Posted inଜାତୀୟ

କେନ୍ଦ୍ର ସରକାରଙ୍କୁ କୃଷକ ନେତାଙ୍କ ଧମକ

ନୂଆଦିଲ୍ଲୀ,୨୬ ।୭: ଭାରତୀୟ କୃଷକ ୟୁନିୟନର ରାଷ୍ଟ୍ରୀୟ ପ୍ରବକ୍ତା ରାକେଶ ଏକାଏତ କେନ୍ଦ୍ର ସରକାରଙ୍କୁ ଚେତାବନୀ ଦେଇଛନ୍ତି । ସେ କହିଛନ୍ତି ସରକାର ଯଦି ଆମର ଦାବି ମାନି ନ ନିଅନ୍ତି ତେବେ ଆମେ ଲକ୍ଷ୍ନୌକୁ ଦିଲ୍ଲୀ କରିଦେବୁ । ସେ ଆହୁରି ମଧ୍ୟ କହିଛନ୍ତି ଉତ୍ତରପ୍ରଦେଶ ଆନ୍ଦୋଳନର ରାଜ୍ୟ । ରାକେଶ କହିଛନ୍ତି ୪ ବର୍ଷ ହେବ ଗହମର ଦାମ୍ ବଢିନାହିଁ । ୧୨ ହଜାର କୋଟି ଟଙ୍କା ପର୍ଯ୍ୟନ୍ତ ବାକି ରହିଛି । ଯୋଗୀ ସରକାର ଗହମରେ ଏକ ଟଙ୍କା ବି ବୃଦ୍ଧି କଲେ ନାହାନ୍ତି । ୭-୮ଟି ରାଜ୍ୟରେ କୃଷକଙ୍କୁ ବିଜୁଳୀ ମାଗଣା ଦିଆ ଯାଉଥିବା ବେଳେ ଉତ୍ତର ପ୍ରଦେଶରେ ଏମିତି ନାହିଁ । ସେ କହିଛନ୍ତି ଗୁଜରାଟରେ ପୋଲିସ ସରକାର ଚଳାଉଛି । ଏମିତି କିଛି ଉତ୍ତର ପ୍ରଦେଶରେ ହେବାକୁ ଯାଉଛି । ରାକେଶ ଟିକାଏତ କହିଛନ୍ତି , ଆମେ କୃଷକଙ୍କ ନିକଟକୁ ଯିବୁ । ସେପ୍ଟେମ୍ବର ୫ରେ ମୁଜାଫରନଗରରେ ଏକ ବଡ କୃଷକ ପଞ୍ଚାୟତର ଆୟୋଜନ କରାଯାଇଛି । କ୍ୟାମେରା ଓ କଲମ ଉପରେ କଡା ନଜର ରଖାଯିବ । ଉତ୍ତର ପ୍ରଦେଶ ସାରା ଦେଶକୁ କ୍ୟାପଚର କରିଦେଇଛିି । ସେ କହିଛନ୍ତି ଯେପର୍ଯ୍ୟନ୍ତ ସରକାର ନୂଆ କୃଷି ଆଇନକୁ ଫେରାଇ ନେଇ ନାହାନ୍ତି ସେପର୍ଯ୍ୟନ୍ତ ବିରୋଧ ପ୍ରଦର୍ଶନ କରାଯିବ । ଆମେ ଦିଲ୍ଲୀକୁ ଉତ୍ତର ପ୍ରଦେଶ କରିଦେବୁ । ଲକ୍ଷ୍ନୌକୁ ଚାରିପଡୁ ବାଟ ବନ୍ଦ କରିଦେବୁ ।


Enter your email to get our daily news in your inbox.

All Right Reserved By Dharitri.Com

ପିଇବା ପାଣି ପାଇଁ ଗର୍ଜିଲେ ଅଞ୍ଚଳବାସୀ: ସମାଧାନ ପାଇଁ ମିଳିଲା ପ୍ରତିଶ୍ରୁତି

ଦାରିଙ୍ଗବାଡି,୬।୪(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଡବେରୀ ଶାଳବଣଠାରେ ସୋମବାର ଡବେରୀ ଅଞ୍ଚଳକୁ ମଦମୁକ୍ତ ଏବଂ ପିଇବା ପାଣି ସମସ୍ୟାର ସମାଧାନ ପାଇଁ ବସିଲା ବୈଠକ। ଅଞ୍ଚଳର…

ନୀଳମାଧବଙ୍କୁ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ଦେଲେ ରାଜ୍ୟ ସରକାର: ଛୁଟିଲା ଶୁଭେଚ୍ଛାର ସୁଅ

ଭଞ୍ଜନଗର,୬।୪(ବାବୁଲା ପ୍ରଧାନ):ଭାଜପା ଭଞ୍ଜନଗର ସାଂଗଠନିକ ଜିଲା ସଭାପତି ନୀଳମାଧବ ପାତ୍ରଙ୍କୁ ରାଜ୍ୟ ସରକାର ଗଞ୍ଜାମ ଜିଲା ସ୍ବତନ୍ତ୍ର ଉନ୍ନୟନ ପରିଷଦର ଅଧ୍ୟକ୍ଷ ଭାବେ ନିଯୁକ୍ତି ଦେଇଛନ୍ତି। ଏହି…

ହର୍ମୁଜ ଖୋଲିବା ନେଇ ଇରାନର ସସପେନ୍ସ , ଯୁଦ୍ଧବିରତି ସର୍ତ୍ତ ଉପରେ କହିଲା-ଠିକ୍‌ ସମୟରେ…

ଓ୍ବାଶିଂଟନ୍‌୬।୪: ଇରାନ-ଆମେରିକା ବିବାଦ ମଧ୍ୟରେ, ଇରାନ ସୂଚିତ କରିଛି ଯେ ହର୍ମୁଜ ପ୍ରଣାଳୀ ଏବେ ଏହାର ନିୟନ୍ତ୍ରଣରେ ଏକ ରଣନୈତିକ ଉପକରଣ ପାଲଟିଛି। ଇରାନ ରିଭୋଲ୍ୟୁସନାରୀ ଗାର୍ଡ…

କାଳବୈଶାଖୀ ବର୍ଷା ସହ କୁଆପଥର ମାଡ଼: ବେହାଲ ହେଲା ଅତାବିରା ଅଞ୍ଚଳ, ଚାଷୀକୂଳ ହତାଶ

ଅତାବିରା, ୬।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଅଞ୍ଚଳରେ ସୋମବାର କାଳବୈଶାଖୀ ଝଡବର୍ଷା ସହ ପ୍ରଚୁର କୁଆପଥର ମାଡ଼ ହୋଇଛି l ଫଳରେ ଅତାବିରା ଅଞ୍ଚଳ ବେହାଲ…

ପ୍ରଶଂସକଙ୍କୁ ଗୁଡ୍‌ନ୍ୟୁଜ୍‌ ଦେଲେ କରିଶ୍ମା: ଖୁବ୍‌ଶୀଘ୍ର…

ଅଭିନେତ୍ରୀ କରିଶ୍ମା ତନ୍ନା ଖୁବଶୀଘ୍ର ମା’ ହେବାକୁ ଯାଉଛନ୍ତି। ସେ ତାଙ୍କ ସ୍ବାମୀ ବରୁଣ ବାଙ୍ଗେରା ସହ ଫଟୋ ଶେୟାର କରି ପ୍ରଶଂସକଙ୍କୁ ଏହି ଗୁଡ୍‌ନ୍ୟୁଜ୍‌ ଦେଇଛନ୍ତି।…

ଇରାନକୁ ଭିତିରିଆ ଶକ୍ତି ଯୋଗାଉଛନ୍ତି ଏହି ୨ ଦେଶ, ଏହି କାରଣରୁ ଶେଷ ହେଉନାହିଁ ଯୁଦ୍ଧ! ଚାଞ୍ଚଲ୍ୟକର ଖୁଲାସା

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଯୁଦ୍ଧ ଆରମ୍ଭ ହେବାର ଏକ ମାସରୁ ଅଧିକ ସମୟ ବିତିଗଲାଣି, ତଥାପି ହର୍ମୁଜ ପ୍ରଣାଳୀ ଖୋଲିବା ନେଇ…

IPL 2026: ପଏଣ୍ଟ ଟେବୁଲ ଶୀର୍ଷରେ ଆରସିବି

ବେଙ୍ଗାଲୁରୁ, ୬।୪: ଇଣ୍ଡିଆନ ପ୍ରିମିୟର ଲିଗ୍‌ର ରବିବାର ମ୍ୟାଚରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆର୍‌ସିବି) ୪୩ ରନରେ ଚେନ୍ନାଇ ସୁପର କିଙ୍ଗ୍ସକୁ ପରାସ୍ତ କରିଛି। ଅନ୍ୟପକ୍ଷେ କ୍ରମାଗତ…

IPL ଚାଲିଥିବା ସମୟରେ ଅମ୍ପାୟରଙ୍କୁ ହତ୍ୟା: ଛାତିରେ ଛୁରି ଭୁସି..

ଅମରାବତି,୬।୪: ଆଜିକାଲି ଦେଶରେ IPL 2026ର ରୋମାଞ୍ଚ ଦେଖିବାକୁ ମିଳୁଛି। ଏହି ସମୟରେ ଆନ୍ଧ୍ର ପ୍ରଦେଶରୁ ଜଣେ କ୍ରିକେଟ ଅମ୍ପାୟାରଙ୍କ ହତ୍ୟା ସହିତ ଜଡିତ ଏକ ଅଭାବନୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri