ମେଗା ଜଳସେଚନ ଯୋଜନାରୁ ବାଦ୍‌ପଡ଼ିଛି କାଣ୍ଡସର, ଜଳସେଚନ କାର୍ଯ୍ୟାଳୟ ସମ୍ମୁଖରେ ଚାଷୀଙ୍କ ବିକ୍ଷୋଭ

ଦିଗପହଣ୍ଡି,୧୪ା୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡ଼ି ପଞ୍ଚାୟତ କାଣ୍ଡସର ଗାଁକୁ ପାର୍ବତୀଗିରି ମେଗା ଉଠା ଜଳସେଚନ ପ୍ରକଳ୍ପ ଯୋଜନାରୁ ବାଦ୍‌ ଦିଆଯାଇଥିବା ପ୍ରତିବାଦରେ ଗାଁର ଚାଷୀକୁଳ ମେଳି ବାନ୍ଧିଛନ୍ତି। ଗୁରୁବାର ପୂର୍ବତନ ସରପଞ୍ଚ କେ.ସଞ୍ଜୀବ ରେଡ୍ଡୀଙ୍କ ନେତୃତ୍ୱରେ ଗ୍ରାମର ଦୁର୍ଯ୍ୟୋଧନ ରେଡ୍ଡୀ, ଗୋପାଳ ରେଡ୍ଡୀ, ସୋମନାଥ ରେଡ୍ଡୀ, ଜାଗିଲିି ରେଡ୍ଡୀ,ଚନ୍ଦ୍ରମଣି ରେଡ୍ଡୀ, ସିମାଞ୍ଚଳ ସେଠୀ,ସୁରେନ୍ଦ୍ର ରେଡ୍ଡୀ, କୁରେଶୁ ରେଡ୍ଡୀ, କାଳିଆ ରେଡ୍ଡୀ, ସନ୍ତୋଷ ରେଡ୍ଡୀ, କେ.ଗଣେଶ,ପି. ସନାତନଙ୍କ ସମେତ ବହୁ ସଂଖ୍ୟକ ଚାଷୀ ଦିଗପହଣ୍ଡିସ୍ଥିତ ଛେଳିଗଡ଼ କେନାଲ ବିଭାଜନ ଅଧିକ୍ଷଣ ଯନ୍ତ୍ରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ପହଞ୍ଚି ବିକ୍ଷୋଭ ପ୍ରଦର୍ଶନ କରିବା ସହ ଅଧୀକ୍ଷଣ ଯନ୍ତ୍ରୀ ଇଂ. ବିଷ୍ଣୁ ଚରଣ ସାହୁଙ୍କୁ ଚାଷୀ ପ୍ରତିନିଧି ଦଳ ସାକ୍ଷାତ କରି ତୁରନ୍ତ କାଣ୍ଡସର ଗାଁ ସଂଲଗ୍ନ ସମସ୍ତ ଚାଷଜମିକୁ ମେଗା ପ୍ରକଳ୍ପରେ ସାମିଲ କରିବାକୁ ଦସ୍ତଖତ ସମ୍ବଳିତ ସ୍ମାରକପତ୍ର ପ୍ରଦାନ କରିବା ସହ ବିଭାଗ ପକ୍ଷରୁ କରାଯାଇଥିବା ସର୍ଭେ ନକ୍ସା ତନଖି କରିଥିଲେ। କାଣ୍ଡସର ଗ୍ରାମର ଚାଷୀବୃନ୍ଦ ପୂର୍ବରୁ ଗଞ୍ଜାମ ଜିଲାପାଳଙ୍କୁ ଏନେଇ ସ୍ମାରକପତ୍ର ପ୍ରଦାନ କରିଥିଲେ। ଏହାର ତଦନ୍ତ ପାଇଁ ଜିଲାପାଳଙ୍କ କାର୍ଯ୍ୟାଳୟରୁ ଚିଠି ଆସିଥିବା ଅଧୀକ୍ଷଣ ଯନ୍ତ୍ରୀ କହିଛନ୍ତି।

ମେଗା ପ୍ରକଳ୍ପ ନିମନ୍ତେ ଘରୋଇ କମ୍ପାନୀ ମେଘା ଇଞ୍ଜିନିୟରିଂ ଆଣ୍ଡ ଇନ୍‌ଫାଷ୍ଟ୍ରକଚର୍ସ ଲିମିଟେଡ଼(ଏମ୍‌ଇଆଇଏଲ୍‌) ସଂସ୍ଥା କାମ ଆରମ୍ଭ କରିବା ପୂର୍ବରୁ ସମ୍ପୃକ୍ତ ଇଲାକାରେ ସର୍ଭେ କରାଯାଇଥିଲା। ସର୍ଭେ ରିପୋର୍ଟ ଅନୁଯାୟୀ, ଉକ୍ତ ସଂସ୍ଥା ସହ ନିର୍ମାଣ କାମ ପାଇଁ ଚୁକ୍ତିନାମା କରାଯାଇଛି। ଏହି ପ୍ରକଳ୍ପ ନିମନ୍ତେ କେଉଁ କାରଣରୁ ଉକ୍ତ ଗାଁର ଚାଷଜମିକୁ ପ୍ରକଳ୍ପରୁ ବାଦ୍‌ ଦିଆଯାଇଛି। ସେ ନେଇ ପୁନଃ ସର୍ଭେ କରାଯାଇ ସରଜମିନ ତଦନ୍ତ ପରେ ପରବର୍ତ୍ତୀ ପଦକ୍ଷେପ ନିଆଯିବ ବୋଲି ସେ ଜଣାଇଛନ୍ତି। ପରେ ଚାଷୀ ବୃନ୍ଦ ତହସିଲ କାର୍ଯ୍ୟାଳୟରେ ପହଞ୍ଚି ତହସିଲଦାର ସନ୍ତୋଷ କୁମାର ସାହୁଙ୍କ ସହ ଏନେଇ ଆଲୋଚନା କରିବା ସହ ଜିଲାପାଳଙ୍କ ଉଦ୍ଦେଶ୍ୟରେ ସ୍ମାରକପତ୍ର ପ୍ରଦାନ କରିଥିବା ଜଣାପଡ଼ିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବାଟରେ ଅଟକାଇ ମୁଣ୍ଡ ଫଟାଇଲେ, ଟଙ୍କା ଲୁଟିଥିଲେ: ତୃତୀୟ ଅଭିଯୁକ୍ତ ଭୋଳାଙ୍କୁ ଗିରଫ କଲା ପାଟପୁର ପୋଲିସ

ଦାଦା ବଟି ପାଇଁ ହତ୍ୟା ଉଦ୍ୟମ ମାମଲା: ପୁଣି ଜଣେ ଅଭିଯୁକ୍ତ ଗିରଫ, ସଂଖ୍ୟା ୩କୁ ବୃଦ୍ଧି ଦିଗପହଣ୍ଡି,୮।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା…

ଆସନ୍ତାକାଲି ପଡୁଛି ୩ ରାଜଯୋଗ; ୫ ରାଶିଙ୍କ ବଦଳିବ ଭାଗ୍ୟ, ମୋଟା ଅଙ୍କର ରୋଜଗାରକୁ ବଡ଼ କମ୍ପାନୀରୁ ଅଫର୍‌

୯ ସେପ୍ଟେମ୍ୱର, ୨୦୨୬ ହେଉଛି ଭାଦ୍ରବ ମାସ କୃଷ୍ଣ ପକ୍ଷର ତ୍ରୟୋଦଶୀ ତିଥି ଏବଂ ବୁଧବାର। ଏହା ସହିତ ଏହି ଦିନଟି ଦ୍ୱିତୀୟ ଚତୁର୍ମାସ୍ୟାର ୧୭ଶ ଦିନ…

ଗଣେଶ ପୂଜା ପାଇଁ ଗଞ୍ଜାମ ଏସ୍‌ପିଙ୍କ କଡ଼ା ନିର୍ଦ୍ଦେଶ: ରାତି ୧୦ଟା ପରେ ବାଜିବନି ଲାଉଡସ୍ପିକର, ଜୋରଜବରଦସ୍ତ ଚାନ୍ଦା ଆଦାୟ ମନା

ଛତ୍ରପୁର,୮।୯(ଦିଲ୍ଲୀପ ସାମଲ): ଆଗାମୀ ଗଣେଶ ପୂଜା ସମେତ ପୂଜା ପାର୍ବଣ ସମୟରେ ଆଇନ ଶୃଙ୍ଖଳା ରକ୍ଷା ଓ ଶାନ୍ତିଶୃଙ୍ଖଳା ବଜାୟ ରଖିବା ନିମନ୍ତେ ଗଞ୍ଜାମ ଆରକ୍ଷୀ ଅଧିକ୍ଷକ…

ନୂଆଖାଇ ପୂର୍ବରୁ ଭତ୍ତା ଟଙ୍କା ଦିଅ, ନଚେତ୍ ଆନ୍ଦୋଳନ! ରାଜ୍ୟପାଳଙ୍କ ହସ୍ତକ୍ଷେପ ଦାବି କଲା ବିଜେଡି, ସ୍ମାରକପତ୍ର…

ବରଗଡ଼,୮।୯(ପ୍ରେମାନନ୍ଦ ଖମାରୀ): ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଖାଇ ପୂର୍ବରୁ ସମସ୍ତ ହିତାଧିକାରୀଙ୍କୁ ସାମାଜିକ ନିରାପତ୍ତା ଭତ୍ତା ପ୍ରଦାନ କରିବା ଦାବିରେ ବରଗଡ଼ ଜିଲା ବିଜେଡି ପକ୍ଷରୁ ରାଜ୍ୟପାଳଙ୍କ…

ରାହୁଙ୍କ ମକର ରାଶିରେ ଗୋଚର, ୨୦୨୮ ଯାଏ ୩ ରାଶିରେ ଧନବର୍ଷା, ଚାକିରିରେ ମିଳିବ ପ୍ରମୋଶନ

ଶୁକ୍ର ଗ୍ରହ ୧୧ ସେପ୍ଟେମ୍ୱର ୨୦୨୬ରେ ନକ୍ଷତ୍ର ପରିବର୍ତ୍ତନ କରିବାକୁ ଯାଉଛନ୍ତି। ସେ ଚିତ୍ରା ନକ୍ଷତ୍ରରୁ ବାହାରି ରାହୁଙ୍କ ଅଧୀନରେ ଥିବା ସ୍ୱାତୀ ନକ୍ଷତ୍ରରେ ଗୋଚର କରିବେ।…

ଛୁଟିରେ ଘରକୁ ଆସି ଆଖି ବୁଜିଲେ, ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ପୁରୀ ସ୍ୱର୍ଗଦ୍ୱାରରେ BSF ଯବାନଙ୍କ ଶେଷକୃତ୍ୟ ସମ୍ପନ୍ନ

ଦିଗପହଣ୍ଡି,୮।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ପଞ୍ଚାୟତ ବାଗଡା ଗ୍ରାମର ବିଏସଏଫ୍ (BSF) ସିନିୟର ହାବିଲଦାର ବି. କାନା (୫୩)ଙ୍କ ଆକସ୍ମିକ ମୃତ୍ୟୁ…

ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଉପହାର, ୨୦% ମିଳିବ ବୋନସ ଆଉ ତା’ ସହ…

ନୂଆଦିଲ୍ଲୀ,୮।୯: କର୍ମଚାରୀମାନଙ୍କ ପାଇଁ ଏକ ଖୁସି ଖବର ସାମ୍ନାକୁ ଆସିଛି। ଏବେ ନୂତନ ଶ୍ରମ କୋଡ (Labour Code) ଅଧୀନରେ କର୍ମଚାରୀମାନଙ୍କୁ ପ୍ରାୟ ୨୦ ପ୍ରତିଶତ ପର୍ଯ୍ୟନ୍ତ…

ଘର ତିଆରି ନାଁରେ ୧୬ ଲକ୍ଷ ଟଙ୍କା ନେଇ ଫେରାର , ବାଉନ୍ସ ହେଲା ଚେକ୍‌: ଅଭିଯୁକ୍ତ ଯୁବକ ଗିରଫ

ପାରଳାଖେମୁଣ୍ଡି,୮ା୯(ଗିରିଧାରୀ ପରିଛା): ୧୬ ଲକ୍ଷ ଟଙ୍କା ଠକେଇ ଓ ଜୀବନରୁ ମାରିଦେବାକୁ ଧମକ ଦେବା ଅଭିଯୋଗରେ ପାରଳାଖେମୁଣ୍ଡି ଥାନା ପୋଲିସ ଆନ୍ଧ୍ରପ୍ରଦେଶର ଜଣେ ଯୁବକଙ୍କୁ ଗିରଫ କରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri