କ୍ଷତିପୂରଣ ପାଇଁ ରାସ୍ତାକୁ ଓହ୍ଲାଇଲେ ଚାଷୀ

ଅମ୍ବାଭୋନା,୩୦।୯(ଡି.ଏନ.ଏ): ବରଗଡ଼ ଜିଲାରେ ପ୍ରଧାନମନ୍ତ୍ରୀ ଫସଲବୀମା ଯୋଜନା ବାଟବଣା ହୋଇଛି । ଚାଷୀମାନେ ଚାଷକାର୍ଯ୍ୟ ଆରମ୍ଭରୁ ବୀମା ପ୍ରିମିୟମ ଜମା କରିଛନ୍ତି । ହେଲେ ଫସଲକ୍ଷତିର ବର୍ଷେ ପରେ ମଧ୍ୟ କ୍ଷତିଗ୍ରସ୍ତ ଚାଷୀଙ୍କୁ ବୀମା କ୍ଷତିପୂରଣ ମିଳିପାରି ନାହିଁ । ଏହାକୁ ନେଇ ଚାଷୀ ମହଲରେ ଅସନ୍ତୋଷ ବଢ଼ିବାରେ ଲାଗିଛି । ଚାଷୀମାନେ ନିଜ ହକ୍‌ ପାଇଁ ବିଲରେ କାମ ଛାଡ଼ି ଆନ୍ଦୋଳନ ମୁହାଁ ହୋଇଛନ୍ତି । ସ୍ଥାନୀୟ ବାରପାହାଡ଼ କୃଷକ ସଂଗଠନ ନେତୃତ୍ୱରେ ଶୁକ୍ରବାର ଚାଷୀମାନେ ବରଗଡ଼-ରାୟଗଡ଼ ମୁଖ୍ୟରାସ୍ତାର ସମ୍ବରଧରା ଛକଠାରେ ଟାୟାର ଜାଳି ରାସ୍ତା ଅବରୋଧ କରି ବୀମା କ୍ଷତିପୂରଣ ଦାବି କରିଥିଲେ ।

ଅମ୍ବାଭୋନା ତହସିଲଦାର ସୀତାରାମ ଭୋଇ, ଡେପୁଟି କଲେକ୍ଟର ଆରତୀ ଭୋଇ ଆନ୍ଦୋଳନସ୍ଥଳକୁ ପହଞ୍ଚି ୧୫ ଦିନ ମଧ୍ୟରେ ସମସ୍ୟାର ସମାଧାନ କରିବାକୁ ପ୍ରତିଶ୍ରୁତି ଦେଇଥିଲେ । ଏହାପରେ ଚାଷୀମାନେ ଆନ୍ଦୋଳନରୁ ଓହରିଥିଲେ । ଅନ୍ୟପଟେ ରାସ୍ତାରୋକୋ ଯୋଗୁ ଦୀର୍ଘ ୮ଘଣ୍ଟା ଧରି ରାସ୍ତାର ଉଭୟ ପାର୍ଶ୍ୱରେ ଶତାଧିକ ଗାଡ଼ି ଅଟକି ଯାତାୟାତା ବାଧାପ୍ରାପ୍ତ ହୋଇଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ଯୁବକଙ୍କୁ ସଂଘବଦ୍ଧ ଆକ୍ରମଣ, ବଗିଚା ଭିତରୁ ମୁର୍ମୁଷୁ ଅବସ୍ଥାରେ ଉଦ୍ଧାର

ଦେବଗଡ,୧୭।୨(ଶଶାଙ୍କ ଶେଖର ଝାଙ୍କର): ତିଲେଇବଣି ବ୍ଲକ ତଥା ଦେବଗଡ ଥାନା ଅନ୍ତର୍ଗତ ଟାଇଁସର ସ୍ଥିତ ଏକ ବଗିଚା ଭିତରୁ ମୁର୍ମୁଷୁ ଅବସ୍ଥାରେ ଜଣେ ଯୁବକଙ୍କୁ ଉଦ୍ଧାର କରାଯାଇଛି…

T20 ବିଶ୍ୱକପ୍‌ରୁ ବାଦ୍ ପଡ଼ିବ କି ଅଷ୍ଟ୍ରେଲିଆ? ଦମଦାର ବିଜୟ ସହ ସୁପର-୮ରେ ଶ୍ରୀଲଙ୍କା

ନୂଆଦିଲ୍ଲୀ,୧୬।୨: ଚଳିତ T20 ବିଶ୍ୱକପ୍ ୨୦୨୬ରେ ଦେଖିବାକୁ ମିଳିଛି ଏକ ବଡ଼ ବିପର୍ଯ୍ୟୟ। ଓପନର ପଥୁମ ନିସାଙ୍କାଙ୍କ ବିଧ୍ୱଂସକାରୀ ଶତକ ବଳରେ ଶ୍ରୀଲଙ୍କା ୮ ୱିକେଟ୍‌ରେ ଅଷ୍ଟ୍ରେଲିଆକୁ…

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ପରଲୋକ; ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୧୬।୨: ସମ୍ବଲପୁରର ପୂର୍ବତନ ବିଧାୟିକା ତଥା ବିଶିଷ୍ଟ ଚିକିତ୍ସିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କର ଦେହାନ୍ତ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ବୟସ ହୋଇଥିଲା। ସମ୍ବଲପୁର…

ନକଲି ମାଓବାଦୀ ଆତ୍ମସମର୍ପଣ ଯୋଜନା ପଣ୍ଡ: ଖବରଦାତାଙ୍କ ସହ ୪ ଗିରଫ

ରାୟଗଡ଼ା,୧୬।୨(ଆଶିଷ ରଞ୍ଜନ ପଣ୍ଡା) ମାଓବାଦୀଙ୍କ ନାଁରେ ପୋଷ୍ଟର ମାରିବା ଏବଂ ନକଲି ମାଓବାଦୀଙ୍କୁ ଆତ୍ମସମର୍ପଣ କରାଇ ସରକାରୀ ଅର୍ଥ ଲୁଟ ପାଇଁ ଉଦ୍ୟମ କରିବା ଘଟଣାରେ ରାୟଗଡ଼ା…

ବଟେଶ୍ୱର ଜାଗର ମହୋତ୍ସବ: ମୋହିଲା ଛାତ୍ରୀଛାତ୍ରଙ୍କ ନୃତ୍ୟ

ଗଞ୍ଜାମ,୧୬ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ପ୍ରସିଦ୍ଧ ବଟେଶ୍ୱର ମନ୍ଦିର ବାଲିଯାତ୍ରା ପଡିଆରେ ମହାଶିବରାତ୍ରି ଉପଲକ୍ଷେ ପ୍ରଥମଥର ପାଇଁ ଜାଗର ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି।…

ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ

ସମ୍ୱଲପୁର,୧୬।୨: ସମ୍ୱଲପୁର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ସୋମବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ମୃତ୍ୟୁ ବେଳକୁ ୭୯ ବର୍ଷ ବୟସ ହୋଇଥିଲା। ରାତି ପ୍ରାୟ…

ଏହି ଷ୍ଟେସନର ବଦଳିବ କାୟାକଳ୍ପ: ଏତିକି କୋଟି ମଞ୍ଜୁର କଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୬।୨: ଓଡ଼ିଶାର ରେଳ ଭିତ୍ତିଭୂମି ପାଇଁ ୯୩.୧୯ କୋଟି ଟଙ୍କା ଅନୁମୋଦନ କରିଛନ୍ତି କେନ୍ଦ୍ର ସରକାର। ଏହି ଟଙ୍କାରେ ବ୍ରହ୍ମପୁର ରେଳ ଷ୍ଟେସନର ପୁନଃ ବିକାଶ କରାଯିବ।…

ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri