ରେଳରୋକୋ ପାଇଁ ଷ୍ଟେଶନ ଆସିପାରିଲେନି ଚାଷୀ, ଶେଷରେ ରାସ୍ତାରେ ବସିଲେ

ବରଗଡ଼,୧୦ା୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ପ୍ରଧାନମନ୍ତ୍ରୀ ଫସଲବୀମା ଯୋଜନା ବାଟବଣା ହୋଇପଡ଼ିଛି। ଏଠାରେ ଅନେକ କ୍ଷତିଗ୍ରସ୍ତ ଚାଷୀଙ୍କୁ ବୀମା କ୍ଷତିପୂରଣ କିମ୍ବା ଇନପୁଟ୍‌ ସହାୟତା ମିଳୁ ନ ଥିବା ଅଭିଯୋଗ ହୋଇଛି। ଏହାକୁ ନେଇ ସୋମବାର ସକାଳ ୯ଟାରୁ ବରଗଡ଼ ରୋଡ୍‌ ରେଳ ଷ୍ଟେଶନରେ ରେଲରୋକୋ କରିବା ପାଇଁ ସଂଯୁକ୍ତ କୃଷକ ସଂଗଠନ ଭେଡେନ ବ୍ଲକ ଶାଖା ନିଷ୍ପତ୍ତି ନେଇଥିଲା। କିନ୍ତୁ ପୋଲିସ ରାତିଅଧିଆ କିଛି ଚାଷୀନେତାଙ୍କୁ ଉଠାଇ ନେଇଥିବାବେଳେ ରେଳ ଷ୍ଟେଶନକୁ ଆସୁଥିବା ଚାଷୀଙ୍କ ଗାଡ଼ିକୁ ପୋଲିସ ଅଧବାଟରେ ଅଟକାଇ ରଖିଥିଲା। ରେଳଷ୍ଟେଶନକୁ ପୋଲିସ ଏବଂ ଆରପିଏଫ୍‌ ଚାରିଆଡୁ ଘେରି ରହିଛନ୍ତି। ସେହିପରି ଚାଷୀମାନଙ୍କ ଗତିବିଧି ଉପରେ ମଧ୍ୟ ପୋଲିସ ନଜର ରଖିଛି। ଏଭଳି ସ୍ଥିତିରେ ଚାଷୀମାନେ ବରଗଡ଼-ଭେଡେନ ରାସ୍ତାକୁ ବରମକେଲା ଛକରେ ଅବରୋଧ କରିଛନ୍ତି। ଫଳରେ ରାସ୍ତାର ଉଭୟ ପାଶର୍‌ବରେ ଗାଡ଼ିମୋଟର ଅଟକି ରହିଛି। ଯାତାୟାତ ଠପ ପଡିଛି।

ପ୍ରକାଶ ଥାଉକି, ଗତ ୨୦୨୩ରେ ମିଗ୍‌ଜୋମ ବାତ୍ୟା ସମୟରେ କ୍ଷତିଗ୍ରସ୍ତ ଚାଷୀଙ୍କୁ ଏପର୍ଯ୍ୟନ୍ତ ବୀମା କ୍ଷତିପୂରଣ କିମ୍ବା ଇନପୁଟ୍‌ ସହାୟତା ମିଳିପାରି ନାହିଁ। ଅନ୍ୟପଟେ ବିଭିନ୍ନ ଚାଷୀଙ୍କୁ ନାନା ଆଳ ଦେଖାଇ ସେଥିରୁ ବଞ୍ଚିତ କରାଯାଇଥିବା ଚାଷୀମାନେ ଅଭିଯୋଗ କରିଛନ୍ତି। ଏ ନେଇ ସଂଯୁକ୍ତ କୃଷକ ସଂଗଠନ ବାରମ୍ବାର ଜିଲା ପ୍ରଶାସନର ଦୃଷ୍ଟି ଆକର୍ଷଣ କରିଛି। ପ୍ରଶାସନ, ବୀମା କମ୍ପାନୀ ଏବଂ ଚାଷୀ ସଂଗଠନ ମଧ୍ୟରେ ତୁହାକୁ ତୁହା ବୈଠକ ବସିଛି। ହେଲେ ବୈଠକରେ କୌଣସି ନିର୍ଯ୍ୟାସ ବାହାରି ପାରିନାହିଁ। ଫଳରେ ପୂର୍ବ ନିର୍ଦ୍ଧାରିତ କାର୍ଯ୍ୟକ୍ରମ ଅନୁଯାୟୀ ସୋମବାର ଚାଷୀମାନେ ଆନ୍ଦୋଳନକୁ ଓହ୍ଲାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବହୁ ପ୍ରତୀକ୍ଷାର ଅନ୍ତ ଘଟିଲା: ନିଲାମ ହେଲା ପ୍ରସିଦ୍ଧ ଶୁଖୁଆ ହାଟ, ବର୍ଷକୁ ନିଲାମଧାରୀ ଦେବେ ଏତିକି ଟଙ୍କା…

ଗଞ୍ଜାମ,୧୫ା୮(ବିଦ୍ୟାଧର ସାହୁ): ଦୀର୍ଘଦିନର ଦାବି ପରେ ଶେଷରେ ନିଲାମ ହୋଇଛି ଜିଲା ପ୍ରସିଦ୍ଧ ହୁମା ସାପ୍ତାହିକ ଶୁଖୁଆ ହାଟ। ଶୁକ୍ରବାର ପୂର୍ବାହ୍ନରେ ଏହି ନିଲାମ ପ୍ରକ୍ରିୟା ଆରମ୍ଭ…

ଦାରିଙ୍ଗବାଡ଼ି ହେଲିପ୍ୟାଡ୍‌ ପଡ଼ିଆରେ ପତାକା ଉତ୍ତୋଳନକଲେ ବ୍ଲକ୍‌ ଅଧ୍ୟକ୍ଷ: ପ୍ରଥମ ଥର ପାଇଁ…

ଦାରିଙ୍ଗବାଡ଼ି, ୧୫।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ହେଲିପ୍ୟାଡ୍‌ ପଡ଼ିଆରେ ବ୍ଲକ୍‌ସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ମହାଆଡ଼ମ୍ବର ଓ ଉତ୍ସାହର ସହ ପାଳିତ ହୋଇଯାଇଛି। ଜାତୀୟ…

ଖବର ପ୍ରକାଶ ପରେ ମୁଖ୍ୟ ରାସ୍ତାରୁ ହଟିଲା ହମ୍ପ୍‌ସ, ସ୍ବାଗତ କରି ବୁଦ୍ଧିଜୀବୀ କହିଲେ…

ଦିଗପହଣ୍ଡି,୧୫ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି- ଚିକିଟି-ନୂଆପଡ଼ା ମୁଖ୍ୟରାସ୍ତା ମେଡିକାଲ ଛକ ସାହାଣୀ ସାହି ନିକଟରେ ଅବୈଜ୍ଞାନିକ ଭାବେ ତିଆରି କରାଯାଇଥିବା ବେଆଇନ ହମ୍ପ୍‌ସରେ ଗତ…

ଛତ୍ରପୁରରେ ଜିଲାସ୍ତରୀୟ ସ୍ୱାଧୀନତା ଦିବସ, ଗଞ୍ଜାମର ଉନ୍ନତି ପାଇଁ ସରକାର ପ୍ରତିବଦ୍ଧ: ଆଇନ ମନ୍ତ୍ରୀ

ଛତ୍ରପୁର, ୧୫`୮ (ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ଗଞ୍ଜାମ ଜିଲା ସଦର ମହକୁମା ଛତ୍ରପୁରଠାରେ ଜିଲାସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ମହାସମାରୋହ ଆଡ଼ମ୍ବର ଓ ଉତ୍ସାହର ସହ ପାଳିତ…

ସିଂହ ରାଶିରେ ଏକାଠି ହେବେ ସୂର୍ଯ୍ୟ-ବୁଧ; ଧନ ଓ ସଫଳତାରେ ମିଳିବ ବଡ଼ ଲାଭ, ଏହି ୩ ରାଶିର ଗୋଲ୍ଡେନ୍ ଟାଇମ୍ ଆରମ୍ଭ…

ବୈଦିକ ଜ୍ୟୋତିଷ ଅନୁସାରେ, ଗ୍ରହମାନଙ୍କର ଗତି ଆମ ଜୀବନ ଉପରେ ଗଭୀର ପ୍ରଭାବ ପକାଇଥାଏ । ଗ୍ରହମାନଙ୍କର ରାଜକୁମାର ବୁଧ, ଆସନ୍ତା ଅଗଷ୍ଟ ୨୨ ତାରିଖରେ ସନ୍ଧ୍ୟା…

ବଲାଙ୍ଗୀରରେ ପତାକା ଉତ୍ତୋଳନ କଲେ ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ, କହିଲେ ଏ ମାଟିର ବିଶିଷ୍ଟ ସ୍ବାଧୀନତା ସଂଗ୍ରାମୀ…

ବଲାଙ୍ଗୀର,୧୫ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ମନୋହରପୁର ରିଜର୍ଭ ପୋଲିସ ପଡ଼ିଆରେ ଶନିବାର ୮୦ ତମ ଜିଲା ସ୍ତରୀୟ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ଉଚ୍ଚଶିକ୍ଷା, କ୍ରୀଡ଼ା ଓ…

ରାଜ୍ୟସ୍ତରୀୟ ପଦକ ପ୍ରଦାନ ଉତ୍ସବ: ମନୋନୀତ ୧୭ ଜଣ ପୋଲିସ ଅଧିକାରୀ,କର୍ମଚାରୀଙ୍କୁ …

ଭୁବନେଶ୍ୱର,୧୫।୮ ଲୋକସେବା ଭବନରେ ରାଜ୍ୟସ୍ତରୀୟ ପଦକ ପ୍ରଦାନ ଉତ୍ସବ ଅନୁଷ୍ଠିତ ହୋଇଛି। ଏହି ଅବସରରେ ମନୋନୀତ ୧୭ ଜଣ ପୋଲିସ ଅଧିକାରୀ ଓ କର୍ମଚାରୀଙ୍କୁ ମୁଖ୍ୟମନ୍ତ୍ରୀ ପଦକ…

ତେଲ ବଜାରରେ ବଡ଼ ହଲଚଲ, ଅଗଷ୍ଟ ୧୫ରେ କମିଲା ପେଟ୍ରୋଲ ଦର? ଜାରି ହେଲା ନୂଆ ଦର…

ନୂଆଦିଲ୍ଲୀ,୧୫।୮: ପେଟ୍ରୋଲ-ଡିଜେଲ ଦରକୁ ନେଇ ଶନିବାର ଏକ ନୂଆ ଅପଡେଟ୍ ଆସିଛି। କେନ୍ଦ୍ର ସରକାର ପେଟ୍ରୋଲ ଏବଂ ଡିଜେଲ ସମେତ ପେଟ୍ରୋଲିୟମ୍ ରପ୍ତାନି ଉପରେ ଲାଗୁଥିବା ‘ୱିଣ୍ଡଫଲ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri