ପ୍ରସ୍ତାବିତ ଷ୍ଟିଲ୍‌ ପ୍ଲାଣ୍ଟକୁ ବିରୋଧ ଦାବିରେ ମେଳି ବାନ୍ଧିଲେ ଚାଷୀ

ପାଟଣା,୨ା୩(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକର ଯମୁନାପଶି ହାଟ ପଡ଼ିଆଠାରେ ‘ଜିନ୍ଦଲ ହଟାଅ ଭିଟାମାଟି ବଞ୍ଚାଅ’ ଏକ ଜିନ୍ଦଲ ବିରୋଧୀ ସାଧାରଣ ସଭା ଅନୁଷ୍ଠିତ ହୋଇଯାଇଛି। ଏହି ସଭାରେ ଯମୁନାପଶି, କୋଡ଼ଖମଣ, ପଦ୍ମକେଶରପୁର, ନୂଆଖମଣ, କିର୍ମିଦାପୋଷି, ଧରୁଆପଡ଼ା, ରାଇକଳା, ନୂଆଗାଁ, ବରୁ ଭୃଙ୍ଗରାଜପଶି, ଚେମଣା, ଚିଲିଦା, ବଳିଆପଶି, ରେଙ୍ଗାଲବେଡ଼ା, ଅଙ୍ଗିକଳା, ଧନୁର୍ଜୟପୁର, ବରଡ଼ାଙ୍ଗୁଆ, ଗୋଡିପୋଖରୀ ଗ୍ରାମର ର ହଜାର ହଜାର ସଂଖ୍ୟାରେ ଚାଷୀ, ମହିଳା, ଛାତ୍ର, ଯୁବକ ସାମିଲ ହୋଇଥିଲେ। ବରିଷ୍ଠ କୃଷକ ନେତା ଘନଶ୍ୟାମ ମହାନ୍ତଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସଭାରେ ଅଲ୍‌ ଇଣ୍ଡିଆ କିଷାନ କ୍ଷେତ ମଜଦୁର ସଂଗଠନର ରାଜ୍ୟ ସମ୍ପାଦକ କମ୍ରେଡ ରଘୁନାଥ ଦାସ ଯୋଗ ଦେଇ ଜିନ୍ଦଲ ସହ ହୋଇଥିବା ଏମ୍‌.ଓ.ୟୁ ବାତିଲ କରିବା, ଚାଷଜମିରେ ଶିଳ୍ପ ପ୍ରତିଷ୍ଠା ବନ୍ଦ କରିବା, ସରକାରୀ ଉଦ୍ୟୋଗରେ ଶିଳ୍ପ ପ୍ରତିଷ୍ଠା କରିବା ଉପରେ ଗୁରୁତ୍ୱ ଆରୋପ କରିଥିଲେ। ପୁରୁଷ ପୁରୁଷ ଧରି ଦଖଲ କରି ଆସୁଥିବା ଚାଷ ଉପଯୋଗୀ ଓ ବାସପଯୋଗୀ ଜମିକୁ ଦଖଲଦାରମାନଙ୍କୁ ପଟ୍ଟା ନ ଦେଇ ସରକାର କମ୍ପାନୀ ପ୍ରତିଷ୍ଠା କରୁଥିବା ହୀନ ପ୍ରୟାସ କରୁଛନ୍ତି ବୋଲି ଶ୍ରୀଦାସ କହିଥିଲେ।

ଏହି ସଭାରେ ଅନ୍ୟମାନଙ୍କ ମଧ୍ୟରେ ଅଚ୍ୟୁତାନନ୍ଦ ନାଏକ, ସରୋଜ କୁମାର ସିଂହ, ରବୀନ୍ଦ୍ର କୁମାର ମହାନ୍ତ, ପ୍ରକାଶ ମଲ୍ଲିକ, ବେଣୁଧର ସର୍ଦ୍ଦାର, ମଞ୍ଜୁଲତା ମହାନ୍ତ, ଗୁରୁବାରୀ ସର୍ଦ୍ଦାର, ଲିପିବାଳା ନାଏକ ଓ ଲକ୍ଷ୍ମୀପ୍ରିୟା ମହାନ୍ତ ପ୍ରମୁଖ ସେମାନଙ୍କ ବକ୍ତବ୍ୟରେ ଜିନ୍ଦଲ କମ୍ପାନୀ ନ ହଟିବା ଯାଏ ସଂଘର୍ଷ ଜାରି ରଖିବୁ ବୋଲି ସଂକଳ୍ପ କରିଛନ୍ତି। ଏହି ସଭାରେ ଜିନ୍ଦଲ ପ୍ରତିରୋଧ ମଞ୍ଚ ଗଠନ କରାଯାଇଛି। ମଞ୍ଚର କର୍ମକର୍ତ୍ତା ଭାବେ କମ୍ରେଡ୍‌ ରଘୁନାଥ ଦାସ ଉପଦେଷ୍ଟା, ଘନଶ୍ୟାମ ମହାନ୍ତ ସଭାପତି, ଉପସଭାପତି ଭାବେ ଅଚ୍ୟୁତାନନ୍ଦ ନାଏକ, ସରୋଜ କୁମାର ସିଂହ, ପ୍ରକାଶ ମଲ୍ଲିକ, ରବୀନ୍ଦ୍ର କୁମାର ମହାନ୍ତ ନିର୍ବାଚିତ ହୋଇଥିବାବେଳେ ବେଣୁଧର ସର୍ଦ୍ଦାର ସମ୍ପାଦକ ଭାବେ ମନୋନୀତ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାର-ବୁଲେଟ୍ ମୁହାଁମୁହିଁ ଧକ୍କା, ଚାଲିଗଲା ବିଏସଏଫ ଯବାନଙ୍କ ଜୀବନ

ରିଆମାଳ,୧୬।୮(ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ବ୍ଳକ କୁଣ୍ଢେଇଗୋଳା ଥାନା କଟାସର ଶିବ ମନ୍ଦିର‌ ଘାଟିରେ ଶନିବାର ଦିନ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ହୋଇଥିଲା ।…

ସ୍କୁଲ ଛୁଟି ପରେ ମଧ୍ୟାହ୍ନଭୋଜନ ଚାଉଳ ଅଟୋରେ ନେବା ଘଟଣା: ନିଲମ୍ବିତ ହେଲେ ପ୍ରଧାନଶିକ୍ଷୟିତ୍ରୀ

ଝରିଗାଁ,୧୬ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲାର ଝରିଗାଁ ବ୍ଲକ ଅନ୍ତର୍ଗତ ମାଝୀଗୁଡ଼ା ସ୍କୁଲର ଭାରପ୍ରାପ୍ତ ପ୍ରଧାନଶିକ୍ଷୟିତ୍ରୀ ଗତ ଶୁକ୍ରବାର ବିଦ୍ୟାଳୟ ଛୁଟି ହେବା ପରେ ଏକ ଅଟୋରେ…

ତାରିକ ରହମାନଙ୍କ ଭାରତ ଗସ୍ତ ପୂର୍ବରୁ ବାଂଲାଦେଶ ରଖିଛି ବଡ଼ ସର୍ତ୍ତ

ଢାକା,୧୬।୮: ବାଂଲାଦେଶ ରବିବାର କହିଛି ଯେ ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନା ଏବଂ ଢାକା ଦ୍ୱାରା ଚାହୁଁଥିବା ଅନ୍ୟ ପଳାତକଙ୍କୁ ଭାରତ ସରକାର ପ୍ରତ୍ୟାର୍ପଣ ପ୍ରକ୍ରିୟାକୁ ଆଗକୁ…

୨୦୨୯ ନିର୍ବାଚନ ପାଇଁ BJPର ମାଷ୍ଟରପ୍ଲାନ୍‌, କାଲି ଘୋଷଣା ହେବ ନୂଆ ଟିମ୍‌! ଏହି ନେତାଙ୍କୁ ମିଳିବ ବଡ଼ ଦାୟିତ୍ବ

ନୂଆଦିଲ୍ଲୀ,୧୬।୮: ଭାଜପାରେ ଖୁବ୍‌ଶୀଘ୍ର ଏକ ବଡ଼ ସାଂଗଠନିକ ପୁନର୍ଗଠନ ହେବାକୁ ଯାଉଛି । ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନଙ୍କ ନେତୃତ୍ୱରେ ଦଳର ନୂଆ ଟିମ୍‌ ଘୋଷଣା…

ବୁଲାବୁଲି କି ଦାମୀ ପୋଷାକ ନୁହେଁ, ଦରମାର ୭୦% ଏହି କାମରେ ଖର୍ଚ୍ଚ କରନ୍ତି Gen Z

ନୂଆଦିଲ୍ଲୀ,୧୬।୮: ସୋସିଆଲ ମିଡିଆରେ ବର୍ତ୍ତମାନ ସମୟରେ Gen Zଙ୍କ ଟ୍ରେଣ୍ଡ, ଲାଇଫଷ୍ଟାଇଲ୍‌ ଓ ଖର୍ଚ୍ଚକୁ ନେଇ ଚର୍ଚ୍ଚା ଲାଗିରହିଛି । ଅନେକଙ୍କ ଧାରଣା ଯେ, ଯୁବପିଢ଼ି ଅଧିକ…

ବ୍ୟବସାୟୀ ଅପହରଣ ମାମଲା: ହନୁମାନ ପଇସା ପାଇଁ ଅଭିଯୁକ୍ତ ଦେଇଛନ୍ତି ୨ କୋଟି ୭୦ ଲକ୍ଷ, ଏସ୍‌ପି କହିଲେ ଆହୁରି…

ବଲାଙ୍ଗୀର,୧୬ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀରର ଜଣାଶୁଣା ବ୍ୟବସାୟୀ ନରେନ୍ଦ୍ର ସାହୁ ଓରଫ ଗୁଣ୍ଡା ଅପହରଣ ମାମଲାରେ ବୌଦ୍ଧ ଜିଲା କଣ୍ଟାମାଳ ଅଞ୍ଚଳର କ୍ଷୀତିଶ ସାହୁଙ୍କୁ ଭୁବନେଶ୍ବରରୁ ଗିରଫ…

ଅଭିରାମ ଲେଙ୍କାଙ୍କୁ ମିଳିଲା ଶ୍ରେଷ୍ଠ ଶିକ୍ଷକ ସମ୍ମାନ

ଝରିଗାଁ,୧୬ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଷ୍ଟାଡିୟମଠାରେ ଶନିବାର ଆୟୋଜିତ ୮୦ତମ ସ୍ବାଧୀନତା ଦିବସ ପାଳନ ଅବସରରେ ଶ୍ରେଷ୍ଠ ଶିକ୍ଷକ ଭାବେ ସରକାରୀ ଉନ୍ନୀତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ…

‘ଯଦି ତୁମର ଲଜ୍ଜା ଅଛି, ତେବେ ହାତ ଯୋଡି ୧୪୦ କୋଟି ଜନତାଙ୍କୁ କ୍ଷମା ମାଗ’, କାହିଁକି ସୋନିଆଙ୍କୁ ଏମିତି କହିଲେ ଶାହା

ନୂଆଦିଲ୍ଲୀ,୧୬।୮: କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ବର୍ତ୍ତମାନ ରାଜସ୍ଥାନ ଗସ୍ତରେ ଅଛନ୍ତି। ତାଙ୍କ ଗସ୍ତ ସମୟରେ ସେ ମନ୍ତବ୍ୟ ଦେଇଥିଲେ ଯେ କଂଗ୍ରେସ ଦଳର ମୁଖ୍ୟାଳୟରେ ‘ବନ୍ଦେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri