ପଞ୍ଜାବରେ ରିଲିଜ ହେବନି କଙ୍ଗନାଙ୍କ ଫିଲ୍ମ!

ମୁମ୍ବାଇ:ବଲିଉଡ୍ କୁଇନ୍ କଙ୍ଗନା ରାନାୱତଙ୍କର ବେଳକୁ ବେଳ ଅଡୁଆ ବଢିବାରେ ଲାଗିଛି । ଅନ୍ୟପଟେ ଦେଶରେ କେନ୍ଦ୍ର ସରକାରଙ୍କ ନୂଆ କୃଷି ନିୟମକୁ ନେଇ କୃଷକମାନେ ଆନ୍ଦୋଳନ ଜାରି ରଖିଥିବା ବେଳେ ଅନେକେ ଲୋକ କୃଷକଙ୍କୁ ସହଯୋଗ ମଧ୍ୟ କରୁଛନ୍ତି । ରାଜଧାନୀ ଦିଲ୍ଲୀ ସୀମାରେ ବସିଥିବା କୃଷକଙ୍କୁ ସହଯୋଗ କରି କିଛିିଦିନ ତଳେ କେତେଜଣ ସେଲିବିଟି ମଧ୍ୟ ଆନ୍ଦୋଳନ ସ୍ଥଳରେ ପହଞ୍ଚିଥିବା ଦଖାଯାଇଥିଲା । ହେଲେ ଏହି ଆନ୍ଦୋଳନକୁ ନେଇ କଙ୍ଗନା ରାନାୱତ ସୋସିଆଲ ମିଡିଆରେ ଯେଉଁ ମନ୍ତବ୍ୟ ଦେଇଥିଲେ ପରେ ତାହା ଚର୍ଚ୍ଚାକୁ ଆସିବା ସହ ଟ୍ରୋଲର ଶିକାର ହୋଇଥିଲେ କଙ୍ଗନା । ଏମିତିକି ପଞ୍ଜାବି କଳାକାର ଦିଲଜିତ ଦୋସାଞ୍ଜ କଙ୍ଗନାକୁ ବହୁକଥା ଶୁଣାଇଥିଲେ । ଏବେ ଏହାକୁ ନେଇ କଙ୍ଗନା ରାନାୱତଙ୍କ ବିରୋଧରେ ପଞ୍ଜାବର କୃଷକ ଏକ ବଡ ନିଷ୍ପତ୍ତି ନେଇଥିବା ଜଣାପଡିଛି । କୃଷକମାନେ କହିଛନ୍ତି ପଞ୍ଜାବରେ କଙ୍ଗନାଙ୍କ ଫିଲ୍ମ ରିଲିଜ୍ କରାଇ ଦିଆଯିବ ନାହିଁ । ଏହାପରେ କଙ୍ଗନାଙ୍କୁ ଏକ ପ୍ରକାର ଧକ୍କା ଲାଗିଛି କହିଲେ ଚଳେ । କଙ୍ଗନା ଏବେ ଅଭିନେତ୍ରୀର ରାଜନେତା ପାଲଟିଥିବା ସ୍ୱର୍ଗତା ଜୟାଲଳିତାଙ୍କ ବାୟୋପିକ ‘ଥଲାଇବା’ରେ କାମ କରୁଛନ୍ତି । ଏହା ଖୁବ୍‌ଶୀଘ୍ର ଫ୍ଲୋରକୁ ଆସିବ ବୋଲି କୁହାଯାଉଛି ।


Enter your email to get our daily news in your inbox.

All Right Reserved By Dharitri.Com

E100 ଇଥାନଲ ନା ପେଟ୍ରୋଲ? କେଉଁ ଇନ୍ଧନରେ ଅଧିକ ମାଇଲେଜ୍ ଦେବ ଗାଡ଼ି, ଜାଣନ୍ତୁ…

ନୂଆଦିଲ୍ଲୀ,୧୬।୬: ଇଥାନଲ ଫୁଏଲକୁ ନେଇ ଭାରତରେ ଚର୍ଚ୍ଚା ଲାଗି ରହିଛି । ସରକାରଙ୍କଠୁ ନେଇ ଗାଡି ନିର୍ମାତା କମ୍ପାନୀ ଯାଏ ସମସ୍ତେ ଏହାକୁ ଭବିଷ୍ୟତର ଇନ୍ଧନ ରୁପେ…

ରାତି ପାହିଲେ ଖୋଲିବ ସ୍କୁଲ, କାଳବୈଶାଖୀ ଯୋଗୁ ଉଡିଯାଇଛି ୩ ଶ୍ରେଣୀ ଗୃହ ଛପର; ଚିନ୍ତାରେ ବିଦ୍ୟାର୍ଥୀ

ତୁମୁଡିବନ୍ଧ, ୧୬।୬ (ଦିପକ କୁମାର ପରାସେଠ): କାଳବୈଶାଖୀର ସାଙ୍ଘାତିକ ପ୍ରଭାବ ଯୋଗୁ କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ମାଲିପଡ଼ା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ (ୟୁପି ସ୍କୁଲ)ର ଶିକ୍ଷାଦାନ…

ଟ୍ରେସ୍‌ ମ୍ୟାପ୍‌ ପାଇଁ ଲାଞ୍ଚ ମାଗି ଫସିଗଲେ କୋସାଗୁଡ଼ା RI; ମାଡ଼ି ବସିଲା ଭିଜିଲାନ୍ସ, ଦୁଇ ସ୍ଥାନରେ ଚାଲିଛି…

କୋରାପୁଟ,୧୬।୬(ଅମିତାଭ ବେହେରା): କୋରାପୁଟ ଜିଲାରେ ପୁଣି ଜଣେ ସରକାରୀ କର୍ମଚାରୀ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ବୋରିଗୁମ୍ମା ତହସିଲ ଅଧୀନ କୋସାଗୁଡ଼ା ଆର୍‌ଆଇ(RI) ସର୍କଲର ରେଭିନ୍ୟୁ ଇନ୍ସପେକ୍ଟର (ଆର୍‌ଆଇ)…

ଦ୍ରୁତ ଗତିରେ ଆସୁଥିଲେ, ମୁହାଁମୁହିଁ ପିଟି ହୋଇଗଲେ ଦୁଇ ବାଇକ୍‌; ଚାଲିଗଲା ୨ ଜୀବନ, ୩ ଜଣ…

ବଞ୍ଚୋ, ୧୬।୬(ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଜିଲା ବଞ୍ଚୋ ଛକ ନିକଟରେ ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି। ଦ୍ରୁତଗତିରେ ଆସୁଥିବା ଦୁଇ ବାଇକ୍‌ ମଧ୍ୟରେ ମୁହାଁମୁହିଁ…

ଚାଷୀଙ୍କ ପାଇଁ ଖୁସି ଖବର, ଏହି ଦିନ ମିଳିବ PM KISANର ୨୩ତମ କିସ୍ତି

ନୂଆଦିଲ୍ଲୀ,୧୬।୬: ପ୍ରଧାନମନ୍ତ୍ରୀ କୃଷକ ସମ୍ମାନ ନିଧି ଯୋଜନାର ୨୩ତମ କିସ୍ତିକୁ ନେଇ ସାରା ଦେଶର ଚାଷୀ ଅପେକ୍ଷା କରିଛନ୍ତି । ଏବେ ଦେଶର କୋଟି କୋଟି ଚାଷୀଙ୍କୁ…

ଘର ବାରିପଟେ କ୍ରିକେଟ ଖେଳୁଥିଲେ, ଆକାଶରୁ ଖସିଲା ମୃତ୍ୟୁ; ବଜ୍ରପାତରେ ଚାଲିଗଲା ୧୭ ବର୍ଷୀୟ…

ଦିଗପହଣ୍ଡି,୧୬।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡ଼ି ପଞ୍ଚାୟତ ଅନ୍ତର୍ଗତ ଦଶିପୁର ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ଆକସ୍ମିକ ବଜ୍ରପାତ କାରଣରୁ…

ଓଡ଼ିଶା ଆସିବେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ: ସୁରକ୍ଷା, ପ୍ରସ୍ତୁତିର ଉଚ୍ଚସ୍ତରୀୟ ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୬।୬: ରାଷ୍ଟ୍ରପତି ଏବଂ ପ୍ରଧାନମନ୍ତ୍ରୀଙ୍କ ଗସ୍ତକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାର ଏକ ଉଚ୍ଚସ୍ତରୀୟ ସମୀକ୍ଷା କରିଛନ୍ତି। ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ରାଷ୍ଟ୍ରପତି ଏବଂ…

କେସିଙ୍ଗାର ଦୁଇ ଜଣ ଓପିଏସସିଙ୍କୁ ସମ୍ବର୍ଦ୍ଧନା: ଗରିବଙ୍କ ସମସ୍ୟା ବୁଝିବାକୁ ଉଭୟଙ୍କୁ କହିଲେ ବିଡିଓ

କେସିଙ୍ଗା, ୧୬।୬ (ତୁମେଶ୍ୱର ସାହୁ ): କଳାହାଣ୍ଡି ଜିଲା କେସିଙ୍ଗା ସହରର ୨ ଜଣ ଓପିଏସସିଙ୍କୁ ବୃନ୍ଦାବନ ସଂସ୍କୃତି ଅନୁଷ୍ଠାନ ପକ୍ଷରୁ ବିଏସଏର ନୂତନ ସଭାଗୃହରେ ମଙ୍ଗଳବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri