ସାନଖେମୁଣ୍ଡି ତହସିଲ କାର୍ଯ୍ୟାଳୟ ଆଗରେ ଗର୍ଜିଲେ ଚାଷୀ, ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ…

ଦିଗପହଣ୍ଡି,୩୦।୧୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ଉନ୍ନୟନ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ପୂର୍ବ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ  ମଙ୍ଗଳବାର ସ୍ଥାନୀୟ ତହସିଲ କାର୍ଯ୍ୟାଳୟ ସମ୍ମୁଖରେ ଚାଷୀ  ବିକ୍ଷୋଭ ଅନୁଷ୍ଠିତ ହୋଇଥିଲା।ଉନ୍ନୟନ କ୍ରିୟାନୁଷ୍ଠାନ କମିଟି ର କାର୍ଯ୍ୟକର୍ତ୍ତା, ବହୁ ସଂଖ୍ୟକ ସଭ୍ୟ ଏବଂ ବିଭିନ୍ନ ପଞ୍ଚାୟତ ରୁ ଆସିଥିବା ଚାଷୀ ବୃନ୍ଦ ପାଟପୁର ଗାନ୍ଧୀ ଛକରୁ ଶୋଭାଯାତ୍ରା ରେ ବାହାରି ତହସିଲ କାର୍ଯ୍ୟାଳୟ ସମ୍ମୁଖରେ ପହଞ୍ଚି ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଧାନମଣ୍ଡି ରେ ଚାଷୀଙ୍କ ଠାରୁ କ୍ଵିଣ୍ଟାଲ ପିଛା ୧୦ ରୁ ୧୫ କେଜି ଧାନ କଟନି ଛଟନି ବନ୍ଦ କରିବା। ଅନେକ ପଞ୍ଚାୟତରେ କାଗଜ କଲମ ରେ ମଣ୍ଡି ଖୋଲାଯିବା ଦର୍ଶାଯାଇଥିବା ବେଳେ ବାସ୍ତବ ରେ ମଣ୍ଡି ଖୋଲାଯାଇ ନାହିଁ।ତୁରନ୍ତ ସମସ୍ତ ଧାନ ମଣ୍ଡି ଖୋଲାଯାଇ ସରକାରଙ୍କ ନିର୍ଦ୍ଧାରିତ ଦରରେ ଚାଷୀଙ୍କ ଠାରୁ ଧାନ କ୍ରୟ କରାଯିବା। ଗତ ମୋନ୍ଥା କ୍ଷତିଗ୍ରସ୍ତ ଚାଷୀଙ୍କୁ କ୍ଷତିପୂରଣ ପ୍ରଦାନ କରିବା।  ଏଫଏକ୍ୟୁ ମାନ କୋହଳ କରାଯାଇ ଚାଷୀଙ୍କ ଉତ୍ପାଦିତ ସମସ୍ତ ଧାନକୁ ମଣ୍ଡିରେ  କ୍ରୟ କରାଯିବା। ରବି ଫସଲ ପାଇଁ ମାଗଣା ରେ ବିହନ, ସାର, କୀଟନାଶକ ପ୍ରଦାନ କରାଯିବା। ସମସ୍ତ ଚାଷୀଙ୍କ କୃଷି ଋଣ, ଜଳକର, ବିଦ୍ୟୁତ ଟିକସ ଛାଡ଼ କରାଯିବା। ଚକଡା, ମାଟିଆଗୁଣ୍ଡି ପୋକ କ୍ଷତିଗସ୍ତ ଚାଷୀଙ୍କୁ କ୍ଷତିପୂରଣ ପ୍ରଦାନ। ବନ୍ୟପ୍ରାଣୀ ବାରହା ,ହାତୀ, ମାଙ୍କଡ଼ ଙ୍କ ଯୋଗୁଁ କ୍ଷତିଗସ୍ତ ଚାଷୀଙ୍କୁ କ୍ଷତିପୂରଣ ପ୍ରଦାନ। ଅଚଳ ଉଠା ଜଳସେଚନ ପଏଣ୍ଟ ଗୁଡ଼ିକୁ ଯୁଦ୍ଧକାଳୀନ ଭିତ୍ତିରେ ମରାମତି କରାଯିବା। ଆବେଦନ କରିଥିବା ସମସ୍ତ ଚାଷୀଙ୍କୁ କ୍ଲଷ୍ଟର ବୋର ମଞ୍ଜୁର କରାଯିବା। ଏମଜିଏନଆରଜିଏସ ଯୋଜନା ନାମ ପରିବର୍ତ୍ତନକୁ ତୁରନ୍ତ ପ୍ରତ୍ୟାହାର କରାଯିବା। ଧାନମଣ୍ଡିରେ ଅନିୟମିତତା ବନ୍ଦ କରିବା  ପ୍ରଭୃତି ୯ ଦଫା  ଦାବି ହାସଲ ପାଇଁ ଅତିରିକ୍ତ ତହସିଲଦାର ଦିଲ୍ଲୀପ କୁମାର ଜେନା ଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଙ୍କ ଉଦ୍ଦେଶ୍ୟରେ ଦସ୍ତଖତ ସମ୍ବଳିତ ସ୍ମାରକପତ୍ର ପ୍ରଦାନ କରାଯାଇଥିଲା।ବର୍ଷୀୟାନ କୃଷକ ନେତା ଶମ୍ଭୁ ପଣ୍ଡା ଙ୍କ ଅଧ୍ୟକ୍ଷତାରେ ଆୟୋଜିତ ପ୍ରତିବାଦ ସଭାରେ କମିଟି ଆବାହକ ତଥା ପୂର୍ବତନ ବ୍ଲକ ଅଧ୍ୟକ୍ଷ ଅନ୍ତର୍ଯ୍ୟାମୀ ସ୍ୱାଇଁ, ଅବସରପ୍ରାପ୍ତ ବିଡ଼ିଓ ହରିମୋହନ ଜେନା, ଅବସରପ୍ରାପ୍ତ ବ୍ଲକ ଶିକ୍ଷାଧିକାରୀ ଲିଙ୍ଗରାଜ ସ୍ବାଇଁ, ଅନନ୍ତ ମହାଙ୍କୁଡ଼, ଅଳକ ନାଥ ମିଶ୍ର ପୂର୍ବତନ ସରପଞ୍ଚ ସୁଶାନ୍ତ ସ୍ୱାଇଁ , ନିତ୍ୟାନନ୍ଦ ପ୍ରଧାନ,ସୂର୍ଯ୍ୟ ନାରାୟଣ ଦଳ ବେହେରା,  ଅନନ୍ତ ମହାଙ୍କୁଡ, ସୂର୍ଯ୍ୟନାରାୟଣ ଦଳବେହେରା, କେ. ଶ୍ୟାମସୁନ୍ଦର ଦୋରା ଅଶୋକ ଜେନା, ସିପିଆଇ ଜୋନାଲ କମିଟି ସମ୍ପାଦକ କୈଳାସ ପାତ୍ର, ଜିଲା ପରିଷଦ ସଦସ୍ୟ ଅମିନ ପ୍ରଧାନ, ସରପଞ୍ଚ ପ୍ରତିନିଧି ମିଥୁନ ସେଠୀ, ଏ. କୈଳାସ ପାତ୍ର,ବିନାୟକ ଦାସ, ଏ. ଜଗନ୍ନାଥ ପାତ୍ର, ଗୋପାଳ ରାଉଳ, ବସନ୍ତ ସ୍ୱାଇଁ, ରାଜେନ୍ଦ୍ର ସାହୁ, ସୁକାନ୍ତ ବେହେରା ପ୍ରମୁଖ ଉପସ୍ଥିତ ରହି ଉଭୟ କେନ୍ଦ୍ର ଓ ରାଜ୍ୟସରକାରଙ୍କ ଚାଷୀ ମାରଣ ନୀତି ବିରୋଧରେ ଉଦବୋଧନ ଦେଇଥିଲେ। ଆଇନ ଶୃଙ୍ଖଳା ରକ୍ଷା ନିମନ୍ତେ ପାଟପୁର ଥାନା ପକ୍ଷରୁ ପୋଲିସ ମୁତୟନ ଥିଲେ ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଜ୍ଞାନେଶଙ୍କୁ ବହିଷ୍କାର ଦାବିରେ ବିକ୍ଷୋଭ

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କୁ ପଦବୀରୁ ବହିଷ୍କାର କରିବା ପାଇଁ କଂଗ୍ରେସ ଦାବି କରିଛି। ଏହି ଦାବିରେ ସୋମବାର ଜିଲା କଂଗ୍ରେସ କମିଟି…

ଭାଜପା ନେତାଙ୍କୁ ଆକ୍ରମଣ

ଆସିକା,୨୮।୯: ଗଞ୍ଜାମ ଜିଲା ହରିଡ଼ାପଦର ଭାଜପା ମଣ୍ଡଳ ସଭାପତିଙ୍କୁ ସୋମବାର ରାତିରେ ଆକ୍ରମଣ କରାଯାଇଛି। ମଣ୍ଡଳ ସଭାପତି ନିଜ ଗାଁ ଗୌଡ଼ଗୋଠ ଫେରୁଥିବା ବେଳେ କମାଶାସନ ନିକଟରେ…

କଙ୍କଡ଼ା ଧରୁଥିଲେ ମଦନ, ମାଡ଼ିବସିଲା କୁମ୍ଭୀର: ଆଉ ତା’ପରେ…

ରାଜନଗର, ୨୮।୯ (ଭାସ୍କର ରାଉତରାୟ): କଙ୍କଡ଼ା ଧରୁଥିବା ବେଳେ ଜଣେ ବୃଦ୍ଧଙ୍କୁ ମାଡ଼ି ବସିଲା ବିରାଟକାୟ କୁମ୍ଭୀର। କୁମ୍ଭୀର ଆକ୍ରମଣରେ ତାଙ୍କ ଡାହାଣ ଗୋଡ଼ ଗୁରୁତର ଭାବେ…

ଗୁଣି ସନ୍ଦେହରେ ଯୁବକଙ୍କୁ ପିଟିପିଟି ହତ୍ୟା ଘଟଣା: ୧୨ଜଣଙ୍କୁ ବାନ୍ଧିଲା ପୋଲିସ

ମୋହନା, ୨୮।୯(ମନ୍ମଥ ମିଶ୍ର):ଗୁଣି କରି ଲୋକଙ୍କୁ ମାରୁଥିବା ସନ୍ଦେହରେ ଜଣେ ଯୁବକଙ୍କୁ ପିଟିପିଟି ହତ୍ୟା କରିବା ପରେ ଜଙ୍ଗଲରେ ପୋଡ଼ିଦେବା ଅଭିଯୋଗ ହୋଇଛି। ଗଜପତି ଜିଲା ମୋହନା…

ଜଲାପୁଟ ଜଳଭଣ୍ଡାରର ୨ ଗେଟ୍‌ ଖୋଲିଲା

କୋରାପୁଟ,୨୮।୯(ଅମିତାଭ ବେହେରା): ୪ ଦିନ ଧରି ଲଗାଣ ବର୍ଷା ଯୋଗୁ କୋରାପୁଟ ଜିଲାର ଜଲାପୁଟ ଜଳଭଣ୍ଡାରର ଜଳସ୍ତର ବୃଦ୍ଧି ପାଇଛି। ଜଳସ୍ତର ବିପଦ ସଙ୍କେତ ନିକଟତର ହେବା…

ଲଜ୍‌ରୁ ମିଳିଲା ଦମ୍ପତିଙ୍କ ମୃତଦେହ

କୋରାପୁଟ,୨୮ା୯(ଅମିତାଭ ବେହେରା): କୋରାପୁଟ ସହରସ୍ଥିତ ଏକ ଲଜ୍‌ରୁ ଦମ୍ପତିଙ୍କ ମୃତଦେହ ଜବତ ହୋଇଛି। ମୃତକମାନେ ଦାମନଯୋଡ଼ି ସେକ୍ଟର-୩ ଅଞ୍ଚଳର ବିଜୟ ଡାକୁଆ ଓ ତାଙ୍କ ସ୍ତ୍ରୀ ବିଜୟଲକ୍ଷ୍ମୀ।…

ବନ୍ୟା ଦେଖି ଫେରୁଥିଲେ କୁଳମଣି, ବାଟରେ ଛକିଥିଲା ଯମ: ହଠାତ୍‌ ଘଟିଲା…

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଅଞ୍ଚଳରେ ବନ୍ୟା ପରିସ୍ଥିତି ଦେଖି ଫେରୁଥିବାବେଳେ ସୋମବାର ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଖଇରପାଲି…

ରାଜସ୍ବ ନିରୀକ୍ଷକଙ୍କୁ କାର୍ଯ୍ୟାଳୟରୁ ଘୋଷାଡି ଆକ୍ରମଣ: ଅଭିଯୁକ୍ତଙ୍କୁ ଗିରଫ ଦାବିରେ ଧାରଣା

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ସୋହେଲା ରାଜସ୍ବ ନିରୀକ୍ଷକ ଇନ୍ଦ୍ର କୁମାର ବାଦିଙ୍କୁ ସୋମବାର ତାଙ୍କ କାର୍ଯ୍ୟାଳୟ ଭିତରେ ଆକ୍ରମଣ ହୋଇଥିବା ଅଭିଯୋଗ ହୋଇଛି। ଏ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?