ଲୋ-ଭୋଲଟେଜ, ବିଦ୍ୟୁତ୍‌ କାଟ ପ୍ରତିବାଦରେ ୨୭ ଘଣ୍ଟା ହେଲା ଧାରଣାରେ ଚାଷୀ

ନବରଙ୍ଗପୁର,୩୧।୩(ସଦାଶିବ ପ୍ରହରାଜ): ରାଜ୍ୟରେ ଜାରି ରହିଛି ହିଟଓ୍ବେଭ। କିଛି ଦିନ ହେଲା ତାପମାତ୍ରା ୪୨ ଡିଗ୍ରୀ ଉପରେ ରହୁଛି। ଅସମ୍ଭାଳ ତାତି ସାଙ୍ଗକୁ ଗୁଳୁଗୁଳିରେ ଲୋକେ ଅତିଷ୍ଟ ହୋଇପଡିଥିବା ବେଳେ ଲୋ-ଭୋଲଟେଜ ସହ ବାରମ୍ବାର ବିଦ୍ୟୁତ୍‌ କାଟ ସମସ୍ୟାକୁ ଆହୁରି ଦ୍ୱିଗୁଣିତ କରିଦେଇଛି। ଏନେଇ ଲୋକଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି। ଦୁଇଦିନ ହେଲା ରାଇଘର ଅଞ୍ଚଳର ଚାଷୀ ଏବଂ ଜନସାଧାରଣ ନବରଙ୍ଗପୁର ଜିଲା ରାଇଘର ବ୍ଲକ ସରଗୁଲି ଛକରେ ଭାରତମାଳା ରାସ୍ତା ଅବରୋଧ କରି ଧାରଣାରେ ବସିଛନ୍ତି।

ଅନ୍ୟପକ୍ଷେ ରାଇଘର ବ୍ଲକ ଏବଂ ୨୬ ପଞ୍ଚାୟତରେ ରବିବାର ଦିନ ଦ୍ବିପ୍ରହରରୁ ବିଜୁଳି ଉଭାନ ହୋଇଯାଇଛି। ଖରାଦିନରେ ଅସହ୍ୟ ଗରମ ଯୋଗୁ ଲୋକେ ଆଉଟୁପାଉଟୁ ହେଉଥିବା ବେଳେ ରାତିରେ ଅନ୍ଦାରେ କିପରି ରହିବେ ତାକୁ ନେଇ ଅଞ୍ଚଳବାସୀ ଚିନ୍ତାରେ ପଡିଛନ୍ତି।

ରବିବାର ଦିନ ତମାମ ରାଇଘର ତହସିଲଦାର ମୌସମୀ ସଜ୍ଜନ, BDO ଲକ୍ଷ୍ମୀ ସାଗର ମାଝୀ, ପୋଲିସ SDPO ଆନ୍ଦୋଳନକାରୀଙ୍କ ଆଲୋଚନା କରିଥିଲେ। ହେଲେ କୌଣସି ନିଷ୍କର୍ସ ବାହାରିପାରି ନାହିଁ। ହେଲେ ବିଦ୍ୟୁତ୍‌ ବିଭାଗ ଅଧିକାରୀ, ଘଟଣାସ୍ଥଳକୁ ଆସି ନାହାଁନ୍ତି। ଫଳରେ ସସସ୍ୟାର ସମାଧାନ ବାହାରି ପାରୁ ନାହିଁ।

ଅନ୍ୟପକ୍ଷେ ବିଦ୍ୟୁତ୍‌ ବିଭାଗ କର୍ମଚାରୀମାନେ ଆନ୍ଦୋଳନକାରୀଙ୍କ ଭୟରେ ବିଦ୍ୟୁତ୍‌ ମରାମତି କାମରେ ବାହାରକୁ ବାହାରୁ ନ ଥିବା ଜଣାପଡିଛି। ସୂଚନା ଯୋଗ୍ୟ, ଅଞ୍ଚଳର ବିଦ୍ୟୁତ୍‌ ସମସ୍ୟାକୁ ନେଇ ଗତ ୨୦ତାରିଖରେ ଅଞ୍ଚଳବାସୀ ଦୁଇ ଦିନ ଧରି ରାସ୍ତା ଅବରୋଧ କରି ଆନ୍ଦୋଳନ କରିଥିଲେ। ଅଧିକାରୀ ଘଟଣାସ୍ଥଳରେ ପହଞ୍ଚି ସମସ୍ୟାର ସାମଧାନ କରିବାକୁ ଲିଖିତ ପ୍ରତିଶ୍ରୁତି ଦେଇଥିଲେ। ହେଲେ ବର୍ତ୍ତମାନ ସୁଦ୍ଧା ସମସ୍ୟାର ସାମଧାନ ହୋଇପାରି ନାହିଁ। ଫଳରେ ଚାଷୀ ଏବଂ ଜନସାଧାରଣ ଅସନ୍ତୋଷ ପ୍ରକାଶ କରି ପୁଣି ରାଜରାସ୍ତାକୁ ଓହ୍ଲାଇଛନ୍ତି।

ସମସ୍ୟାର ସମାଧାନ ନ ହେବା ଯାଏ ଆନ୍ଦୋଳନ ଜାରି ରହିବ ବୋଲି ଚାଷୀମାନେ ଚେତାବନୀ ଦେଇଛନ୍ତି। ଘଟଣାକୁ ନେଇ ବିଦ୍ୟୁତ୍‌ ବିଭାଗ ଉପଖଣ୍ଡ ଅଧିକାରୀ ସ୍ବରୂପ କୁମାର ପାତ୍ରଙ୍କୁ ପଚାରିବାରୁ ସମସ୍ୟା ଦୀର୍ଘ ଦିନର, ତେଣୁ ଫୁଲ-ଭୋଲ୍ଟେଜ ଆଣିବା ପାଇଁ କାମ ଚାଲିଛି। ତୁରନ୍ତ ସମସ୍ୟା ସମାଧାନ ହୋଇଯିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୋରାପୁଟରେ ପ୍ରବଳ ବର୍ଷା ସମ୍ଭାବନା, ଅଧିକାରୀଙ୍କୁ ମୁଖ୍ୟାଳୟ ନଛାଡ଼ିବା ନିର୍ଦ୍ଦେଶ

କୋରାପୁଟ, ୨୧/୯( ଅମିତାଭ ବେହେରା ): ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇ ଏହା ଅବପାତର ରୂପ ନେବା ନେଇ ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି) ପକ୍ଷରୁ ସତର୍କ…

୧୪୦ ଅନ୍ତେବାସୀ ହଷ୍ଟେଲ ଛାଡ଼ିବା ଘଟଣା: ୪୬ ଦିନ ପରେ ଉଚ୍ଚସ୍ତରୀୟ ତଦନ୍ତ

ଝରିଗାଁ,୨୧।୯(କିଶୋର ଚନ୍ଦ୍ର ମଣ୍ଡଳ): ମୌଳିକ ସୁବିଧା-ସୁଯୋଗର ଅଭାବ ଏବଂ ନିମ୍ନମାନର ଖାଦ୍ୟ ଯୋଗାଣ ଯୋଗୁ ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ସାନରଟମରା ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ…

ଗଭୀର ଅବପାତ ପ୍ରଭାବ: ୩ ଦିନ ବନ୍ଦ ରହିବ ଗଞ୍ଜାମର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର

ଛତ୍ରପୁର, ୨୧/୯ (ଦିଲ୍ଲୀପ ସାମଲ/ଦ୍ଵାରକା ପଟ୍ଟନାୟକ) : ଗଭୀର ଅବପାତ ଯୋଗୁ ସମ୍ଭାବ୍ୟ ପ୍ରତିକୂଳ ପାଣିପାଗ ପରିସ୍ଥିତିକୁ ଦୃଷ୍ଟିରେ ରଖି ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଆଗୁଆ…

ପ୍ରକାଶ ପାଇଲା ଚୂଡ଼ାନ୍ତ ଭୋଟର ତାଲିକା-୨୦୨୬: ବରଗଡ଼ ଜିଲାରେ ୧୧.୧୧ ଲକ୍ଷ ଭୋଟର

ବରଗଡ,୨୧।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସଭାଗୃହଠାରେ ସୋମବାର ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସଆଇଆର) ପ୍ରକ୍ରିୟା ଅନ୍ତର୍ଗତ ଚୂଡ଼ାନ୍ତ ଭୋଟର ତାଲିକା-୨୦୨୬ ଆନୁଷ୍ଠାନିକ ଭାବେ…

ଫୁଟ୍‌ବଲ ମ୍ୟାଚ୍‌ ଦେଖି ଫେରୁଥିଲେ ୨ ଯୁବକ, ଧକ୍କା ଦେଲା ଅଜଣା ଗାଡ଼ି: ଘଟଣାସ୍ଥଳରେ…

ବାରିପଦା,୨୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶୁଳିଆପଦା ବ୍ଲକ କାଳିଆଶୋଳ ନିକଟରେ ସୋମବାର ରାତିରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି ଏକ ଅଜଣା ଗାଡ଼ି ଧକ୍କା…

ପୋଖରୀକୁ ଗାଧୋଇବାକୁ ଯାଇଥିଲେ ନିହାରିକା, ଖସିଗଲା ଗୋଡ଼: ଆଉ ତା’ପରେ…

ଲାଞ୍ଜିଗଡ,୨୧।୯(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜି ପଞ୍ଚାୟତ ବିଶ୍ୱନାଥପୁର ଥାନା ଅନ୍ତର୍ଗତ ସିନ୍ଧିପଦର ଗ୍ରାମର ଜଣେ ନାବାଳିକାର ପାଣିରେ ବୁଡି ମୃତ୍ୟୁ ଘଟିଛି…

ସମ୍ଭାବ୍ୟ ବାତ୍ୟାକୁ ନେଇ ବଡ଼ ଅପଡେଟ୍‌: ଏହି ବାଟ ଦେଇ ଅତିକ୍ରମ କରିବ ସ୍ଥଳଭାଗ!

ଭୁବନେଶ୍ୱର, ୨୧।୯: ସଷ୍ଟି ହେଲା ଅବପାତ। ପୁରୀଠାରୁ ଦକ୍ଷିଣ-ପୂର୍ବ ଦିଗ ଓ ଗୋପାଳପୁରଠାରୁ ପୂର୍ବ-ଦକ୍ଷିଣ-ପୂର୍ବ ଦିଗରେ ୩୧୦ କି.ମି ଦୂରରେ ଅବପାତ କେନ୍ଦ୍ରୀଭୂତ। କଳିଙ୍ଗପାଟନମରୁ ୩୯୦ କି.ମି…

ବହୁମୁଖୀ ଭବନ ଲୋକାର୍ପଣ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର: ବାଣ୍ଟିଲେ ଭତ୍ତା

ଦିଗପହଣ୍ଡି, ୨୧।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ଅଞ୍ଚଳରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ ଅନୁଷ୍ଠିତ ହୋଇଛି। ସୋମବାର ଦିଗପହଣ୍ଡି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?