Posted inଜାତୀୟ

କୃଷକଙ୍କ ଦାବି: ମୋଦି ଆମ କଥା ଶୁଣନ୍ତୁ

ନୂଆଦିଲ୍ଲୀ,୧୪।୧୨: ନୂଆ କୃଷି ଆଇନକୁ ବିରୋଧ କରି ଗତ ୧୯ ଦିନ ହେଲା ଦିଲ୍ଲୀରେ କୃଷକ ଆନ୍ଦୋଳନ ଜାରି ରହିଛି। ଦିଲ୍ଲୀର ବିଭିନ୍ନ ସୀମାରେ ଡେରା ପକାଇଥିବା ଲକ୍ଷଲକ୍ଷ କୃଷକ ଆଜି ସିଂଘୁ ସୀମାରେ ପୂର୍ବାହ୍ନ ୮ଟାରୁ ଅପରାହ୍ନ ୫ଟା ଯାଏ ଅନଶନରେ ବସି ରହିବେ। ବିଭିନ୍ନ ସ୍ଥାନରେ କୃଷକମାନେ ଉପବାସ ଆରମ୍ଭ କରିଛନ୍ତି। ନୂତନ କୃଷି ଆଇନରେ କେତେକ ସଂଶୋଧନ ପାଇଁ କେନ୍ଦ୍ର ସରକାର ପ୍ରସ୍ତାବ ଦେଇଥିବା ସତ୍ତ୍ବେ କୃଷକ ସଂଗଠନଗୁ ଏହାକୁ ଅଗ୍ରାହ୍ୟ କରିଦେଇଛନ୍ତି। କୃଷକମାନେ ଦାବି କରିଛନ୍ତି ଯେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନିଜେ ଏହି ବୈଠକରେ ବସନ୍ତୁ। ଯାହାଫଳରେ ଚାଷୀଙ୍କ ସମସ୍ୟା ଶୁଣାଯିବ ଏବଂ ଆଇନ ସିଧାସଳଖ ପ୍ରତ୍ୟାହାର ହେବ। ସରକାର କୃଷି ଆଇନକୁ ସମ୍ପୂର୍ଣ୍ଣ ପ୍ରତ୍ୟାହାର ନ କରିବା ଯାଏ ଆନ୍ଦୋଳନ ଜାରି ରହିବ ବୋଲି କୃଷକ ସଂଗଠନ ପକ୍ଷରୁ ଘୋଷଣା କରାଯାଇଛି। ଏବେ ହଜାର ହଜାର ସଂଖ୍ୟାରେ କୃଷକ ଦିଲ୍ଲୀ ମଧ୍ୟକୁ ପ୍ରବେଶ କରୁଥିବାରୁ ରାଜସ୍ଥାନ ଓ ହରିୟାଣା ସୀମାରେ ସୁରକ୍ଷା ବ୍ୟବସ୍ଥାକୁ ଅଧିକ କଡାକଡି କରାଯାଇଛି। ଦିଲ୍ଲୀ-ଜୟପୁର ଜାତୀୟ ରାଜପଥକୁ ଚାଷୀମାନେ ଅବରୋଧ କରି ରଖିଛନ୍ତି। ଦିଲ୍ଲୀକୁ ସଂଯୋଗ କରୁଥିବା ସମସ୍ତ ରାସ୍ତାରେ ପୁଲିସ ବ୍ୟାରିକେଡ ର୍ନିମାଣ କରି ପରିସ୍ଥିତି ଉପରେ କଡାକଡି ନଜର ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

ମହାନଦୀରେ ଆସୁଛି ପୁଣି ବନ୍ୟା: ପ୍ରଭାବିତ ହେବ ଏହି ୫ ଜିଲା

ଭୁବନେଶ୍ୱର,୨୮।୯(ରବିନାରାୟଣ ଜେନା): ଚଳିତବର୍ଷ ରାଜ୍ୟରେ ଗୋଟିଏ ପରେ ଗୋଟିଏ ବନ୍ୟା ଲୋକଙ୍କ ମେରୁଦଣ୍ଡ ଦୋହଲାଇ ଦେଲାଣି। ଜୁନ୍‌ରୁ ସେପ୍ଟେମ୍ବର ୨୫ ମଧ୍ୟରେ ବିଭିନ୍ନ ନଦୀର ଜଳସ୍ତର ବଢ଼ିବା…

ଗୁଣିଗାରେଡ଼ି ସନ୍ଦେହରେ ମୋହନାରେ ବିଭତ୍ସ ହତ୍ୟାକାଣ୍ଡ: ପାହାଡ଼ ଉପରେ କୁଡ଼ିଆରେ ହାଣି ପୋଡ଼ିଦେଲେ!

ମୋହନା,୨୭।୯( ମନ୍ମଥ ମିଶ୍ର ): ଗୁଣିଗାରେଡ଼ି ସନ୍ଦେହରେ ଗାଁଠାରୁ ଅଢ଼େଇ କିଲୋମିଟର ଦୂର ପାହାଡ଼ ଉପରେ କୁଡ଼ିଆ ଘରେ ରହୁଥିବା ଜଣେ ବ୍ୟକ୍ତିଙ୍କୁ ଧାରୁଆ ଅସ୍ତ୍ରରେ ହତ୍ୟା…

ବଳାତ୍କାର ଅଭିଯୋଗକୁ ନେଇ ତାତିଲେ ଛାତ୍ରୀଛାତ୍ର, କ୍ୟାମ୍ପସ୍‌ରେ ଭଙ୍ଗାରୁଜା

ଫଗଓ୍ବାରା,୨୭ା୯: ପଞ୍ଜାବର ଫଗଓ୍ବାରାସ୍ଥିତ ଲଭ୍‌ଲି ପ୍ରଫେସନାଲ ୟୁନିଭର୍ସିଟି (ଏଲ୍‌ପିୟୁ)ର ଜଣେ ଛାତ୍ରୀଙ୍କୁ କ୍ୟାମ୍ପସ୍‌ ଭିତରେ ଜଣେ ବାହାର ଲୋକ ବଳାତ୍କାର କରିଥିବା ଅଭିଯୋଗ ହୋଇଛି । ଏହାକୁ…

ବିରାଟ-ଗିଲ୍‌ଙ୍କ ଶତକରେ ଭାରତର ବଡ଼ ବିଜୟ, ୮ ୱିକେଟ୍‌ରେ ହାରିଲା ୱେଷ୍ଟଇଣ୍ଡିଜ

ତିରୁଭାନନ୍ତପୁରମ,୨୭।୯: ୱେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ODIରେ ଭାରତ ୮ ୱିକେଟ୍‌ରେ ବିଜୟୀ ହୋଇଛି । ତିରୁଭାନନ୍ତପୁରମର ଗ୍ରୀନ୍‌ଫିଲ୍ଡ ଇଣ୍ଟରନ୍ୟାସନାଲ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ମ୍ୟାଚ୍‌ରେ ୱେଷ୍ଟଇଣ୍ଡିଜ ଭାରତ ସମ୍ମୁଖରେ…

ସଚିନଙ୍କ ବଡ଼ ରେକର୍ଡ ଭାଙ୍ଗିଲେ ବିରାଟ କୋହଲି, ଦିନିକିଆ କ୍ରିକେଟରେ କଲେ….

ତିରୁଭାନନ୍ତପୁରମ,୨୭।୯: ବିରାଟ କୋହଲି ଦିନିକିଆ କ୍ରିକେଟ୍‌ରେ ଆଉ ଏକ ବଡ଼ କୀର୍ତ୍ତିମାନ ସ୍ଥାପନ କରିଛନ୍ତି। ବିରାଟ କୋହଲି ଦିନିକିଆ ଆନ୍ତର୍ଜାତୀୟ କ୍ରିକେଟରେ ୧୫,୦୦୦ ରନ୍ ପୂରଣ କରିଛନ୍ତି।ଏହା…

କୋଟପାଡ଼ରେ ବନ୍ୟା ସ୍ଥିତି ପରଖିଲେ ମୁଖ୍ୟମନ୍ତ୍ରୀ, ପୀଡ଼ିତଙ୍କୁ ନେଇ କଲେ ବଡ଼ ଘୋଷଣା

କୋରାପୁଟ,୨୭।୯(ଅମିତାଭ ବେହେରା ): କୋରାପୁଟ ଜିଲାର ବନ୍ୟା ପ୍ରଭାବିତ କୋଟପାଡ଼ ବ୍ଲକର ବିଭିନ୍ନ ଅଞ୍ଚଳ ପରିଦର୍ଶନ କରି ବନ୍ୟା ସ୍ଥିତି ଅନୁଧ୍ୟାନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ…

ପାଗଳ ହନୁ ମାଙ୍କଡ କାମୁଡାରେ ଅନେକ ଆହତ ; ବନ ବିଭାଗର ଉଦ୍ୟମ ବିଫଳ, ଆତଙ୍କିତ ଗାଁ ଲୋକେ

ଦିଗପହଣ୍ଡି,୨୭।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଲିଙ୍ଗି ଗ୍ରାମରେ ପାଗଳ ହନୁ ମାଙ୍କଡର ଉପଦ୍ରବ ଦେଖିବାକୁ ମିଳିଛି । ୮ରୁ ଉର୍ଦ୍ଧ୍ବ ଲୋକ ଆହତ…

ପିକଅପ୍ ଧକ୍କାରେ ଶିଶୁଙ୍କ ମୃତ୍ୟୁ; କ୍ଷତିପୂରଣ ଦାବିରେ ରାସ୍ତା ଅବରୋଧ, ଟାୟାର ଜାଳି ଆନ୍ଦୋଳନ

ପୁରୁଷୋତ୍ତମପୁର,୨୭।୯(ସବିତା ମିଶ୍ର): ମେକ୍ସପିକଅପ୍ ଧକ୍କାରେ ୪ ବର୍ଷର ଶିଶୁର ମୃତ୍ୟୁକୁ ନେଇ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହରରେ ରବିବାର ସଂଧ୍ଯ୍ଯାରେ ଉତ୍ତେଜନା ଦେଖାଦେଇଛି । ଚାଙ୍ଗୁଡ଼ିଆପଦର ସାହିର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?