ପଞ୍ଜୀକରଣ ବ୍ୟବସ୍ଥାକୁ ନେଇ ତାତିଲେ ଚାଷୀ: ଡିଆର୍‌ସିଏସ୍‌ଙ୍କ ଅଫିସରେ ତାଲା ପକାଇ…

ବରଗଡ଼,୧।୯(ପ୍ରେମାନନ୍ଦ ଖମାରୀ): ଧାନ ସଂଗ୍ରହ ପ୍ରକ୍ରିୟା ପାଇଁ ରାଜ୍ୟ ସରକାରଙ୍କ ପଞ୍ଜୀକରଣ ବ୍ୟବସ୍ଥାକୁ ନେଇ ଚାଷୀ ଅସନ୍ତୋଷ ତୁଟିନାହିଁ। ପଞ୍ଜୀକରଣ ଅବଧି ସରିଯିବା କାରଣରୁ ଅନେକ ଚାଷୀ ପଞ୍ଜୀକୃତ ହୋଇପାରିନାହାନ୍ତି। ଅନ୍ୟପକ୍ଷେ ଚାଷୀମାନେ ପଞ୍ଜୀକରଣ ଅବଧି ବୃଦ୍ଧି ପାଇଁ ଦାବି କରିବା ସତ୍ତ୍ବେ କୌଣସି ସୁଫଳ ମିଳି ନ ଥିବା ଅଭିଯୋଗ ହୋଇଛି। ଏହାକୁ ନେଇ ବରଗଡ଼ ଜିଲାର ଚାଷୀମାନେ ପୁଣି ତାତି ଉଠିଛନ୍ତି। ଏହି କ୍ରମରେ ସୋମବାର ସଂଯୁକ୍ତ କୃଷକ ସଙ୍ଗଠନ ପକ୍ଷରୁ ବରଗଡ଼ ସମବାୟ ଉପନିବନ୍ଧକ (ଡିଆର୍‌ସିଏସ୍‌)ଙ୍କ କାର୍ଯ୍ୟାଳୟ ଆଗରେ ଆନ୍ଦୋଳନ କରାଯାଇଥିଲା। ପଞ୍ଜୀକରଣ ସମସ୍ୟାର ତ୍ୱରିତ ସମାଧାନ କରିବା ପାଇଁ ଚାଷୀମାନେ ଦାବି କରିଥିଲେ। ସଙ୍ଗଠନର ଅଭିଯୋଗ ଅନୁସାରେ, ଗତ ୨୬ତାରିଖରେ ପ୍ରଥମେ ବରଗଡ଼ ଜିଲାପାଳ ଏବଂ ପରେ ଅତାବିରା ବିଧାୟକ ନିହାର ରଞ୍ଜନ ମହାନନ୍ଦ, ବରଗଡ଼ ବିଧାୟକ ଅଶ୍ୱିନୀ କୁମାର ଷଡ଼ଙ୍ଗୀ ଏବଂ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ରଙ୍କୁ ଭେଟି ଚାଷୀ ସଙ୍ଗଠନ ପକ୍ଷରୁ ଦାବିପତ୍ର ପ୍ରଦାନ କରାଯାଇଥିଲା। ମନ୍ତ୍ରୀ ଚାଷୀମାନଙ୍କ ସହିତ ଆଲୋଚନା କରିବା ପରେ ପ୍ରକୃତ ଚାଷୀ ପଞ୍ଜୀକରଣରୁ ବାଦ୍‌ ପଡିବେ ନାହିଁ ଏବଂ ଜିଲାପାଳ ଯେଉଁ ରିପୋର୍ଟ ଦେବେ, ସେହି ଆଧାରରେ ପଞ୍ଜୀକରଣ ଅବଧି ବଢିବ ବୋଲି କହିଥିଲେ। ସେହିପରି ୨ଦିନ ତଳେ ମୁଖ୍ୟମନ୍ତ୍ରୀ ମଧ୍ୟ ସମସ୍ତ ଯୋଗ୍ୟ ଚାଷୀ ପଞ୍ଜୀକରଣ ହେବେ ବୋଲି ଦୃଢୋକ୍ତି ପ୍ରକାଶ କରିଥିଲେ। କିନ୍ତୁ ଇତିମଧ୍ୟରେ ସେ ଦିଗରେ କୌଣସି ପଦକ୍ଷେପ ନିଆଯାଇ ନ ଥିବା ଅଭିଯୋଗ ହୋଇଛି। ସୋମବାର ସକାଳେ ଚାଷୀମାନେ ସମବାୟ ଉପନିବନ୍ଧକଙ୍କ କାର୍ଯ୍ୟାଳୟକୁ ଆସି ପଞ୍ଜୀକରଣ ସମ୍ପର୍କରେ ପଚାରିଥିଲେ। ମାତ୍ର ସନ୍ତୋଷଜନକ ଉତ୍ତର ନ ମିଳିବାରୁ ଚାଷୀ ପ୍ରତିନିଧିମାନେ କାର୍ଯ୍ୟରତ ସମସ୍ତ କର୍ମଚାରୀଙ୍କୁ କାର୍ଯ୍ୟାଳୟରୁ ବାହାର କରି କାର୍ଯ୍ୟାଳୟ ସମ୍ମୁଖରେ ଧାରଣାରେ ବସିଥିଲେ। ୩ଘଣ୍ଟା ପରେ ସମବାୟ ଉପ ନିବନ୍ଧକ ଯୁଗଳ ଦାଶ ଜନଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରୁ ସିଧାସଳଖ କାର୍ଯ୍ୟାଳୟକୁ ପହଞ୍ଚତ୍ ଚାଷୀମାନଙ୍କ ସହିତ ଆଲୋଚନା କରିଥିଲେ। ଗତ ଡିସେମ୍ବର ୨୫ତାରିଖ ପର୍ଯ୍ୟନ୍ତ ଯେଉଁ ଚାଷୀମାନେ ସମବାୟ ସମିତିରେ ନିଜର କାଗଜପତ୍ର ଦେଇଛନ୍ତି, ସେମାନେ ନିଶ୍ଚିତ ପଞ୍ଜୀକୃତ ହୋଇ ପାରିବେ ବୋଲି ସେ କହିଥିଲେ। ଏହାପରେ ସଙ୍ଗଠନ ପକ୍ଷରୁ ତାଲା ଖୋଲି ଆନ୍ଦୋଳନ ସ୍ଥଗିତ ରଖିବା ପାଇଁ ନିଷ୍ପତ୍ତି ନିଆଯାଇଥିଲା। ଆଲୋଚନା ମୁତାବକ ଆସନ୍ତା ଗୁରବାର ସୁଦ୍ଧା ପଞ୍ଜୀକରଣ ପୁଣି ଆରମ୍ଭ ନ ହେଲେ ଆନ୍ଦୋଳନ ତୀବ୍ର ହେବ ବୋଲି ସଙ୍ଗଠନ ତରଫରୁ ଚେତାବନୀ ଦିଆଯାଇଛି। ସଂଯୁକ୍ତ କୃଷକ ସଙ୍ଗଠନର ରମେଶ ମହାପାତ୍ର, ସୁଦାମ ପାତ୍ର, ନିରଞ୍ଜନ ପଧାନ, ସୁରେଶ ନେକାଣ୍ଟି, ସୁରେଶ କର୍ଣ୍ଣ, ରବିଶଙ୍କର ପଧାନ, କରଣ ସାହୁ, ଈଶାନ୍ତ ଭୋଇ, ମନୋଜ ଖମାରୀ, କୋଶଲ ସେନାର ବୀରବଳ ମହାକୁଡ଼ଙ୍କ ସମେତ ବିଭିନ୍ନ ଗ୍ରାମରୁ ଶତାଧିକ ଚାଷୀ ଏହି ଆନ୍ଦୋଳନରେ ସାମିଲ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଯୋଗାଣ ମନ୍ତ୍ରୀଙ୍କ ବାସଭବନରୁ ସହାୟକଙ୍କ ମୃତ୍ୟୁ ନେଇ ସନ୍ଦେହ: ରାତି ଅଧିଆ ଶବ ବ୍ୟବଛେଦକୁ ନେଇ ଉଠୁଛି ପ୍ରଶ୍ନ

ଭୁବନେଶ୍ୱର,୩୧।୧(ତ୍ରିନାଥ ମହାନ୍ତି): ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀଙ୍କ କୃଷ୍ଣ ପାତ୍ରଙ୍କ ସରକାରୀ କ୍ବାର୍ଟରରୁ ଘରୋଥ ସହାୟକଙ୍କ ମୃତଦେହ ମିଳିବା ଘଟଣାକୁ ନେଇ ସନ୍ଦେହ ବଢିଛି। ଆହୁରି…

T20 World Cup ପାଇଁ ଆରମ୍ଭ ହେଲା କାଉଣ୍ଟ ଡାଉନ, ICC ରିଲିଜ କଲା Anthem song

ନୂଆଦିଲ୍ଲୀ,୩୧।୧: ICC ପୁରୁଷ T20 ବିଶ୍ୱକପ 2026 ଫେବୃଆରୀ ୭ରେ ଆରମ୍ଭ ହେବ। ଶ୍ରୀଲଙ୍କା ଭାରତ ସହିତ ଏହି ଟୁର୍ଣ୍ଣାମେଣ୍ଟର ସହ-ଆୟୋଜନ କରୁଛି। ମୋଟ ୨୦ଟି ଦଳ…

ବାଲ୍ୟ ବିବାହ ପାଇଁ ଚାଲିଥିଲା ପ୍ରସ୍ତୁତି, ପହଞ୍ଚିଗଲା ପ୍ରଶାସନ: ଆଉ ତା’ପରେ…

ଲୋଇସିଂହା,୩୧।୧(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଆଗଲପୁର ବ୍ଳକ ନଅଗାଁ(କ) ଗ୍ରାମରେ ଫେବୃଆରୀ ୨ରେ ହେବାକୁ ଥିବା ଏକ ବାଲ୍ୟ ବିବାହକୁ ଶନିବାର ରୋକିଛି ଜିଲା ପ୍ରଶାସନ। ଜିଲା…

ଦଶନ୍ଧିରେ ସର୍ବାଧିକ ଖସିଲା ରୁପା ଦର, ସୁନା ଦରରେ ବି ଲାଗିଲା ବ୍ରେକ୍‌, ସିଧା ୮୦୦୦ କମିଲା…

ଭୁବନେଶ୍ୱର,୩୧।୧: ସୁନା ଦରରେ ଲାଗିଲା ବ୍ରେକ୍‌। ଆଜି ପୁଣି କମିଲା ସୁନା ରୁପା ଦର। ୨୪ କ୍ୟାରେଟ ସୁନା ଦର ୮ହଜାର ୬୨୦ ଟଙ୍କା ହ୍ରାସ ପାଇଛି…

ସ୍ବାମୀଙ୍କ ଥଟ୍ଟାକୁ ସହିପାରିଲେନି ମଡେଲ ସ୍ତ୍ରୀ, ‘ମାଙ୍କଡ’ କହିଦେଲେ ବୋଲି…

ନୂଆଦିଲ୍ଲୀ,୩୧।୧: ମଜା କରିବା ଏକ ସୁଖୀ ପରିବାର ପାଇଁ ମହଙ୍ଗା ପଡିଲା। ସ୍ବାମୀ ତାଙ୍କ ସ୍ତ୍ରୀଙ୍କୁ ‘ମାଙ୍କଡ’ କହିଦେଲେ ବୋଲି ଆତ୍ମହତ୍ୟା କରିଦେଲେ ସ୍ତ୍ରୀ। ଏଭଳି ଘଟଣା…

ଫୁଲ ତୋଳିବା ପାଇଁ ଯାଇଥିଲେ ବୃଦ୍ଧା, ବାଟରେ ଘଟିଲା ବଡ଼ ଅଘଟଣ

ଦିଗପହଣ୍ଡି,୩୧।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୁଞ୍ଜିକଂୟା ଛକ ନିକଟରେ ଶନିବାର ଭୋର୍‌ ସମୟରେ ବାଇକ ଧକ୍କାରେ ଜଣେ ବୃଦ୍ଧାଙ୍କର ମୃତ୍ୟୁ ହୋଇଛି। ବୃଦ୍ଧା ଜଣଙ୍କ…

ବ୍ରିଜ୍‌ ତଳ ନାଳରୁ ମିଳିଲା ୨ ବର୍ଷ ଶିଶୁପୁତ୍ରର ମୃତଦେହ: କୁକୁର ସହିତ ଖେଳୁଖେଳୁ…

ପରଜଙ୍ଗ,୩୧।୧(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ କାମାକ୍ଷାନଗର ଥାନା ସିଆରିମାଳିଆ ଗାଁ ଓଭରବ୍ରିଜ୍‌ ତଳ ନାଳରୁ ଜଣେ ୨ ବର୍ଷ ଶିଶୁ ପୁତ୍ରର ମୃତଦେହ ଉଦ୍ଧାର…

ଜମି ଜବରଦଖଲ ବିରୋଧରେ ଗର୍ଜିଲେ ଗ୍ରାମବାସୀ: ତହସିଲଦାରଙ୍କ ଦ୍ୱାରସ୍ଥ ହୋଇ ଦେଲେ ଏମିତି ଚେତାବନୀ

ଥୁଆମୂଳ ରାମପୁର, ୩୧।୧ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅନ୍ତର୍ଗତ କାଣିଗୁମା ପଞ୍ଚାୟତରେ ଭୂମି ଜବରଦଖଲକୁ ନେଇ ଉତ୍ତେଜନା ପ୍ରକାଶ ପାଇଛି। ଗ୍ରାମର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri