ନାଁ ରଖିଲେ ଚାଷୀ ପୁଅ: ନିଟ୍-ୟୁଜିରେ ସଫଳତା ହାସଲ କଲେ ବିସ୍ମୟ, ଡାକ୍ତର ହେବାର ସ୍ୱପ୍ନ…

ଅମରପାଲି, ୧୮।୭ (ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ମୁର୍ଷୁଣ୍ଢୀ ପଞ୍ଚାୟତର ମାଣିକପୁର ଗ୍ରାମର ମେଧାବୀ ଛାତ୍ର ବିସ୍ମୟ ପଧାନ ଚଳିତ ବର୍ଷର ନିଟ୍-ୟୁଜି (NEET-UG) ପ୍ରବେଶିକା ପରୀକ୍ଷାରେ ଉଲ୍ଲେଖନୀୟ ସଫଳତା ହାସଲ କରି ଅଞ୍ଚଳ ପାଇଁ ଗୌରବ ଆଣିଛନ୍ତି। ଜଣେ ସାଧାରଣ ଚାଷୀ ପରିବାରରୁ ଆସିଥିବା ବିସ୍ମୟ ୭୨୦ ନମ୍ବରରୁ ୫୭୦ ନମ୍ବର ହାସଲ କରି ଅଲ୍ ଇଣ୍ଡିଆ ରାଙ୍କ (AIR) ୨୩,୫୯୭ ଅଧିକାର କରିଛନ୍ତି।

ବିସ୍ମୟଙ୍କ ପିତା ବଶିଷ୍ଠ ପଧାନ ଜଣେ ଚାଷୀ ଏବଂ ମାତା ତପସ୍ୱିନୀ ପଧାନ ଜଣେ ଗୃହିଣୀ। ଦୁଇ ଭଉଣୀଙ୍କ ମଧ୍ୟରେ ସେ ଏକମାତ୍ର ପୁତ୍ର ଓ ସବୁଠାରୁ ସାନ। ସୀମିତ ଆର୍ଥିକ ସମ୍ବଳ ସତ୍ତ୍ୱେ ଦୃଢ଼ ଇଚ୍ଛାଶକ୍ତି, ଅକ୍ଲାନ୍ତ ପରିଶ୍ରମ ଏବଂ ଅଧ୍ୟବସାୟ ବଳରେ ସେ ଏହି ସଫଳତା ହାସଲ କରିପାରିଛନ୍ତି।

ବିସ୍ମୟ ପ୍ରଥମରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ମାଣିକପୁର ପ୍ରାଥମିକ ବିଦ୍ୟାଳୟରେ ପଢ଼ିଥିଲେ। ପରେ ଖୋର୍ଦ୍ଧା ଜିଲାର ଗୁଆବାରିସ୍ଥିତ ଋତପଲ୍ଲୀ ବିଦ୍ୟାମନ୍ଦିରରେ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ଅଧ୍ୟୟନ କରି ୯୪.୧୬ ପ୍ରତିଶତ ନମ୍ବର ସହ ମାଟ୍ରିକ ପରୀକ୍ଷାରେ କୃତକାର୍ଯ୍ୟ ହୋଇଥିଲେ। ଏହାପରେ ବ୍ରହ୍ମପୁରର ନୀଳକଣ୍ଠନଗରସ୍ଥିତ ସରସ୍ୱତୀ ବିଦ୍ୟାମନ୍ଦିର ଉଚ୍ଚମାଧ୍ୟମିକ ବିଦ୍ୟାଳୟରୁ ଯୁକ୍ତ ଦୁଇ ପରୀକ୍ଷାରେ ୯୫.୩୩ ପ୍ରତିଶତ ନମ୍ବର ରଖି ଉତ୍ତୀର୍ଣ୍ଣ ହୋଇଥିଲେ।

ଦ୍ୱିତୀୟ ପ୍ରୟାସରେ ଏହି ସଫଳତା ମିଳିଥିବା ବିସ୍ମୟ କହିଛନ୍ତି ଯେ, ପ୍ରତିଦିନ ୧୦ରୁ ୧୨ ଘଣ୍ଟା ନିୟମିତ ଅଧ୍ୟୟନ ଏବଂ ନିଜ ଲକ୍ଷ୍ୟ ପ୍ରତି ଏକାଗ୍ରତା ହିଁ ତାଙ୍କୁ ସଫଳତାର ଶିଖରରେ ପହଞ୍ଚାଇଛି। ଲକ୍ଷ୍ୟ ସ୍ଥିର କରି ନିଷ୍ଠା ଓ ଆତ୍ମବିଶ୍ୱାସର ସହ ପରିଶ୍ରମ କଲେ ସଫଳତା ନିଶ୍ଚିତ ମିଳେ ବୋଲି ସେ କହିଛନ୍ତି।

ନିଜର ଏହି କୃତିତ୍ୱ ପାଇଁ ବିସ୍ମୟ ତାଙ୍କ ମାତାପିତା, ବଡ଼ ଭଉଣୀ ଚନ୍ଦ୍ରିକା ଓ ସାଗରିକା, ପରିବାରର ଅନ୍ୟ ସଦସ୍ୟ, ଶିକ୍ଷକ ଏବଂ ସାଙ୍ଗସାଥୀଙ୍କୁ ଶ୍ରେୟ ଦେଇଛନ୍ତି। ତାଙ୍କର ଏହି ସଫଳତା ପାଇଁ ଅଞ୍ଚଳବାସୀଙ୍କ ସମେତ ବିଭିନ୍ନ ମହଲରୁ ତାଙ୍କୁ ଅଭିନନ୍ଦନ ଓ ଶୁଭେଚ୍ଛାର ସୁଅ ଛୁଟିଛି। ଡାକ୍ତର ହୋଇ ସମାଜସେବା କରିବା ତାଙ୍କର ଲକ୍ଷ୍ୟ ବୋଲି ବିସ୍ମୟ ପ୍ରକାଶ କରିଛନ୍ତି।

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?