Posted inଜାତୀୟ

୧୮ରେ ଚାଷୀଙ୍କ ରେଳରୋକୋ

ନୂଆଦିଲ୍ଲୀ, ୧୧।୨(ପି.ଟି.): କୃଷି ଆଇନ ବିରୋଧରେ ଆନ୍ଦୋଳନକୁ ବଢ଼ାଇବା ପାଇଁ କୃଷକ ସଂଗଠନଗୁଡ଼ିକ ଫେବୃୟାରୀ ୧୮ରେ ଦେଶବ୍ୟାପୀ ୪ ଘଣ୍ଟିଆ ରେଳରୋକୋ ପାଇଁ ଡାକରା ଦେଇଛନ୍ତି। ଏଥିସହିତ ୧୨ ତାରିଖରୁ ରାଜସ୍ଥାନରେ ଟୋଲ୍‌ ଆଦାୟ କରିବାକୁ ଦିଆଯିବନି ବୋଲି ସଂଯୁକ୍ତ କିଷାନ ମୋର୍ଚ୍ଚା ପକ୍ଷରୁ ଜାରି ବିବୃତିରେ କୁହାଯାଇଛି। ବିବୃତି ଅନୁଯାୟୀ ୧୮ ତାରିଖ ମଧ୍ୟାହ୍ନ ୧୨ଟାରୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ରେଳ ଚଳାଚଳକୁ ବନ୍ଦ କରାଯିବ। ବିବାଦୀୟ କୃଷି ଆଇନ ପ୍ରତ୍ୟାହାର ଦାବିରେ ଗତ ୬ ତାରିଖରେ ଦେଶବ୍ୟାପୀ ୩ ଘଣ୍ଟିଆ ଚକାଜାମ୍‌ ଆନ୍ଦୋଳନ କରାଯାଇଥିଲା।
କେନ୍ଦ୍ରର ୩ କୃଷି ଆଇନ ବିରୋଧରେ ହଜାର ହଜାର ଚାଷୀ ଦିଲ୍ଲୀ ସୀମାରେ ଦୀର୍ଘ ୭୭ ଦିନ ହେଲା ଆନ୍ଦୋଳନ ଚଳାଇଛନ୍ତି। କୃଷି ଆଇନ ଏମ୍‌ଏସପି ବ୍ୟବସ୍ଥାକୁ ଦୁର୍ବଳ କରିବା ସହ ମଣ୍ଡି ବ୍ୟବସ୍ଥାକୁ ଉଚ୍ଛେଦ କରିଦେବ ବୋଲି ସେମାନେ ଅଭିଯୋଗ କରୁଛନ୍ତି। ତେଣୁ ଆଇନ ପ୍ରତ୍ୟାହାର ପାଇଁ ସରକାରଙ୍କ ଉପରେ ଚାପ ପକାଇବା ନିମନ୍ତେ କୃଷକ ସଂଗଠନଗୁଡ଼ିକ ଦେଶବ୍ୟାପୀ ପଞ୍ଚାୟତ ସ୍ତରରେ ସମାବେଶ ଲାଗି ଯୋଜନା କରୁଥିବା ଜଣାପଡ଼ିଛି। ପ୍ରଥମେ ପଶ୍ଚିମ ଉତ୍ତରପ୍ରଦେଶ ଏବଂ ହରିୟାଣାରେ ଏଭଳି ସମାବେଶ ପରେ ଅନ୍ୟ ରାଜ୍ୟଗୁଡ଼ିକରେ ସମାବେଶ କରାଯିବାକୁ ଲକ୍ଷ୍ୟ ରଖାଯାଇଛି। ଏହା ବ୍ୟତୀତ ଟୋଲ୍‌ ଗେଟ୍‌ରେ ଗାଡ଼ିଗୁଡ଼ିକୁ ବିନା ଶୁଳ୍କରେ ଛାଡ଼ିବା ଏବଂ ଅମ୍ବାନୀ-ଆଦାନୀ କମ୍ପାନୀର ଉତ୍ପାଦଗୁଡ଼ିକୁ ବର୍ଜନ କରିବା ଯୋଜନା ରହିଛି।
ଏସ୍‌ଆଇଟି ତଦନ୍ତ ଲାଗି ଆବେଦନ

ସାଧାରଣତନ୍ତ୍ର ଦିବସରେ ଆନ୍ଦୋଳନରତ କୃଷକଙ୍କ ଟ୍ରାକ୍ଟର ରାଲିବେଳେ କେନ୍ଦ୍ରୀୟ ଦିଲ୍ଲୀର ଆଇଟିଓଠାରେ ଜଣେ ଚାଷୀଙ୍କର ମୃତ୍ୟୁ ଘଟିଥିଲା। ଅଦାଲତଙ୍କ ତତ୍ତ୍ୱାବଧାନରେ ଏହାର ଏସ୍‌ଆଇଟି ତଦନ୍ତ ପାଇଁ ନିର୍ଦ୍ଦେଶ ଦେବା ଲାଗି ମୃତକଙ୍କ ପରିବାର ଦିଲ୍ଲୀ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ମୃତ ନଭ୍ରିତ୍‌ ସିଂଙ୍କ ଅଜା ଦାଏର କରିଥିବା ପିଟିଶନର ଶୁଣାଣି ଗୁରୁବାର ହେବ। ନାତି ମୃତ୍ୟୁ ପଛର ପ୍ରକୃତ ସତ୍ୟ ଜାଣିବା ଅଧିକାର ତାଙ୍କର ରହିଛି। ଏଥିସହିତ ଏହାର ଉପଯୁକ୍ତ ତଦନ୍ତ କରାଯିବାକୁ ସେ ଦାବି କରିଛନ୍ତି। ପୋଲିସ କହିବା ଅନୁଯାୟୀ, ଆଇଟିଓଠାରେ ଟ୍ରାକ୍ଟର ଓଲଟି ପଡ଼ିବାରୁ ନଭ୍ରିତ୍‌ଙ୍କର ମୃତ୍ୟୁ ଘଟିଥିଲା। ତେବେ ପ୍ରତ୍ୟକ୍ଷଦର୍ଶୀଙ୍କ ଆକାଉଣ୍ଟ ଅନୁଯାୟୀ ପୋଲିସ ଗୁଳି ଚଳାଇବାରୁ ଯୁବକ ଜଣକ ଟ୍ରାକ୍ଟର ଉପରୁ ନିୟନ୍ତ୍ରଣ ହରାଇଥିଲେ। ଫଳରେ ଏହା ବ୍ୟାରିକେଡ଼ରେ ଧକ୍କା ଖାଇ ଓଲଟି ପଡ଼ିବାରୁ ଯୁବକଙ୍କ ମୃତ୍ୟୁ ଘଟିଥିବା ପିଟିଶନରେ ଉଲ୍ଲେଖ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବ୍ୟାକଫୁଟରେ ସୁପରପାୱାର ଆମେରିକା, ଇରାନ ସହ ଯୁଦ୍ଧରୁ ଓହରିବ! ଟ୍ରମ୍ପଙ୍କ ବଡ଼ ବୟାନ…

ୱାଶିଂଟନ, ୧ା୪:ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ଏବେ ଏକ ନୂଆ ମୋଡ଼ ନେଇଛି। ସୁପରପାୱାର ଆମେରିକାର ରଣନୀତି ଫେଲ ମାରୁଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ଟାର୍ଗେଟରେ ଭାଜପା ଅଫିସ୍: ପାର୍କିଂରେ ଥିବା ସ୍କୁଟିରେ ହେଲା ବୋମା ବିସ୍ଫୋରଣ, ହାଇ ଆଲର୍ଟରେ…

ଚଣ୍ଡିଗଡ଼,୧।୪: ଭାଜପା କାର୍ଯ୍ୟାଳୟ ବାହାରେ ବିସ୍ଫୋରଣ। ଚଣ୍ଡିଗଡ଼ର ସେକ୍ଟର-୩୭ ସ୍ଥିତ ପଞ୍ଜାବ ଭାଜପା କାର୍ଯ୍ୟାଳୟ ବାହାରେ ଥିବା ପାର୍କିଂ ଅଞ୍ଚଳରେ ଏକ ବୋମା ବିସ୍ଫୋରଣ ଘଟିଛି। ଏହି…

ବନ୍ଦ ହୋଇଯିବ କି ଯୁଦ୍ଧ? ବଡ଼ ଦାବି କଲେ ଟ୍ରମ୍ପ, ଯୁଦ୍ଧବିରତି ଲାଗି….

ନୂଆଦିଲ୍ଲୀ,୧।୪:  ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଚାଲିଥିବା ସଂଘର୍ଷ ମଧ୍ୟରେ ଏକ ବଡ଼ ଦାବି କରିଛନ୍ତି । ସେ କହିଛନ୍ତି ଯେ ଇରାନର ନୂତନ ରାଷ୍ଟ୍ରପତି ତାଙ୍କ…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri