Posted inଜାତୀୟ

ଆଉ ୮ ମାସ ଚାଲିବ ଚାଷୀ ଆନ୍ଦୋଳନ

ନୂଆଦିଲ୍ଲୀ, ୧।୪: କେନ୍ଦ୍ର ସରକାରଙ୍କ କୃଷି ଆଇନ ବିରୋଧରେ ଚାଷୀ ଆନ୍ଦୋଳନ ଆଉ ୮ ମାସ ଚାଲିବ ବୋଲି ଭାରତୀୟ କିଷାନ ୟୁନିୟନ(ବିକେୟୁ) ମୁଖପାତ୍ର ରାକେଶ ଟିକାଏତ୍‌ ଗୁରୁବାର କହିଛନ୍ତି। ମେ’ ୧୦ ପର୍ଯ୍ୟନ୍ତ ଚାଷୀମାନେ ଗହମ ଅମଳରେ ବ୍ୟସ୍ତ ରହୁଥିବାରୁ ଏହା ପରେ ଆନ୍ଦୋଳନକୁ ଜୋର୍‌ଦାର କରାଯିବ। ବିବାଦୀୟ କୃଷି ଆଇନ ପ୍ରତ୍ୟାହାର ଦାବିରେ ଚାଷୀମାନେ ୪ ମାସ ହେଲା ଦିଲ୍ଲୀ ସୀମାର ବିଭିନ୍ନ ସ୍ଥାନରେ ଆନ୍ଦୋଳନ ଜାରି ରଖିଛନ୍ତି। ୧୧ ପର୍ଯ୍ୟାୟ ଆଲୋଚନା ସତ୍ତ୍ୱେ ସରକାର ଆଇନ ପ୍ରତ୍ୟାହାର ଦାବି ଗ୍ରହଣ କରୁ ନାହାନ୍ତି। ଆଇନ ପ୍ରତ୍ୟାହାର ନ ହେବା ପର୍ଯ୍ୟନ୍ତ ଚାଷୀମାନେ ଆନ୍ଦୋଳନରୁ ଓହରିବେ ନାହିଁ ବୋଲି ନିଷ୍ପତ୍ତି ନେଇଛନ୍ତି। ମେ’ ପ୍ରଥମ ଭାଗରେ ଲକ୍ଷାଧିକ ଚାଷୀ ପାର୍ଲାମେଣ୍ଟ ଅଭିମୁଖେ ପଦଯାତ୍ରାରେ ଯିବେ ବୋଲି ବୁଧବାର ଅଲ୍‌ ଇଣ୍ଡିଆ କିଷାନ ସଭାର ସାଧାରଣ ସମ୍ପାଦକ ହନ୍ନନ ମୋଲ୍ଲା କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିବାଦ ଭିତରେ ନିର୍ବାଚନ କମିଶନରଙ୍କ ବଡ଼ ନିଷ୍ପତ୍ତି, ଭୋଟର ଲିଷ୍ଟକୁ ନେଇ କହିଲେ ବଡ଼କଥା…

ନୂଆଦିଲ୍ଲୀ,୩୦।୯: ନିର୍ବାଚନ ଆୟୋଗ ‘ସ୍ପେଶାଲ ଇଣ୍ଟେନସିଭ ରିଭିଜନ’ (SIR) ପ୍ରକ୍ରିୟା ଶେଷ କରିସାରିଥିବା ରାଜ୍ୟଗୁଡ଼ିକରେ ନୂଆ ଭୋଟରମାନଙ୍କ ପାଇଁ ଫର୍ମ-୬ ସହିତ ଯୋଡ଼ା ଯାଇଥିବା ଅତିରିକ୍ତ ଘୋଷଣାନାମା…

ପହଲଗାମ ଆକ୍ରମଣର ପ୍ରତିଶୋଧ ନେଲା ଭାରତ: ଟଳିପଡ଼ିଲେ ମୂସା

ଶ୍ରୀନଗର,୩୦।୯: ଜମ୍ମୁ-କଶ୍ମୀରର ବଡଗାମ ଜିଲାରେ ସୁରକ୍ଷାବାହିନୀକୁ ବଡ଼ ସଫଳତା ମିଳିଛି। ୟୁସମର୍ଗ ଅଞ୍ଚଳରେ ଚାଲିଥିବା ତଲାସୀ ଅଭିଯାନ ବେଳେ ପାକିସ୍ତାନ ଭିତ୍ତିକ ଆତଙ୍କୀ ସଂଗଠନ ଲସ୍କର-ଏ-ତୋଏବା (LeT)ର…

ସ୍ବାର୍ଥ ଯୋଗୁ ଦ୍ୱନ୍ଦ୍ୱ

ଅପରେଶନ ସିନ୍ଦୂର ବେଳେ ନିଜେ ହସ୍ତକ୍ଷେପ କରିବାରୁ ଭାରତ ଓ ପାକିସ୍ତାନ ମଧ୍ୟରେ ଯୁଦ୍ଧ ବନ୍ଦ ହୋଇଥିଲା ବୋଲି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ବାରମ୍ବାର କହିଆସୁଛନ୍ତି।…

ଆଜି ୧୨ଘଣ୍ଟିଆ ଓଡ଼ିଶା ବନ୍ଦ: ଜାଣନ୍ତୁ କ’ଣ ପଡ଼ିବ ପ୍ରଭାବ

ଭୁବନେଶ୍ୱର, ୩୦ା୯(ବନ୍ଦନା ସେଠୀ):ତ୍ରୁଟିପୂର୍ଣ୍ଣ ପାଠ୍ୟ ପୁସ୍ତକକୁ ନେଇ ନବ ନିର୍ମାଣ ଯୁବ ଛାତ୍ର ସଂଗଠନ (ଏନ୍‌ଓ୍ବାଇସିଏସ୍‌) ପକ୍ଷରୁ ବୁଧବାର ଓଡ଼ିଶା ବନ୍ଦ ଡାକରା ଦିଆଯାଇଛି। ସକାଳ ୬ଟାରୁ…

ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ: ବିଜୁଳି-ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା

ଭୁବନେଶ୍ୱର,୩୦ା୯(ବନ୍ଦନା ସେଠୀ):ଉତ୍ତର-ପଶ୍ଚିମ ଏବଂ ସଂଲଗ୍ନ ପଶ୍ଚିମ- କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ବାୟୁମଣ୍ଡଳୀୟ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହା ସମୁଦ୍ର ପତ୍ତନଠାରୁ ୩.୧ରୁ ୪.୫ କିଲୋମିଟର ଉଚ୍ଚତା ପର୍ଯ୍ୟନ୍ତ…

ଟ୍ରାଫିକ ଚାଲାଣ ବାକିଥିଲେ କଟିବ ଘର ଲାଇନ୍‌! ସୁପ୍ରିମକୋର୍ଟ କହିଲେ ବଡ଼କଥା

ନୂଆଦିଲ୍ଲୀ,୨୯।୯: ଗାଡ଼ି ଚଳାଉଛନ୍ତି କି? ତେବେ ଆପଣଙ୍କ ପାଇଁ ଆସିଛି ଗୁରୁତ୍ୱପୂର୍ଣ୍ଣ ଖବର। ଟ୍ରାଫିକ୍‌ ନିୟମ ଉଲ୍ଲଂଘନ କରି ଇ-ଚାଲାଣ କଟିବା ପରେ ଦୀର୍ଘଦିନ ଧରି ଜରିମାନା…

PNB ଘୋଟାଲାରେ ବଡ଼ ସଫଳତା! ନୀରବ ମୋଦିଙ୍କ ସହଯୋଗୀ ସନ୍ଦୀପ ମିସ୍ତ୍ରୀଙ୍କୁ UAEରୁ ଅଣାଗଲା ଭାରତ, ଗିରଫ କଲା CBI

ମୁମ୍ବାଇ,୨୯।୯: ନୀରବ ମୋଦିଙ୍କ ସହ ଜଡ଼ିତ ବହୁଚର୍ଚ୍ଚିତ PNB (ପଞ୍ଜାବ ନ୍ୟାସନାଲ ବ୍ୟାଙ୍କ) ଘୋଟାଲାରେ କେନ୍ଦ୍ରୀୟ ତଦନ୍ତକାରୀ ସଂସ୍ଥା (CBI)କୁ ମିଳିଛି ବଡ଼ ସଫଳତା। ଏହି ମାମଲାରେ…

ମୁଖ୍ୟମନ୍ତ୍ରୀ ବିଜୟ ‘ମାମା’ଙ୍କ ସୁନା ମୁଦି କିପରି ନବଜାତ ଶିଶୁଙ୍କ ପାଇଁ ହୋଇପାରେ କ୍ଷତିକାରକ: ଅଭିଭାବକମାନେ ମାନନ୍ତୁ…

ଚେନ୍ନାଇ,୨୯।୯: ତାମିଲନାଡୁର ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟ ସୋମବାର ନିଜର ଏକ ନିର୍ବାଚନୀ ପ୍ରତିଶ୍ରୁତି ପୂରଣ କରିବା ଆରମ୍ଭ କରିଛନ୍ତି। ସେପ୍ଟେମ୍ବର ୨୮ରେ, ସେ ରାଜ୍ୟର ନବଜାତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?