Posted inଜାତୀୟ

Farmers Protest: ଚରଣ ସିଂ-ସ୍ବାମୀନାଥନଙ୍କୁ ଭାରତ ରତ୍ନ ପରେ ବି କାହିଁକି ଚାଷୀ କରୁଛନ୍ତି ଆନ୍ଦୋଳନ, ୧୬ ଫେବୃଆରୀରେ ଭାରତ ବନ୍ଦ ଡାକରା…

ନୂଆଦିଲ୍ଲୀ,୧୨।୨ : କୃଷକ ନେତା ଚୌଧୁରୀ ଚରଣ ସିଂ ଏବଂ ସବୁଜ ବିପ୍ଳବ ପିତା କୁହାଯାଉଥିବା ଏମଏସ ସ୍ବାମୀନାଥନସଙ୍କୁ ଭାରତ ରତ୍ନ ଦିଆଯିବା ଘୋଷଣା ମଧ୍ୟରେ କୃଷକମାନେ ପୁଣି ଥରେ ରାସ୍ତାକୁ ଓହ୍ଲାଇବାକୁ ଯାଉଛନ୍ତି। ଫେବୃଆରୀ ୧୩ ରେ ପଞ୍ଜାବ-ହରିୟାଣାର କୃଷକମାନେ ଦିଲ୍ଲୀରେ ପହଞ୍ଚି ନେତା ଓ ମନ୍ତ୍ରୀଙ୍କୁ ଘେରି ରହିବାକୁ ଯୋଜନା କରିଥିବାବେଳେ ୧୬ ଫେବୃଆରୀରେ କୃଷକ ସଂଗଠନ ମଧ୍ୟ ଭାରତ ବନ୍ଦ ଡାକରା ଦେଇଛନ୍ତି। କୃଷକଙ୍କ ଆନ୍ଦୋଳନର ପବନ ଆସିବା ମାତ୍ରେ ପୋଲିସ ସତର୍କ ରହିଛି। ସେମାନଙ୍କୁ ବିଭିନ୍ନ ସ୍ଥାନରେ ଅଟକାଇବା ପାଇଁ ବ୍ୟବସ୍ଥା କରାଯାଇଛି।

ହରିୟାଣା ସରକାର ଅନେକ ସ୍ଥାନରେ ମୁଖ୍ୟ ରାସ୍ତାକୁ ସବୁଦିନ ପାଇଁ ବନ୍ଦ କରି ଦେଇଛନ୍ତି। ଚାଷୀଙ୍କ ଆନ୍ଦୋଳନକୁ ରୋକିବା ପାଇଁ ପୂର୍ବପରି ସମାନ ଢ଼ଙ୍ଗରେ ପୁନର୍ବାର ଛୋଟ ରାସ୍ତାରେ ଗର୍ତ୍ତ ନିର୍ମାଣ କରାଯାଇଛି। ରାଜ୍ୟରେ ଗିରଫଦାରୀ ଆରମ୍ଭ ହୋଇଛି। କୃଷକ ନେତା ରାକେଶ ଟିକାଏତ ଟୁଇଟରରେ ଲେଖିଛନ୍ତି କେନ୍ଦ୍ରର ନିର୍ଦ୍ଦେଶରେ ମଧ୍ୟପ୍ରଦେଶ ସରକାର ବି.କେ.ୟୁ ରାଜ୍ୟ ସଭାପତି ଅନିଲ ଯାଦବ ଏବଂ ଆରାଧନା ଭର୍ଗାଭାଙ୍କୁ ଗିରଫ କରି ଜେଲକୁ ପଠାଇଛନ୍ତି। ଭାରତ ବନ୍ଦ ଆନ୍ଦୋଳନକୁ ଦମନ କରିବା ପାଇଁ ଏହା ଏକ ପଦକ୍ଷେପ।

ଏହି ଆନ୍ଦୋଳନ ମାଧ୍ୟମରେ କୃଷକମାନେ ସେମାନଙ୍କର ବିଭିନ୍ନ ଦାବି ଉପରେ କେନ୍ଦ୍ର ସରକାରଙ୍କ ଉପରେ ଚାପ ପକାଇବାକୁ ପ୍ରସ୍ତୁତ ହେଉଛନ୍ତି। ସେସେବୁ ମଧ୍ୟରେ ଉତ୍ପାଦଗୁଡିକର ସର୍ବନିମ୍ନ ସହାୟକ ମୂଲ୍ୟ (ଏମଏସପି) ଗ୍ୟାରେଣ୍ଟି ଦେଉଥିବା ଏକ ଆଇନ କାର୍ଯ୍ୟକାରୀ କରିବାକୁ ଦାବି ମଧ୍ୟ ଏଥିରେ ଅନ୍ତର୍ଭୁକ୍ତ ହୋଇଛି।

https://twitter.com/Politics_2022_/status/1756899410867622108?ref_src=twsrc%5Etfw%7Ctwcamp%5Etweetembed%7Ctwterm%5E1756899410867622108%7Ctwgr%5Ed1fba81791225ceda7b237cdd03b664b9bb2997c%7Ctwcon%5Es1_&ref_url=https%3A%2F%2Fhindi.news24online.com%2Findia%2Fpunjab-haryana-farmers-protest-bharat-ratna-chaudhary-charan-singh-ms-swaminathan-bjp-pm-narendra-modi%2F579574%2F

 

 

 

 


Enter your email to get our daily news in your inbox.

All Right Reserved By Dharitri.Com

ପଶ୍ଚିମବଙ୍ଗରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଅପମାନ: ମୋଦି-ମମତା ମୁହାଁମୁହିଁ, ଦୁର୍ଭାଗ୍ୟଜନକ କହି…

ନୂଆଦିଲ୍ଲୀ/କୋଲକାତା,୭।୩: ପଶ୍ଚିମବଙ୍ଗ ଗସ୍ତରେ ଥିବା ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ନେଇ ଏବେ ରାଜନୀତି ସରଗରମ ହୋଇଛି। ସିଲିଗୁଡ଼ିରେ ଆୟୋଜିତ ଆନ୍ତର୍ଜାତୀୟ ସାନ୍ତାଳ ସମ୍ମିଳନୀ ପାଇଁ ଉପଯୁକ୍ତ ସ୍ଥାନ…

ନିର୍ବାଚନ ପୂର୍ବରୁ ମମତାଙ୍କ ବଡ଼ ଘୋଷଣା

କୋଲକାତା,୭ା୩: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପୂର୍ବରୁ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏକ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ ସମସ୍ତ ଦଶମ ଶ୍ରେଣୀ ପାସ୍‌ ବେରୋଜଗାରୀ ଯୁବବର୍ଗଙ୍କୁ ମାସିକ…

ଦୁବାଇରେ ହଠାତ ଶସ୍ତା ହେଉଛି ସୁନା! ଇରାନ ସହ ଯୁଦ୍ଧ ମଧ୍ୟରେ ମୂଲ୍ୟରେ ବଡ଼ ହ୍ରାସ, ଭାରତ ଉପରେ ପଡ଼ିବ…

ଦୁବାଇ/ନୂଆଦିଲ୍ଲୀ,୭।୩: ବିଶ୍ୱର ସୁନା ବଜାର କୁହାଯାଉଥିବା ଦୁବାଇରୁ ଏବେ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଚାଲିଥିବା ଭୟଙ୍କର ଯୁଦ୍ଧ ଯୋଗୁ…

ଇରାନ ଉପରେ ଆଜି ହେବ ‘ଭୟଙ୍କର’ ଆକ୍ରମଣ: ଟ୍ରମ୍ପଙ୍କ ଘୋଷଣା ପରେ ସାରା ବିଶ୍ୱରେ ହଇଚଇ, ପଡ଼ୋଶୀ ଦେଶକୁ…

ୱାଶିଂଟନ/ତେହେରାନ,୭।୩: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଯୁଦ୍ଧ ପ୍ରତିଦିନ ଭୟଙ୍କର ରୂପ ନେଉଛି। ମଧ୍ୟପ୍ରାଚ୍ୟର ଅନେକ ସହର ଏହି ସାମରିକ ସଂଘର୍ଷରେ ଛାରଖାର ହୋଇଯାଇଥିବା ବେଳେ,…

ବୋହୂଙ୍କୁ ମାଡ଼ ମାରି ଲହୁଲୁହାଣ କଲେ ପୁଅ, ଥାନାରେ ପହଞ୍ଚି ଅଭିଯୋଗ କରିଦେଲେ ବାପା, ପୁରୁଷୋତ୍ତମଙ୍କୁ ବାନ୍ଧି…

ବୈଶିଙ୍ଗା,୭।୩(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ନଡପୁର ଗ୍ରାମରେ ଜନୈକା ବିବାହିତା ମହିଳାଙ୍କୁ ମାଡ଼ ମାରି ଗୁରୁତର କରିଥିବା ଅଭିଯୋଗରେ ପୋଲିସ ସ୍ବାମୀଙ୍କୁ ଗିରଫ…

ମୋ’ କଥା କେହି ଶୁଣନ୍ତିନି! ବାପା କି ବଡ଼ ଭାଇ ହୋଇ କିଛି ଲାଭ ନାହିଁ…ଫାଇନାଲ ପୂର୍ବରୁ କାହିଁକି ଏମିତି କହିଲେ ସୂର୍ଯ୍ୟା

ଅହମ୍ମଦାବାଦ,୭।୩: ଟି-୨୦ ବିଶ୍ୱକପ ୨୦୨୬ର ଫାଇନାଲ ମୁକାବିଲା ପାଇଁ ପ୍ରସ୍ତୁତ ଟିମ ଇଣ୍ଡିଆ। ୮ ମାର୍ଚ୍ଚରେ ନ୍ୟୁଜିଲାଣ୍ଡ ବିପକ୍ଷରେ ଫାଇନାଲ ମୁକାବିଲା ପାଇଁ ପଡ଼ିଆକୁ ଓହ୍ଲାଇବେ ସୂର୍ଯ୍ୟକୁମାର…

ଫାଇନାଲ ପୂର୍ବରୁ ମିଚେଲ ସାଣ୍ଟର୍ନରଙ୍କ ଫଟୋକୁ ନେଇ ହଇଚଇ! ତାଜା ହେଲା ୨୦୨୩ର କ୍ଷତ, ପ୍ରଶଂସକ ଛାନିଆ…

ଅହମ୍ମଦାବାଦ,୭।୩: ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରବିବାର ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଟି-୨୦ ବିଶ୍ୱକପ୍‌ ୨୦୨୬ର ମହାଲଢ଼େଇ ଅନୁଷ୍ଠିତ ହେବ। ପ୍ରଥମ ଥର ପାଇଁ ଏହି…

ଖେମୁଣ୍ଡି ଓକିଲ ସଂଘର ନିର୍ବାଚନ ପାଇଁ ପ୍ରାର୍ଥତ୍ପତ୍ର ଦାଖଲ

ଦିଗପହଣ୍ଡି,୭ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ବାର୍‌ କାଉନସିଲ ପକ୍ଷରୁ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର କାର୍ଯ୍ୟକର୍ତ୍ତା ନିର୍ବାଚନ ନିମନ୍ତେ ଶନିବାରଠାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri