Posted inଜାତୀୟ

କୃଷକଙ୍କ ଆନ୍ଦୋଳନ: ପ୍ରତିରକ୍ଷା ମନ୍ତ୍ରୀଙ୍କୁ ଭେଟିଲେ ପଞ୍ଜାବର ଭାଜପା ନେତା

ନୂଆଦିଲ୍ଲୀ,୧୪।୧୨: କେନ୍ଦ୍ର ସରକାରଙ୍କ ନୂଆ କୃଷି ଆଇନ ବିରୋଧରେ ଆନ୍ଦୋଳନ ଚାଲିଥିବାବେଳେ ପଞ୍ଜାବର ବରିଷ୍ଠ ଭାଜପା ନେତାଙ୍କ ଏକ ଦଳ ସୋମବାର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂଙ୍କୁ ଭେଟିଛନ୍ତି। ଏଥିରେ ପଞ୍ଜାବର ଭାଜପା ମୁଖ୍ୟ ଅଶ୍ୱିନୀ କୁମାର ଶର୍ମା, କେନ୍ଦ୍ର ମନ୍ତ୍ରୀ ସୋମ ପ୍ରକାଶ, ସୁରଜିତ ଜ୍ୟାନି ଓ ହରଜୀତ ଗରଓ୍ବୋଲ ସାମିଲ ଥିଲେ। ସେମାନେ ପ୍ରତିରକ୍ଷାମନ୍ତ୍ରୀଙ୍କୁ ତାଙ୍କ ବାସଭବନରେ ଭେଟିଛନ୍ତି। ପଞ୍ଜାବ ନେତାମାନେ ବର୍ତ୍ତମାନ ଚାଲିଥିବା ଆନ୍ଦୋଳନ ସ୍ଥଳର ପରିସ୍ଥିତି ସମ୍ପର୍କରେ ରାଜନାଥଙ୍କୁ ଅବଗତ କରାଇଥିବା ବିଶ୍ୱାସ କରାଯାଉଛି।

ଦୁଇ ସପ୍ତାହରୁ ଅଧିକ ଦିନ ହେଲା ହଜାର ହଜାର କୃଷକ ଦିଲ୍ଲୀ-ହରିୟାଣାର ବିଭିନ୍ନ ସୀମାରେ ଆନ୍ଦୋଳନ କରୁଛନ୍ତି। ନୂଆ କୃଷି ବିଲ କାର୍ଯ୍ୟକାରୀ ହେଲେ ଏମ୍‌ଏସ୍‌ପି ଓ ମଣ୍ଡି ବ୍ୟବସ୍ଥା ଦୁର୍ବଳ ହୋଇଯିବ ବୋଲି ସେମାନେ ଦାବି କରୁଛନ୍ତି। କିନ୍ତୁ କେନ୍ଦ୍ର ସରକାରଙ୍କ ଅନୁସାରେ ନୂଆ ଆଇନ ଦ୍ୱାରା କୃଷକଙ୍କ ଆୟ ବୃଦ୍ଧି ପାଇବ।


Enter your email to get our daily news in your inbox.

All Right Reserved By Dharitri.Com

କାଠଯୋଡି ନଦୀ ପଠାରେ ପଡିଛି ମହିଳାଙ୍କ ଗଳିତ ମୃତଦେହ, ଅର୍ଦ୍ଧ ଉଲଗ୍ନ….

କଟକ, ୨୬।୫(ପ୍ରଭୁକଲ୍ୟାଣ ପାଲ): ପୁରୀଘାଟ ଥାନା ଅନ୍ତର୍ଗତ କାଠଯୋଡି ନଦୀ ପଠାରୁ ମହିଳାଙ୍କ ଗଳିତ ମୃତଦେହ ଉଦ୍ଧାର କରାଯାଇଛି । ମହିଳାଙ୍କ ଶରୀର ଅର୍ଦ୍ଧ ଉଲଗ୍ନ ହୋଇ…

ଆଜି କ୍ୱାଲିଫାୟର-୧, ଆର୍‌ସିବି-ଗୁଜରାଟ ମହାମୁକାବିଲା

ଧର୍ମଶାଳା, ୨୬ା୫: ଆଜି ଚଳିତ ଆଇପିଏଲ୍‌ର କ୍ୱାଲିଫାୟର-୧ ମହାମୁକାବିଲା। ଡିଫେଣ୍ଡିଂ ଚାମ୍ପିୟନ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ(ଆର୍‌ସିବି) ଏବଂ ଗୁଜରାଟ ଟାଇଟନ୍ସ(ଜିଟି) ପରସ୍ପରକୁ ଭେଟିବେ। ଏହି ମ୍ୟାଚ୍‌ର ବିଜେତା…

ହଠାତ୍‌ ଫାଟିଲା ଚକ, ପୋଲ ତଳକୁ ଖସିପଡିଲା ଟ୍ରକ୍‌; ଭିତରେ ଥିଲେ ଡ୍ରାଇଭର-ହେଲ୍‌ପର

ବଲାଙ୍ଗୀର,୨୬।୫ ( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପଦ୍ମପୁର-ପାଟଣାଗଡ ରାସ୍ତା ଜୁରିଆ ବ୍ରିଜ୍‌ ତଳକୁ ଖସି ପଡ଼ିଲା ଟ୍ରକ୍‌ । ଦମକଳବାହିନୀ ଦୁର୍ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର…

ଦେବାଶିଷଙ୍କ ଭାଜପାରେ ଯୋଗଦାନକୁ ନେଇ ବିଜେଡି କ୍ଷୁବ୍ଧ, ନବୀନ ପଟ୍ଟନାୟକଙ୍କ ପାଖଲୋକ କହିଲେ, ‘ଭବିଷ୍ୟତରେ ସେ…’

ଭୁବନେଶ୍ୱର, ୨୬।୫: ଭାଜପାରେ ମିଶିଲେ ପୂର୍ବତନ ରାଜ୍ୟ ସଭା ଏମ୍‌ପି ଦେବାଶିଷ ସାମନ୍ତରାୟ। ମଙ୍ଗଳବାର ଦିଲ୍ଲୀ ଭାଜପା ମୁଖ୍ୟାଳୟରେ ସେ ପଦ୍ମ ଧରିଛନ୍ତି। ରାଜ୍ୟ ସଭାପତି ମନମୋହନ…

ଯେ କୌଣସି ମୁହୂର୍ତ୍ତରେ ଆସିପାରେ ଖୁସି ଖବର! ଇରାନ ସହ ଡିଲ୍‌କୁ ନେଇ ୟୁ-ଟର୍ନ ନେଲେ ରୁବିଓ

ନୂଆଦିଲ୍ଲୀ,୨୬।୫: ଇରାନ ସହିତ ସମ୍ଭାବ୍ୟ ଚୁକ୍ତି ସମ୍ପର୍କରେ, ଆମେରିକାର ବୈଦେଶିକ ମନ୍ତ୍ରୀ ମାର୍କୋ ରୁବିଓ ତାଙ୍କର ପୂର୍ବ ବକ୍ତବ୍ୟରୁ ଏକ ୟୁ-ଟର୍ନ ନେଇଛନ୍ତି। ପୂର୍ବରୁ, ସେ କହିଥିଲେ…

ସୁନା ବ୍ୟବସାୟୀଙ୍କୁ ଆକ୍ରମଣ: ଗୁଡାରିରେ ଆତଙ୍କ

ଗୁଡାରି,୨୬।୫ (ପ୍ରମୋଦ କୁମାର ପତି): ରାୟଗଡା ଜିଲାର ଗୁଡାରି ସହରରେ ସୋମବାର ବିଳମ୍ବିତ ରାତିରେ ଅଭାବନୀୟ ଘଟଣା ଘଟିଛି। ଜଣେ ସୁନା ବ୍ୟବସାୟୀଙ୍କୁ ଡକାୟତ ଗ୍ୟାଙ୍ଗ ମରଣାନ୍ତକ…

ମୁଁ କେମିତି ବଞ୍ଚିବି…. କୋରାପୁଟ ଜିଲାପାଳଙ୍କ ଅଭିଯୋଗ ଶୁଣାଣିରେ ରୋଚକ ଦୃଶ୍ୟ, ଭୋ ଭୋ ହୋଇ କାନ୍ଦିଲେ ଯୁବତୀ

କୋରାପୁଟ,୨୬।୫(ଅମିତାଭ ବେହେରା ): କୋରାପୁଟ ଜିଲାପାଳଙ୍କ ମିଳିତ ଅଭିଯୋଗ ଓ ଜନ ଶୁଣାଣି ଶିବିରରେ ଜଣେ ମହିଳା କାନ୍ଦି କାନ୍ଦି ନିଜ ଅଭିଯୋଗ ଜଣାଇଛନ୍ତି । କୋରାପୁଟ…

ପାଇଖାନା ଟାଙ୍କିରେ ଶ୍ବାସରୁଦ୍ଧ ଘଟଣା: ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭବାନୀପାଟଣା,୨୬।୫(ଉତ୍ତମ କୁମାର ଦାଶ): କଳାହାଣ୍ଡିରେ ମଙ୍ଗଳବାର ଏକ ଅଭାବନୀୟ ଘଟଣା ଘଟିଛି। ନିର୍ମାଣାଧୀନ ପାଇଖାନା ଟାଙ୍କିରେ ଶ୍ବାସରୁଦ୍ଧ ହୋଇ ୬ ଜଣଙ୍କ ମୃତ୍ୟୁ ଘଟିଛି। ମଦନପୁର ରାମପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri