ମେଗା ଜଳସେଚନ ଯୋଜନାରୁ ବାଦ୍‌ପଡ଼ିଛି କାଣ୍ଡସର, ଜଳସେଚନ କାର୍ଯ୍ୟାଳୟ ସମ୍ମୁଖରେ ଚାଷୀଙ୍କ ବିକ୍ଷୋଭ

ଦିଗପହଣ୍ଡି,୧୪ା୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡ଼ି ପଞ୍ଚାୟତ କାଣ୍ଡସର ଗାଁକୁ ପାର୍ବତୀଗିରି ମେଗା ଉଠା ଜଳସେଚନ ପ୍ରକଳ୍ପ ଯୋଜନାରୁ ବାଦ୍‌ ଦିଆଯାଇଥିବା ପ୍ରତିବାଦରେ ଗାଁର ଚାଷୀକୁଳ ମେଳି ବାନ୍ଧିଛନ୍ତି। ଗୁରୁବାର ପୂର୍ବତନ ସରପଞ୍ଚ କେ.ସଞ୍ଜୀବ ରେଡ୍ଡୀଙ୍କ ନେତୃତ୍ୱରେ ଗ୍ରାମର ଦୁର୍ଯ୍ୟୋଧନ ରେଡ୍ଡୀ, ଗୋପାଳ ରେଡ୍ଡୀ, ସୋମନାଥ ରେଡ୍ଡୀ, ଜାଗିଲିି ରେଡ୍ଡୀ,ଚନ୍ଦ୍ରମଣି ରେଡ୍ଡୀ, ସିମାଞ୍ଚଳ ସେଠୀ,ସୁରେନ୍ଦ୍ର ରେଡ୍ଡୀ, କୁରେଶୁ ରେଡ୍ଡୀ, କାଳିଆ ରେଡ୍ଡୀ, ସନ୍ତୋଷ ରେଡ୍ଡୀ, କେ.ଗଣେଶ,ପି. ସନାତନଙ୍କ ସମେତ ବହୁ ସଂଖ୍ୟକ ଚାଷୀ ଦିଗପହଣ୍ଡିସ୍ଥିତ ଛେଳିଗଡ଼ କେନାଲ ବିଭାଜନ ଅଧିକ୍ଷଣ ଯନ୍ତ୍ରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ପହଞ୍ଚି ବିକ୍ଷୋଭ ପ୍ରଦର୍ଶନ କରିବା ସହ ଅଧୀକ୍ଷଣ ଯନ୍ତ୍ରୀ ଇଂ. ବିଷ୍ଣୁ ଚରଣ ସାହୁଙ୍କୁ ଚାଷୀ ପ୍ରତିନିଧି ଦଳ ସାକ୍ଷାତ କରି ତୁରନ୍ତ କାଣ୍ଡସର ଗାଁ ସଂଲଗ୍ନ ସମସ୍ତ ଚାଷଜମିକୁ ମେଗା ପ୍ରକଳ୍ପରେ ସାମିଲ କରିବାକୁ ଦସ୍ତଖତ ସମ୍ବଳିତ ସ୍ମାରକପତ୍ର ପ୍ରଦାନ କରିବା ସହ ବିଭାଗ ପକ୍ଷରୁ କରାଯାଇଥିବା ସର୍ଭେ ନକ୍ସା ତନଖି କରିଥିଲେ। କାଣ୍ଡସର ଗ୍ରାମର ଚାଷୀବୃନ୍ଦ ପୂର୍ବରୁ ଗଞ୍ଜାମ ଜିଲାପାଳଙ୍କୁ ଏନେଇ ସ୍ମାରକପତ୍ର ପ୍ରଦାନ କରିଥିଲେ। ଏହାର ତଦନ୍ତ ପାଇଁ ଜିଲାପାଳଙ୍କ କାର୍ଯ୍ୟାଳୟରୁ ଚିଠି ଆସିଥିବା ଅଧୀକ୍ଷଣ ଯନ୍ତ୍ରୀ କହିଛନ୍ତି।

ମେଗା ପ୍ରକଳ୍ପ ନିମନ୍ତେ ଘରୋଇ କମ୍ପାନୀ ମେଘା ଇଞ୍ଜିନିୟରିଂ ଆଣ୍ଡ ଇନ୍‌ଫାଷ୍ଟ୍ରକଚର୍ସ ଲିମିଟେଡ଼(ଏମ୍‌ଇଆଇଏଲ୍‌) ସଂସ୍ଥା କାମ ଆରମ୍ଭ କରିବା ପୂର୍ବରୁ ସମ୍ପୃକ୍ତ ଇଲାକାରେ ସର୍ଭେ କରାଯାଇଥିଲା। ସର୍ଭେ ରିପୋର୍ଟ ଅନୁଯାୟୀ, ଉକ୍ତ ସଂସ୍ଥା ସହ ନିର୍ମାଣ କାମ ପାଇଁ ଚୁକ୍ତିନାମା କରାଯାଇଛି। ଏହି ପ୍ରକଳ୍ପ ନିମନ୍ତେ କେଉଁ କାରଣରୁ ଉକ୍ତ ଗାଁର ଚାଷଜମିକୁ ପ୍ରକଳ୍ପରୁ ବାଦ୍‌ ଦିଆଯାଇଛି। ସେ ନେଇ ପୁନଃ ସର୍ଭେ କରାଯାଇ ସରଜମିନ ତଦନ୍ତ ପରେ ପରବର୍ତ୍ତୀ ପଦକ୍ଷେପ ନିଆଯିବ ବୋଲି ସେ ଜଣାଇଛନ୍ତି। ପରେ ଚାଷୀ ବୃନ୍ଦ ତହସିଲ କାର୍ଯ୍ୟାଳୟରେ ପହଞ୍ଚି ତହସିଲଦାର ସନ୍ତୋଷ କୁମାର ସାହୁଙ୍କ ସହ ଏନେଇ ଆଲୋଚନା କରିବା ସହ ଜିଲାପାଳଙ୍କ ଉଦ୍ଦେଶ୍ୟରେ ସ୍ମାରକପତ୍ର ପ୍ରଦାନ କରିଥିବା ଜଣାପଡ଼ିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଦଶପଲ୍ଲାରେ ଚାଞ୍ଚଲ୍ୟ: ୩ ଦିନ ଧରି ନିଖୋଜ ବିରଞ୍ଚିଙ୍କ ମୃତଦେହ ମାଟି ତଳୁ ଉଦ୍ଧାର, ଘଟଣାସ୍ଥଳରେ…

ନୟାଗଡ଼,୧।୧୧(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଦଶପଲା ଥାନା ଟାକରା ପଞ୍ଚାୟତ ଅସନିବେରେଣା ଗ୍ରାମରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଗତ ୩ ଦିନ ଧରି ନିଖୋଜ…

ବନ୍ୟା କ୍ଷତ ଶୁଖିନି, ପୁଣି ବାତ୍ୟା ଆଶଙ୍କା, ଅଞ୍ଚଳବାସୀଙ୍କୁ ସତର୍କ କରି ପ୍ରଶାସନ…

ପୁରୁଷୋତ୍ତମପୁର,୧ା୧୧(ସବିତା ମିଶ୍ର): ବାତ୍ୟା ଅର୍ଣ୍ଣବ ପ୍ରଭାବରେ ପୁରୁଷୋତ୍ତମପୁର ଅଞ୍ଚଳରେ ଋଷିକୂଲ୍ୟା ନଦୀର ପ୍ରଳୟଙ୍କରୀ ବନ୍ୟା ପାଣି ଘରୁ ନ ଶୁଖୁଣୁ ପୁଣି ୨, ୩ ଓ ୪…

ଅନ୍ତର୍ଜାତୀୟ ଭାରୋତ୍ତୋଳନରେ ଗୁଣପୁର ପୁଅଙ୍କ କମାଲ, ଜିତିଲେ ୩ଟି ସ୍ୱର୍ଣ୍ଣ, ରାୟଗଡ଼ାରେ ହେବ…

ଗୁଣପୁର,୧।୧୧(ସୁଜାତା ପାଢ଼ୀ): ହରିୟାଣାର ଫରିଦାବାଦଠାରେ ରବିବାର ଆୟୋଜିତ ଅନ୍ତର୍ଜାତୀୟ ଭାରୋତ୍ତୋଳନ ପ୍ରତିଯୋଗିତାରେ ଗୁଣପୁର ‘ମହାବୀର ଏ-୧ ଜିମ୍’ର ପ୍ରତିଯୋଗୀମାନେ ଚମତ୍କାର ପ୍ରଦର୍ଶନ କରି ସ୍ୱର୍ଣ୍ଣ ପଦକ ହାସଲ…

ବନ୍ୟାଞ୍ଚଳ ପରିଦର୍ଶନ କରି ସ୍ଥିତି ଅନୁଧ୍ୟାନ କଲେ ଭାଜପା ରାଜ୍ୟ ସଭାପତି

ଛତ୍ରପୁର/ଗଞ୍ଜାମ,୧ା୧୧(ଦିଲ୍ଲୀପ ସାମଲ/ଅନାଥ ତରାଇ): ବାତ୍ୟା ‘ଅର୍ଣ୍ଣବ’ ପରବର୍ତ୍ତୀ ବନ୍ୟା ଓ ଜଳବନ୍ଦୀ ପରିସ୍ଥିତିରେ ଗଞ୍ଜାମ ଜିଲାର ବିଭିନ୍ନ ଅଞ୍ଚଳରେ ଜନଜୀବନ ପ୍ରଭାବିତ ହୋଇଥିବାବେଳେ ରବିବାର ଛତ୍ରପୁର ନିର୍ବାଚନମଣ୍ଡଳୀ…

ବିପର୍ଯ୍ୟୟ ମୁକାବିଲା ପାଇଁ ସ୍ଥାୟୀ ଯୋଜନା ପ୍ରସ୍ତୁତ କରିବାକୁ ସିପିଆଇର ଦାବି, ପ୍ରଭାବିତ ଅଞ୍ଚଳ ପରିଦର୍ଶନ ପରେ ଜିଲାପାଳ…

ଛତ୍ରପୁର,୧ା୧୧(ଦିଲ୍ଲୀପ ସାମଲ): ବାତ୍ୟା ‘ଅର୍ଣ୍ଣବ’ ପରବର୍ତ୍ତୀ ବନ୍ୟା ଯୋଗୁ ଗଞ୍ଜାମ ଜିଲାର ବିଭିନ୍ନ ଅଞ୍ଚଳରେ ସୃଷ୍ଟି ହୋଇଥିବା ଦୁର୍ଦ୍ଦଶା ଓ ବ୍ୟାପକ କ୍ଷୟକ୍ଷତିକୁ ଦୃଷ୍ଟିରେ ରଖି ବିପନ୍ନଙ୍କୁ…

ବୋଲେରୋରେ ପିଛା କରି ବାଇକ୍ ଅଟକାଇଲେ, ମାଡ଼ ମାରି ମଉସାଙ୍କ ମୁଣ୍ଡ ଫଟାଇଥିଲେ; ପୁତୁରା ଗିରଫ, ଜେଲ୍‌କୁ ଗଲେ…

ଦିଗପହଣ୍ଡି,୧।୧୧(ଅଶେଷ ନାଥ ମିଶ୍ର): ପାରିବାରିକ କଳହକୁ ନେଇ ମଉସାଙ୍କୁ ହତ୍ୟା ଉଦ୍ୟମ ଘଟଣାରେ ଅଭିଯୁକ୍ତ ପୁତୁରାଙ୍କୁ ପୋଲିସ ଗିରଫ କରି କୋର୍ଟଚାଲାଣ କରିଛି। ଗଞ୍ଜାମ ଜିଲା ସାନଖେମୁଣ୍ଡି…

‘ବଲାଙ୍ଗୀର ଦିନ୍’ ଉତ୍ସବର ଶୁଭାରମ୍ଭ: ନାଚ-ଗୀତରେ କମ୍ପିଲା ସହର, ରଙ୍ଗାରଙ୍ଗ ଶୋଭାଯାତ୍ରାରେ ଝୁମିଲେ ଲୋକେ

ବଲାଙ୍ଗୀର,୧।୧୧(ସୁନିଲ କୁମାର ମହାନ୍ତି): ଷଷ୍ଠ ‘ବଲାଙ୍ଗୀର ଦିନ୍’ ଉତ୍ସବ ପାଳନ ଆଜି ରବିବାର ଏକ ଭବ୍ୟ ସାଂସ୍କୃତିକ ଶୋଭାଯାତ୍ରା ସହ ଶୁଭାରମ୍ଭ ହୋଇଯାଇଛି। ବଲାଙ୍ଗୀର ଦିନ୍ ଆୟୋଜକ…

ବଢ଼ିଲା ହୀରାକୁଦ ଜଳଭଣ୍ଡାର ଜଳସ୍ତର, ପୁଣି ଖୋଲିଲା ୩ ଗେଟ୍‌

ସମ୍ବଲପୁର,୧ା୧୧(ପ୍ରମୋଦ ବହିଦାର): ବାତ୍ୟା ଅର୍ଣ୍ଣବ ପ୍ରଭାବରେ ହୀରାକୁଦ ଜଳଭଣ୍ଡାରର ଉପର ପ୍ରବଳ ବର୍ଷା ଯୋଗୁ ମହାନଦୀରେ ଜଳ ପ୍ରବାହ ବୃଦ୍ଧି ପାଇଛି। ସେହି ଅନୁପାତରେ ହୀରାକୁଦ ଜଳଭଣ୍ଡାରକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?