କମ୍‌ ଦରରେ ତରଭୁଜ ବିକୁଛନ୍ତି ଚାଷୀ

ମାଲକାନଗିରି, ୨୮।୩ (ଡି.ଏନ.ଏ.): ଖରାଦିନ ଆସିଗଲେ ବଜାରରେ ବଢ଼ିଥାଏ ଖରାଦିନିଆ ଫଳର ଚାହିଦା। ଗରମରୁ ଆଶ୍ୱସ୍ତି ପାଇବା ପାଇଁ ଲୋକେ ଖୋଜିଥାନ୍ତି ତରଭୁଜ। ପିଲାଠାରୁ ବୟସ୍କ ପର୍ଯ୍ୟନ୍ତ ସମସ୍ତଙ୍କ ତରଭୁଜ ବେଶ୍‌ ପସନ୍ଦ। ମାଲକାନଗିରି ଜିଲାରେ ତରଭୁଜର ଉତ୍ପାଦନ ଅଧିକ ରହିଛି। ଜିଲାରେ ବହୁ ଚାଷୀ ଖରାଦିନେ ତରଭୁଜ ଚାଷ କରି ଗୁଜୁରାଣ ମେଣ୍ଟାଇଥାନ୍ତି। ଚଳିତ ବର୍ଷ ମଧ୍ୟ ଜିଲାରେ ତରଭୁଜ ଚାଷ ଭଲ ହୋଇଛି। ତେବେ ତରଭୁଜ ବିକ୍ରି ପାଇଁ ଉପଯୁକ୍ତ ବଜାରର ଆବଶ୍ୟକତା ଥିବା ବେଳେ ଏହା ମାଲକାନଗିରି ଜିଲାରେ ନାହିଁ। ଫଳରେ ତରଭୁଜ ବିକ୍ରି ନେଇ ଚାଷୀ ଚିନ୍ତାରେ ପଡିଛନ୍ତି। ଯେଉଁ ଆଶା ରଖି ତରଭୁଜ ଚାଷ କରିଥିଲେ ସେଥିରୁ ଆଶା ମୁତାବକ ରୋଜଗାର ମିଳୁନାହିଁ। ଲୋକେ ଏହାକୁ ଅତି କମ୍‌ ଦାମ୍‌ରେ କିଣୁଛନ୍ତି। ତରଭୁଜ ନଷ୍ଟ ହୋଇଯିବା ଆଶଙ୍କାରେ ଚାଷୀ ଏହାକୁ କମ ଦରରେ ବିକ୍ରି କରିବାକୁ ବାଧ୍ୟ ହେଉଛନ୍ତି। ଅନ୍ୟପକ୍ଷରେ ଜିଲାର ତରଭୁଜ ଉପରେ ଆନ୍ଧ୍ର, ଛତିଶଗଡ଼ ଓ ତେଲଙ୍ଗାନାର ନଜର ପଡିଛି। ବାହାର ରାଜ୍ୟର ବ୍ୟବସାୟୀ ଆସି ମାଲକାନଗିରି ଚାଷୀଙ୍କଠାରୁ ଭଲ ଓ ବଡ଼ ତରଭୁଜ ଅଳ୍ପ ଦରରେ କିଣି ନେଇ ବାହାରେ ଚଢ଼ା ଦରରେ ବିକ୍ରି କରୁଛନ୍ତି। ତରଭୁଜ ନଷ୍ଟ ହୋଇଯିବା ଆଶଙ୍କାରେ ଚାଷୀ କମ୍‌ ଦରରେ ଏହାକୁ ବିକି ଦେଉଛନ୍ତି। ତରଭୁଜ ଚାଷୀଙ୍କ ପାଇଁ ଉପଯୁକ୍ତ ଶୀତଳୀକରଣ କେନ୍ଦ୍ର ଓ ବାହାର ରାଜ୍ୟକୁ ରପ୍ତାନି ବ୍ୟବସ୍ଥା କରି ଉପଯୁକ୍ତ ବଜାର ସୃଷ୍ଟି କଲେ ଆମେ ତରଭୁଜ ଚାଷୀ ଉପକୃତ ହୋଇପାରନ୍ତୁ ବୋଲି କେତେକ ଚାଷୀ କହିଛନ୍ତି। ଏଥିପ୍ରତି ଜିଲା ପ୍ରଶାସନ ଦୃଷ୍ଟି ଦେଇ ପଦକ୍ଷେପ ନେବାକୁ ସାଧାରଣରେ ଦାବି ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ମାଓବାଦୀ କ୍ୟାମ୍ପ୍‌ ଧ୍ୱଂସ: ବିପୁଳ ସାମଗ୍ରୀ ଜବତ

ମାଲକାନଗିରି,୨୪ା୪(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ସୀମାନ୍ତ ଛତିଶଗଡ଼ ନାରାୟଣପୁର ଜିଲା ପୋଲିସ ଫୋର୍ସ, ଡିଆର୍‌ଜି, ବସ୍ତର ଫାଇଟର୍ସ ଓ ସିଏଏଫ୍‌ର ଯବାନମାନେ ବୁଧବାର ମିଳିତ ତଲାସି ବେଳେ...

କାର୍‌ରୁ ୩୦ ଲକ୍ଷ ଟଙ୍କା ଜବତ କଲା ପୋଲିସ

ମାଲକାନଗିରି,୨୪।୪(ଦୁର୍ଯ୍ୟୋଧନ ପାତ୍ର): ନିର୍ବାଚନ ନେଇ ସୀମାରେ ହାଇଆଲର୍ଟ ଜାରି କରାଯିବା ସହ ଯାଞ୍ଚକୁ କଡାକଡି କରାଯାଉଛି। ଛତିଶଗଡ଼ ପଟୁ ଆସୁଥିବା ଏକ କାରକୁ ପୋଲିସ ଯାଞ୍ଚ...

ଆଇଇଡି ବିସ୍ଫୋରଣରେ ଜଣେ ମୃତ

ମାଲକାନଗିରି,୨୨ା୪(ଦୁର୍ଯ୍ୟୋଧନ ପାତ୍ର): ଛତିଶଗଡ଼ ବିଜାପୁର ଜିଲା ଗଙ୍ଗାଲୁର ଥାନା ଅଞ୍ଚଳରେ ସୁରକ୍ଷା କର୍ମୀଙ୍କୁ ଲକ୍ଷ୍ୟକରି ମାଓବାଦୀଙ୍କ ଦ୍ୱାରା ଖଞ୍ଜା ଯାଇଥିବ ଆଇଇଡି ବୋମା ବିସ୍ଫୋରଣରେ ଜଣେ...

ଆତ୍ମସମର୍ପଣ କଲେ ୯ ମାଓବାଦୀ

ମାଲକାନଗିରି,୨୨ା୪(ଦୁର୍ଯ୍ୟୋଧନ ପାତ୍ର): ଆନ୍ଧ୍ରପ୍ରଦେଶ ଆଲୁରି ସୀତାରାମାରାଜୁ ଜିଲା ଛତିଶଗଡ଼ର ୬ ଓ ସୁକ୍‌ମା ପୋଲିସ ନିକଟରେ ୩ ମାଓବାଦୀ ସୋମବାର ଆତ୍ମସମର୍ପଣ କରିଛନ୍ତି। ଏମାନଙ୍କୁ ଧରିବା...

ମାଲକାନଗିରି ଜିଲା ସୀମାରେ ହାଇ ଆଲର୍ଟ

ମାଲକାନଗିରି,୧୯ା୪(ଦୁର୍ଯ୍ୟୋଧନ ପାତ୍ର):ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ରେ ଶୁକ୍ରବାର ପ୍ରଥମ ପର୍ଯ୍ୟାୟ ନିର୍ବାଚନ ଅନୁଷ୍ଠିତ ହେବ। ମାଓବାଦୀମାନେ ସୀମାନ୍ତ ଛତିଶଗଡ଼ରେ ସେମାନଙ୍କର କାୟା ବିସ୍ତାରକରି ନିର୍ବାଚନକୁ ଭଣ୍ଡୁର...

୨୧ ବର୍ଷ ପରେ ଖୋଲିଲା ରାମ ମନ୍ଦିର

ମାଲକାନଗିରି, ୧୫ା୪(ଦୁର୍ଯ୍ୟୋଧନ ପାତ୍ର): ମାଓବାଦୀଙ୍କ ଭୟରେ ଦୀର୍ଘ ୨୧ ବର୍ଷ ଧରି ବନ୍ଦଥିବା ଶ୍ରୀରାମ ମନ୍ଦିର ପୁନଃ ଖୋଲିବା ସହ ପୂଜା କରିଛନ୍ତି ସିଆରପିଏଫ ଯବାନ।...

ମା’ଙ୍କ ଗୋଇଠା ମାଡ଼ରେ ଚାଲିଗଲା ପୁଅର ଜୀବନ

କାଲିମେଳା,୧୪ା୪(ଜୀବନ କୃଷ୍ଣ ଦାସ): ପୁଅକୁ ଆକଟ କରିବାକୁ ଯାଇ ମା’ଙ୍କ ଗୋଇଠା ମାଡ଼ରେ ନିଜ ଜନ୍ମ କଲା ୮ ବର୍ଷ ପୁଅର ମୃତ୍ୟୁ ହେବା ପରି...

୬ ମାଓବାଦୀ ଗିରଫ

ମାଲକାନଗିରି,୮ା୪(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଛତିଶଗଡ଼ ସୀମାନ୍ତ ସୁକ୍‌ମା ପୋଲିସକୁ ମିଳିଛି ବଡ଼ ସଫଳତା ସୀମାନ୍ତ ଛତିଶଗଡ଼ ସୁକ୍‌ମା ଜିଲାରୁ ୬ ମାଓବାଦୀଙ୍କୁ ଗିରଫ କରାଯାଇଛି। ସେମାନଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri