Posted inଜାତୀୟ

ପାର୍ଲାମେଣ୍ଟ ବାହାରେ ବିକ୍ଷୋଭ କରିବେ ଚାଷୀ

ନୂଆଦିଲ୍ଲୀ, ୫।୭ (ପି.ଟି.): ଜୁଲାଇ ୧୯ରୁ ପାର୍ଲାମେଣ୍ଟର ମୌସୁମୀ ଅଧିବେଶନ ଆରମ୍ଭ ହେଉଛି। ଏହି ସମୟରେ କେନ୍ଦ୍ର ସରକାରଙ୍କ ନୂଆ କୃଷି ଆଇନକୁ ବିରୋଧ କରି ୨୦୦ ଚାଷୀ ପ୍ରତିଦିନ ପାର୍ଲାମେଣ୍ଟ ବାହାରେ ବିକ୍ଷୋଭ ପ୍ରଦର୍ଶନ କରିବେ। ସଂଯୁକ୍ତ କିଷାନ ମୋର୍ଚ୍ଚା (ଏସ୍‌କେଏମ୍‌) ପକ୍ଷରୁ ରବିବାର ଏହା ଘୋଷଣା କରାଯାଇଛି। ୪୦ଟି କୃଷକ ୟୁନିୟନର ଶୀର୍ଷ ସଂଗଠନ ଏସ୍‌କେଏମ୍‌ ପକ୍ଷରୁ ନୂଆଦିଲ୍ଲୀରେ ଏକ ଖବରଦାତା ସମ୍ମିଳନୀ କରାଯାଇଥିଲା। ପାର୍ଲାମେଣ୍ଟ ଭିତରେ କୃଷି ଆଇନକୁ ବିରୋଧ କରିବା ଲାଗି ଅଧିବେଶନର ଦୁଇଦିନ ପୂର୍ବରୁ ସମସ୍ତ ବିରୋଧୀ ଦଳ ଏମ୍‌ପିମାନଙ୍କୁ ଚେତାବନୀ ପତ୍ର ଦିଆଯିବ। ଚାଷୀମାନେ ପାର୍ଲାମେଣ୍ଟ ବାହାରେ ବିକ୍ଷୋଭ କରୁଥିବାବେଳେ ଗୃହରେ ଏମ୍‌ପିମାନେ ପ୍ରତ୍ୟହ କୃଷି ଆଇନ ପ୍ରସଙ୍ଗ ଉଠାଇବେ। ସରକାର ଏହାର ସମାଧାନ ନ କରିବା ପର୍ଯ୍ୟନ୍ତ ଅଧିବେଶନ ଚଳାଇ ନ ଦେବା ଲାଗି ବିରୋଧୀ ଦଳଗୁଡ଼ିକୁ କୁହାଯିବ ବୋଲି କୃଷକ ନେତା ବଲବୀର ସିଂ ରାଜଓ୍ବୋଲ କହିଛନ୍ତି। ସରକାର ଆମ ଦାବି ନ ଶୁଣିବା ପର୍ଯ୍ୟନ୍ତ ବିକ୍ଷୋଭ ଜାରି ରହିବ। ଏହି ବିକ୍ଷୋଭରେ ପ୍ରତି ଚାଷୀ ୟୁନିୟନରୁ ୫ ଜଣ ଲେଖାଏ ଯୋଗଦେବେ। ଏହା ବ୍ୟତୀତ ପେଟ୍ରୋଲ, ଡିଜେଲ ଏବଂ ରନ୍ଧନ ଗ୍ୟାସ ଦର ବୃଦ୍ଧି ପ୍ରତିବାଦରେ ଏସ୍‌କେଏମ୍‌ ପକ୍ଷରୁ ଜୁଲାଇ ୮ରେ ଦେଶବ୍ୟାପୀ ବିକ୍ଷୋଭ ପ୍ରଦର୍ଶନ ଲାଗି ଡାକରା ଦିଆଯାଇଛି। ଏହି ବିକ୍ଷୋଭରେ ଏଲ୍‌ପିଜି ସିଲିଣ୍ଡରକୁ ମଧ୍ୟ ସାମିଲ କରିବା ଲାଗି ରାଜଓ୍ବୋଲ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୨୦୨୭ ଯାଏ ୪ ରାଶିଙ୍କୁ ବିଶେଷ କୃପା କରିବେ ଶନି; କ୍ୟାରିୟର-ବିବାହ ଠାରୁ ଧନଲାଭରେ ମିଳିବ ଫାଇଦା…

ଜ୍ୟୋତିଷ ଶାସ୍ତ୍ରରେ ଶନିଙ୍କ ଗୋଚରକୁ ସବୁଠାରୁ ପ୍ରଭାବଶାଳୀ ବୋଲି ମାନାଯାଏ, କାରଣ ସେ ପ୍ରାୟ ଅଢ଼େଇ ବର୍ଷ ପରେ ରାଶି ପରିବର୍ତ୍ତନ କରିଥାନ୍ତି। ଧୀର ଗତିରେ ଚାଲୁଥିବା…

ସେପ୍ଟେମ୍ୱରରେ ଚମକିବ ୫ ରାଶିର ଭାଗ୍ୟ: ୪ ଗ୍ରହଙ୍କ ଚଳନରେ ପ୍ରଚୁର ଧନଲାଭ, ଚାକିରିରେ ମିଳିବ ବଡ଼ ଅଫର୍‌…

ସେପ୍ଟେମ୍ୱର ୨୦୨୬ରେ ସୂର୍ଯ୍ୟ, ମଙ୍ଗଳ, ବୁଧ ଏବଂ ଶୁକ୍ର ଗ୍ରହ ରାଶି ପରିବର୍ତ୍ତନ (ଗୋଚର) କରିବାକୁ ଯାଉଛନ୍ତି। ଏହି ଗ୍ରହମାନଙ୍କ ଗୋଚର ଯୋଗୁଁ ଅନେକ ଶୁଭ ରାଜଯୋଗ…

ସମ୍ପର୍କରେ ସନ୍ଦେହ ହେଲା କାଳ, ବିଷ ମିଶା କୋଲ୍ଡ ଡ୍ରିଙ୍କ ପିଆଇ ପ୍ରେମିକାଙ୍କୁ ହତ୍ୟା

ମୁମ୍ବାଇ,୩୦ା୮: ମହାରାଷ୍ଟ୍ରର ରାଜଧାନୀ ମୁମ୍ବାଇର ଚେମ୍ବୁର ଅଞ୍ଚଳରୁ ୨୪ ବର୍ଷୀୟ ଜଣେ ମହିଳାଙ୍କ ସନ୍ଦେହଜନକ ମୃତ୍ୟୁ ଘଟଣା ସାମ୍ନାକୁ ଆସିଛି । ଏହି ମାମଲାରେ ପୋଲିସ ମହିଳାଙ୍କ…

ପୁଣିଥରେ ସେଲଫି ଭିଡ଼ିଓ ଶେୟାର କରି ଚର୍ଚ୍ଚାରେ ମୋଦି, ଏଥର କିନ୍ତୁ ଦେଶରୁ ନୁହେଁ…

ତାସକେଣ୍ଟ,୩୦।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦୁଇ ଦିନିଆ ଉଜବେକିସ୍ତାନ ଗସ୍ତରେ ଅଛନ୍ତି। ତାସକେଣ୍ଟରେ ପହଞ୍ଚିବା ପରେ, ସେ ଉଜବେକିସ୍ତାନ ଯୋଗ ଫେଡେରେଶନ ଦ୍ୱାରା ଆୟୋଜିତ ଏକ ସ୍ବତନ୍ତ୍ର…

ଯୌତୁକ ନିର୍ଯାତନା: ଥାନାରେ ଏତଲା, ଅଭିଯୋଗକୁ ଶ୍ବଶୁର ଘର ଲୋକଙ୍କ ….

ଦିଗପହଣ୍ଡି,୩୦|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ତେଣ୍ଟୁଆପଡ଼ା ଗ୍ରାମର ନିରଞ୍ଜନ ପାଣିଗ୍ରାହୀଙ୍କ ଝିଅ ଅଂଶିତାଙ୍କୁ ତାଙ୍କ ସ୍ଵାମୀ,ଶାଶୁ,ଶ୍ବଶୁର ଯୌତୁକ ପାଇଁ ଶାରିରୀକ…

ପେନଶନ ବନ୍ଦ ଚର୍ଚ୍ଚା ଭିତରେ ଆସିଲା ଅପଡେଟ୍‌; ରିଟାୟର୍ଡ କର୍ମଚାରୀଙ୍କ ପାଇଁ ବଡ଼ ଖବର

ନୂଆଦିଲ୍‌ୀ,୩୦।୮: ୮ମ ବେତନ ଆୟୋଗ (8th Pay Commission) କୁ ନେଇ ସୋସିଆଲ ମିଡିଆରେ ଚାଲିଥିବା ଏକ ଖବର କେନ୍ଦ୍ରୀୟ କର୍ମଚାରୀ ଏବଂ ପେନ୍ସନ୍ଭୋଗୀଙ୍କ ଚିନ୍ତା ବଢ଼ାଇ…

୨୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଲେ ଲହୁଣୀପଡ଼ା ଥାନା ଏଏସ୍‌ଆଇ ଓ ସହଯୋଗୀ

ସୁନ୍ଦରଗଡ଼, ୩୦।୮ (ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ଲହୁଣୀପଡ଼ା ଥାନାର ଏଏସ୍‌ଆଇ ମଦନ ମୋହନ ପ୍ରଧାନ ଏବଂ ତାଙ୍କ ସହଯୋଗୀ ମନଦୀପ କୁମାର ଦାସମୋଦକ (ଘରୋଇ…

ମୁଖ୍ୟମନ୍ତ୍ରୀଙ୍କ କଡ଼ା ନିର୍ଦ୍ଦେଶ, ସ୍ତ୍ରୀଙ୍କୁ ଭରଣପୋଷଣ ଟଙ୍କା ନଦେଲେ କଟିବ ଦରମା

ଭୁବନେଶ୍ବର,୩୦ା୮: ସ୍ତ୍ରୀ କିମ୍ୱା ସନ୍ତାନସନ୍ତତିଙ୍କୁ ଭରଣପୋଷଣ ସହାୟତା କିମ୍ୱା ଛାଡ଼ପତ୍ର ସମ୍ପର୍କିତ ପୋଷଣ ଖର୍ଚ୍ଚ ଠିକ୍ ଭାବରେ ଦେଉ ନଥିବା ସରକାରୀ କର୍ମଚାରୀଙ୍କ ବିରୁଦ୍ଧରେ ମୁଖ୍ୟମନ୍ତ୍ରୀଙ୍କ କଡ଼ା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri