ବଡ଼ ଦାୟିତ୍ବ

ନୂଆଦିଲ୍ଲୀ,୮ା୧୧: ରାଇଜିଂ ଷ୍ଟାର୍ସ ଏସିଆ କପ୍‌ ପୂର୍ବରୁ ଭାରତୀୟ ଦଳରେ ହୋଇଛି ବଡ଼ ପରିବର୍ତ୍ତନ । ଆହତ ସମସ୍ୟା ଯୋଗୁଁ ଟୁର୍ନାମେଣ୍ଟରୁ ଓହରିଛନ୍ତି ରଜତ ପାଟିଦାର ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?