Posted inଜାତୀୟ

ଡିସେମ୍ବର ୩୦ରେ ହେବ କୃଷକ ନେତା-ସରକାରଙ୍କ ମଧ୍ୟରେ କଥାବାର୍ତ୍ତା!

ନୂଆଦିଲ୍ଲୀ,୨୮ ।୧୨: କେନ୍ଦ୍ର ସରକାଙ୍କର କୃଷି ଆଇନକୁ ବିରୋଧ କରି କୃଷକଙ୍କ ଆନ୍ଦୋଳନ ଜାରି ରହିଥିବା ବେଳେ ଏବେ ଏହା ୩୩ ଦିନରେ ପହଞ୍ଚିଲାଣି । ହେଲେ ଏହାର କୌଣସି ସମାଧାନ ହୋଇ ପାରୁନାହିଁ । ବହୁବାର କୃଷକ ନେତା ଓ ସରକାରଙ୍କ ମଧ୍ୟରେ କଥାବର୍ତ୍ତା ହୋଇଥିଲେ ବି ଏହାର ସମାଧାନ ହେଉନି । ଆସନ୍ତା ମଙ୍ଗଳବାର ଅର୍ଥାତ୍ ଡିସେମ୍ବର ୨୯ରେ ଉଭୟଙ୍କ ମଧ୍ୟରେ ଆଉ ଏକ ବୈଠକ ହେବାର ଥିଲା । ହେଲେ ଏହାକୁ ସରକାର ଡିସେମ୍ବର ୩୦ ଅର୍ଥାତ ବୁଧବାର ଦ୍ୱିପ୍ରହର ପର୍ଯ୍ୟନ୍ତ ଘୁଞ୍ଚାଇ ଦେଇଥିବା ଜଣାପଡିଛି । ମିଳିଥିବା ସୂଚନା ଅନୁଯାୟୀ, ଏହା କୃଷକ ନେତା ଓ ସରକାରଙ୍କ ମଧ୍ୟରେ ସପ୍ତମ ବୈଠକ ହେବାକୁ ଯାଉଛି । ଅନ୍ୟପଟେ ଆଲୋଚନା ହେଉଛି କି ସରକାର ଏଥିପାଇଁ ପ୍ରସ୍ତୁତ ହେଉଛନ୍ତି ଯେଉଁଥିପାଇଁ ସେ ଅଧିକ ସମୟ ମାଗିଛନ୍ତି । ଏହାପରେ ସେ କୃଷକଙ୍କ ସାମ୍ନାରେ ଯାହା ଉପସ୍ଥାପନ କରିବେ ତାକୁ ହୁଏତ କୃଷକମାନେ ମାନିନେବେ । ସୂଚନାଯୋଗ୍ୟ, ଦୀର୍ଘ ୩୩ ଦିନ ହେବ କୃଷକଙ୍କ ଆନ୍ଦୋଳନ ଯୋଗୁ ଦିଲ୍ଲୀ ସୀମାରେ ଲୋକଙ୍କ ଯାତାୟାତରେ ବହୁ ଅସୁବିଧା ଉପୁଜୁଛି ।


Enter your email to get our daily news in your inbox.

All Right Reserved By Dharitri.Com

ଆକ୍ରମଣକାରୀଙ୍କ ଗୁଳିମାଡ଼ରେ ଦମ୍ପତିଙ୍କ ସହ ଚାଲିଗଲା ୪ ଜୀବନ, ଦୁଃଖ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଇମ୍ଫାଲ,୧୪ା୯: ମଣିପୁରର ତାମେଙ୍ଗଲୋଙ୍ଗ ଜିଲାରେ ରବିବାର ୨ଟି ଘଟଣାରେ ସଶସ୍ତ୍ର ଆକ୍ରମଣକାରୀଙ୍କ ଗୁଳିମାଡ଼ରେ ୪ ଜଣଙ୍କ ମୃତ୍ୟୁ ଘଟିବା ସହ ଜଣେ ୬ ବର୍ଷର ବାଳକ ଆହତ…

ପୋଷ୍ଟ ଅଫିସରେ ଜମାକାରୀଙ୍କ ଟଙ୍କା ହଡ଼ପ ଅଭିଯୋଗ: ପୂର୍ବତନ ପୋଷ୍ଟମାଷ୍ଟର ଫେରାର

ପାଟଣା, ୧୪।୯ (ବୀର କିଶୋର ଦାଶ): ପୋଷ୍ଟ ଅଫିସ ଉପରେ ଭରସା କରି ନିଜର କଷ୍ଟାର୍ଜିତ ଟଙ୍କା ଜମା ରଖିଥିଲେ ଜମାକାରୀ। ହେଲେ ଏବେ ସେହି ଜମା…

ନୂଆଁଖାଇ ଲାଗି ପାଟଣେଶ୍ୱରୀ ମନ୍ଦିରରେ ପହଞ୍ଚିଲା ନୂଆ ଧାନ

ବଲାଙ୍ଗୀର, ୧୪।୯ (ସୁନିଲ କୁମାର ମହାନ୍ତି): ଦିନକ ପରେ ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ। ଏଥିପାଇଁ ବଲାଙ୍ଗୀର ସହର ଚଳଚଞ୍ଚଳ ହୋଇପଡ଼ିଥିବା ବେଳେ ପାଟଣା ରାଜ୍ୟର ଇଷ୍ଟଦେବୀ…

ଚାମ୍ପିୟନ ପୁରୁଷ, ମହିଳା ଦଳକୁ ରାଷ୍ଟ୍ରପତିଙ୍କ ଅଭିନନ୍ଦନ

ନୂଆଦିଲ୍ଲୀ,୧୪ା୯: ଜବରଦସ୍ତ ପ୍ରଦର୍ଶନ ସହ ଉଭୟ ଜୁନିୟର ପୁରୁଷ ଓ ମହିଳା ହକି ଏସିଆ କପ୍‌ ଜିତିଥିବା ଭାରତୀୟ ଦଳକୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସୋମବାର ଅଭିନନ୍ଦନ…

ଗଣେଶ ଚତୁର୍ଥୀରେ ଚଳଚଞ୍ଚଳ ଛତ୍ରପୁର ସହର: ଝଲସୁଛି ବିଭିନ୍ନ ପୂଜାମଣ୍ଡପ

ଛତ୍ରପୁର, ୧୪।୯ (ଦିଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଆଜି ପବିତ୍ର ଶ୍ରୀଗଣେଶ ଚତୁର୍ଥୀ। ଅଗ୍ରପୂଜ୍ୟ ପ୍ରଭୁ ଶ୍ରୀଗଣେଶଙ୍କ ଆବାହନରେ ଚଳଚଞ୍ଚଳ ହୋଇଉଠିଛି ଛତ୍ରପୁର ସହର। ଶ୍ରଦ୍ଧା, ଭକ୍ତି ଓ…

ଗଞ୍ଜାମ ସହରରେ ଧୂମଧାମରେ ଗଣେଶ ପୂଜା: ପୁଇଁତୋଳା ପୂଜା କମିଟି ପକ୍ଷରୁ….

ଗଞ୍ଜାମ, ୧୪/୯ (ବିଦ୍ୟାଧର ସାହୁ): ଗଞ୍ଜାମ ସହରର ବିଭିନ୍ନ ସ୍ଥାନରେ ମହାବିନାୟକ, ଅଗ୍ରପୂଜ୍ୟ ଶ୍ରୀଗଣେଶଙ୍କ ଚତୁର୍ଥୀ ପୂଜା ମହାଆଡ଼ମ୍ବରରେ ପାଳିତ ହେଉଛି। ଏଥିପାଇଁ ଗାଁଠାରୁ ସହର ପର୍ଯ୍ୟନ୍ତ…

ପୁଣି ମହାବୀର ପର୍ବତକୁ ଫେରିଆସିଛି ମାଈ ହାତୀ

ବଡ଼ଗାଁ,୧୩ା୯(ଅଶୋକ ଷଡ଼ଙ୍ଗୀ): ଝାଡ଼ଖଣ୍ଡ ରାଜ୍ୟ ଜଙ୍ଗଲରୁ କିଛି ମାସ ତଳେ ଆସିଥିବା ୨୬ ଟିକିଆ ହାତୀପଲ ସୁନ୍ଦରଗଡ଼ ଜିଲା ବଡ଼ଗାଁ ଫରେଷ୍ଟ ରେଞ୍ଜ ଅନ୍ତର୍ଗତ ମହାବୀର ପର୍ବତରେ…

ଟ୍ରକ୍‌-କାର୍‌ ମୁହାଁମୁହିଁ ଧକ୍କା: ତିରିଂ ହାଇସ୍କୁଲ ପ୍ରଧାନଶିକ୍ଷକ ଗୁରୁତର

ରାଇରଙ୍ଗପୁର, ୧୪।୯ (ମାନସ ରଞ୍ଜନ ମହାନ୍ତି): ବହଳଦା ଥାନା ଅନ୍ତର୍ଗତ ରାଇରଙ୍ଗପୁର-ଟାଟା ଜାତୀୟ ରାଜପଥ ୨୨୦ ନମ୍ବର କାଦୁଆଣି-ବାସିଙ୍ଗୀ ମଧ୍ୟରାସ୍ତା ତିତିଲି ଢାବା ନିକଟରେ ସୋମବାର ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?