ନୀଳଗିରି, ୪ା୮(ସ୍ବ.ପ୍ର.): ନୀଳଗିରି ସମବାୟ ସମିତି ସମୂହର ନୀଳଗିରି ସହକାରୀ ଭାରପ୍ରାପ୍ତ ନିବନ୍ଧକ ଲକ୍ଷ୍ମୀଧର ରାଉତ ବ୍ୟକ୍ତିଗତ ଆକ୍ରୋଶ ରଖି ସମିତି କାର୍ଯ୍ୟରେ ବାଧା ସୃଷ୍ଟି କରୁଥିବା ଅଭିଯୋଗ ନେଇ ନୀଳଗିରି ସହକାରୀ ନିବନ୍ଧକ କାର୍ଯ୍ୟାଳୟ ଆଗରେ ୩୦୦ ଶହରୁ ଅଧିକ ଚାଷୀ ଧାରଣାରେ ବସିଥିଲେ। ରାଉତ କିଛି ଖିଲାପି ଋଣୀ ଓ ଅଣସଭ୍ୟଙ୍କୁ ମତାଇ ଈଶ୍ୱରପୁର ସମିତି ଆଗରେ ବାରମ୍ବାର ଧାରଣାରେ ବସାଇବା ଯୋଗୁ ଚାଷୀମାନେ ଖରିଫ ଋତୁରେ ବିହନ ସାର ଉଠାଇବା ଓ ଚାଷୀ ପଞ୍ଜିକରଣ ପାଇଁ ହଇରାଣ ହରକତ ହେଉଥିବା ବାରମ୍ବାର ଅଭିଯୋଗ ପରେ ବି କୌଣସି କାର୍ଯ୍ୟାନୁଷ୍ଠାନ ହୋଇ ନ ଥିଲା। ଈଶ୍ୱରପୁର ସେବା ସମବାୟ ସମିତିକୁ ଦୁର୍ନୀତିମୁକ୍ତ, ଚାଷୀ ଓ ଚାଷର ସୁରକ୍ଷା ଦେବା, ନୀଳଗିରି ସମବାୟ ସମିତି ସମୂହର ସ୍ଥାୟୀ ସହକାରୀ ନିବନ୍ଧକ ନିଯୁକ୍ତି ସହ ଭାରପ୍ରାପ୍ତ ସହକାରୀ ନିବନ୍ଧକ ଲକ୍ଷ୍ମୀଧର ରାଉତଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପାଇଁ ଚାଷୀମାନେ ଧାରଣାରେ ବସିଥିଲେ। ନୀଳଗିରି ବିଧାୟକ ସୁକାନ୍ତ କୁମାର ନାୟକ, ସିପିଆଇ ଜିଲା ସମ୍ପାଦକ ନିରଞ୍ଜନ ବାରିକ, ଶ୍ରମିକ ନେତା ଅରୁଣ ଜେନା, ଭାଜପା ନେତା ଗଙ୍ଗାଧର ମିଶ୍ର, ଯୁବନେତା ସବ୍ୟସାଚୀ ମହାପାତ୍ର, ଉତ୍ତମ ନାୟକ, ପ୍ରମୁଖ ନିଜ ବକ୍ତବ୍ୟରେ ଏଆରସିଏସ ଲକ୍ଷ୍ମୀଧର ରାଉତଙ୍କ କାର୍ଯ୍ୟକୁ ଦୃଢ଼ ନିନ୍ଦା କରିବା ସହ ତାଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ପାଇଁ ସରକାରଙ୍କଠାରେ ଦାବି କରିଥିଲେ। ଅପରାହ୍ନ ୨ଟାରେ ବାଲେଶ୍ୱର ଡିଆରସିଏସ୍ ଗଜେନ୍ଦ୍ର ପଣ୍ଡା ପହଞ୍ଚି ଚାଷୀଙ୍କ ସହିତ ଆଲୋଚନା କରିବା ସହିତ ଏଆରସିଏସ୍ଙ୍କ କାର୍ଯ୍ୟ ସମ୍ପର୍କରେ ଉପରିସ୍ଥ ଅଧିକାରୀଙ୍କୁ ଜଣାଇବେ ବୋଲି ପ୍ରତିଶ୍ରୁତି ଦେବା ପରେ ଧାରଣା ପ୍ରତ୍ୟାହୃତ ହୋଇଥିଲା
Posted inଆମ ଜିଲା ଖବର, ବାଲେଶ୍ୱର View All
ରେଳ ଲାଇନ୍ ପାରି ହେଉଥିଲେ, ଧକ୍କା ଦେଲା ବାଙ୍ଗିରିପୋଷି-ରୁପ୍ସା ଟ୍ରେନ: ମୁଣ୍ଡରୁ ଗଣ୍ଡି ଅଲଗା…
ବୈଶିଙ୍ଗା, ୧।୪ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମଛପଦା ନିକଟରେ ବୁଧବାର ରାତିରେ ଏକ ମର୍ମନ୍ତୁଦ ରେଳ ଦୁର୍ଘଟଣା ଘଟିଯାଇଛି। ବାଙ୍ଗିରିପୋଷି-ରୁପ୍ସା ଡିଏମୟୁ…
ଗଜପତି ପୋଲିସର ବଡ଼ ସଫଳତା: ୧ କୋଟି ୮୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୩ ମାଫିଆ…
ମୋହନା, ୧।୪(ମନ୍ମଥ ମିଶ୍ର): ରାଜ୍ୟ ସରକାରଙ୍କ ଗଞ୍ଜେଇ ମୁକ୍ତ ଓଡ଼ିଶା ଅଭିଯାନ ମଧ୍ୟରେ ଗଜପତି ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଜିଲାର ଆର୍. ଉଦୟଗିରି ଥାନା…
ରାସାୟନିକ ଦୁର୍ଘଟଣା ରୋକିବାରେ ‘ଗ୍ରାସିମ୍’ ତୁଲାଉଛି ଗୁରୁଦାୟିତ୍ୱ, ଜନସାଧାରଣଙ୍କ ମଧ୍ୟରେ…
ଗଞ୍ଜାମ,୧ା୪(ଅନାଥ ତରାଇ/ବିଦ୍ୟାଧର ସାହୁ)- ପରିବେଶ ସୁରକ୍ଷା ଏବଂ ଜନସାଧାରଣଙ୍କ ନିରାପତ୍ତା ପ୍ରତି ନିଜର ପ୍ରତିବଦ୍ଧତା ପ୍ରଦର୍ଶନ କରି ପୁଣିଥରେ ଚର୍ଚ୍ଚାରେ ଗ୍ରାସିମ୍ ଇଣ୍ଡଷ୍ଟ୍ରିଜ୍। ମଙ୍ଗଳବାର ଅପରାହ୍ନ ପ୍ରାୟ…
ଥୁଆମୂଳ ରାମପୁରରେ ମା’ ଠାକୁରାଣୀଙ୍କ ଚୈତ୍ର ଘଣ୍ଟଯାତ୍ରା ସମ୍ପନ୍ନ: ଭକ୍ତିମୟ ପରିବେଶରେ ନିଜ ଆସ୍ଥାନକୁ ଫେରିଲେ ମା’
ଥୁଆମୂଳ ରାମପୁର,୧।୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ମୁଖ୍ୟାଳୟରେ ଅତି ଆଡ଼ମ୍ବର ସହକାରେ ଅନୁଷ୍ଠିତ ହେଉଥିବା ମା’ ଠାକୁରାଣୀଙ୍କ ପବିତ୍ର ଚୈତ୍ର ଘଣ୍ଟଯାତ୍ରା…
ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ
ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…
ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…
ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…
ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…
ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…
ଛତ୍ରପୁରରେ ୯୧ତମ ପୋଲିିସ ପ୍ରତିଷ୍ଠା ଦିବସ ପାଳିତ: ଗଞ୍ଜାମ ପୋଲିସର ସଫଳତାକୁ ଏସ୍ପିଙ୍କ ପ୍ରଶଂସା, ପୁରସ୍କୃତ ହେଲେ…
ଛତ୍ରପୁର,୧।୪(ଦିଲ୍ଲୀପ ସାମଲ): ଛତ୍ରପୁର ପୋଲିସ ପଡ଼ିଆଠାରେ ବୁଧବାର ୯୧ତମ ପୋଲିସ ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଗଞ୍ଜାମ ଜିଲା ଏସ୍ପି ଶୁଭେନ୍ଦୁ କୁମାର ପାତ୍ର…
Archives

