Posted inଜାତୀୟ

ସରକାରଙ୍କ ଉପରେ ପଡୁଛି ଚାପ: କୃଷକଙ୍କ ରେଳରୋକୋ

ଚଣ୍ଡିଗଡ଼,୧୦।୩:ଫସଲର ସର୍ବନିମ୍ନ ସହାୟକ ମୂଲ୍ୟ (ଏମ୍‌ଏସ୍‌ପି) ଉପରେ ଆଇନଗତ ଗ୍ୟାରେଣ୍ଟି ସମେତ ବିଭିନ୍ନ ଦାବିକୁ କେନ୍ଦ୍ର ସରକାର ଗ୍ରହଣ କରିବା ନିମନ୍ତେ ଚାପ ପକାଇବା ପାଇଁ ସଂଯୁକ୍ତ କିଷାନ ମୋର୍ଚ୍ଚା(ଅଣରାଜନୈତିକ) ଏବଂ କିଷାନ ମଜଦୁର ମୋର୍ଚ୍ଚାର ଆହ୍ବାନ କ୍ରମେ ପଞ୍ଜାବରେ ରବିବାର ରେଳରୋକୋ କରାଯାଇଥିଲା। ଚାଷୀମାନେ ରାଜ୍ୟର ବିଭିନ୍ନ ସ୍ଥାନରେ ରେଳଧାରଣାରେ ବସି ରହି ଟ୍ରେନ୍‌ ଚଳାଚଳ ବନ୍ଦ କରିଥିଲେ। ସେମାନଙ୍କ ଦାବି ପୂରଣ ଦାବିରେ କୃଷକମାନେ ସ୍ଲୋଗାନ ଦେଇଥିଲେ। ରେଳରୋକୋ ଯୋଗୁ ଯାତ୍ରୀମାନେ ଅସୁବିଧାର ସମ୍ମୁଖୀନ ହୋଇଥିଲେ। ଆନ୍ଦୋଳନ ମଧ୍ୟାହ୍ନ ୧୨ଟାରୁ ଆରମ୍ଭ ହୋଇ ଅପରାହ୍ନ ୪ଟା ପର୍ଯ୍ୟନ୍ତ ଚାଲିଥିଲା। ଚାଷୀମାନେ ଅମୃତସର, ଲୁଧିଆନା, ତର୍ନ ତରନ, ହୋଶିଆରପୁର, ଫିରୋଜପୁର, ଆଦି ୨୨ ଜିଲାର ୫୨ଟି ସ୍ଥାନରେ ରେଳରୋକ କରିଥିଲେ। ସଂଯୁକ୍ତ କିଷାନ ମୋର୍ଚ୍ଚାର ସହଯୋଗୀ ସଂଗଠନଗୁଡ଼ିକ ମଧ୍ୟରେ ଏହି ଆନ୍ଦୋଳନରେ ସାମିଲ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

OJEE ପାଇଁ ଆରମ୍ଭ ହେଲା ଆବେଦନ: ମେ’ ୪ରୁ ପରୀକ୍ଷା, ଜାଣନ୍ତୁ ସବିଶେଷ…

ଭୁବନେଶ୍ୱର,୨୮ା୧(ସୁଚିସ୍ମିତା ସାହୁ): ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା (ଓଜେଇଇ)- ୨୦୨୬ ପାଇଁ ବୁଧବାରଠାରୁ ଆବେଦନ ଆରମ୍ଭ ହୋଇଛି। ମାର୍ଚ୍ଚ ୨୨ ଆବେଦନର ଶେଷ ତାରିଖ ରହିଛି। ଏପ୍ରିଲରେ…

ମୟୂରଭଞ୍ଜରେ ହେବ ପାଇଲଟ୍ ପ୍ରଶିକ୍ଷଣ, ବ୍ରହ୍ମପୁରରେ ଡ୍ରୋନ୍ ସେଣ୍ଟର

ଭୁବନେଶ୍ୱର,୨୮ା୧: ହାଇଦ୍ରାବାଦରେ ଚାଲିଥିବା ଏସିଆର ସବୁଠାରୁ ବଡ଼ ବେସାମରିକ ବିମାନ ଚଳାଚଳ ପ୍ରଦର୍ଶନୀ ‘ୱିଙ୍ଗସ ଇଣ୍ଡିଆ ୨୦୨୬’ ଅବସରରେ ଓଡ଼ିଶା ସରକାର ଦୁଇଟି ଗୁରୁତ୍ୱପୂର୍ଣ୍ଣ ବୁଝାମଣାପତ୍ର (MoU)…

ଦୁଷ୍କର୍ମ ମାମଲାରେ ଫେରାର୍ ଅଭିଯୁକ୍ତଙ୍କ ଆତ୍ମସମର୍ପଣ, ଅଙ୍ଗନବାଡି କର୍ମୀଙ୍କୁ….

ପାରଳାଖେମୁଣ୍ଡି,୨୮ା୧(ଗିରିଧାରୀ ପରିଛା) :ଗଜପତି ଜିଲା ଗୋଷାଣି ବ୍ଲକର ମଧୁସୁଦନପୁର ପଞ୍ଚାୟତର ସମିତି ସଭ୍ଯ ଆର. ବାସୁଦେବ ରାଓ ଜିଲା ନ୍ଯାୟାଳୟରେ ମଙ୍ଗଳବାର ଆତ୍ମସମର୍ପଣ କରିଛନ୍ତି । ଏନେଇ…

ବିଏମ୍‌ସିର ଚେତାବନୀ, ଓମଫେଡ୍‌ ବୁଥରେ ଗୁଟ୍‌ଖା ବିକିଲେ…

ଭୁବନେଶ୍ୱର,୨୮ା୧: ଗୁଟ୍‌ଖାକୁ ନେଇ ପ୍ରଶାସନର ବଡ଼ ନିଷ୍ପତ୍ତି । ଜୋରଦାର ହେବ ଗୁଟ୍‌ଖା ଏନଫୋର୍ସମେଣ୍ଟ ଡ୍ରାଇଭ୍‌ । ଭେଣ୍ଡିଂ ଜୋନ୍, ଓମଫେଡ୍‌ ବୁଥରେ ଗୁଟ୍‌ଖା ବିକିଲେ ଆକ୍ସନ…

ରାୟଗଡ଼ାରେ ବନ୍ଦ ପ୍ରଭାବ ଶୂନ: ନେତାଙ୍କ ଦେଖା ମିଳିଲାନି, ଖୋଲା ରହିଲା…

ରାୟଗଡା,୨୮।୧(ଆଶିଷ ରଞ୍ଜନ ପଣ୍ଡା)- ନବ ନିର୍ମାଣ କୃଷକ ସଂଗଠନ ଦ୍ବାରା ଡକାଯାଇଥିବା ଓଡିଶା ବନ୍ଦ ଡାକରା ରାୟଗଡା ଜିଲାରେ  ପ୍ରଭାବହୀନ ହୋଇଥିବା ଦେଖିବାକୁ ମିଳିଛି । ରାୟଗଡା…

ସରକାରୀ ଚାକିରି ଆବେଦନରେ ତୃତୀୟ ଲିଙ୍ଗ ରହୁ, ସରକାରଙ୍କୁ OHRCଙ୍କ ସୁପାରିସ୍‌

ଭୁବନେଶ୍ୱର,୨୮ା୧: ସରକାରୀ ଚାକିରି ଆବେଦନରେ ତୃତୀୟ ଲିଙ୍ଗୀଙ୍କ ବିକଳ୍ପ ରଖିବା ପାଇଁ ରାଜ୍ୟ ସରକାରଙ୍କୁ ସୁପାରିସ କଲେ OHRC(ଓଡ଼ିଶା ମାନବ ଅଧିକାର ଆୟୋଗ) । ତୃତୀୟ ଲିଙ୍ଗ ବା…

ରାୟଗଡା ସହରରେ ଜଣ୍ଡିସ ଆଶଙ୍କା, ସ୍ୱାସ୍ଥ୍ୟ ବିଭାଗର ତନାଘନା

ରାୟଗଡା,୨୮ା୧(ଆଶିଷ ରଞ୍ଜନ ପଣ୍ଡା): ରାୟଗଡା ସହର ଇନ୍ଦିରା ନଗର ଷଷ୍ଠ ଲେନ, କସ୍ତୁରୀ ନଗର ପ୍ରମଥ ଲେନ ଏବଂ କତୁରୁ ବସ୍ତିରେ ଜଣ୍ଡିସ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ…

ଅରିଜିତଙ୍କ ଅବସର ପରେ ଏମିତି କହିଲେ ଶ୍ରେୟା ଘୋଷାଲ, ସବୁଠି ଚର୍ଚ୍ଚା

ମୁମ୍ବାଇ: ଭାରତୀୟ ସଙ୍ଗୀତ ଜଗତର ଲୋକପ୍ରିୟ କଣ୍ଠଶିଳ୍ପୀ ଅରିଜିତ ସିଂହ ପ୍ଲେବ୍ୟାକ୍ ସିଙ୍ଗିଙ୍ଗରୁ ଅବସର ଘୋଷଣା କରିଛନ୍ତି। ଏହି ଶୁଣିବା ପରେ ତାଙ୍କ ପ୍ରଶଂସକ ଓ ସହକର୍ମୀମାନେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri