ଚାଷୀଙ୍କ ରେଳରୋକୋ ଆନ୍ଦୋଳନକୁ ଭଣ୍ଡୁର ଉଦ୍ୟମ: ଚାରିଆଡ଼େ ଘେରିଛନ୍ତି ପୋଲିସ-ଆରପିଏଫ

ବରଗଡ଼,୧୦।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ପ୍ରଧାନମନ୍ତ୍ରୀ ଫସଲବୀମା ଯୋଜନା ବାଟବଣା ହୋଇ ପଡ଼ିଛି। ଏଠାରେ ଅନେକ କ୍ଷତିଗ୍ରସ୍ତ ଚାଷୀଙ୍କୁ ବୀମା କ୍ଷତିପୂରଣ କିମ୍ବା ଇନପୁଟ ସହାୟତା ମିଳୁ ନ ଥିବା ଅଭିଯୋଗ ହୋଇଛି। ଏହାକୁ ନେଇ ସୋମବାର ସକାଳ ୯ଟାରୁ ବରଗଡ଼ ରୋଡ ରେଳ ଷ୍ଟେସନରେ ରେଲରୋକୋ କରିବା ପାଇଁ ସଂଯୁକ୍ତ କୃଷକ ସଂଗଠନ ଭେଡେନ ବ୍ଲକ ଶାଖା ନିଷ୍ପତ୍ତି ନେଇଥିଲା। କିନ୍ତୁ ଚାଷୀଙ୍କ ଏହି ଆନ୍ଦୋଳନକୁ ଭଣ୍ଡୁର କରିବା ପାଇଁ ପୋଲିସ ଓ ଆରପିଏଫ ପୂରାଦମରେ ଲାଗି ପଡିଛନ୍ତି। ପୋଲିସ ରାତିଅଧିଆ କିଛି ଚାଷୀନେତାଙ୍କୁ ଉଠାଇ ନେଇଥିବାବେଳେ ରେଳ ଷ୍ଟେସନକୁ ଆସୁଥିବା ଚାଷୀଙ୍କ ଗାଡିକୁ ପୋଲିସ ଅଧବାଟରେ ଅଟକାଇ ରଖିଥିବା ସୂଚନା ମିଳିଛି।

ରେଳଷ୍ଟେଶନକୁ ପୋଲିସ ଏବଂ ଆରପିଏଫ ଚାରିଆଡୁ ଘେରି ରହିଛନ୍ତି। ସେହିପରି ଚାଷୀମାନଙ୍କ ଗତିବିଧି ଉପରେ ମଧ୍ୟ ପୋଲିସ ନଜର ରଖିଛି। ଏଭଳି ସ୍ଥିତିରେ ଚାଷୀମାନେ ପୂର୍ବାହ୍ନ ସାେ ଢ୧୦ଟା ସୁଦ୍ଧା ବରଗଡ଼ ରୋଡ ରେଳ ଷ୍ଟେଶନକୁ ପହଞ୍ଚି ପାରି ନ ଥିବାବେଳେ ଚାଷୀମାନେ ଜିଲାର ଅନ୍ୟ ରେଳ ଷ୍ଟେଶନ ମୁହାଁ ମଧ୍ୟ ହୋଇ ପାରନ୍ତି ବୋଲି ଚର୍ଚ୍ଚା ଚାଲିଛି। ବରଗଡ଼ ରେଳ ଷ୍ଟେସନକୁ ଉତ୍ତରାଞ୍ଚଳ ଆଇଜି ହିମାଂଶୁ ଲାଲ ପହଞ୍ଚି ସ୍ଥିତି ଅନୁଧ୍ୟାନ କରୁଛନ୍ତି।

ପ୍ରକାଶ ଯେ, ଗତ ୨୦୨୩ରେ ମିଗଜୋମ ବାତ୍ୟା ସମୟରେ କ୍ଷତିଗ୍ରସ୍ତ ଚାଷୀଙ୍କୁ ଏପର୍ଯ୍ୟନ୍ତ ବୀମା କ୍ଷତିପୂରଣ କିମ୍ବା ଇନପୁଟ ସହାୟତା ମିଳିପାରି ନାହିଁ। ଅନ୍ୟପଟେ ବିଭିନ୍ନ ଚାଷୀଙ୍କୁ ନାନା ଆଳ ଦେଖାଇ ସେଥିରୁ ବଞ୍ଚିତ କରାଯାଇଥିବା ଚାଷୀମାନେ ଅଭିଯୋଗ କରିଛନ୍ତି। ଏ ନେଇ ସଂଯୁକ୍ତ କୃଷକ ସଂଗଠନ ବାରମ୍ବାର ଜିଲା ପ୍ରଶାସନର ଦୃଷ୍ଟି ଆକର୍ଷଣ କରିଛି। ପ୍ରଶାସନ, ବୀମା କମ୍ପାନୀ ଏବଂ ଚାଷୀ ସଂଗଠନ ମଧ୍ୟରେ ତୁହାକୁ ତୁହା ବୈଠକ ବସିଛି। ହେଲେ ବୈଠକରେ କୌଣସି ନିର୍ଯ୍ୟାସ ବାହାରି ପାରି ନାହିଁ। ଫଳରେ ପୂର୍ବ ନିର୍ଦ୍ଧାରିତ କାର୍ଯ୍ୟକ୍ରମ ଅନୁଯାୟୀ ସୋମବାର ସକାଳ ୯ଟାରୁ ବରଗଡ଼ ରୋଡ ରେଳ ଷ୍ଟେସନରେ ସଂଯୁକ୍ତ କୃଷକ ସଂଗଠନ ରେଲରୋକୋ ଆନ୍ଦୋଳନ କରିାକୁ ନିଷ୍ପତ୍ତି ନେଇଛି। ତେବେ ଆନ୍ଦୋଳନ ପୂର୍ବରୁ ବରଗଡ ରୋଡ ରେଳ ଷ୍ଟେଶନ ପୋଲିସ ଛାଉଣୀରେ ପରିଣତ ହୋଇଛି।

ସୂଚନା ମୁତାବକ ଗତ ୨୦୨୩ ମସିହା ଡିସେମ୍ବର ମାସରେ ମିଗଜୋମ ପ୍ରଭାବରେ ବରଗଡ଼ ଜିଲାରେ ବ୍ୟାପକ ଫସଲକ୍ଷତି ହୋଇଥିଲା। ତେବେ ଅଧିକାଂଶ କ୍ଷତିଗ୍ରସ୍ତ ଚାଷୀମାନଙ୍କୁ ଏପର୍ଯ୍ୟନ୍ତ ବୀମା କ୍ଷତିପୂରଣ କିମ୍ବା ଇନପୁଟ ସବସିଡି ମିଳିପାରି ନାହିଁ। ଏହାକୁ ନେଇ ଚାଷୀ ଅସନ୍ତୋଷ ତେଜି ଉଠିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଅକ୍ଟୋବର ୧୦ ଆନ୍ଦୋଳନ ପୂର୍ବରୁ CJPର ବଡ଼ ଘୋଷଣା, ସୌରଭ ଦାସ କହିଲେ Gen Z….

ନୂଆଦିଲ୍ଲୀ,୬।୧୦: ଦିଲ୍ଲୀରେ ଅକ୍ଟୋବର ୧୦ ତାରିଖରେ ବଡ଼ ଯୁବ ଆନ୍ଦୋଳନ କରିବାକୁ ଘୋଷଣା କରିଛି କକରୋଚ୍ ଜନତା ପାର୍ଟି (CJP)। ଦଳର ପ୍ରବକ୍ତା ସୌରଭ ଦାସ କହିଛନ୍ତି,…

ଦଶହରା ପୂର୍ବରୁ କଫ ସିରପ୍‌ କାରବାର ଠାବ: ୩୧୫୬ ବୋତଲ କଫ୍‌ ସିରପ ସହ ଜଣଙ୍କୁ ମାଡ଼ିବସିଲା ପୋଲିସ

ବରଗଡ଼,୬।୧୦(ପ୍ରେମାନନ୍ଦ ଖମାରୀ):ବରଗଡ଼ ଗ୍ରାମାଞ୍ଚଳ ଥାନା ପୋଲିସ ସୋମବାର ସହର ଉପକଣ୍ଠ ତୋରା-ନାଗେନପାଲି ରାସ୍ତାରେ ବିପୁଳ ପରିମାଣରେ କଫ୍‌ ସିରପ୍‌ ଜବତ କରିଛି। କଫ୍‌ ସିରପ୍‌ ବୋଝେଇ ଏକ…

ଖୋଲିଲା ମା’ ତାରାତାରିଣୀଙ୍କ ଦାନହୁଣ୍ଡି; ସୁନା-ରୁପା ଅଳଙ୍କାର ସହ ମିଳିଲା…

ପୁରୁଷୋତ୍ତମପୁର,୬।୧୦(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ମନ୍ଦିର ଦାନହୁଣ୍ଡି ସୋମବାର ଖୋଲାଯାଇଛି । ମନ୍ଦିର ନିର୍ବାହୀ ଅଧିକାରୀ ତଥା ପୁରୁଷୋତ୍ତମପୁର ତହସିଲଦାର ବିନୋଦ…

ଫର୍ମ-୬ରେ ପରିବର୍ତ୍ତନକୁ ମଞ୍ଜୁରୀ ନ ଥିଲା: ଇସିଙ୍କୁ ସୁପ୍ରିମକୋର୍ଟଙ୍କ ଜବାବ ତଲବ

ନୂଆଦିଲ୍ଲୀ,୬।୧୦(ପି.ଟି.): ବିଭିନ୍ନ ରାଜ୍ୟରେ ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌) ବେଳେ ନିର୍ବାଚନ କମିଶନ (ଇସି) ବ୍ୟବହାର କରୁଥିବା ଫର୍ମ-୬ରେ କୌଣସି ପରିବର୍ତ୍ତନ ପାଇଁ ସୁପ୍ରିମକୋର୍ଟ…

ଯାହା କୋହଲି-ସୂର୍ଯ୍ୟକୁମାର କରିପାରି ନ ଥିଲେ ତାହା କରିଦେଖାଇବେ ଶ୍ରେୟସ ଆୟର: ବଡ଼ ରେକର୍ଡର ସୁଯୋଗ

ନୂଆଦିଲ୍ଲୀ,୬।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ଟି-୨୦ ସିରିଜ ଟିମ ଇଣ୍ଡିଆର ଅଧିନାୟକ ଶ୍ରେୟସ ଆୟରଙ୍କ ପାଇଁ ଏକ ବଡ଼ ସୁଯୋଗ ନେଇ ଆସିଛି। ଏହି ସିରିଜ୍ରେ ସେ ଏମିତି…

ନିଷ୍ପତ୍ତି ବଦଳାଇଲେ ସରକାର, ACP ବିବେକ ଭଗତଙ୍କ ପଦୋନ୍ନତି ସ୍ଥଗିତ!

ନୂଆଦିଲ୍ଲୀ,୬।୧୦: ଦିଲ୍ଲୀ ସରକାର ACP ବିବେକ ଭଗତଙ୍କୁ ଆଡିସନାଲ DCPର ଚାର୍ଜ ଦେବା ନେଇ ଜାରି ହୋଇଥିବା ଆଦେଶ ଉପରେ ରୋକ ଲଗାଇଛନ୍ତି । ବିବେକ ଭଗତଙ୍କ…

କ୍ରିକେଟ୍‌ରେ ନୂଆ ଇତିହାସ ରଚିଲା ଆମେରିକା: ଦିନିକିଆରେ ପ୍ରଥମଥର କଲା ଏମିତି କାରନାମା

ଡଲାସ,୬।୧୦: ଆମେରିକା କ୍ରିକେଟ ଟିମ ଦିନିକିଆ କ୍ରିକେଟ୍‌ରେ ଏକ ବଡ଼ ଇତିହାସ ରଚିଛି। ଡଲାସରେ ଖେଳାଯାଇଥିବା ICC ମେନ୍ସ କ୍ରିକେଟ ୱାଲର୍‌ଡ କପ ଲିଗ-୨ ମ୍ୟାଚ୍‌ରେ ଆମେରିକା…

୬ଟି ଆସନରେ ଆଜି ଉପନିର୍ବାଚନ; CM ବିଜୟଙ୍କ ପାଇଁ ବଡ଼ ରାଜନୈତିକ ପରୀକ୍ଷା, ଏହି ଦିନ ଫଳାଫଳ

ନୂଆଦିଲ୍ଲୀ,୬।୧୦: ଦେଶର ୬ଟି ଆସନରେ ଆଜି ଉପନିର୍ବାଚନ ପାଇଁ ଭୋଟିଂ ଆରମ୍ଭ ହୋଇଛି । ଆସାମର ନଗାଓଁ ଲୋକସଭା ଆସନ ସମେତ ପଶ୍ଚିମବଙ୍ଗର ନନ୍ଦୀଗ୍ରାମ ଓ ରେଜିନଗର,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?