ଚାଷୀଙ୍କୁ ମିଳିଲା ସିଏମ୍‌ କିଷାନ ଟଙ୍କା, କୋରାପୁଟର ୧ ଲକ୍ଷ ୩୩ ହଜାର ୭୧୭ ଚାଷୀ ଉପକୃତ

କୋରାପୁଟ,୨୭ା୮(ଅମିତାଭ ବେହେରା): ବୁଧବାର ପବିତ୍ର କୃଷିଭିତ୍ତିକ ଗଣପର୍ବ ପବିତ୍ର ନୂଆଖାଇ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ‘ସିଏମ କିଷାନ’ ସହାୟତା ରାଶି ପ୍ରଦାନ ବ୍ୟବସ୍ଥାର ଶୁଭାରମ୍ଭ କରିଛନ୍ତି। ୨୦୨୫-୨୬ ରବି ଋତୁରେ ପ୍ରାରମ୍ଭିକ କୃଷି କାର୍ଯ୍ୟ ପାଇଁ ପ୍ରଦାନ କରାଯାଇଥିବା ଏହି ସହାୟତା ଦ୍ୱାରା ରାଜ୍ୟରେ ପ୍ରାୟ ୫୧ ଲକ୍ଷରୁ ଅଧିକ ଚାଷୀ ଉପକୃତ ହେଉଥିବା ବେଳେ କୋରାପୁଟ ଜିଲାର ୧ ଲକ୍ଷରୁ ଊଦ୍ଧର୍‌ବ ଚାଷୀ ଉପକୃତ ହୋଇଛନ୍ତି। ଭୁବନେଶ୍ବରଠାରେ ମୁଖ୍ୟମନ୍ତ୍ରୀଙ୍କ ଦ୍ବାରା ଡିବିଟି ମାଧ୍ୟମରେ ସହାୟତା ରାଶି ପ୍ରଦାନର ଶୁଭାରମ୍ଭ କରାଯାଇଛି।

ସ୍ଥାନୀୟ ସଦ୍‌ଭାବନା ସଭାଗୃହ ଠାରେ କୋରାପୁଟ ଜିଲାପାଳ ମନୋଜ ସତ୍ୟବାନ ମହାଜନଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉତ୍ସବରେ କୋରାପୁଟ ବିଧାୟକ ରଘୁରାମ ମାଛ ମୁଖ୍ୟ ଅତିଥି ଭାବେ ଯୋଗଦେଇଥିଲେ। କୋରାପୁଟ ଜିଲାର ୧ ଲକ୍ଷ ୩୩ ହଜାର ୭୧୭ ଜଣ ଚାଷୀଙ୍କୁ ୨୬ କୋଟି ୭୪ ଲକ୍ଷ ୧୪ ହଜାର ଟଙ୍କା ସହାୟତା ରାଶି ପ୍ରଦାନ କରାଯାଇଛି। ଏହି କାର୍ଯ୍ୟକ୍ରମକୁ ମୁଖ୍ୟ ଜିଲା କୃଷି ଅଧିକାରୀ ଗୋକୁଳ ଚନ୍ଦ୍ର ପ୍ରଧାନ ଯୋଗଦେଇ ପରିଚାଳନା କରିଥିଲେ। କ୍ଷୁଦ୍ର ଓ ନାମମାତ୍ର ଚାଷୀ, ଭୂମିହୀନ କୃଷକ ପରିବାର ଏବଂ ବିଶେଷ ଭାବେ ଅନୁନ୍ନତ ଜନଜାତି ସମୂହଙ୍କ ସମେତ ସହରାଞ୍ଚଳ ଚାଷୀଙ୍କୁ ସିଏମ୍‌ କିଷାନ ସହାୟତା ରାଶି ଡିବିଟି ମାଧ୍ୟମରେ ପ୍ରଦାନ କରାଯାଇଛି। ରାଜ୍ୟ ସରକାରଙ୍କ ଏହା ଏକ ଯୁଗାନ୍ତକାରୀ ପଦକ୍ଷେପ ଅଟେ। ଏଥିରେ ଚାଷୀମାନେ ବର୍ଷକୁ ଦୁଇଟି କିସ୍ତିରେ ମୋଟ୍‌ ୪ ହଜାର ଟଙ୍କା ଆର୍ଥିକ ସହାୟତା ରାଶି ପାଇବେ। ଭୂମିହୀନ କୃଷକ ପରିବାରକୁ ୩ଟି କିସ୍ତିରେ ୧୨ ହଜାର ୫୦୦ ଟଙ୍କା ଆର୍ଥିକ ସହାୟତା ରାଶି ପ୍ରଦାନ କରାଯିବ।ଏହି କାର୍ଯ୍ୟକ୍ରମକୁ କୋରାପୁଟ ଜିଲା ମୁଖ୍ୟ କୃଷି ଅଧିକାରୀ ଗୋକୁଳ ଚନ୍ଦ୍ର ପ୍ରଧାନ ଯୋଗଦେଇ ପରିଚାଳନା କରିଥିବାବେଳେ କୃଷି ବିଭାଗର ଅଧିକାରୀ ଏବଂ କର୍ମଚାରୀମାନେ ଯୋଗଦେଇ ପରିଚାଳନାରେ ସହଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୀତବାସ ହତ୍ୟା ମାମଲାର ସାକ୍ଷୀଙ୍କୁ ଧମକ: ଡାକ୍ତରଙ୍କ ମୋବାଇଲ ଫୋନ ଜବତ

ବ୍ରହ୍ମପୁର,୧୬ା୯(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁରର ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲାର ସାକ୍ଷୀଙ୍କୁ ଜେଲ ଭିତରୁ ଯେଉଁ ମୋବାଇଲ ଫୋନରୁ ଧମକ ମିଳିଥିବା ତାହା ସେଠାରେ କାର୍ଯ୍ୟରତ…

ପୋଖରୀରେ ବୁଡ଼ି ଚାଲିଗଲା ଜୀବନ

ଦିଗପହଣ୍ଡି,୧୭।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମ ମା’ନାରାୟଣୀ ଠାକୁରାଣୀ ମନ୍ଦିର ନିକଟ ପୋଖରୀକୁ ଶୌଚ ପାଇଁ ଯାଇଥିବା ଜଣେ ମହିଳା ଗୁରୁବାର…

ରାଣୀ ସାହି ଦୁର୍ଗାପୂଜା କମିଟି ଗଠିତ, ଆଶ୍ୱିନ ମହାସପ୍ତମୀରୁ ହେବ ମହୋତ୍ସବ

ଦିଗପହଣ୍ଡି,୧୭ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୧୦ ନଂ. ୱାର୍ଡ ରାଣୀ ସାହି ଦୁର୍ଗାପୂଜା କମିଟିର ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ପ୍ରତିବର୍ଷ ଭଳି…

‘ମୁକ୍ତା’ଯୋଜନାରେ ହୋଇଥିବା କାର୍ଯ୍ୟର ଭିଜିଲାନ୍ସ ତଦନ୍ତ ହେବ: ବିଧାୟକ

ଗୁଡାରି,୧୭।୯(ପ୍ରମୋଦ କୁମାର ପତି): ଗୁଣୁପୁର ବିଧାୟକ ସତ୍ୟଜିତ ଗମାଙ୍ଗ ଗୁଡାରି ଏନ୍‌ଏସି କାର୍ଯ୍ୟାଳୟରେ ଗୁରୁବାର ବିଭିନ୍ନ ଯୋଜନାର ସମୀକ୍ଷା କରିଥିଲେ। ନଥିପତ୍ର ଯାଞ୍ଚ ପରେ ଭେଣ୍ଡି ଜୋନ…

ପ୍ରଧାନମନ୍ତ୍ରୀଙ୍କ ଦୀର୍ଘାୟୁ କାମନା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୭ା୯(ସୁଚିସ୍ମିତା ସାହୁ): ଭୁବନେଶ୍ୱର ସମେତ ସାରା ରାଜ୍ୟରେ ଜଳିଲା କୋଟିଏରୁ ଅଧିକ ‘ଆଶୀର୍ବାଦ ଦୀପ’। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୭୬ତମ ଜନ୍ମଦିନ ଅବସରରେ ଗୁରୁବାର ରାଜ୍ୟ ସରକାରଙ୍କ…

‘ସ୍ନେହଭରା ପ୍ରତ୍ୟେକ ଶବ୍ଦ ପାଇଁ…’ ଜନ୍ମଦିନର ଶୁଭେଚ୍ଛା ପାଇଁ କୃତଜ୍ଞତା ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୧୭।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କ ଜନ୍ମଦିନ ଅବସରରେ ମିଳିଥିବା ଶୁଭେଚ୍ଛା ପାଇଁ କୃତଜ୍ଞତା ଜଣାଇଛନ୍ତି। ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଏକ୍ସ’ (X) ରେ ପୋଷ୍ଟ କରି…

ଜମିକୁ ଯାଇ ଗଛରେ ଝୁଲି ପଡ଼ିଲେ ଚାଷୀ

ଭେଡେନ,୧୭।୯(ହୃଷୀକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଥାନା ଅଧୀନ ରେଶମ ପ୍ରଧାନପାଲି ଗ୍ରାମରୁ ଗୁରୁବାର ଜଣେ ଚାଷୀଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତକ ଜଣକ ଉକ୍ତ ଗ୍ରାମର…

ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ଝଲସିଲା ମନ୍ଦିର ପ୍ରାଙ୍ଗଣ

ପାଟଣା,୧୭।୯(ବୀର କିଶୋର ଦାଶ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିନ ଅବସରରେ କେନ୍ଦୁଝର ଜିଲା ପାଟଣା ନିର୍ବାଚନମଣ୍ଡଳୀର ବିଭିନ୍ନ ମନ୍ଦିର ଏବଂ ଧାର୍ମିକ ଅନୁଷ୍ଠାନରେରେ ଗୁରୁବାର ସନ୍ଧ୍ୟାରେ ପ୍ରଦୀପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?