Posted inଜାତୀୟ

ଚାଷୀ ଆନ୍ଦୋଳନକୁ ୧୨ ବିରୋଧୀ ଦଳର ସମର୍ଥନ

ନୂଆଦିଲ୍ଲୀ, ୨୪।୫: କେନ୍ଦ୍ର ସରକାରଙ୍କ ବିବାଦୀୟ କୃଷି ଆଇନ ବିରୋଧରେ ବିଭିନ୍ନ କୃଷକ ସଂଗଠନ ପକ୍ଷରୁ ଦିଲ୍ଲୀ ସୀମାରେ ଚାଲିଥିବା ଆନ୍ଦୋଳନ ଆସନ୍ତା ୨୬ ତାରିଖରେ ୬ ମାସ ପୂରଣ କରିବାକୁ ଯାଉଛି। ସେହିଦିନ ଦେଶବ୍ୟାପୀ ବିକ୍ଷୋଭ ପ୍ରଦର୍ଶନ ଲାଗି ସଂଯୁକ୍ତ କିଷାନ ମୋର୍ଚ୍ଚା (ଏସ୍‌କେଏମ୍‌) ନିଷ୍ପତ୍ତି ନେଇଥିବାବେଳେ ରବିବାର ଦେଶର ୧୨ଟି ପ୍ରମୁଖ ବିରୋଧୀ ଦଳ ଏହାକୁ ସମର୍ଥନ ଜଣାଇଛନ୍ତି। ଏହି ଦଳଗୁଡ଼ିକ ହେଲେ କଂଗ୍ରେସ, ତୃଣମୂଳ କଂଗ୍ରେସ, ସିପିଆଇ, ସିପିଆଇ(ଏମ୍‌), ସମାଜବାଦୀ ପାର୍ଟି, ଏନ୍‌ସିପି, ଡିଏମ୍‌କେ, ଜେଡିଏସ୍‌, ଶିବସେନା, ନ୍ୟାଶନାଲ କନ୍‌ଫରେନ୍ସ, ଜେଏମ୍‌ଏମ୍‌, ଆର୍‌ଜେଡି।
୩ କୃଷି ଆଇନ ପ୍ରତ୍ୟାହାର ଲାଗି ଗତବର୍ଷ ନଭେମ୍ବରରୁ ଦିଲ୍ଲୀ ସୀମାରେ ବିଭିନ୍ନ ରାଜ୍ୟର ଚାଷୀମାନେ ଆନ୍ଦୋଳନ ଚଳାଇଛନ୍ତି। କେନ୍ଦ୍ର ସରକାର ତୁରନ୍ତ କୃଷକ ନେତାଙ୍କ ସହ ଆଲୋଚନା କରି ଆଇନକୁ ପ୍ରତ୍ୟାହାର କରିନିଅନ୍ତୁ ବୋଲି ବିରୋଧୀଙ୍କ ପକ୍ଷରୁ ଜାରି ମିଳିତ ବିବୃତିରେ କୁହାଯାଇଛି। ସେଥିରେ କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ, ପୂର୍ବତନ ପ୍ରଧାନମନ୍ତ୍ରୀ ଏଚ୍‌.ଡି. ଦେବେଗୌଡା, ଏନ୍‌ସିପି ମୁଖ୍ୟ ଶରଦ ପାଓ୍ବାର, ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ, ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍‌ରେ, ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ, ସୀତାରାମ ୟେଚୁରୀ, ଫାରୁକ୍‌ ଅବ୍‌ଦୁଲ୍ଲା ପ୍ରମୁଖ ସ୍ବାକ୍ଷର କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାଶତଣ୍ଡି ଫୁଲରେ ସୁଶୋଭିତ ଅଞ୍ଚଳ: ଖିଲି ଖିଲି ହସରେ ମା’ଙ୍କୁ କରୁଛି ନିମନ୍ତ୍ରଣ

କେସିଙ୍ଗା,୨।୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ବୋରିଆ ଗ୍ରାମ ନିକଟରେ ଥିବା ତେଲନଦୀ ପାର୍ଶ୍ୱରେ ଶୋଭାପାଉଛି କାଶତଣ୍ଡି ଫୁଲ। ଏପଟେ ଭଲ ବର୍ଷା ଯୋଗୁ ଧାନ…

PM ମୋଦିଙ୍କ ଜନ୍ମଦିନକୁ ନେଇ ବଡ଼ ପ୍ରସ୍ତୁତି: ୨୫ ରାଜ୍ୟର CM କରିବେ…

ନୂଆଦିଲ୍ଲୀ,୨।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିନ ଅବସରରେ ଭାରତୀୟ ଜନତା ପାର୍ଟି (ଭାଜପା) ଦେଶବ୍ୟାପୀ ଏକ ମାସ ଧରି ଚାଲିବାକୁ ଥିବା ‘ସେବା ସଙ୍କଳ୍ପ’ ଅଭିଯାନ ପାଇଁ…

ଦଶହରାରେ ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଉପହାର, ୩ ଗୁଣ ବଢ଼ିପାରେ ବୋନସ ଲିମିଟ, ଖାତାକୁ କେତେ ଟଙ୍କା ଆସିବ ଜାଣନ୍ତୁ…

ନୂଆଦିଲ୍‌ଲୀ,୨।୯: ପାର୍ୱଣ ଋତୁ ଆରମ୍ଭ ହେବା ପୂର୍ୱରୁ କେନ୍ଦ୍ରୀୟ କର୍ମଚାରୀଙ୍କ ମୁହଁରେ ହସ ଫୁଟାଇବା ଭଳି ଏକ ବଡ଼ ଖବର ସାମ୍ନାକୁ ଆସିଛି। ନ୍ୟାସନାଲ କାଉନସିଲ ଅଫ…

ଭାଗ୍ୟରେ ଲାଗିବ ଚାରିଚାନ୍ଦ! ୭ ସେପ୍ଟେମ୍ବରରୁ ୪ ରାଶିଙ୍କୁ ଅପାର ଧନଲାଭ ସହ ନୂଆ ଚାକିରି ସୁଯୋଗ

ବୈଦିକ ଜ୍ୟୋତିଷ ଅନୁସାରେ ଚନ୍ଦ୍ରମା ଓ ଗୁରୁଙ୍କ ଯୁତିରୁ ଗଠିତ ହେଉଥିବା ଗଜକେସରୀ ଯୋଗକୁ ଅତ୍ୟନ୍ତ ଶୁଭ ବୋଲି ମନେ କରାଯାଏ। ଯେଉଁ ବ୍ୟକ୍ତିଙ୍କ ଜନ୍ମକୁଣ୍ଡଳୀରେ ଏହି…

ଘରେ ବିଲକୁଲ ଫ୍ରି’ରେ ଲାଗିବ ସୋଲାର ପ୍ୟାନେଲ, ସରକାର ଉଠାଇବେ ସବୁ ଖର୍ଚ୍ଚ

ନୂଆଦିଲ୍ଲୀ,୨।୯: ଦିଲ୍ଲୀବାସୀଙ୍କ ପାଇଁ ଏକ ବଡ଼ ଖୁସି ଖବର। ସରକାର ଏପରି ଏକ ଯୋଜନାକୁ ମଞ୍ଜୁରୀ ଦେଇଛନ୍ତି, ଯାହା ମାଧ୍ୟମରେ ଏବେ ଛାତ ଉପରେ ସୋଲାର ଲଗାଇବା…

କାର୍‌ ଓଲଟି ଭିତରେ ପଶିଗଲା ପାଣି, ଅଣନିଶ୍ୱାସୀ ହୋଇ ଚାଲିଗଲା…

ପାରାଦୀପ, ୨।୯ (ଶରତ ରାଉତ): ପାରାଦୀପ-ଚଣ୍ଡିଖୋଲ ୫୩ ନମ୍ବର ଜାତୀୟ ରାଜପଥ ତଥା ପାରାଦୀପ ଲକ୍‌ ଥାନା ଅନ୍ତର୍ଗତ ଗଡ଼ ଗେଟ୍‌ ବଜାର ନିକଟରେ ବୁଧବାର ସକାଳେ…

ଆଜି ତୁଳା ରାଶିରେ ଶୁକ୍ରଙ୍କ ପ୍ରବେଶ: ମେଷ ସମେତ ଏହି ୫ ରାଶିର ହେବ ବମ୍ଫର ରୋଜଗାର, ଘଟିବ ଯାହା କେବେ…

ଜ୍ୟୋତିଷ ଶାସ୍ତ୍ରରେ ଶୁକ୍ର ଗ୍ରହକୁ ପ୍ରେମ, ସୁଖ-ସୁବିଧା, ଧନ, ବୈଭବ ଓ ଐଶ୍ୱର୍ଯ୍ୟର କାରକ ବୋଲି ମନେ କରାଯାଏ। ଶୁକ୍ରଙ୍କ ରାଶି ପରିବର୍ତ୍ତନର ପ୍ରଭାବ ବିଭିନ୍ନ ରାଶି…

ସରପଞ୍ଚଙ୍କ ଗାଁ ରାସ୍ତା ଶୋଚନୀୟ: ପାଦ ଚଲା ରାସ୍ତା ପାଇଁ ବି ନୁହେଁ ଉପଯୋଗୀ

ଗଞ୍ଜାମ,୨।୯(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ପାଳିବନ୍ଧ ପଞ୍ଚାୟତର ବିଭିନ୍ନ ଗ୍ରାମଗୁଡିକ ଅବହେଳିତ ଅବସ୍ଥାରେ ଥିବାବେଳେ ଖୋଦ ସରପଞ୍ଚଙ୍କ ଗାଁ ନୀଳାଦ୍ରିପୁର ରାସ୍ତା ଶୋଚନୀୟ ହୋଇପଡ଼ିଥିବା ଅଭିଯୋଗ ହୋଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri